କିଟ୍‌-କିସ୍‌ରେ ଶିକ୍ଷା, ଗବେଷଣା ପାଇଁ ସହଯୋଗ କରିବ ଅଷ୍ଟ୍ରେଲିଆ

ଭୁବନେଶ୍ୱର, ୨୭।୧୧(ବ୍ୟୁରୋ): ଓଡ଼ିଶା ଗସ୍ତରେ ଆସିଥିବା ଭାରତରେ ଅବସ୍ଥାପିତ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ବାରୀ ଓ’ ଫାରେଲ୍‌ ଏଓଙ୍କ ନେତୃତ୍ୱରେ ଏକ ଉଚ୍ଚସ୍ତରୀୟ ପ୍ରତିନିଧିମଣ୍ଡଳୀ ଶୁକ୍ରବାର କିଟ୍‌ ଓ କିସ୍‌ ପରିଦର୍ଶନ କରିଛନ୍ତି। ଏହି ଅବସରରେ ସେମାନେ କିଟ୍‌ର ସମସ୍ତ କ୍ୟାମ୍ପସ ସହ କିସ୍‌ର ସମସ୍ତ ୟୁନିଟ୍‌ ବୁଲି ଦେଖିଥିଲେ। ପରେ ଅଷ୍ଟ୍ରେଲିଆ ଓ କିଟ୍‌-କିସ୍‌ର ପ୍ରତିନିଧିମଣ୍ଡଳୀ ମଧ୍ୟରେ ଆଲୋଚନା ହୋଇଥିଲା। ଉଚ୍ଚଶିକ୍ଷା, ଗବେଷଣା, ନିଯୁକ୍ତି, ଦକ୍ଷତା ବିକାଶ, ଅଧ୍ୟାପକ ଓ ଛାତ୍ର ବିନିମୟ କ୍ଷେତ୍ରରେ ଅଷ୍ଟ୍ରେଲିଆରେ ଥିବା ବିଭିନ୍ନ ଉଚ୍ଚତର ଓ ବୈଷୟିକ ଶିକ୍ଷାନୁଷ୍ଠାନ ସହ କିଟ୍‌ ଓ କିସ୍‌ କିପରି ମିଳିତ ଭାବେ କାର୍ଯ୍ୟ କରିବେ ସେ ଦିଗରେ ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ପକ୍ଷରୁ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ଉଚ୍ଚାୟୁକ୍ତ କହିଥିଲେ। ବିଶେଷକରି କିସ୍‌ରେ ଜନଜାତି ଛାତ୍ରୀଛାତ୍ରଙ୍କ ଦକ୍ଷତା ବିକାଶ ଏବଂ ଜନଜାତି ଗବେଷଣା କ୍ଷେତ୍ରରେ ଅଷ୍ଟ୍ରେଲିଆ ପକ୍ଷରୁ ମଧ୍ୟ ସମସ୍ତ ସହଯୋଗ ଯୋଗାଇ ଦିଆଯିବ ବୋଲି ସେ କହିଥିଲେ। କାର୍ଯ୍ୟକ୍ରମରେ ଅଷ୍ଟ୍ରେଲିଆ ଶିକ୍ଷା ଓ ଗବେଷଣା ବିଭାଗ ମନ୍ତ୍ରୀ ତଥା କାଉନ୍‌ସିଲର ମାଥ୍ୟୁ ଜନ୍‌ଷ୍ଟନ, କୋଲକାତାରେ ଅବସ୍ଥାପିତ ଅଷ୍ଟ୍ରେଲିଆର ଡେପୁଟି କାଉନ୍‌ସେଲ ଜେନେରାଲ୍‌ ଡାନିଏଲ୍‌ ସିମ୍‌, ଅଷ୍ଟ୍ରେଲିଆ ଉଚ୍ଚାୟୁକ୍ତ ତଥା ଶିକ୍ଷା ବିଭାଗର ବରିଷ୍ଠ ପରାମର୍ଶଦାତା ସାଜିଆ ନାକ୍‌ଭି ପ୍ରମୁଖ ଉପସ୍ଥିତ ଥିଲେ। ସେହିପରି କିଟ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ହୃଷୀକେଶ ମହାନ୍ତି, କିସ୍‌ ବିଶ୍ୱବିଦ୍ୟାଳୟ କୁଳପତି ପ୍ରଫେସର ଦୀପକ ବେହେରା, ଉପକୁଳପତି ପ୍ରଫେସର ସସ୍ମିତାରାଣୀ ସାମନ୍ତ, କୁଳସଚିବ ପ୍ରଫେସର ଜ୍ଞାନ ରଞ୍ଜନ ମହାନ୍ତି, କିସ୍‌ ମହାନିର୍ଦ୍ଦେଶକ ଡ. କାହ୍ନୁଚରଣ ମାହାଲି, କୁଳସଚିବ ଡ. ପ୍ରଶାନ୍ତ କୁମାର ରାଉତରାୟ ପ୍ରମୁଖ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ପେଟ୍ରୋଲ, ଡିଜେଲ, ଗ୍ୟାସ ଅଭାବକୁ ନେଇ ବଡ଼ କଥା କହିଦେଲେ ମୁଖ୍ୟମନ୍ତ୍ରୀ, ରାଜ୍ୟବାସୀ…

ଭୁବନେଶ୍ୱର, ୩୧।୩: ମଧ୍ୟପ୍ରାଚ୍ୟରେ ଲାଗିରହିଥିବା ଯୁଦ୍ଧ ପରିସ୍ଥିତି ଏବଂ ଏହାର ସମ୍ଭାବ୍ୟ ପ୍ରଭାବକୁ ନେଇ ଓଡ଼ିଶା ସରକାର ସମ୍ପୂର୍ଣ୍ଣ ସଜାଗ ଅଛନ୍ତି। ବିଧାନସଭାରେ ବ୍ୟୟ ମଞ୍ଜୁରୀ ବିଲ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri