Posted inଖେଳ

ଟସ୍‌ ଜିତିଲା ଅଷ୍ଟ୍ରେଲିଆ: ବ୍ୟାଟିଂ ନିଷ୍ପତ୍ତି…

ଅହମଦାବାଦ,୯।୩ : ଅହମଦାବାଦରେ ଗୁରୁବାର ବର୍ଡର-ଗାଭାସ୍କର ଟ୍ରଫିର ଚତୁର୍ଥ ତଥା ଅନ୍ତିମ ଟେଷ୍ଟ ମ୍ୟାଚ ଖେଳାଯାଉଛି। ଅହମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ଖେଳା ଯାଉଥିବା ଏହି ମ୍ୟାଚରେ ଅଷ୍ଟ୍ରେଲିଆ ଅଧିନାୟକ ଷ୍ଟିଭେନ ସ୍ମିଥ୍‌ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଛନ୍ତି। ଭାରତୀୟ ଅଧିନାୟକ ରୋହିତ ଶର୍ମାଙ୍କ ନେତୃତ୍ୱରେ ଟିମ୍‌ ଇଣ୍ଡିଆ ବୋଲିଂ କରିବାକୁ ପଡ଼ିଆକୁ ଓହ୍ଲାଇଛି।

ଭାରତ ପାଇଁ କର ବା ମର ସ୍ଥିତି ସୃଷ୍ଟି ହୋଇଛି। ଯେ କୌଣସି ମୂଲ୍ୟରେ ଏହି ଟେଷ୍ଟ ଜିତିବାକୁ ଟିମ୍‌ ଇଣ୍ଡିଆ ଚାପରେ ରହିଛି। ଏହାର ବିଜୟ ଭାରତୀୟ ଦଳକୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ ଫାଇନାଲରେ ପ୍ରବେଶ କରିବାର ସୁଯୋଗ ସୃଷ୍ଟି କରିବ। ଯାହାଦ୍ୱାରା ଟିମ୍‌ ଇଣ୍ଡିଆ ଜୁନ ମାସରେ ପୁଣି ଥରେ ଅଷ୍ଟ୍ରେଲିଆ ସହିତ ମୁକାବିଲା କରି ପାରିବ।
ଟିମ ଇଣ୍ଡିଆ ୨୦୧୬-୧୭ ଠାରୁ ଅଷ୍ଟ୍ରେଲିଆଠାରୁ କ୍ରମାଗତ ତିନିଟି ଟେଷ୍ଟ ସିରିଜ ଜିତିଛି। ଯଦି ଅହମ୍ମଦାବାଦ ଟେଷ୍ଟରେ ଜିତେ ତେବେ ଏହା ଅଷ୍ଟ୍ରେଲିଆ ଉପରେ କ୍ରମାଗତ ଚତୁର୍ଥ ଟେଷ୍ଟ ସିରିଜ ବିଜୟ ହେବ। ଏହି ସିରିଜରେ ଭାରତ ୨-୧ରେ ଆଗୁଆ ଅଛି। ଯଦି ସିରିଜ ୨-୨ ଡ୍ର ରହେ ତେବେ ବର୍ଡର-ଗାଭାସ୍କର ଟ୍ରଫି ଟିମ୍‌ ଇଣ୍ଡିଆ ବଜାୟ ରଖିବ।


Enter your email to get our daily news in your inbox.

All Right Reserved By Dharitri.Com

‘ଟ୍ରମ୍ପଙ୍କ ଦ୍ୱାରା ହୋଇପାରୁନି, ନିଜେ ଶେଷ କର ଯୁଦ୍ଧ’, କିଏ ସେହି ଜରିଫ ଯିଏ ସାରା ବିଶ୍ୱର ହିତରେ ଇରାନକୁ ଦେଲେ ବଡ଼ ଉପଦେଶ!

ତେହରାନ,୩।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ କମିବାର କୌଣସି ଲକ୍ଷଣ ଦେଖାଯାଉନାହିଁ। ଗୋଟିଏ ପଟେ ଇରାନ ଏବଂ ଅନ୍ୟ ପଟେ ଆମେରିକା ଏବଂ ଇସ୍ରାଏଲ ମଧ୍ୟରେ ଏହି ଗତିରୋଧରେ,…

IPL ନିଲାମରେ ମୁହଁମୋଡ଼ି ଦେଇଥିଲେ ସବୁ ଦଳ: ବଦଳ ଭାବେ ଆସି ଚମତ୍କାର କଲେ ଏହି କ୍ରିକେଟର୍‌

କୋଲକାତା,୩।୪: IPL 2026ର ଷଷ୍ଠ ମ୍ୟାଚରେ ସନରାଇଜର୍ସ ହାଇଦ୍ରାବାଦ ଇଡେନ ଗାର୍ଡେନରେ ଏକ ଧମାକାଦାର ବ୍ୟାଟିଂ ପ୍ରଦର୍ଶନ କରି ୨୦ ଓଭରରେ ୨୨୬ ରନର ବିଶାଳ ସ୍କୋର…

‘ସକାରାତ୍ମକ ଚିନ୍ତାଧାରା ପ୍ରତି ସମସ୍ତେ ଗୁରୁତ୍ୱ ଦେବା ଆବଶ୍ୟକ’

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପାଟପୁର ଗ୍ରାମସ୍ଥିତ ବିଶ୍ୱାସ ରାୟ ବିଜ୍ଞାନ କଲେଜ ପ୍ରାଣୀ ବିଜ୍ଞାନ ବିଭାଗ ପକ୍ଷରୁ ସ୍ବାସ୍ଥ୍ୟ ଜନିତ ବିପଦ…

ଦବିଲା ପୋଲ, କାର୍ଯ୍ୟାନୁଷ୍ଠାନ ଦାବି କରି ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ସଭାପତି କହିଲେ…

ମୋରଡ଼ା,୩ା୪(ସ୍ମାରକ ମାଜୀ): ମୟୂରଭଞ୍ଜ ଜିଲା ମୋରଡ଼ା ବ୍ଲକ ଅଧୀନ ଚିତ୍ରଡ଼ା-ମୋରଡ଼ା ମୁଖ୍ୟ ରାସ୍ତାର ଶିଳଦା ନିକଟରେ ଥିବା ଜମ୍ଭୀରା ପୋଲ ନିକଟରେ ଝାଡ଼ଖଣ୍ଡ ମୁକ୍ତିମୋର୍ଚ୍ଚାର ଜିଲା ସଭାପତି…

ଅଭିଷେକ ଶର୍ମାଙ୍କ ବିରୋଧରେ କାର୍ଯ୍ୟାନୁଷ୍ଠାନ ନେଲା ବିସିସିଆଇ, ଜାଣନ୍ତୁ କାହିଁକି ମିଳିଲା ଦଣ୍ଡ

ନୂଆଦିଲ୍ଲୀ,୩।୪: କୋଲକାତା ନାଇଟ ରାଇଡର୍ସ ବିପକ୍ଷରେ ଅଭିଷେକ ଶର୍ମା ଗୁରୁବାର ୪୮ ରନର ଏକ ବିସ୍ଫୋରକ ଇନିଂସ ଖେଳିଥିଲେ। ଏହି ଇନିଂସରେ ସେ ମାତ୍ର ୨୧ ବଲ…

ଆମେରିକା ନିକଟରେ ମୁଣ୍ଡ ନୁଆଁଇବାକୁ ସିଧା ମନା କଲା ଇରାନ

ତେହରାନ,୩।୪: ମଧ୍ୟପ୍ରାଚ୍ୟ ଗତ ୩୪ ଦିନ ଧରି ଯୁଦ୍ଧର ନିଆଁରେ ବୁଡ଼ି ରହିଛି। ଆମେରିକା ଏବଂ ଇସ୍ରାଏଲର ଆକ୍ରମଣ ସତ୍ତ୍ୱେ, ଇରାନ ଅଟଳ ରହିଛି ଏବଂ ଏହି…

LSG ମାଲିକ ସଞ୍ଜିବ ଗୋଏଙ୍କାଙ୍କ ଉପରେ ରାଗିଲେ ଲଳିତ ମୋଦି; ପନ୍ତଙ୍କୁ କଲେ ସମର୍ଥନ

ନୂଆଦିଲ୍ଲୀ,୩।୪: ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷରେ ପରାଜୟ ପରେ, ଲକ୍ଷ୍ନୌ ସୁପର ଜାଏଣ୍ଟସ ମାଲିକ ସଞ୍ଜିବ ଗୋଏଙ୍କା, ଅଧିନାୟକ ରିଷଭ ପନ୍ତ ଏବଂ ମୁଖ୍ୟ ପ୍ରଶିକ୍ଷକ ଜଷ୍ଟିନ ଲାଙ୍ଗରଙ୍କ…

ସ୍ବାମୀଙ୍କୁ ନେଇ ଏମିତି କହିଦେଲେ ଆଲିଆ

ବଲିଉଡ୍‌ ଅଭିନେତା ରଣବୀର କପୁର ଆଜିକାଲି ବେଶ୍‌ ଚର୍ଚ୍ଚାରେ ଅଛନ୍ତି। ତାଙ୍କ ଆଗାମୀ ଚଳଚ୍ଚିତ୍ର ‘ରାମାୟଣ’ରେ ଭଗବାନ ରାମଙ୍କ ପ୍ରଥମ ଝଲକ ରିଲିଜ୍‌ ହୋଇଛି। ଦର୍ଶକ ରଣବୀରଙ୍କୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri