Posted inଖେଳ

ମହିଳା ଆଶେସ ଜିତିଲା ଅଷ୍ଟ୍ରେଲିଆ

ନଟିଂହାମ୍‌, ୨୭ ା୬: ଟେଣ୍ଟବ୍ରିଜରେ ଖେଳା ଯାଇଥିବା ଏକମାତ୍ର ଟେଷ୍ଟକୁ ୮୯ ରନରେ ଜିତିବା ସହ ମହିଳା ଆଶେଷ ଟେଷ୍ଟ ସିରିଜ୍‌ କବଜା କରିଛି ଅଷ୍ଟ୍ରେଲିଆ। ସ୍ପିନର ଆସ୍‌ଲେ ଗାର୍ଡନର ଦ୍ୱିତୀୟ ଇନିଂସରେ ୮ ଉଇକେଟ ନେଇ ବିଜୟରେ ମୁଖ୍ୟ ଭୂମିକା ଗ୍ରହଣ କରିଥିଲେ। ଚତୁର୍ଥ ଦିନର ଅସମାପ୍ତ ସ୍କୋର ୧୧୬/୫ରୁ ଖେଳ ଆରମ୍ଭ କରି ଇଂଲଣ୍ଡ ୧୭୮ ରନ୍‌ରେ ସମସ୍ତ ଉଇକେଟ ହରାଇଥିଲା। ଚତୁର୍ଥ ଦିନରେ ୩ ଉଇକେଟ ନେଇଥିବା ଗାର୍ଡନର ଅନ୍ତିମ ଦିନର ସମସ୍ତ ୫ ଉଇକେଟ ପୋଛି ନେଇଥିଲେ। ଅଷ୍ଟ୍ରେଲିଆ ପ୍ରଥମ ଇନିଂସରେ ୪୭୩ ରନ୍‌ କରିଥିବା ବେଳେ ଇଂଲଣ୍ଡ ୪୬୩ ରନ୍‌ କରିଥିଲା। ଦ୍ୱିତୀୟ ଇନିଂସରେ ଅଷ୍ଟ୍ରେଲିଆ ୨୫୭ ରନ୍‌ରେ ଅଲଆଉଟ୍‌ ହେବା ସହିତ ଇଂଲଣ୍ଡ ଆଗରେ ୨୬୮ ରନ୍‌ର ଲକ୍ଷ୍ୟ ଧାର୍ଯ୍ୟ କରିଥିଲା।
୧୧୬ ରନ୍‌ରୁ ଖେଳ ଆରମ୍ଭ କରି ଇଂଲଣ୍ଡ ଦଳୀୟ ସ୍କୋର ୧୪୧ରେ କେଟ୍‌ କ୍ରସ୍‌(୧୩)ଙ୍କ ଉଇକେଟ ହରାଇଥିଲା। ୩୬ ରନ୍‌ରେ ଅନ୍ତିମ ୪ ଉଇକେଟ ହରାଇବା ସହିତ ଇଂଲଣ୍ଡ ୧୭୮ ରନ୍‌ରେ ଅଲଆଉଟ ହୋଇଥିଲା। ଇଂଲଣ୍ଡ ପକ୍ଷରୁ ଡାନିଏଲ ଓ୍ବାୟାଟ ସର୍ବାଧିକ ୫୪ ରନ୍‌ ସଂଗ୍ରହ କରିଥିଲେ। ଗାର୍ଡନର ୬୬ ରନ୍‌ ଦେଇ ୮ ଉଇକେଟ ନେଇଥିଲେ। କିମ ଗାର୍ଥ ଓ ଟାଲିଆ ମ୍ୟାକଗ୍ରା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ। ପ୍ରଥମ ଇନିଂସରେ ୪ ଉଇକେଟ ନେଇଥିବା ଗାର୍ଡନର ଉଭୟ ଇନିଂସରେ ୧୨ ଉଇକେଟ ନେଇଛନ୍ତି। ମହିଳା ଟେଷ୍ଟରେ ଶ୍ରେଷ୍ଠ ବୋଲିଂ ଫିଗର ଓ ଗୋଟିଏ ଟେଷ୍ଟରେ ସର୍ବାଧିକ ଉଇକେଟ ତାଲିକାରେ ସେ ଦ୍ୱିତୀୟ ସ୍ଥାନରେ ରହିଛନ୍ତି।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ ପ୍ରଥମ ଇନିଂସ-୪୭୩
ଇଂଲଣ୍ଡ ପ୍ରଥମ ଇନିଂସ-୪୬୩
ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ-୨୫୭
ଇଂଲଣ୍ଡ ଦ୍ୱିତୀୟ ଇନିଂସ ୪୯ ଓଭରରେ ୧୭୮/୧୦(ଡାନିଏଲ ଓ୍ବାୟାଟ-୫୪, ଏମ୍ମା ଲାମ୍ବ-୨୮, ଟ୍ୟାମି ବିମଣ୍ଟ-୨୨, ଆସଲେ ଗାର୍ଡନର-୮/୬୬, ଟାଲିଆ ମ୍ୟାକଗ୍ରା-୧/୨୮, କିମ ଗାର୍ଥ-୧/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ଟି-୨୦ ବିଶ୍ୱକପ୍: ପାକିସ୍ତାନକୁ ଧୂଳି ଚଟାଇ ସୁପର-୮ରେ ଭାରତ; ଧରାଶାୟୀ ପଡ଼ୋଶୀ ଦଳ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ହାଇଭୋଲ୍ଟେଜ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ର ଏକ ବଡ଼ ବ୍ୟବଧାନରେ ପରାସ୍ତ କରିଛି। ଏହି ବିଜୟ ସହ ଭାରତ ଲଗାତାର…

ଟି-୨୦ ବିଶ୍ୱକପ୍: କଲମ୍ବୋରେ ପାକିସ୍ତାନକୁ ଧ୍ୱଂସ କରିଦେଲା ସୂର୍ଯ୍ୟକୁମାରଙ୍କ ସେନା, ଗର୍ଜିଲେ ଇଶାନ କିଷାନ

କଲମ୍ବୋ,୧୫।୨: ଶ୍ରୀଲଙ୍କାର ଆର୍. ପ୍ରେମଦାସା ଷ୍ଟାଡିୟମରେ ଅନୁଷ୍ଠିତ ହାଇଭୋଲ୍ଟେଜ୍ ଟି-୨୦ ବିଶ୍ୱକପ୍ ମୁକାବିଲାରେ ଭାରତୀୟ ଦଳ ପାକିସ୍ତାନକୁ ୬୧ ରନ୍‌ରେ ପରାସ୍ତ କରିଛି। ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ…

ଅପହରଣର ୬୫ ବର୍ଷ ପରେ ଘରକୁ ଫେରିଲେ ବୃଦ୍ଧା; ବର୍ତ୍ତମାନର ବୟସ ୮୦, କାହାଣୀ ଜାଣିଲେ…

ଲକ୍ଷ୍ନୌ,୧୫।୨: ଉତ୍ତର ପ୍ରଦେଶର ହରଦୋଇ ଜିଲାରୁ ଏକ ଆଶ୍ଚର୍ଯ୍ୟଜନକ ଘଟଣା ସାମ୍ନାକୁ ଆସିଛି। ଯେତେବେଳେ ଜଣେ ୮୦ ବର୍ଷୀୟ ବୃଦ୍ଧା ତାଙ୍କ ପିତାମାତାଙ୍କ ଘରକୁ ଫେରିଲେ, ସେତେବେଳେ…

ଧୋନିଙ୍କ ପାଇଁ ପାକିସ୍ତାନ ଦଳରେ ସୁଯୋଗ ପାଇଛନ୍ତି ଉସମାନ ତାରିକ! ହୋଇଗଲା ଖୁଲାସା

କଲମ୍ବୋ,୧୫।୨: ଚଳିତ ଟି-୨୦ ବିଶ୍ୱକପ୍‌ରେ ପାକିସ୍ତାନର ରହସ୍ୟମୟ ସ୍ପିନର ଉସ୍ମାନ ତାରିକ୍ ନିଜର ଅଜବ ବୋଲିଂ ଆକ୍ସନ ପାଇଁ ଚର୍ଚ୍ଚାର କେନ୍ଦ୍ରବିନ୍ଦୁ ସାଜିଛନ୍ତି। ତେବେ ତାଙ୍କ କ୍ରିକେଟ୍…

ଡିଜିଟାଲ ଯୁଗରେ ମନ୍ଦିରରେ ବସିଛନ୍ତି କ୍ୟାସଲେସ ଭିକାରୀ, କ୍ୟୁଆର କୋଡ୍ ସ୍କାନ କରି ପେମେଣ୍ଟ….

ପାରଳାଖେମୁଣ୍ଡି,୧୫।୨(ଗିରିଧାରୀ ପରିଛା): ଡିଜିଟାଲ ଯୁଗରେ ବର୍ତ୍ତମାନ ଭିକାରୀମାନେ ମଧ୍ୟ କ୍ୟାସଲେସ ବିଧି ଆପଣାଇଲେଣି । ଏପରି କିଛି ଭିଡିଓ ସୋସିଆଲ ମିଡିଆରେ ବେଶ୍ ଭାଇରାଲ୍ ହୋଇଥାଏ ।…

ପାକିସ୍ତାନ ଅଧିନାୟକଙ୍କ ମାଷ୍ଟରଷ୍ଟ୍ରୋକ୍‌ରେ ଫସିଲା ଭାରତ: ଖାତା ଖୋଲିବା ପୂର୍ବରୁ ଅଭିଷେକ ଆଉଟ୍

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍‌ର ଗୁରୁତ୍ୱପୂର୍ଣ୍ଣ ମ୍ୟାଚରେ ଭାରତକୁ ଝଟକା ଦେବାରେ ସଫଳ ହୋଇଛି ପାକିସ୍ତାନ । ପାକିସ୍ତାନ ଅଧିନାୟକ ସଲମାନ ଅଲି ଆଘାଙ୍କ ଏକ ଚତୁର ରଣନୀତି…

ଟି-୨୦ ବିଶ୍ୱକପ୍: ପାକିସ୍ତାନ ଆଗରେ ୧୭୬ ରନ୍‌ର ବିଜୟ ଲକ୍ଷ୍ୟ; ଇଶାନ କିଷାନଙ୍କ ଧୂଆଁଧାର ବ୍ୟାଟିଂ

କଲମ୍ବୋ,୧୫।୨: ଟି-୨୦ ବିଶ୍ୱକପ୍ ୨୦୨୬ର ହାଇଭୋଲ୍ଟେଜ୍ ମ୍ୟାଚରେ ଭାରତ, ପାକିସ୍ତାନ ସମ୍ମୁଖରେ ୧୭୬ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ୍ ରଖିଛି। ଓପନର୍ ଇଶାନ କିଷାନଙ୍କ ବିସ୍ଫୋରକ ବ୍ୟାଟିଂ ଏବଂ…

ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ ଉଦଯାପିତ, ଆଧ୍ୟାତ୍ମିକ ଜ୍ଞାନ ସଂପର୍କରେ ଜନ ସମାଜକୁ…

ଭଞ୍ଜନଗର,୧୫।୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ରହ୍ମକୁମାରୀ ଇଶ୍ୱରୀୟ ବିଶ୍ଵବିଦ୍ୟାଳୟ ଶାଖା ପକ୍ଷରୁ ଗତ ୨ ତାରିଖରୁ ବାହାରିଥିବା ଶିବ ସନ୍ଦେଶ ଅଭିଯାନ ରଥ ପରିଭ୍ରମଣ କାର୍ଯ୍ୟକ୍ରମ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri