Posted inଖେଳ

ମହିଳା ଟି୨୦ ବିଶ୍ୱକପ୍‌: ଅଷ୍ଟ୍ରେଲିଆ ଚାମ୍ପିୟନ

ଲଣ୍ଡନ,୫ା୭: ମହିଳା ଟି୨୦ ବିଶ୍ୱକପ୍‌ରେ ପୁଣି ଥରେ ଚାମ୍ପିୟନ ହୋଇଛି ଅଷ୍ଟ୍ରେଲିଆ। ଟୁର୍ନାମେଣ୍ଟରେ ଅପରାଜେୟ ରହିଥିବା ଅଷ୍ଟ୍ରେଲିଆ ଐତିହାସିକ ଲଡର୍‌ସ ଗ୍ରାଉଣ୍ଡରେ ରବିବାର ଖେଳାଯାଇଥିବା ଫାଇନାଲରେ ୭ ଉଇକେଟରେ  ଇଂଲଣ୍ଡକୁ ପରାସ୍ତ କରିଛି। ଏହା ଅଷ୍ଟ୍ରେଲିଆର ସପ୍ତମ ଟି୨୦ ବିଶ୍ୱକପ୍‌ ଟ୍ରଫି। ସୋଫି ମଲିନ୍ୟୁକ୍ସଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ମହିଳା ଦଳର ଏହା ପ୍ରଥମ ଆଇସିସି ଟ୍ରଫି। ମୋଟ ଉପରେ ଏହା ଅଷ୍ଟ୍ରେଲିଆ ମହିଳା ଦଳ ପାଇଁ ୧୪ତମ ଆଇସିସି ଟ୍ରଫି।

ପାଇ ପ୍ରଥମେ ବ୍ୟାଟିଂ କରିଥିବା ଇଂଲଣ୍ଡ ଆରମ୍ଭରୁ ଦୁଇ ଓପନରଙ୍କ ଉଇକେଟ ହରାଇଥିଲା। ଆଲିସ କାପସେ ୨୩ ରନ କରିଥିବା ବେଳେ ହେଥର ନାଇଟ୍‌ (୨) ଫେଲ ମାରିଥିଲେ। ଅଧିନାୟିକା ସ୍କିଭର-ବ୍ରଣ୍ଟ ଓ ଫ୍ରେୟା କେମ୍ପ ଅବିଭାଜିତ ପଞ୍ଚମ ଉଇକେଟରେ ୫୫ ବଲରେ ୮୦ ରନର ପାର୍ଟରନଶିପ କରିଥିଲେ। ଫଳରେ ଇଂଲଣ୍ଡ ନିର୍ଦ୍ଧାରିତ ୨୦ ଓଭରରେ ୪ ଉଇକେଟ ହରାଇ ୧୫୦ ରନ କରିଥିଲା। ସ୍କିଭର ବ୍ରଣ୍ଟ ୫୩ ବଲରେ ୫୮ (୫ ଚୌକା) ଓ କେମ୍ପ ୨୮ ବଲରେ ୪୪ (୪ ଚୌକା ଓ ୧ ଛକା) ରନ କରି ଅପରାଜିତ ରହିଥିଲେ।

ଜବାବରେ ଅଷ୍ଟ୍ରେଲିଆ ଖୁବ ସହଜରେ ୧୭.୧ ଓଭରରେ ୩ ଉଇକେଟ ହରାଇ ୧୫୩ ରନ କରି ନେଇଥିଲା। ଦଳ ପାଇଁ ବେଥ ମୁନି ୪୯ ବଲରେ ୬୪ (୧୦ ଚୌକା) ଓ ଫୋଏବେ ଲିଚ୍‌ଫିଲ୍ଡ ୩୫ ବଲରେ ୪୮ (୬ ଚୌକା ଓ ୨ ଛକା) ରନ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଋଣ ବୋଝରେ ଚେପା ଆମେରିକା! ଇତିହାସରେ ପ୍ରଥମଥର ପାଇଁ…

ନୂଆଦିଲ୍ଲୀ,୨୦।୮: ବିଶ୍ୱର ପ୍ରମୁଖ ଶକ୍ତି ଭାବରେ ନିଜକୁ ସ୍ଥାନିତ କରୁଥିବା ଯୁକ୍ତରାଷ୍ଟ୍ର ଏକ ବର୍ଦ୍ଧିତ ଋଣ ଭାର ତଳେ ଦବି ଯାଉଛି। ଦେଶର ଋଣ ଭାର ନିରନ୍ତର…

କଣ୍ଟେଣ୍ଟ କ୍ରିଏଟରଙ୍କ ପାଇଁ ବଡ଼ ଖୁସିଖବର, ଗୋଟିଏ ଭିଡିଓ କଲେ ୧ ଲକ୍ଷ ଟଙ୍କା ଦେବେ ସରକାର! ଏତିକି ଦରକାର views

ପାଟନା,୨୦।୮: ବିହାର ସରକାର ସୋସିଆଲ ମିଡିଆ କ୍ରିଏଟରଙ୍କ ପାଇଁ ବଡ଼ ଘୋଷଣା କରିଛନ୍ତି । ରାଜ୍ୟ କ୍ୟାବିନେଟ୍ ବିହାର ସୋସିଆଲ ମିଡିଆ ନୀତିରେ ନୂଆ ସଂଶୋଧନକୁ ମଞ୍ଜୁରୀ…

ଏସ୍‌ଏଚ୍‌ଜି ମହିଳାଙ୍କୁ ମିଳିନି କୋଟିଏରୁ ଅଧିକ ଟଙ୍କା, ଜିଲାପାଳଙ୍କ ଅଫିସ ଘେରାଉ କରି…

ନୂଆପଡ଼ା,୨୦ା୮(ମକାରୁ ବେମାଲ): ମହିଳା ସ୍ବୟଂ ସହାୟିକା ଗୋଷ୍ଠୀ ସରକାରଙ୍କ ଧାନକିଣା ପ୍ରକ୍ରିୟାରେ ସାମିଲ ହେଲେ କିଛି ଟଙ୍କା ରୋଜଗାର ପାଇବେ। ସାବଲମ୍ବୀ ହେବା ପାଇଁ ଏସ୍‌ଏଚ୍‌ଜିଙ୍କ ପାଇଁ…

ଦେଶି କନ୍ୟାଙ୍କୁ ବିଦେଶୀ ବର: କେରଳ ଝିଅଙ୍କ ସହ ବିବାହ ବନ୍ଧନରେ ଆବଦ୍ଧ ହେଲେ ସ୍କଟିସ ସାଂସଦ ମାର୍ଟିନ ଡେ

ଥିରୁଭାନନ୍ତପୁରମ,୨୦।୮: ପୂର୍ବତନ ସ୍କଟିସ ସାଂସଦ ମାର୍ଟିନ ଡେ, କେରଳର ତ୍ରିସୁରରେ ପାରମ୍ପରିକ ହିନ୍ଦୁ ପ୍ରଥା ଅନୁସରଣ କରି ପିରାଭୋମର ଜଣେ ମାଲାୟାଲୀ ମହିଳା ନିଧିନ ଚାନ୍ଦଙ୍କୁ ବିବାହ…

‘IPL ଖେଳ ନାହିଁ, ନଚେତ୍‌…’ ଭାରତୀୟ ଖେଳାଳିଙ୍କୁ ମିଳିଲା ବଡ଼ ଚେତାବନୀ

ନୂଆଦିଲ୍ଲୀ, ୨୦।୮: ମାନବ ସୁତାର ଟିମ ଇଣ୍ଡିଆର ନୂଆ ଷ୍ଟାର ପାଲଟିଛନ୍ତି। ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଟେଷ୍ଟ ମ୍ୟାଚରେ ସେ ମୋଟ ୧୦ଟି ଉଇକେଟ୍‌ ନେଇ ଐତିହାସିକ…

ଡିଭିଲିୟର୍ସଙ୍କ ବଡ଼ ବୟାନ; ସଚିନ-ବିରାଟଙ୍କୁ ନେଇ କହିଦେଲେ ଏମିତି, ସବୁଠି ଚର୍ଚ୍ଚା

ନୂଆଦିଲ୍ଲୀ,୨୦।୮: ଦକ୍ଷିଣ ଆଫ୍ରିକାର ‘ମିଷ୍ଟର ୩୬୦ ଡିଗ୍ରୀ’ ଭାବେ ପରିଚିତ ଏବି ଡିଭିଲିୟର୍ସ ଭାରତୀୟ କ୍ରିକେଟର ଦୁଇ ମହାନ ବ୍ୟାଟର ସଚିନ ତେନ୍ଦୁଲକର ଓ ବିରାଟ କୋହଲିଙ୍କୁ…

ବନ୍ୟାପାଣିରେ ଫସିଲେ ହାତୀପଲ

ପାଟଣା,୨୦ା୮(ବୀରକିଶୋର ଦାଶ): ବୈତରଣୀ ନଦୀ ପାର୍‌ ହେବା ସମୟରେ ବନ୍ୟାପାଣି ଯୋଗୁ ଫସିଛନ୍ତି ହାତୀପଲ। ପାଟଣା ରେଞ୍ଜ ତଣ୍ଡ ବିଟ୍‌ ତଣ୍ଡ ବୈତରଣୀ ନଦୀକୂଳର ଏକ ପଥର…

୨୦ ବର୍ଷ ପରେ କ୍ରିକେଟ୍‌ ଜଗତରେ ଘଟିଲା ଏମିତି: ପରାଜିତ ହେବ ପାକିସ୍ତାନ!

ହେଡିଂଲି,୨୦।୮: ଇଂଲଣ୍ଡ ଏବଂ ପାକିସ୍ତାନ ମଧ୍ୟରେ ପ୍ରଥମ ଟେଷ୍ଟ ମ୍ୟାଚ ବର୍ତ୍ତମାନ ହେଡିଂଲିରେ ଚାଲିଛି। ପ୍ରଥମ ଦିନରେ ଏମିତି ଏକ ଦୃଶ୍ୟ ଦେଖିବାକୁ ମିଳିଥିଲା, ଯାହା ଦୁଇ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri