Posted inଖେଳ

ମହିଳା ଟି୨୦ ବିଶ୍ୱକପ: ଫାଇନାଲରେ ଅଷ୍ଟ୍ରେଲିଆ

କେପ୍‌ ଟାଉନ୍‌,୨୩ା୨: କେପ୍‌ଟାଉନ୍‌ର ନ୍ୟୁଲ୍ୟାଣ୍ଡସ୍‌ରେ ଖେଳାଯାଉଥିବା ମହିଳା ଟି-୨୦ ବିଶ୍ୱକପ୍‌ର ଗୁରୁବାର ପ୍ରଥମ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୫ ରନ୍‌ରେ ବିଜୟୀ ହୋଇ ଫାଇନାଲରେ ପହଞ୍ଚିଛି। ଅଧିନାୟିକା ହରମନ୍‌ପ୍ରୀତ୍‌ କୌରଙ୍କ ଲଢୁଆ ଅର୍ଦ୍ଧଶତକ ସତ୍ତ୍ୱେ ଭାରତ ପରାସ୍ତ ହୋଇଛି। ଅଷ୍ଟ୍ରେଲିଆ ନିର୍ଦ୍ଧାରିତ ଓଭରରେ ୪ ଉଇକେଟ ହରାଇ ୧୭୨ ରନ୍‌ କରିଥିବା ବେଳେ ଭାରତ ୮ ଉଇକେଟ ହରାଇ ୧୬୭ ରନ୍‌ କରିଥିଲା।

ଟସ୍‌ ଜିତି ଅଷ୍ଟ୍ରେଲିଆ ପ୍ରଥମେ ବ୍ୟାଟିଂ କରିଥିଲା। ଅଷ୍ଟ୍ରେଲିଆର ଦୁଇ ଓପନର ଏଲିଆ ହିଲେ ଏବଂ ବେଥ୍‌ ମୋନି ପ୍ରାରମ୍ଭରୁ ଭଲ ଷ୍ଟାଟ୍‌ ଦେଇଥିଲେ। ବେଥ୍‌ ମୋନି ୫୪ ରନ୍‌ର ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିବା ବେଳେ ମିଗି ଲାନିନିଙ୍ଗ ୪୯ ରନ୍‌ କରି ନଟ୍‌ଆଉଟ ରହିଥିଲେ। ସେହିପରି ଏସ୍‌ଲେ ଗାର୍ଡନର ୩୧ ରନ୍‌ କରିଥିବା ବେଳେ ଏଲିସା ହିଲେ ୨୫ ରନ୍‌ କରିଥିଲେ। ଫଳରେ ଅଷ୍ଟ୍ରେଲିଆ ୧୭୨ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଭାରତ ପକ୍ଷରୁ ଶିଖା ପାଣ୍ଡେ ୩ ଉଇକେଟ ନେଇଥିବା ବେଳେ ଦୀପ୍ତି ଶର୍ମା ଓ ରାଧା ଯାଦବ ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୭୩ ରନ୍‌ ଲକ୍ଷ୍ୟର ପିଛା କରୁଥିବା ଭାରତ ୨୮ ରନ୍‌ରେ ୩ ଉଇକେଟ ହରାଇଥିବା ବେଳେ ଜେମିମା ରଡ୍ରିଗୁଏଜ୍‌ ୪୩ ଓ ହରମନ୍‌ପ୍ରୀତ୍‌ କୌର୍‌ ୫୨ ରନ୍‌ କରିଥିଲେ। ସ୍ମୃତି ମନ୍ଧାନା(୨), ଶେଫାଳି ବର୍ମା(୯) ଏବଂ ୟସ୍ତିକା ଭାଟିଆ(୪) ଚତୁର୍ଥ ଓଭର ସୁଦ୍ଧା ପ୍ୟାଭିଲିୟନ ଫେରିଥିଲେ। ତେବେ ଜେମିମା ରଡ୍ରିଗୁଏଜ୍‌(୪୩) ଓ ହରମନ୍‌ପ୍ରୀତ୍‌ କୌର୍‌(୫୨) ଚତୁର୍ଥ ଉଇକେଟରେ ୬୯ ରନ୍‌ ଯୋଡିଥିଲେ। ୨୪ ବଲ୍‌ ଖେଳିଥିବା ଜେମିମା ୬ ଚୌକା ମାରିଥିଲେ। ହରମନପ୍ରୀତ ୩୪ ବଲ୍‌ ଖେଳି ୬ ଚୌକା ଓ ୧ ଛକା ମାରିଥିବା ହରମନପ୍ରୀତ୍‌ ୧୫ ତମ ଓଭରରେ ଦୁର୍ଭାଗ୍ୟଜନକ ଭାବେ ରନ୍‌ଆଉଟ ହୋଇଥିଲେ। ରିଚା ଘୋଷ ୧୪ ରନ୍‌ କରିଥିବା ବେଳେ ସ୍ନେହ ରାଣା ୧୧ରନ୍‌ କରିଥିଲେ। ସେହିପରି ଶିଖା ପାଣ୍ଡେ ୧ ରନ୍‌ ଏବଂ ଦୀପ୍ତି ଶର୍ମା ୨୦ ରନ୍‌ କରି ନଟ୍‌ଆଉଟ ରହିଥିଲେ। ଫଳରେ ଭାରତ ୮ ଉଇକେଟ ହରାଇ ୧୬୭ ରନ୍‌ କରିବାରେ ସକ୍ଷମ ହୋଇଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ଡାର୍ସି ବ୍ରାଉନ୍‌ ଏବଂ ଆସ୍‌ଲେ ଗାର୍ଡନର ଦୁଇଟି ଲେଖାଏ ଉଇକେଟ ନେଇଥିବା ବେଳେ ମେଗାନ ସ୍କଟ୍‌ ଏବଂ ଜେସ୍‌ ଜୋନାସେନ୍‌ ଗୋଟିଏ ଲେଖାଏ ଉଇକେଟ ନେବାରେ ସକ୍ଷମ ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

IPL ଅକ୍ସନ୍‌କୁ ନେଇ ବଡ଼ ଘୋଷଣା: ଡିସେମ୍ବରରେ ଏହି ସ୍ଥାନରେ ହେବ….

ନୂଆଦିଲ୍ଲୀ,୨୩।୯: IPLର ଆଗାମୀ ସିଜନ୍‌କୁ ନେଇ ପ୍ରସ୍ତୁତି ଜୋରଦାର ହେଉଥିବା ବେଳେ ଅକ୍ସନକୁ ନେଇ ବଡ଼ ଅପଡେଟ୍ ସାମ୍ନାକୁ ଆସିଛି । BCCI ସଚିବ ଦେବଜିତ ସାଇକିଆଙ୍କ…

ନାଗାବଳୀ କୂଳରେ ଝଲସୁଛି କାଶତଣ୍ଡି, ଧରାପୃଷ୍ଠକୁ ଆସିବେ ଜଗତଜନନୀ

କଲ୍ୟାଣସିଂହପୁର,୨୩ା୯(ଦୀପକ କୁମାର ପରିଡା ): ​ପ୍ରକୃତିର କୋଳରେ ଏବେ ଉତ୍ସବର ଋତୁ । ରାୟଗଡ଼ା ଜିଲା କଲ୍ୟାଣସିଂହପୁର ବ୍ଲକ ଅନ୍ତର୍ଗତ ବେଲକନା ଗାଁ ନିକଟସ୍ଥ ନାଗାବଳୀ ନଦୀ…

ଗଞ୍ଜାମ ଜିଲାରେ ଲଗାଣ ବର୍ଷା; ମା’ ତାରାତାରିଣୀ ପାହାଡ଼ରୁ ଧସିଲା ମାଟି ଆତଡା-ପଥର ଖଣ୍ଡ

ପୁରୁଷୋତ୍ତମପୁର,୨୩ା୯(ସବିତା ମିଶ୍ର): ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଗଭୀର ଅବପାତ ପ୍ରଭାବରେ ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଦୁଇଦିନ ହେଲା ବର୍ଷା ଲାଗିରହିଛି । ଏହାର ପ୍ରଭାବରେ ଦକ୍ଷିଣ…

ଫୁଲୁଛି ତାମ୍ପରା ହ୍ରଦ, ତୁରନ୍ତ ଗେଟ୍‌ ଲଗାଇବାକୁ ଚାଷୀଙ୍କ ଦାବି

ଛତ୍ରପୁର,୨୩ା୯(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ବଙ୍ଗୋପସାଗରରେ ସୃଷ୍ଟି ଗଭୀର ଅବପାତ ପ୍ରଭାବରେ ଛତ୍ରପୁର ଏବଂ ଏହାର ଆଖପାଖ ଅଞ୍ଚଳରେ ତୁହାକୁତୁହା ବର୍ଷା ଲାଗିରହିଛି। ଛତ୍ରପୁର ଉପକଣ୍ଠରେ ଥିବା ତାମ୍ପରା…

IMD ଡିଜିଙ୍କ ବଡ଼ ସୂଚନା; ଆହୁରି ୨ ଦିନ ଛେଚିବ ବର୍ଷା, ଆଜି ରାତିରେ ଦକ୍ଷିଣ ଓଡ଼ିଶାରେ ହେବ….

ଭୁବନେଶ୍ବର,୨୩ା୯: ଗଭୀର ଅବପାତର ଗତି ନେଇ ବଡ଼ ସୂଚନା ଦେଇଛନ୍ତି IMD ଡିଜି ମୃତ୍ୟୁଞ୍ଜୟ ମହାପାତ୍ର । ଗଭୀର ଅବପାତର ଗତି ମନ୍ଥର ରହିଛି, ସେଥିପାଇଁ ବର୍ଷାର…

୧୫ ବର୍ଷୀୟ ବୈଭବ ସୂର୍ଯ୍ୟବଂଶୀଙ୍କ ବିଷୟରେ ବଡ଼ ବୟାନ ଦେଲେ କୋଚ, କହିଲେ,‘ମୁଁ ତାଙ୍କୁ ଅପେକ୍ଷା କରିଛି…’

ନୂଆଦିଲ୍ଲୀ,୨୩।୯: ବୈଭବ ସୂର୍ଯ୍ୟବଂଶୀ ବର୍ତ୍ତମାନ ଭାରତୀୟ କ୍ରିକେଟ ଟିମ ସହିତ ଜାପାନରେ ଅଛନ୍ତି। ସେ ୨୦୨୬ ଏସୀୟ କ୍ରୀଡ଼ାରେ ଭାରତର ପ୍ରତିନିଧିତ୍ୱ କରୁଛନ୍ତି ଏବଂ ସେଠାରେ ତାଙ୍କର…

କଳାହାଣ୍ଡିରେ ପ୍ରବଳ ବର୍ଷା; ଗୁରୁବାର ସବୁ ସ୍କୁଲ ଛୁଟି, NH୨୬ରେ ଗଛ ପଡିବାରୁ ରାସ୍ତା ଜାମ୍

ଭବାନୀପାଟଣା ୨୩।୯(ଉତ୍ତମ କୁମାର ଦାଶ): ବଙ୍ଗୋପସାଗରରେ ସୃଷ୍ଟ ଗଭୀର ଅବପାତ ଯୋଗୁଁ ମଙ୍ଗଳବାର ଠାରୁ କଳାହାଣ୍ଡି ଜିଲାର ବିଭିନ୍ନ ସ୍ଥାନରେ ପ୍ରବଳ ବର୍ଷା ହେଉଛି । ଏହି…

୨୦୨୭ ବିଶ୍ୱକପ ବିଷୟରେ ଉଲ୍ଲେଖ କରି ବିରାଟ-ରୋହିତଙ୍କ ସମ୍ପର୍କରେ ବଡ଼ ବୟାନ ଦେଲେ ରିଙ୍କୁ ସିଂହ, କହିଲେ…

ନୂଆଦିଲ୍ଲୀ,୨୩।୯: ଭାରତୀୟ ଟି-୨୦ ଦଳର ଷ୍ଟାର୍‌ ବ୍ୟାଟର ରିଙ୍କୁ ସିଂହ, ଦଳର ଦୁଇ ପ୍ରମୁଖ ଖେଳାଳି ବିରାଟ କୋହଲି ଏବଂ ରୋହିତ ଶର୍ମାଙ୍କ ସମ୍ପର୍କରେ ଏକ ଗୁରୁତ୍ୱପୂର୍ଣ୍ଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?