Posted inଖେଳ

ଭାରତକୁ ୨୧ ରନ୍‌ରେ ପରାସ୍ତ କରି ସିରିଜ୍‌ ହାତେଇଲା ଅଷ୍ଟ୍ରେଲିଆ 

ଚେନ୍ନାଇ,୨୨।୩: ଚେନ୍ନାଇରେ ଖେଳାଯାଉଥିବା ଅଷ୍ଟ୍ରେଲିଆ ବିପକ୍ଷ ଅନ୍ତିମ ମ୍ୟାଚ୍‌ରେ ଭାରତ ୨୧ ରନ୍‌ରେ ପରାସ୍ତ ହୋଇଛି। ଫଳରେ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ଅଷ୍ଟ୍ରେଲିଆ ୨-୧ରେ ଜିତି ନେଇଛି। ଏହି ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ଭାରତକୁ ୨୭୦ ରନ୍‌ର ବିଜୟ ଲକ୍ଷ୍ୟ ଦେଇଥିଲା। ଏହାର ଜବାବରେ ଭାରତ ୪୯.୧ ଓଭରରେ ୨୪୮ ରନ୍‌ କରି ଅଲଆଉଟ୍‌ ହୋଇଯାଇଥିଲା। ଭାରତ ପକ୍ଷରୁ ବିରାଟ କୋହଲି ସର୍ବାଧିକ ୫୪ ରନ୍‌ର ପାଳି ଖେଳିଥିବାବେଳେ ହାର୍ଦ୍ଦିକ ପାଣ୍ଡ୍ୟା ୪୦, ଶୁଭମନ ଗିଲ ୩୭, କେ.ଏଲ ରାହୁଲ ୩୨, ରୋହିତ ଶର୍ମା ୩୦, ରବିନ୍ଦ୍ର ଜାଡେଜା ୧୮ ରନ୍‌ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ଆଦାମ ଜାମ୍ପା ୪ଟି ଉଇକେଟ୍‌ ନେଇଥିଲେ।

ଟସ୍ ଜିତି ପ୍ରଥମେ ବ୍ୟାଟିଂ ନିଷ୍ପତ୍ତି ନେଇଥିବା କଙ୍ଗାରୁ ଦଳ ୪୯ ଓଭରରେ ୨୬୯ ରନ ସଂଗ୍ରହ କରି ଅଲଆଉଟ ହୋଇଯାଇଛି। ଓପନର୍‌ ମିଚେଲ ମାର୍ଶ ଦଳ ପାଇଁ ୪୭ ରନର ଏକ ଗୁରୁତ୍ୱପୂର୍ଣ୍ଣ ଇନିଂସ ଖେଳିଥିଲେ। ଆଲେକ୍ସ କେରି ୩୮ ରନ ସଂଗ୍ରହ କରିଥିଲେ। ଭାରତ ପକ୍ଷରୁ ହାର୍ଦ୍ଦିକ ପାଣ୍ଡ୍ୟା ୮ ଓଭରରେ ୪୪ ରନ ଦେଇ ୩ଟି ଉଇକେଟ ନେଇଥିଲେ। କୁଲଦୀପ ଯାଦବ ୩ ଉଇକେଟ ନେଇଥିଲେ। ମହମ୍ମଦ ସିରାଜ ୨ ଏବଂ ଅକ୍ଷର ପଟେଲ ଗୋଟିଏ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ରାତିରେ ପ୍ରେମିକଙ୍କ ସହ ଯୁବତୀଙ୍କୁ ଦେଖିଦେଲେ ଗ୍ରାମବାସୀ, ମାଡ଼ ମାରି କଲେ ଭିଡିଓ ଭାଇରାଲ…ଲୋକଲଜ୍ଜା ସହି ନ ପାରି…

ବେତିଆ,୮।୨: ବିହାରର ପଶ୍ଚିମ ଚମ୍ପାରଣ ଜିଲାର ଶିକାରପୁର ଥାନା ଅଞ୍ଚଳର ଏକ ଗାଁରୁ ଏକ ଚକିତ କଲାଭଳି ଘଟଣା ଘଟିଛି। ପ୍ରେମରେ ପଡ଼ିଥିବା ଜଣେ ଯୁବତୀ ମାନସିକ…

‘କ୍ରିକେଟ ପାଗଳ’: ବିନା ଭାରତ ମ୍ୟାଚ୍‌ରେ ବି ଷ୍ଟାଡିୟମ୍ ଫୁଲ୍

ଚେନ୍ନାଇ,୮ା୨: ଭାରତୀୟମାନେ ହେଉଛନ୍ତି କ୍ରିକେଟ ପ୍ରେମୀ। ଯାହା ଏବେ ପୁଣିଥରେ ଟି-୨୦ ବିଶ୍ୱକପରେ ପ୍ରମାଣିତ ହୋଇଛି। ଚାଲିଥିବା ଟି-୨୦ ବିଶ୍ୱକପ୍‌କୁ ନେଇ ଉଠୁଥିବା ସମସ୍ତ ଆଶଙ୍କାକୁ ଭୁଲ୍…

୧୩ ବରିଷ୍ଠ ରାଜସ୍ବ ସହାୟକଙ୍କୁ ସେକ୍ସନ ଅଫିସର ପଦବୀକୁ ପଦୋନ୍ନତି

କୋରାପୁଟ,୮ା୨(ଅମିତାଭ ବେହେରା): କୋରାପୁଟ ଜିଲାର ବିଭିନ୍ନ ବିଭାଗରେ କାର୍ଯ୍ୟ କରୁଥିବା ବରିଷ୍ଠ ରାଜସ୍ବ ସହାୟକଙ୍କ ମଧ୍ୟରୁ ୧୩ ଜଣଙ୍କୁ ଜିଲାପାଳ ମନୋଜ ସତ୍ୟବାନ ମହାଜନ ସେକ୍ସନ ଅଫିସର…

ଶିକ୍ଷକ କର୍ମଶାଳା ପାଲଟିଲା ରଣାଙ୍ଗନ: ପ୍ରଧାନଶିକ୍ଷକଙ୍କ ଉନ୍ମତ୍ତ କାଣ୍ଡ, ଅଶ୍ଳୀଳ ଭାଷା କହି…

ପରଜଙ୍ଗ,୮ା୨(ନିଗମାନନ୍ଦ ଦଳବେହେରା): ବିଦ୍ୟାଳୟରେ ଚାଲିଥିଲା ପାଞ୍ଚଦିନିଆ ଶିକ୍ଷକ କର୍ମଶାଳା। ଭାଗ ନେଇଥିଲେ ୫୦ରୁ ଊର୍ଦ୍ଧ୍ୱ ଶିକ୍ଷକ ଓ ଶିକ୍ଷୟିତ୍ରୀ। କିନ୍ତୁ ହଠାତ୍‌ କର୍ମଶାଳା ପାଲଟିଲା ରଣାଙ୍ଗନ। ନିଶାସକ୍ତ…

ମୃତକଙ୍କ ପରିବାରକୁ ୪ ଲକ୍ଷ ଟଙ୍କା ଲେଖାଏ ସହାୟତା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୮ା୨: ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ଚିକିଟି ବ୍ଲକ ଅନ୍ତର୍ଗତ ସୁନପୂରର ୨ ମୃତକଙ୍କ ପରିବାରକୁ ୪ ଲକ୍ଷ ଲେଖାଏ ଅନୁକମ୍ପା ରାଶି ଘୋଷଣା କରିଛନ୍ତି ମୁଖ୍ୟମନ୍ତ୍ରୀ…

ବିବାହ ଏକ ସାମାଜିକ କର୍ତ୍ତବ୍ୟ, କେବଳ ଶାରୀରିକ ସମ୍ପର୍କ ନୁହେଁ: ମୋହନ ଭାଗବତ

ନାଗପୁର,୮।୨: ରାଷ୍ଟ୍ରୀୟ ସ୍ୱୟଂସେବକ ସଂଘ (RSS) ମୁଖ୍ୟ ମୋହନ ଭାଗବତ ରବିବାର ଦେଶର ଜନସଂଖ୍ୟା, ଅର୍ଥନୀତି ଏବଂ ସୁରକ୍ଷା ଭଳି ଗୁରୁତ୍ୱପୂର୍ଣ୍ଣ ପ୍ରସଙ୍ଗରେ ନିଜର ମତ ରଖିଛନ୍ତି।…

ରୋଗୀଙ୍କୁ ଚିକିତ୍ସା ପାଇଁ ନେଉଥିଲେ ବିଶାଖାପାଟଣା, ବାଟରେ ଘଟିଲା ବଡ଼ ଅଘଟଣ, ଚାଲିଗଲା ୨ ଜୀବନ

ପାତ୍ରପୁର/ଚିକିଟି,୮ା୨(ଉମାଚରଣ ନେପାକ/ପ୍ରକାଶ ଚନ୍ଦ୍ର ସାହୁ): ଗଞ୍ଜାମ ଜିଲା ଚିକିଟି ବ୍ଲକ ଅନ୍ତର୍ଗତ ପାତିସୁନପୁର ଗ୍ରାମର ଗୋଟିଏ ପରିବାରର ୬ ଜଣ ବିଶାଖାପାଟଣା ଯାଉଥିବା ବେଳେ ରବିବାର ଅପରାହ୍ନରେ…

RSS ମୁଖ୍ୟ ପଦ ଛାଡ଼ିବା ନେଇ ମୋହନ ଭାଗବତଙ୍କ ବଡ଼ ବୟାନ, କହୁ କହୁ କହିଦେଲେ…

ମୁମ୍ବାଇ,୮।୨: ରାଷ୍ଟ୍ରୀୟ ସ୍ବୟଂସେବକ ସଂଘ(ଆର୍‌ଏସ୍‌ଏସ୍‌)ର ମୁଖ୍ୟ ମୋହନ ଭାଗବତ ରବିବାର ମୁମ୍ବାଇରେ ଆୟୋଜିତ ସଂଘର ଶତବାର୍ଷିକୀ ଉତ୍ସବରେ ବଡ଼ ବୟାନ ଦେଇଛନ୍ତି। ସେ କହିଛନ୍ତି, ବୟସ ବଢ଼ିବା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri