Posted inଖେଳ

ଅହମ୍ମଦାବାଦରେ ଭାରତ ସହ ଫାଇନାଲ ଖେଳିବ ଅଷ୍ଟ୍ରେଲିଆ: ୨୦୦୩ର ରାଗ ସୁଝାଇବ ଟିମ୍‌ ଇଣ୍ଡିଆ

କୋଲକାତା,୧୬।୧୧: କୋଲକାତାର ଇଡେନ୍‌ ଗାର୍ଡେନ୍ସରେ ଗୁରୁବାର ଖେଳାଯାଇଥିବା ୨୦୨୩ ଦିନିକିଆ ବିଶ୍ୱକପ୍‌ର ଦ୍ୱିତୀୟ ସେମିଫାଇନାଲ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୩ ଉଇକେଟ୍‌ରେ ବିଜୟ ହୋଇ ଫାଇନାଲ୍‌ ପାଇଁ ଟିକେଟ୍‌ ପକ୍କା କରିଛି। ଅନ୍ୟପକ୍ଷେ ପୂର୍ବରୁ ଫାଇନାଲରେ ପହଞ୍ଚି ସାରିଥିବା ଭାରତ ସହ ଅଷ୍ଟ୍ରେଲିଆ ଆସନ୍ତା ୧୯ ତାରିଖରେ ଅହମ୍ମଦାବାଦର ନରେନ୍ଦ୍ର ମୋଦି ଷ୍ଟାଡିୟମରେ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ ଖେଳିବ।

ସୂଚନା ଯୋଗ୍ୟ, ୨୦୦୩ ବିଶ୍ୱକପ୍‌ ଫାଇଲାନ ମ୍ୟାଚ୍‌ରେ ଭାରତ-ଅଷ୍ଟ୍ରେଲିଆ ପରସ୍ପରକୁ ଭେଟିଥିଲେ। ଅଷ୍ଟ୍ରେଲିଆ ୧୨୫ରେ ଭାରତକୁ ପରାସ୍ତ କରି ବିଶ୍ୱ ଚାମ୍ପିୟନ ହୋଇଥିଲା। ଦୀର୍ଘ ୨୦ ବର୍ଷ ପରେ ପୁଣି ଉଭୟ ଟିମ୍‌ ବିଶ୍ୱକପ୍‌ ଫାଇନାଲ ଖେଳିବାକୁ ଯାଉଛନ୍ତି। ହେଲେ ଭାରତ ନିଜ ମାଟିରେ ୨୦୦୩ ବିଶ୍ୱକପ୍‌ ଫାଇନାଲ ମ୍ୟାଚ୍‌ର ପ୍ରତିଶୋଧ ନେବା ଲକ୍ଷ୍ୟ ରଖିବ।

ଦକ୍ଷିଣ ଆଫ୍ରିକା ଟସ୍‌ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଡେଭିଡ ମିଲରଙ୍କ ଦମ୍‌ଦାର ଶତକୀୟ ଇନିଂସ୍‌ ବଳରେ ଦକ୍ଷିଣ ଆଫ୍ରିକା ନିର୍ଦ୍ଧାରିତ ୪୯.୪ ଓଭରରେ ସମସ୍ତ ଉଇକେଟ ହରାଇ ୨୧୨ ରନ୍‌ ସଂଗ୍ରହ କରିଥିଲା। ଫଳରେ ଅଷ୍ଟ୍ରେଲିଆ ଆଗରେ ୨୧୩ ରନ୍‌ର ବିଜୟ ଟାର୍ଗେଟ୍‌ ରଖିଥିଲା ଦକ୍ଷିଣ ଆଫ୍ରିକା। ଅଷ୍ଟ୍ରେଲିଆ ୪୭ .୨ ଓଭରରେ ୭ ଉଇକେଟ୍‌ ହରାଇ ବିଜୟ ଲକ୍ଷ୍ୟ ହାସଲ ହାସଲ କରି ନେଇଥିଲା।


Enter your email to get our daily news in your inbox.

All Right Reserved By Dharitri.Com

ଶିଶୁଙ୍କ ଗେଡ଼ାପଣ: ୬ ଜିଲାରେ ସ୍ଥିତି ଚିନ୍ତାଜନକ

ଭୁବନେଶ୍ୱର,୧୩ା୯(ସୁଚିସ୍ମିତା ସାହୁ): ରାଜ୍ୟରେ ୫ ବର୍ଷରୁ କମ୍‌ ବୟସର ଶିଶୁଙ୍କ ପୋଷଣ ସ୍ଥିତିକୁ ନେଇ ଜାତୀୟ ପରିବାର ସ୍ୱାସ୍ଥ୍ୟ ସର୍ୱେକ୍ଷଣ (ଏନ୍‌ଏଫ୍‌ଏଚ୍‌ଏସ୍‌-୫ରୁ ଏନ୍‌ଏଫ୍‌ଏଚ୍‌ଏସ୍‌-୬)ର ଏକ ତୁଳନାତ୍ମକ ରିପୋର୍ଟ…

ଦୁର୍ଘଟଣାରେ ଆହତ ବୃଦ୍ଧଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ, ଆଜି ମୃତଦେହ ଜବତ କରି…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଗୋକର୍ଣ୍ଣପୁର ପଞ୍ଚାୟତ ଅନଙ୍ଗପୁର ଗ୍ରାମ ନିକଟ ମୁଖ୍ୟରାସ୍ତାରେ ଏକ ବାଇକ୍‌ ଧକ୍କାରେ ସାନଖେମୁଣ୍ଡି ବ୍ଲକ ଗୌତମୀ ଗ୍ରାମର…

ଭଦ୍ରକରୁ ଅପହରଣ କରି ୫ ଲକ୍ଷ ଟଙ୍କାର ମୁଣ୍ଡ ଜାମିନ ରଖିଥିଲେ ଅପହରଣକାରୀ, ଆଉ ତା’ ପରେ…

ହାଟଡିହୀ,୧୨ା୯(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ପୋଲିସ ପାଇଁ ଅପହରଣର ଶିକାର ହୋଇଥିବା ୩ ଜଣଙ୍କ ଜୀବନ ବଞ୍ଚିଯାଇଛି। ପୋଲିସର ହସ୍ତକ୍ଷେପ ପରେ ଅପହରଣ ଶିକାର ହୋଇ ୫…

କାର୍‌ରେ ଚାଲାଣ ହେଉଥିଲା ଗଞ୍ଜେଇ, ଯାଞ୍ଚ ସମୟରେ ମହାରାଷ୍ଟ୍ରର ୨ ଅଭିଯୁକ୍ତଙ୍କୁ ଧରି…

ଦାରିଙ୍ଗବାଡ଼ି,୧୨ା୯(ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ଥାନା ସିମନବାଡ଼ି ପଞ୍ଚାୟତ ଟୋଲଗେଟ ନିକଟରେ ପୋଲିସ ବ୍ଲକିଂ କରି ଯାଞ୍ଚ କରିବା ସମୟରେ ଗୋଟିଏ କାର୍‌ରୁ ୪୨ କେଜି…

ରାସ୍ତାରେ ଯାଉଯାଉ ବାଇକ୍‌ ସହ କଚାଡ଼ି ହୋଇପଡ଼ିଗଲେ ଯୁବକ, ୮ ଘଣ୍ଟା ପରେ…

ଦିଗପହଣ୍ଡି,୧୨ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଫାସିଗୁଡ଼ା -ଛଣମେରି ଗ୍ରାମ ମଧ୍ୟବର୍ତ୍ତୀ ମୁଖ୍ୟରାସ୍ତା ୟରେ ଶନିବାର ମଧ୍ୟାହ୍ନରେ ସଡ଼କ ଦୁର୍ଘଟଣାରେ ଗୁରୁତର ହୋଇଥିବା ଜଣେ…

ଗ୍ରାମ ସଭାପତିଙ୍କୁ ହତ୍ୟା ମାମଲା: ଆଜୀବନ କାରାଦଣ୍ଡ ଭୋଗିବେ ଦ୍ୱିତୀୟ ଅଭିଯୁକ୍ତ

ଭଞ୍ଜନଗର,୧୨ା୯(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବ୍ଲକ ଦଣ୍ଡିପଦର ଗ୍ରାମରେ ୨୦୧୬ରେ ଗ୍ରାମ ସଭାପତି ପରୀକ୍ଷିତ ପ୍ରଧାନଙ୍କୁ ହତ୍ୟା କରାଯାଇଥିଲା। ଉକ୍ତ ମାମଲାର ରାୟ ଶୁକ୍ରବାର ପ୍ରକାଶ…

ବ୍ରିକ୍ସ ସମ୍ମିଳନୀରେ କୋରାପୁଟ କଫି ଚାଖିବେ ବିଶ୍ୱ ପ୍ରତିନିଧି, ବଢ଼ିଲା ଓଡ଼ିଶାର ଗୌରବ

କୋରାପୁଟ,୧୨ା୯(ଅମିତାଭ ବେହେରା): କୋରାପୁଟର ପାହାଡ଼ିଆ ଅଞ୍ଚଳରେ ଆଦିବାସୀ ଚାଷୀଙ୍କ ଦ୍ୱାରା ଉତ୍ପାଦିତ ସୁଗନ୍ଧିତ କଫି ଏବେ ବିଶ୍ୱ ମଞ୍ଚରେ ପହଞ୍ଚିଛି। ନୂଆଦିଲ୍ଲୀରେ ଚାଲିଥିବା ୧୮ତମ ବ୍ରିକ୍ସ ଶିଖର…

ଅଷ୍ଟ୍ରେଲିଆରେ ଇତିହାସ ରଚିଲା ପ୍ରବାସୀ ଓଡ଼ିଆଙ୍କ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’, ସବ୍ୟସାଚୀ-ଅର୍ଚ୍ଚିତା ଯୋଗ ଦେଇ…

ସିଡ୍‌ନୀ: ପ୍ରଥମଥର ପାଇଁ ଓଡ଼ିଆ ସିନେ କଳାକାରମାନଙ୍କୁ ନେଇ ସିଡ୍‌ନୀ-ମେଲବୋର୍ନ ସହରରେ ଏକ ମେଗା ସାଂସ୍କୃତିକ କାର୍ଯ୍ୟକ୍ରମ ‘ଝିଲ୍‌ମିଲ୍‌ ରାତି’ ସଫଳତାର ସହ ଆୟୋଜିତ ହୋଇଯାଇଛି। ଏହି…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?