Posted inଖେଳ

୪ ଦିନରେ ଟେଷ୍ଟ ମ୍ୟାଚ୍‌ ଶେଷ

ପର୍ଥ,୧୭ା୧୨: ନ୍ୟୁ ଓ୍ବାଣ୍ଡରର୍ସ ଷ୍ଟାଡିୟମରେ ଅଷ୍ଟ୍ରେଲିଆ-ପାକିସ୍ତାନ ପ୍ରଥମ କ୍ରିକେଟ ଟେଷ୍ଟ ମ୍ୟାଚ୍‌ ୪ ଦିନରେ ଶେଷ ହୋଇଛି। ଏଥିରେ ଅଷ୍ଟ୍ରେଲିଆ ୩୬୦ରନ୍‌ରେ ବିଜୟ ହାସଲ କରିଛି।

ନାଥାନ ଲିଅନ୍‌ ତାଙ୍କର ୫୦୦ ଉଇକେଟ୍‌ ପୁରଣ କରି ରେକର୍ଡ ସୃଷ୍ଟି କରିଛନ୍ତି। । ରବିବାର ଚତୁର୍ଥ ଦିବସ ଖେଳ ମଧ୍ୟାହ୍ନ ଭୋଜନ ବିରତିର ଅଧଘଣ୍ଟା ପରେ ଅଷ୍ଟ୍ରେଲିଆ ଦ୍ୱିତୀୟ ଇନିଂସ ୨୩୩/୫ ସ୍କୋରରେ ଘୋଷଣା କରିଥିଲା। ଫଳରେ ପାକିସ୍ତାନ ପାଇଁ ୪୫୦ ରନ୍‌ର କଷ୍ଟସାଧ୍ୟ ବିଜୟ ଲକ୍ଷ୍ୟ ଧାର୍ଯ୍ୟ ହୋଇଥିଲା। ଫାଇନାଲ ସେସନରେ ପାକିସ୍ତାନ ୩୦.୨ ଓଭରରେ ୮୯ର କରି ଅଲ୍‌ଆଉଟ ହୋଇଯାଇଥିଲା। ଦଳର ଏହାଥିଲା କ୍ରମାଗତ ୧୫ତମ ଟେଷ୍ଟ ପରାଜୟ।

ମିଚେଲ ଷ୍ଟାର୍କ, ଜୋସ ହାଜଲେଉଡ୍‌ ଓ ଅଧିନାୟକ ପ୍ୟାଟ କୁମିନ୍ସ ଏଥିରୁ ଫାଇଦା ଉଠାଇ ପାକିସ୍ତାନ ଟପ୍‌ ଅର୍ଡରରେ ବିପର୍ଯ୍ୟୟ ସୃଷ୍ଟି କରିଥିଲେ। ହାଜଲେଉଡ୍‌ ଓ ଷ୍ଟାର୍କ ୬ ଉଇକେଟ ନେବାରେ ସକ୍ଷମ ହୋଇଥିଲେ। ଅନ୍ୟପକ୍ଷେ ଫାହିମ୍‌ ଅଶ୍ରଫ୍‌ଙ୍କୁ ଲେଗ୍‌ ବିଫୋର ଉଇକେଟ କରି ଲିଅନ ତାଙ୍କ ୫୦୦ ଟେଷ୍ଟ ଉଇକେଟ ପୁରଣ କରିଥିଲେ। ଏହି ସଫଳତା ହାସଲ କରିବାରେ ସେ ସ୍ବର୍ଗତ ଶେନ ଓ୍ବର୍ନ ଓ ଗ୍ଲେନ ମ୍ୟାକଗ୍ରାଙ୍କ ପଛକୁ ତୃତୀୟ ଅଷ୍ଟ୍ରେଲୀୟ ଖେଳାଳି ବିବେଚିତ ହୋଇଛନ୍ତି। ମିଚେଲ ମାର୍ଶ ପ୍ଲେୟର ଅଫ୍‌ ଦି ମ୍ୟାଚ ବିବେଚିତ ହୋଇଥିଲେ। ଦୁଇ ଦଳ ମଧ୍ୟରେ ୩ ମ୍ୟାଚ ବିଶିଷ୍ଟ ସିରିଜର ଦ୍ୱିତୀୟଟି ଅନ୍ତର୍ଜାତୀୟ ଦିନିକିଆ ମଙ୍ଗଳବାରଠାରୁ ସେଣ୍ଟ ଜଜର୍‌ସପାର୍କଠାରେ ଖେଳଯିବ।


Enter your email to get our daily news in your inbox.

All Right Reserved By Dharitri.Com

ପେନଶନଭୋଗୀଙ୍କ ପାଇଁ ବଡ଼ ଖବର, UPI ରେ ଟଙ୍କା ଖର୍ଚ୍ଚ କରୁଥିଲେ…

ନୂଆଦିଲ୍‌ଲୀ,୨୦।୯: ପେନଶନ ଫଣ୍ଡ ନିୟାମକ ଏବଂ ବିକାଶ ପ୍ରାଧିକରଣ (PFRDA) କହିଛି ଯେ, ଇ-ଶ୍ରମ (e-Shram) ଡାଟାବେସରେ ପଞ୍ଜୀକୃତ ହୋଇଥିବା ଅସଂଗଠିତ କ୍ଷେତ୍ରର କର୍ମଚାରୀମାନେ ଖୁବ ଶୀଘ୍ର…

ରେଙ୍ଗାଲିରେ ଏନକାଉଣ୍ଟର: କୋଡିନ୍‌ କଫ୍‌ସିରପ୍‌ ଚାଲାଣକାରୀଙ୍କୁ….

ସମ୍ବଲପୁର, ୨୦।୯ (ପ୍ରମୋଦ ବହିଦାର): ସମ୍ବଲପୁର ଜିଲାରେ ନିଶା କାରବାର ବିରୋଧରେ ପୋଲିସର ବଡ଼ଧରଣର କାର୍ଯ୍ୟାନୁଷ୍ଠାନ ଦେଖିବାକୁ ମିଳିଛି। ‘ନିଶାମୁକ୍ତ ଓଡ଼ିଶା ଅଭିଯାନ’ ଅନ୍ତର୍ଗତ ରେଙ୍ଗାଲି ଥାନା…

ଏହି ୭ ପ୍ରକାରର UPI ପେମେଣ୍ଟ୍‌ ଉପରେ କୌଣସି ଚାର୍ଜ ଲାଗିବ ନାହିଁ; ଜାଣନ୍ତୁ କ’ଣ?

ନୂଆଦିଲ୍ଲୀ,୨୦ା୯: UPI ବ୍ୟବହାର କରୁଥିବା ଲୋକଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ ଖବର। ୧୫ ଅକ୍ଟୋବର, ୨୦୨୬ ଠାରୁ, ଏକ ନୂତନ ବାଣିଜ୍ୟ ରିହାତି ହାର (MDR) ଢାଞ୍ଚା କିଛି…

ସିମନବାଡ଼ି ସବ୍‌ଷ୍ଟେସନ କାର୍ଯ୍ୟ ଶେଷକୁ ବିତିଲା ଦୀର୍ଘଦିନ : ଲୋକଙ୍କୁ ମିଳୁନି ସେବା, ବିଭାଗର ଅହେତୁକ ବିଳମ୍ବକୁ ନେଇ ବଢ଼ୁଛି ଅସନ୍ତୋଷ

ଦାରିଙ୍ଗବାଡ଼ି, ୨୦/୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ବ୍ଲକ ସିମନବାଡ଼ିଠାରେ ଦୀର୍ଘଦିନ ହେଲା ୩୩/୧୧ କେଭି ବିଦ୍ୟୁତ ସବ୍‌ଷ୍ଟେସନ ସ୍ଥାପନ କାର୍ଯ୍ୟ ଶେଷ ହୋଇସାରିଛି। ହେଲେ…

ଭାରତରେ ପ୍ରବେଶ କରିବ ଆପଲ ପେ’

ନୂଆଦିଲ୍ଲୀ,୨୦ା୯: ଭାରତରେ ସର୍ୱାଧିକ ପ୍ରଚଳିତ ୟୁପିଆଇ ପେମେଣ୍ଟ ବ୍ୟବସ୍ଥା ଫୋନ୍‌ ପେ’ ଭଳି ଆମେରିକାରେ ଆପଲ ପେ’ ମଧ୍ୟ ଗ୍ରାହକ ମହଲରେ ବେଶ୍‌ ପରିଚିତ। ତେବେ ଆମେରିକାରେ…

ପେଟ୍ରୋଲିୟମ ମନ୍ତ୍ରଣାଳୟର ବଡ଼ ଘୋଷଣା, ଅକ୍ଟୋବର ୧ରୁ ଏମାନଙ୍କୁ ମିଳିବନି LPG ସିଲିଣ୍ଡର

ନୂଆଦିଲ୍ଲୀ,୨୦ା୯: ନିୟନ୍ତ୍ରିତ ଖୁଚୁରା ବିକ୍ରୟ ମୂଲ୍ୟରେ ଉପଯୁକ୍ତ ସବ୍‌ସିଡି ସହ ସିଲିଣ୍ଡର ରିଫିଲ ପାଇବାକୁ ଚାହୁଁଥିବା ଘରୋଇ ଏଲ୍‌ପିଜି ଗ୍ରାହକମାନଙ୍କ ପାଇଁ ଆସନ୍ତା ଅକ୍ଟୋବର ୧ରୁ ବାୟୋମେଟ୍ରିକ୍‌…

ବୁଧ-ଗୁରୁଙ୍କ ଯୁତିରେ ୪ ରାଶିଙ୍କ ଫିଟିବ ଭାଗ୍ୟ, ଟଙ୍କାରେ ଭରିଯିବ ସିନ୍ଦୁକ, ଚାକିରିରେ ବଡ଼ ପଦବୀ…

ବୈଦିକ ଜ୍ୟୋତିଷରେ ବୁଧ ଏବଂ ବୃହସ୍ପତି (ଗୁରୁ) ଉଭୟ ଅତ୍ୟନ୍ତ ଶୁଭ ଗ୍ରହ, କାରଣ ଶୁକ୍ରଙ୍କ ତୁଳନାରେ ଏମାନଙ୍କ ମଧ୍ୟରେ ଦେବତ୍ୱ ରହିଛି। ଯେତେବେଳେ ବୁଧ-ଗୁରୁଙ୍କ ଯୁତି,…

ବିଫଳତାର ସ୍ମାରକୀ

ଚଳିତ ମାସରୁ ୱାଶିଂଟନ ଡିସିରେ ଡୋନାଲ୍ଡ ଟ୍ରମ୍ପ୍‌ ଏକ ତୋରଣାକୃତି ବିଜୟ ସ୍ମାରକୀ କାମ ଆରମ୍ଭ କରିବାକୁ ଯାଉଛନ୍ତି। ପ୍ୟାରିସ୍‌ର ‘ଆର୍କ ଡି ଟ୍ରାୟୋମ୍ଫ’ ଢାଞ୍ଚାରେ ଏହାକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?