Posted inଖେଳ

ସ୍କଟ୍‌ଲାଣ୍ଡକୁ ହରାଇଲା ଅଷ୍ଟ୍ରେଲିଆ: ସୁପର-୮ରେ ପହଞ୍ଚିଲା ଇଂଲଣ୍ଡ

ଗ୍ରସ୍‌ ଆଇଲେଟ୍‌,୧୫ା୬: ଟି୨୦ ବିଶ୍ୱକପ୍‌ରେ ରବିବାର ସ୍କଟ୍‌ଲାଣ୍ଡକୁ ୫ ଉଇକେଟରେ ପରାସ୍ତ କରିଛି ଅଷ୍ଟ୍ରେଲିଆ। ଏହି ପରାଜୟ ସହିତ ସ୍କଟ୍‌ଲାଣ୍ଡ ଟୁର୍ନାମେଣ୍ଟରୁ ବିଦାୟ ନେଇଥିବା ବେଳେ ଇଂଲଣ୍ଡ ସୁପର୍‌-୮ରେ ପ୍ରବେଶ କରିଛି। ପ୍ରଥମେ ବ୍ୟାଟିଂ କରି ସ୍କଟ୍‌ଲାଣ୍ଡ ୫ ଉଇକେଟରେ ୧୮୦ ରନ୍‌ କରିଥିଲା। ଜବାବରେ ୧୯.୪ ଓଭରରେ ଅଷ୍ଟ୍ରେଲିଆ ୫ ଉଇକେଟରେ ୧୮୬ ରନ୍‌ କରିଥିଲା।

ଅଷ୍ଟ୍ରେଲିଆ ଟସ୍‌ ଜିତି ପ୍ରଥମେ ବୋଲିଂ କରିଥିଲା। ଓପନର ଜର୍ଜ ମୁନ୍‌ସୀ (୩୫) ରନ୍‌ କରିଥିବା ବେଳେ ଦଳୀୟ ସ୍କୋର ୩ ରନ୍‌ରେ ଅନ୍ୟତମ ଓପନର ମାଇକେଲ୍‌ ଜୋନ୍ସ ମାତ୍ର ୨ ରନ୍‌ କରି ଆଉଟ ହୋଇଥିଲେ। ତେବେ ମୁନ୍‌ସୀ ଓ ବ୍ରେଣ୍ଡନ ମ୍ୟାକମୁଲେନ୍‌(୬୦) ଦ୍ୱିତୀୟ ଉଇକେଟରେ ୮୯ ରନ୍‌ ଯୋଡିଥିଲେ। ୯ମ ଓଭରରେ ପାର୍ଟ ଟାଇମର ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ଏହି ଯୋଡି ଭାଙ୍ଗିଥିଲେ।

ମୁନ୍‌ସୀ ୨୩ ବଲ୍‌ ଖେଳି ୨ ଚୌକା ଓ ୩ ଛକା ସହ ୩୫ ରନ୍‌ କରିଥିଲେ। ଅନ୍ୟପକ୍ଷରେ ମ୍ୟାକ୍‌ମୁଲେନ୍‌ ୩୪ ବଲ୍‌ ଖେଳି ୨ ଚୌକା ଓ ୬ ଛକା ମାରିଥିଲେ। ଶେଷ ଆଡକୁ ଅଧିନାୟକ ରିଚି ବାରିଙ୍ଗଟନ୍‌ ୩୧ ବଲ୍‌ ଖେଳି ଅପରାଜିତ ୪୨ ରନ୍‌ କରିବାରୁ ସ୍କଟ୍‌ଲାଣ୍ଡ ଲଢୁଆ ୧୮୦ ରନ୍‌ କରିଥିଲା। ଅଷ୍ଟ୍ରେଲିଆ ପକ୍ଷରୁ ଗ୍ଲେନ୍‌ ମ୍ୟାକ୍ସଓ୍ବେଲ ୨, ଆଷ୍ଟନ ଆଗର, ନାଥନ ଏଲିସ ଓ ଆଡାମ ଜାମ୍ପା ଗୋଟିଏ ଲେଖାଏ ଉଇକେଟ ନେଇଥିଲେ।

୧୮୧ ରନ୍‌ର ପିଛା କରୁଥିବା ଅଷ୍ଟ୍ରେଲିଆ ୬୦ ରନ୍‌ରେ ୩ ଉଇକେଟ ହରାଇଥିଲା। ଅନ୍ତିମ ୩ ଓଭରରୁ ୨୫ ରନ୍‌ ଆବଶ୍ୟକ ଥିବା ବେଳେ ଟିମ୍‌ ଡେଭିଡ୍‌ ୧୪ ବଲ୍‌ରୁ ୨୪ ରନ୍‌ କରି ଦଳକୁ ବିଜୟୀ କରିଥିଲେ। ସ୍କଟ୍‌ଲାଣ୍ଡ ପକ୍ଷରୁ ସଫ୍ୟାନ ଶରିଫ୍‌ ଓ ମାର୍କ ଓ୍ବାଟ୍‌ ୨ଟି ଲେଖାଏ, ବ୍ରାଡ୍‌ ହ୍ବିଲ ଗୋଟିଏ ଉଇକେଟ ନେଇଥିଲେ। ଅଷ୍ଟ୍ରେଲିଆ ଓ ଇଂଲଣ୍ଡ ପରି ଦଳକୁ କଡା ଟକ୍କର ଦେଇଥିବା ସ୍କଟ୍‌ଲାଣ୍ଡ ଏହି ପରାଜୟ ସହ ବିଦାୟ ନେଇଛି। ଇଂଲଣ୍ଡ ଓ ସ୍କଟ୍‌ଲାଣ୍ଡ ସମାନ ୫ ପଏଣ୍ଟ ଲେଖାଏ ପାଇଥିବା ବେଳେ ରନ୍‌ ରେଟ୍‌ ବ୍ୟବଧାନରେ ଆଗୁଆ ରହି ଇଂଲଣ୍ଡ ସୁପର-୮ରେ ସ୍ଥାନ ପାଇଛି।

 


Enter your email to get our daily news in your inbox.

All Right Reserved By Dharitri.Com

ଦିନିକିଆ ବିଶ୍ୱକପ୍‌ କାର୍ଯ୍ୟସୂଚୀ ଘୋଷଣା କଲା ଆଇସିସି: ଅକ୍ଟୋବର ୧୦ରେ ଭାରତ-ପାକିସ୍ତାନ ହାଇଭୋଲଟେଜ ମ୍ୟାଚ୍‌

ଦୁବାଇ, ୧ା୧୦: ୨୦୨୭ରେ ଦକ୍ଷିଣ ଆଫ୍ରିକା, ଜିମ୍ବାଓ୍ବେ ଓ ନାମ୍ବିଆରେ ହେବାକୁ ଥିବା ପୁରୁଷ ଦିନିକିଆ ବିଶ୍ୱକପ୍‌ ପାଇଁ ଗୁରୁବାର ଆଇସିସି ପକ୍ଷରୁ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି।…

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?