Posted inଖେଳ

୪-୧ରେ ଆଶେସ ଜିତିଲା ଅଷ୍ଟ୍ରେଲିଆ

ସିଡ୍‌ନୀ,୮ା୧: ସିଡ୍‌ନୀ କ୍ରିକେଟ ଗ୍ରାଉଣ୍ଡ(ଏସ୍‌ସିଜି)ରେ ଖେଳାଯାଇଥିବା ଇଂଲଣ୍ଡ ବିପକ୍ଷ ପଞ୍ଚମ ତଥା ଅନ୍ତିମ ଆଶେସ ଟେଷ୍ଟ କ୍ରିକେଟ ମ୍ୟାଚ୍‌କୁ ଅଷ୍ଟ୍ରେଲିଆ ଗୁରୁବାର ୫ ଉଇକେଟରେ ଜିତି ନେଇଛି। ଏହି ବିଜୟ ସହ ଘରୋଇ ଅଷ୍ଟ୍ରେଲିଆ ୫ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌କୁ ୪-୧ ବ୍ୟବଧାନରେ ବିଜୟୀ ହୋଇଛି।

ପ୍ରଥମ ଇନିଂସରେ ଇଂଲଣ୍ଡ ୩୮୪ ରନ୍‌ କରିଥିବା ବେଳେ ଅଷ୍ଟ୍ରେଲିଆ ୫୬୭ ରନ୍‌ କରିଥିଲା। ୧୮୩ ରନ ପଛରେ ରହିଥିବା ଇଂଲଣ୍ଡ ଦ୍ୱିତୀୟ ଇନିଂସରେ ୩୪୨ ରନରେ ଅଲଆଉଟ୍‌ ହୋଇଥିଲା। ଫଳରେ ୧୬୦ ରନର ଟାର୍ଗେଟକୁ ଅଷ୍ଟ୍ରେଲିଆ ୫ ଉଇକେଟରେ ହାସଲ କରି ନେଇଥିଲା। ଅଷ୍ଟ୍ରେଲିଆର ଓପନର ଟ୍ରାଭିସ ହେଡ୍‌ଙ୍କୁ ପ୍ଲେୟର ଅଫ୍‌ ଦି ମ୍ୟାଚ୍‌ ଓ ମିଚେଲ ଷ୍ଟାର୍କଙ୍କୁ ପ୍ଲେୟର ଅଫ୍‌ ଦି ସିରିଜ୍‌ ବିବେଚିତ କରାଯାଇଛି। ଏହି ମ୍ୟାଚ୍‌ ଜରିଆରେ ଅଷ୍ଟ୍ରେଲିଆର ଉସ୍ମାନ ଖ୍ୱାଜା ଅନ୍ତର୍ଜାତୀୟ କ୍ରିକେଟକୁ ଅଲବିଦା କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଖାକିରେ ଦାଗ: ମହିଳାଙ୍କୁ ପ୍ରତାରଣା-ବଳାତ୍କାର ଅଭିଯୋଗରେ ପୋଲିସ ଓଏଏସଆଇ ଗୌରାଙ୍ଗ ବେହେରା ଗିରଫ

ଛତ୍ରପୁର, ୧୭।୭(ଦିଲ୍ଲୀପ ସାମଲ): ପୁଣି ଥରେ ଖାକି ପୋଷାକରେ ଲାଗିଛି ଦାଗ। ଜଣେ ମହିଳାଙ୍କ ଇଚ୍ଛା ବିରୋଧରେ ଜବରଦସ୍ତ ଶାରୀରିକ ସମ୍ପର୍କ ରଖିବା ଏବଂ ପ୍ରତାରଣା କରିବା…

ଘରେ ଏକୁଟିଆ ଦେଖି ଜବରଦସ୍ତି ଉଠାଇ ନେଇ ୮ ବର୍ଷର ନାବାଳିକାକୁ ବଳାତ୍କାର: ଅଭିଯୁକ୍ତ କୁଶୁନୁ ମୁଣ୍ଡାଙ୍କୁ…

ପାଟଣା,୧୭।୭(ବୀର କିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ଥାନା ଅଞ୍ଚଳରେ ଜଣେ ୮ ବର୍ଷର ନାବାଳିକାକୁ ବଳାତ୍କାର କରାଯାଇଥିବା ନେଇ ଏକ ସଂଗୀନ ଅଭିଯୋଗ ସାମ୍ନାକୁ ଆସିଛି।…

ଦେଶୀ ମଦ କାରବାର, ୨ ଜଣଙ୍କୁ ବାନ୍ଧିଲା ପୋଲିସ

ମୋହନା, ୧୭ା୭ (ମନ୍ମଥ ମିଶ୍ର): ଅଡବା ଥାନା ପୋଲିସ ଗମ୍ଭାରିଗାଁ ଗ୍ରାମରେ ଦେଶୀ ମଦ ପ୍ରସ୍ତୁତି ଓ ବିକ୍ରି କରିବା ବିରୋଧରେ ଚଢ଼ାଉ କରି ୨ଙ୍କୁ ଗିରଫ…

କିମ୍ବଦନ୍ତୀ କ୍ରିକେଟର ସାର୍ ଗ୍ୟାରୀ ସୋବର୍ସଙ୍କ ପରଲୋକ, କ୍ରିକେଟ୍ ଜଗତରେ ଶୋକର ଛାୟା

ବ୍ରିଜ୍‌ଟାଉନ୍,୧୭।୭: ବିଶ୍ୱ କ୍ରିକେଟ୍ ଇତିହାସର ମହାନତମ ଅଲରାଉଣ୍ଡର ତଥା ୱେଷ୍ଟଇଣ୍ଡିଜ୍‌ର ପୂର୍ବତନ ଅଧିନାୟକ ସାର୍ ଗାରଫିଲ୍ଡ ସୋବର୍ସ (Garry Sobers)ଙ୍କ ପରଲୋକ ହୋଇଯାଇଛି। ୮୯ ବର୍ଷ ବୟସରେ…

ରାଷ୍ଟ୍ରପତିଙ୍କ ତପ୍ତପାଣି ଗସ୍ତ କାର୍ଯ୍ୟକ୍ରମକୁ ନେଇ ପୋଲିସ ପ୍ରଶାସନ ପକ୍ଷରୁ ପ୍ରସ୍ତୁତି, ସ୍ଥିତି ପରଖିଲେ ଜିଲାପାଳ, ଏସ.ପି

ଦିଗପହଣ୍ଡି,୧୭|୭(ଅଶେଷ ନାଥ ମିଶ୍ର) ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁ ଗଞ୍ଜାମ – ଗଜପତି ସୀମାନ୍ତ ପର୍ଯ୍ୟଟନ କ୍ଷେତ୍ର ଉଷ୍ମ ପସ୍ରବଣ ତପ୍ତପାଣି ପରିଦର୍ଶନ କାର୍ଯ୍ୟକ୍ରମ କୁ ଦୃଷ୍ଟିରେ ରଖି…

ଆଗକୁ ପଞ୍ଚାୟତ ଓ ପୌର ନିର୍ବାଚନ: ଭାଜପା ସାମିଲ ହେଲେ ଗୁଡାରି ବ୍ଲକ ଅଧ୍ୟକ୍ଷ, ସମୀକରଣ ଉପରେ…

ଗୁଡାରି, ୧୭।୭ (ପ୍ରମୋଦ କୁମାର ପତି): ରାୟଗଡ଼ା ଜିଲା ଗୁଡାରି ବ୍ଲକ ଅଧ୍ୟକ୍ଷ ବିଶ୍ୱନାଥ ଶବର ଶୁକ୍ରବାର ବିଧିବଦ୍ଧ ଭାବେ ଭାରତୀୟ ଜନତା ପାର୍ଟି (ଭାଜପା)ରେ ସାମିଲ…

ଖରିଫ ଚାଷ ପାଇଁ ୨୪ରେ ଛଡ଼ାଯିବ ପାଣି, ଘୋଡ଼ାହାଡ଼ ଡ୍ୟାମରେ ହେଲା ବୃଷ୍ଟିଯଜ୍ଞ

ଦିଗପହଣ୍ଡି, ୧୭ା୭ (ଅଶେଷ ନାଥ ମିଶ୍ର): ଖରିଫ ଧାନ ଚାଷ ନିମନ୍ତେ ଚଳିତ ବର୍ଷ ମଧ୍ୟ ଦିଗପହଣ୍ଡି ବ୍ଲକ୍‌ ଖମାରି ଗାଁ ନିକଟରେ ଥିବା ଘୋଡ଼ାହାଡ଼ ଡ୍ୟାମରେ…

UPI ବ୍ୟବହାରକାରୀଙ୍କ ପାଇଁ ବଡ଼ ଖବର; ₹୨,୦୦୦ରୁ ଅଧିକ UPI ପେମେଣ୍ଟ ଉପରେ ଏବେ ଗଣିବାକୁ ପଡ଼ିବ ଚାର୍ଜ!

ନୂଆଦିଲ୍ଲୀ,୧୭।୭: ଯଦି ଆପଣ ଦୈନନ୍ଦିନ ଜୀବନରେ ୟୁପିଆଇ (UPI) ମାଧ୍ୟମରେ ବଡ଼ ଧରଣର ଆର୍ଥିକ କାରବାର କରୁଛନ୍ତି, ତେବେ ଏହି ଖବର ଆପଣଙ୍କ ପାଇଁ ଗୁରୁତ୍ୱପୂର୍ଣ୍ଣ। ଦେଶରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri