Posted inଖେଳ

ଶେଷ ଦିନିକିଆରେ ଅଷ୍ଟ୍ରେଲିଆ ବିଜୟୀ

ରାଜକୋଟ,୨୭।୯: ରାଜକୋଟ ଦିନିକିଆରେ ଅଷ୍ଟ୍ରେଲିଆ ଭାରତକୁ ୬୬ ରନରେ ପରାସ୍ତ କରିଛି। ୩୫୩ ରନ୍‌ର ବିଜୟ ଲକ୍ଷ୍ୟକୁ ପିଛା କରି ଭାରତ ୪୯.୪ ଓଭରରେ ୨୮୬ ରନ୍ ରେ ଅଲଆଉଟ୍ ହୋଇଯାଇଥିଲା। ଏହାସହ ଭାରତ ୩ ମ୍ୟାଚ୍‌ ବିଶିଷ୍ଟ ଦିନିକିଆ ସିରିଜ୍‌କୁ ୨-୧ରେ ଜିତିଛି।
ଅଷ୍ଟ୍ରେଲିଆ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ଦଳ ୫୦ ଓଭରରେ ୩୫୨ ରନ ସ୍କୋର କରିଥିଲା। କଙ୍ଗାରୁ ଦଳ ଦେଇଥିବା ଟାର୍ଗେଟର ଜବାବରେ ରୋହିତ ଏବଂ ୱାଶିଂଟନ ସୁନ୍ଦର ଭାରତ ପାଇଁ ଓପନିଂ ଆସିଥିଲେ। ଏହି ସମୟରେ ରୋହିତ ଅର୍ଦ୍ଧଶତକ ହାସଲ କରିଥିଲେ। ରୋହିତ ୫୭ ବଲ୍‌ରେ ୬ଟି ଛକା ଓ ୫ ଚୌକା ସହାୟତାରେ ୮୧ ରନର ଇନିଂସ ଖେଳିଥିଲେ। କିନ୍ତୁ ଏହା ପରେ ମ୍ୟାକ୍ସୱେଲ ତାଙ୍କୁ ଆଉଟ୍‌ କରିଥିଲେ। ରୋହିତ କୋହଲିଙ୍କ ସହ ଅର୍ଦ୍ଧ ଶତକୀୟ ଭାଗିଦାରୀ ଖେଳିଥିଲେ।
ଟିମ ଇଣ୍ଡିଆର ପ୍ରଥମ ଉଇକେଟ ସୁନ୍ଦର ରୂପେ ଯାଇଥିଲା। ସୁନ୍ଦର ଗୋଟିଏ ଚୌକା ଏବଂ ଗୋଟିଏ ଛକା ସହିତ ୩୦ ବଲରେ ୧୮ ରନ ସ୍କୋର କରିଥିଲେ। ଏହା ପରେ ସେ ମ୍ୟାକ୍ସୱେଲଙ୍କ ଶିକାର ହୋଇଥିଲେ। ଭଲ ଇନିଂସ ପରେ ବିରାଟ କୋହଲି ମଧ୍ୟ ଆଉଟ ହୋଇଥିଲେ। ସେ ୬୧ ବଲ ସମ୍ମୁଖରେ ୫୬ ରନ ସ୍କୋର କରିଥିଲେ। କୋହଲି ୫ ଚୌକା ଓ ଗୋଟିଏ ଛକା ମାରିଥିଲେ। ମ୍ୟାକ୍ସୱେଲ ମଧ୍ୟ କୋହଲିଙ୍କ ଉଇକେଟ ନେଇଥିଲେ। ଶ୍ରେୟସ ଆୟର ୪୮, କେ ଏଲ୍ ରାହୁଲ ୨୬, ରବିନ୍ଦ୍ର ଜାଡେଜା ୩୫ କରିଥିଲେ। ଅଷ୍ଟ୍ରେଲିଆ ପକ୍ଷରୁ ମ୍ୟାକ୍ସୱେଲ ସର୍ବାଧିକ ୪ ଟି ଉଇକେଟ୍ ନେଇଥିଲେ।
ଏହାପୂର୍ବର ଅଷ୍ଟ୍ରେଲିଆ ଦଳ ଟସ ଜିତି ପ୍ରଥମେ ବ୍ୟାଟିଂ କରିବାକୁ ନିଷ୍ପତ୍ତି ନେଇଥିଲା। ୫୦ ଓଭରରେ ୭ ଉଇକେଟ ହରାଇ ୩୫୨ ରନ ସ୍କୋର କରିଥିଲା। କଙ୍ଗାରୁ ଦଳ ଡେଭିଡ ୱାର୍ନର, ମିଚେଲ ମାର୍ଶ, ଷ୍ଟିଭ ସ୍ମିଥ ଏବଂ ମାର୍ନସ ଲାବୁସାନେ ଅର୍ଦ୍ଧଶତକୀୟ ଇନିଂସ ଦେଖିଥିଲେ। ବୋଲିଂରେ ଜସପ୍ରୀତ ବୁମ୍‌ରା ଭାରତ ପକ୍ଷରୁ ୨ ଉଇକେଟ ନେଇଥିବା ବେଳେ କୁଲଦୀପ ଯାଦବ ୨ ଉଇକେଟ ନେଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ହୋଲି ପାଇଁ ଗଡ଼ିବ ୬୨ ସ୍ବତନ୍ତ୍ର ଟ୍ରେନ୍‌

ଭୁବନେଶ୍ୱର, ୬ା୨(ଅନୁରାଧା ମହାରଣା)- ହୋଲି ଉତ୍ସବ ସମୟରେ ଯାତ୍ରୀମାନଙ୍କ ପାଇଁ ସୁଗମ, ନିରାପଦ ଏବଂ ଆରାମଦାୟକ ଯାତ୍ରା ସୁନିଶ୍ଚିତ କରିବାକୁ ପୂର୍ବତଟ ରେଳପଥ ଏହାର ପରିସୀମା ମଧ୍ୟରେ…

U19 World Cup: ବିଶ୍ୱ ଚାମ୍ପିୟନ ହେଲା ଭାରତ, ତଥାପି ICCରୁ ପୁରସ୍କାରରେ ମିଳିବ ନାହିଁ ଗୋଟିଏ ଟଙ୍କା 

ହରାରେ,୬।୨: ଭାରତ ପୁଣି ଥରେ ୧୯ ବର୍ଷରୁ କମ୍‌ ବିଶ୍ୱକପରେ ଇତିହାସ ରଚିଲା। ଟିମ ଇଣ୍ଡିଆ ହରାରେ ସ୍ପୋଟର୍‌ସ କ୍ଲବ୍‌ରେ ଇଂଲଣ୍ଡ ବିପକ୍ଷରେ ଖେଳାଯାଇଥିବା ଫାଇନାଲରେ ବିଜୟୀ…

Under 19 World Cup 2026: ଷଷ୍ଠ ଥର ପାଇଁ ଭାରତ ଚାମ୍ପିୟନ, ୧୭୫ ରନ୍‌ର ଇନିଂସ ଖେଳି ଇଂଲଣ୍ଡର ଆଶାକୁ ଧୂଳିସାତ କଲେ…

ହରାରେ, ୬।୨: ବୈଭବ ସୂର୍ଯ୍ୟବଂଶୀଙ୍କ ରେକର୍ଡ ବ୍ରେକିଂ ଇନିଂସ ସହାୟତାରେ ଭାରତ ୬ଷ୍ଠ ଥର ପାଇଁ ୧୯ ବର୍ଷରୁ କମ୍‌ ଦିନିକିଆ କ୍ରିକେଟ ବିଶ୍ୱକପ ଚାମ୍ପିୟନ ହୋଇଛି।…

ହାତ ଯୋଡ଼ି ପ୍ରାର୍ଥନା କଲେ, ପରେ ୧୭ ମହଲାରୁ ଡେଇଁ ପଡ଼ିଲେ; ଚମକାଉଛି ବେକରୀ ମାଲିକଙ୍କ ମୃତ୍ୟୁ ପୂର୍ବର ଭିଡିଓ… 

ମୁମ୍ବାଇ,୬।୨: ମହାରାଷ୍ଟ୍ରର ସୋଲାପୁରରୁ ଏକ ଅତ୍ୟନ୍ତ ଦୁଃଖଦ ଖବର ସାମ୍ନାକୁ ଆସିଛି। ଏଠାର ପ୍ରସିଦ୍ଧ ମୁଲତାନି ବେକେରୀର ୬୦ ବର୍ଷୀୟ ମାଲିକ ସୁନୀଲ ସଦରଙ୍ଗାନୀ ବିଜୟପୁର ରୋଡରେ…

ଅଲିମ୍ପିଆନ ସୁଶୀଲଙ୍କ ଜାମିନ ଖାରଜ

ନୂଆଦିଲ୍ଲୀ,୬ା୨: ସ୍ଥାନୀୟ ଛତ୍ରସାଲ ଷ୍ଟାଡିୟମରେ ପୂର୍ବତନ ଜାତୀୟ ଜୁନିୟର କୁସ୍ତି ଚାମ୍ପିୟନ ସାଗର ଧନକରଙ୍କ ହତ୍ୟା ମାମଲାରେ ଗିରଫ ଅଲିମ୍ପିଆନ ସୁଶିଲ କୁମାରଙ୍କ ଜାମିନ ଆବେଦନକୁ ଦିଲ୍ଲୀର…

ଭାରତକୁ ବଡ଼ ଝଟ୍‌କା: ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ି ପାରନ୍ତି ହର୍ଷିତ ରାଣା

ମୁମ୍ବାଇ,୬ା୨: ଅଭ୍ୟାସ ମ୍ୟାଚରେ ଆଣ୍ଠୁରେ ଆଘାତ ଲାଗିଥିବାରୁ ଭାରତର ଯୁବ ସ୍ପିଡଷ୍ଟର ହର୍ଷିତ ରାଣା ଟି୨୦ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିପାରନ୍ତି। ହର୍ଷିତଙ୍କ ଉପରେ କିନ୍ତୁ ଦଳର ଫିଜିଓ…

ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି କଂଗ୍ରେସ…

ଭଞ୍ଜନଗର,୬ା୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା କଂଗ୍ରେସ (ପଶ୍ଚିମ) ସଂଗଠନ ପକ୍ଷରୁ ଦେଶରେ ଏମ୍‌ଜିଏନ୍‌ଆର୍‌ଇଜିଏସ୍‌ ପୁନଃ ଲାଗୁ ଦାବି କରି ଶୁକ୍ରବାର ଭଞ୍ଜନଗର ଉପଜିଲାପାଳ ଉମାଶଙ୍କର ବେହେରାଙ୍କୁ ଏକ…

ଶ୍ରଦ୍ଧା, ଅଶ୍ରୁ ଆଉ ସ୍ମୃତି: ଫଲଗୁ ନଦୀରେ ଅଜିତ ପାଓ୍ବାରଙ୍କୁ ଅନ୍ତିମ ବିଦାୟ

ମୁମ୍ବାଇ,୬।୨: ଗୟାର ପବିତ୍ର ଭୂମିରେ ଶୁକ୍ରବାର ମହାରାଷ୍ଟ୍ରର ପୂର୍ବତନ ଉପମୁଖ୍ୟମନ୍ତ୍ରୀ ସ୍ବର୍ଗତ ଅଜିତ ପାୱାରଙ୍କ ସ୍ମୃତିରେ ଏକ ଗମ୍ଭୀର ଶୋକ ସଭା ଅନୁଷ୍ଠିତ ହୋଇଥିଲା। ଏହି କାର୍ଯ୍ୟକ୍ରମର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri