Posted inଖେଳ

ଅଷ୍ଟ୍ରେଲିଆ ସିରିଜ ବିଜୟୀ

ବ୍ରିସବେନ, ୮ା୧୦: ଡେଭିଡ ଓ୍ବାର୍ନରଙ୍କ ଦ୍ରୁତ ଅର୍ଦ୍ଧଶତକୀୟ ଇନିଂସ ଓ ମିଚେଲ ଷ୍ଟାର୍କଙ୍କ ଘାତକ ବୋଲିଂ ବଳରେ ଅଷ୍ଟ୍ରେଲିଆ ଶୁକ୍ରବାର ଅନୁଷ୍ଠିତ ଟି୨୦ କ୍ରିକେଟ ମ୍ୟାଚରେ ଓ୍ବେଷ୍ଟଇଣ୍ଡିଜକୁ ୩୧ ରନରେ ପରାସ୍ତ କରିଛି। ଅଷ୍ଟ୍ରେଲିଆ ୨୦ ଓଭରରେ ୭ ଉଇକେଟ ହରାଇ ୧୭୮ ରନ କରିଥିବାବେଳେ ଓ୍ବେଷ୍ଟଇଣ୍ଡିଜ ପୂରା ଓଭର ଖେଳିଥିଲେ ହେଁ ୮ ଉଇକେଟ ହରାଇ ୧୪୭ ରନ କରିବାକୁ ସକ୍ଷମ ହୋଇଥିଲା। ଏଠାରେ ବିଜୟ ଫଳରେ ଅଷ୍ଟ୍ରେଲିଆ ୨ ମ୍ୟାଚ ବିଶିଷ୍ଟ ସିରିଜକୁ କ୍ଲିନ୍‌ ସୁଇପ୍‌ କରିଛି। ଓ୍ବାର୍ନର ପ୍ଲେୟର ଅଫ୍‌ ଦି ମ୍ୟାଚ ଓ ସିରିଜ ବିବେଚିତ ହୋଇଛନ୍ତି। ଟସ୍‌ ଜିତି ଓ୍ବେଷ୍ଟଇଣ୍ଡିଜ ଅଧିନାୟକ ନିକୋଲସ ପୁରନ ଫିଲ୍ଡିଂ ନିଷ୍ପତ୍ତି ନେଇଥିଲେ। ଅଷ୍ଟ୍ରେଲିଆର ଆରମ୍ଭ ଭଲ ହୋଇ ନ ଥିଲେ ହେଁ ଓ୍ବାର୍ନରଙ୍କ ଷ୍ଟ୍ରୋକପୂର୍ଣ୍ଣ ଇନିଂସ ଅଷ୍ଟ୍ରେଲିଆକୁ ବଡ଼ ସ୍କୋର ଆଡ଼କୁ ନେଇ ଯାଇଥିଲା। ଓ୍ବାର୍ନର ୪୧ଟି ବଲ୍‌ର ସମ୍ମୁଖୀନ ହୋଇ ୧୦ ଚୌକା ଓ ୩ ଛକା ସହାୟତାରେ ସର୍ବାଧିକ ୭୫ ରନ କରିଥିଲେ। ଶେଷ ଭାଗରେ ଟିମ୍‌ ଡାଭିଡ ୨୦ ବଲ୍‌ରୁ ୪୨ (୪ ଚୌକା, ୩ ଛକା) ରନର ଇନିଂସ ଖେଳିବାରୁ ଅଷ୍ଟ୍ରେଲିଆ ଚ୍ୟାଲେଞ୍ଜିଂ ସ୍କୋରରେ ପହଞ୍ଚତ୍ ଯାଇଥିଲା।
ସଂକ୍ଷିପ୍ତ ସ୍କୋର
ଅଷ୍ଟ୍ରେଲିଆ ୨୦ ଓଭରରେ ୧୭୮/୭ (ଡେଭିଡ ଓ୍ବାର୍ନର-୭୫, ଟିମ୍‌ ଡାଭିଡ-୪୨, ଆଲଜାରି ଜୋସେଫ-୩/୨୧, ଓବେଡ ମ୍ୟାକକୟ-୨/୩୩, ଓଡେନ ସ୍ମିଥ-୧/୨୪)। ଓ୍ବେଷ୍ଟଇଣ୍ଡିଜ ୨୦ ଓଭରରେ ୧୪୭/୮ (ଜନସନ ଚାଲର୍‌ସ-୨୯, ମିଚେଲ ଷ୍ଟାର୍କ-୪/୨୦, ପ୍ୟାଟ୍‌ କୁମିନ୍ସ-୨/୩୨)।


Enter your email to get our daily news in your inbox.

All Right Reserved By Dharitri.Com

ଭାଉଜଙ୍କୁ ଶାରୀରିକ ସମ୍ପର୍କ ରଖିବାକୁ ବାଧ୍ୟ କରୁଥିଲେ ଦିଅର: ଆଉ ତା’ପରେ ଘଟିଲା…

ଭୁବନେଶ୍ୱର,୬।୧୦ (ପ୍ରସନଜିତ୍‌ ସାହୁ):ରାଜଧାନୀରେ ମହିଳାଙ୍କୁ ନିର୍ଯାତନା ଘଟଣା ସାମନାକୁ ଆସିଛି। ଭାଉଜଙ୍କୁ ଦିଅର ମାନସିକ ନିର୍ଯାତନା ଦେବା ସହ ତାଙ୍କ ଫଟୋ ଭିଡିଓ ଶୁଟ୍‌ କରି ଭାଇରାଲ…

SCB ମେଡିକାଲ୍‌ କ୍ୟାମ୍ପସ୍‌ରେ ଯୁବକଙ୍କ ହାଇଡ୍ରାମା, ୫୦ ଫୁଟ ପାଣିଟାଙ୍କି ଉପରୁ ଡେଇଁ…

କଟକ,୬।୧୦(ପ୍ରଭୁକଲ୍ୟାଣ ପାଲ୍): କଟକ ବଡ ମେଡିକାଲରେ ଅଘଟଣ। ପାଣି ଟାଙ୍କି ଉପରୁ ଡେଇଁ ଆତ୍ମହତ୍ୟା ଉଦ୍ୟମ କଲେ ଯୁବକ। ଦୀର୍ଘ ସମୟଧରି ହାଇଡ୍ରାମା ପରେ ସେ ଟାଙ୍କି…

ଅବିଶ୍ୱାସର ସୁଅ

ମୁଖ୍ୟ ନିର୍ବାଚନ କମିଶନର (ସିଇସି)ଙ୍କୁ ହଟେଇବା ପାଇଁ ଦେଶବ୍ୟାପୀ ଆନ୍ଦୋଳନ ଚାଲିଥିବା ବେଳେ ଏବେ ତାଙ୍କୁ ଅଦାଲତରୁ ମଧ୍ୟ ବଡ଼ ଝଟ୍‌କା ମିଳିଛି। ଜ୍ଞାନେଶଙ୍କ ବିରୋଧରେ ମାମଲା…

ସୂର୍ଯ୍ୟକୁମାରଙ୍କୁ ଲାଗିଲା ଝଟକା: ସବୁଠୁ ବିଦା, ଅନ୍ଧାରରେ କ୍ୟାରିୟର

ମୁମ୍ବାଇ,୬।୧୦: ଭାରତର ଟି-୨୦ ବିଶ୍ୱକପ ବିଜୟୀ ଅଧିନାୟକ ସୂର୍ଯ୍ୟକୁମାର ଯାଦବଙ୍କ ପାଇଁ ଏବେ ଚିନ୍ତା ବଢ଼ିଛି। ଟିମ ଇଣ୍ଡିଆରୁ ବାଦ ପଡ଼ିବା ପରେ ଏବେ ମୁମ୍ବାଇର ରଣଜୀ…

୫୦୦୦ ବର୍ଷ ପରେ ଖୋଲିଲା ଭୟଙ୍କର ରହସ୍ୟ, ରାଜାଙ୍କ ମୃତ୍ୟୁ ପରେ ସେବକ….

କାଏରୋ,୬।୧୦: ପ୍ରାଚୀନ ଇଜିପ୍ଟରେ ମୃତ ରାଜାଙ୍କ ସହିତ ସେବକମାନଙ୍କୁ ମଧ୍ୟ ଜିଅନ୍ତା ପୋତି ଦିଆଯାଉଥିବା କଥାକୁ ନେଇ ବିଭିନ୍ନ ପ୍ରକାରର ଆଲୋଚନା ହୋଇଥାଏ। ଶତାବ୍ଦୀ ଧରି ପ୍ରତ୍ନତତ୍ତ୍ୱବିତମାନଙ୍କୁ…

ୱାଇଡ ବଲ୍‌ରେ ସିଧା ଛକା! କ୍ରିକେଟ୍‌ରେ ଘଟିଲା ଅଜବ ଘଟଣା, ଦେଖନ୍ତୁ Video

ନୂଆଦିଲ୍ଲୀ,୫।୧୦: କ୍ରିକେଟ୍‌ରେ ୱାଇଡ ବଲ ବାଉଣ୍ଡାରୀ ପାର କରିବା ଦୃଶ୍ୟ ଦର୍ଶକମାନେ ଅନେକ ଥର ଦେଖିଛନ୍ତି। ବିଶେଷକରି ଉଇକେଟକିପରଙ୍କ ପହଞ୍ଚରୁ ଦୂରକୁ ଯାଇଥିବା ୱାଇଡ ବଲ ବାଉଣ୍ଡାରୀ…

ଶୋଇଥିବା ବେଳେ ହଠାତ୍ ହେଲା ଭୂକମ୍ପ, ଲୋକେ ଛାନିଆ ହୋଇ…

ଗୁଆହାଟୀ,୬।୧୦: ଆସାମର ନଗାଓଁ ଜିଲାରେ ମଙ୍ଗଳବାର ସକାଳୁ ଭୂକମ୍ପର ଝଟକା ଅନୁଭୂତ ହୋଇଛି। ଜାତୀୟ ଭୂକମ୍ପ ବିଜ୍ଞାନ କେନ୍ଦ୍ର (NCS) ଅନୁସାରେ, ଭୂକମ୍ପର ତୀବ୍ରତା ରିକ୍ଟର ସ୍କେଲରେ…

ପାଣ୍ଡିଆନ୍‌ଙ୍କ ବୟାନ୍‌ ରେକର୍ଡ: ଫାଇଲ୍‌ ରିସିଭ୍‌ ହୋଇଛି, କୁଆଡ଼େ ଗଲା ଜାଣିନାହାନ୍ତି

ଭୁବନେଶ୍ୱର,୬।୧୦(ତ୍ରିନାଥ ମହାନ୍ତି):ସିଏମ୍‌ଓରୁ ସ୍ବାମୀ ଲକ୍ଷ୍ମଣାନନ୍ଦ ହତ୍ୟାକାଣ୍ଡ ଏବଂ କନ୍ଧମାଳ ଦଙ୍ଗା ସମ୍ପର୍କିତ ନାଇଡୁ କମିଶନ ଫାଇଲ ହଜିବା ଘଟଣାରେ ୩ ଜଣଙ୍କ ବୟାନ ରେକର୍ଡ କରାଯାଇଛି। ଭି.କେ.…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?