Posted inଖେଳ

ସୂର୍ଯ୍ୟବଂଶୀଙ୍କୁ ପ୍ରଶଂସା କଲେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ, କହିଲେ…

ଜୟପୁର,୨୬ା୪: ବର୍ତ୍ତମାନ ଭାରତୀୟ କ୍ରିକେଟର ସବୁଠୁ ଚର୍ଚ୍ଚିତ ନାମ ବୈଭବ ସୂର୍ଯ୍ୟବଂଶୀଙ୍କ ବୃଦ୍ଧି ପାଉଥିବା ପ୍ରଶଂସକଙ୍କ ତାଲିକାରେ ଅଷ୍ଟ୍ରେଲିଆର ଅଧିନାୟକ ପ୍ୟାଟ କୁମିନ୍ସ ସାମିଲ ହୋଇଛନ୍ତି। ୧୫ ବର୍ଷୀୟ ବୈଭବ ଶନିବାର ଖେଳାଯାଇଥିବା ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ (ଏସ୍‌ଆର୍‌ଏଚ୍‌) ବିପକ୍ଷ ମ୍ୟାଚ୍‌ରେ ୩୭ ବଲରେ ୧୦୩ ରନର ବିସ୍ଫୋରକ ଶତକୀୟ ଇନିଂସ ଖେଳିଥିଲେ। ତାଙ୍କର ଏହି ଶତକ ସତ୍ତ୍ୱେ ରାଜସ୍ଥାନ ରୟାଲ୍ସ ପରାସ୍ତ ହୋଇଥିଲା।
ଜିତିବା ପରେ ସୂର୍ଯ୍ୟବଂଶୀଙ୍କ ସମ୍ପର୍କରେ ଏସ୍‌ଆର୍‌ଏଚ୍‌ ଅଧିନାୟକ କୁମିନ୍ସ କହିଛନ୍ତି, ମୋ ମତରେ ସେ ମୋର ନୂଆ ଫେଭରାଇଟ୍‌ ଖେଳାଳି। ସେ ଖୁବ୍‌ ଜୋରରେ ବଲକୁ ହିଟ୍‌ କରୁଛନ୍ତି। ଜଣେ ବୋଲର ଭାବେ ତାଙ୍କ ସାମ୍ନାରେ କୌଣସି ତ୍ରୁଟି କରିହେବ ନାହିଁ। କାରଣ ଯଦି ବୋଲର ତ୍ରୁଟି କରନ୍ତି, ତେବେ ସେ ବଲକୁ ଖୁବ୍‌ ଦୂରକୁ ପଠାଇ ଦେବେ। ସେ ଜଣେ ପ୍ରଭାବଶାଳୀ ଖେଳାଳି। ସେ ଜବରଦସ୍ତ ଷ୍ଟାଇଲରେ ତାଙ୍କ କ୍ୟାରିୟର ଆରମ୍ଭ କରୁଛନ୍ତି ଏବଂ ସେ ଯେଉଁଭଳି ଖେଳୁଛନ୍ତି, ତାହାକୁ ମୁଁ ଖୁବ୍‌ ପସନ୍ଦ କରେ।


Enter your email to get our daily news in your inbox.

All Right Reserved By Dharitri.Com

ଦେର୍ଲାଠିର ହିତାଧିକାରୀଙ୍କୁ ମିଳିଲା ପକ୍କାଘର କାର୍ଯ୍ୟାଦେଶ

ଥୁଆମୂଳ ରାମପୁର,୨୬ା୪(ଦୁର୍ଗା କୀର୍ତ୍ତି): ଦୁର୍ଗମ ଅଞ୍ଚଳର ବିକାଶ ପାଇଁ ପ୍ରଶାସନ ଦେଇଥିବା ପ୍ରତିଶ୍ରୁତି ବାସ୍ତବ ରୂପ ନେଇଛି। କିଛିଦିନ ପୂର୍ବେ କଳାହାଣ୍ଡି ଜିଲା ପରିଷଦର ମୁଖ୍ୟ ଉନ୍ନୟନ…

ଟ୍ରମ୍ପଙ୍କ ଡିନରରେ ଗୁଳି ଚଳାଇଥିବା ଆକ୍ରମଣକାରୀଙ୍କ ଆସିଲା ଶିକ୍ଷାଗତ ଯୋଗ୍ୟତା, ଜାଣନ୍ତୁ…

ଓ୍ୱାଶିଂଟନ,୨୬ା୪: ଆମେରିକାର ରାଜଧାନୀ ୱାଶିଂଟନ ଡିସିରେ ଆୟୋଜିତ ପ୍ରତିଷ୍ଠିତ ‘ହ୍ୱାଇଟ ହାଉସ କରେସପଣ୍ଡେଣ୍ଟସ ଡିନର’ କାର୍ଯ୍ୟକ୍ରମରେ ଗୁଳିକାଣ୍ଡ ଘଟିଥିଲା। କାର୍ଯ୍ୟକ୍ରମରେ ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ, ପ୍ରଥମ…

୨ ପରିବାରରେ ଖଣ୍ଡଯୁଦ୍ଧ: ୨ ବାଇକ୍‌ରେ ଠେଙ୍ଗାବାଡ଼ି ଧରି ଆସି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ଜକର ଗ୍ରାମରେ ପାରିବାରିକ ହିଂସା କାରଣରୁ ଦୁଇ ପରିବାର ମଧ୍ୟରେ ଖଣ୍ଡଯୁଦ୍ଧ ଘଟିଛି। ଆକ୍ରମଣ ଓ ପ୍ରତିଆକ୍ରମଣରେ…

ପିଆଜ ଚାଷଜମି ପରିଦର୍ଶନ କଲେ ଅତିରିକ୍ତ ସଚିବ, ଚାଷୀଙ୍କୁ କହିଲେ…

ନୂଆପଡ଼ା,୨୬ା୪(ମକାରୁ ବେମାଲ): କେନ୍ଦ୍ର ସରକାରଙ୍କ ପ୍ରଧାନମନ୍ତ୍ରୀ ଧନଧାନ୍ୟ ଯୋଜନା ଅତିରିକ୍ତ ସଚିବ ମନୋଜ କୁମାର ରବିବାର ନୂଆପଡ଼ା ଜିଲା କୋମନା ବ୍ଲକ ଅନ୍ତର୍ଗତ ନୂଆଗାଁ ପଞ୍ଚାୟତ ତୁକଳାପଡା…

ଅନୁଦାନ ମିଳିଲାନି, ବନ୍ଦ ହେଲା ସରକାରୀ କାର୍ଯ୍ୟକ୍ରମ

ହାଟଡିହୀ/ଛେନାପଦୀ,୨୬ା୪(ଶୁଭକାନ୍ତ ନାୟକ/ନିରାକାର ପରିଡ଼ା): ଅନୁଦାନ ପ୍ରଦାନ ନ ହେବାରୁ ଏକ ସରକାରୀ କାର୍ଯ୍ୟକ୍ରମ ବନ୍ଦ ହୋଇଛି। ଯାହାକୁ ନେଇ କଳାକାରମାନେ ଅସନ୍ତୋଷ ପ୍ରକାଶ କରିଛନ୍ତି। କଳାକାରମାନଙ୍କୁ ଉପେକ୍ଷା…

ଗୋପାଳପୁର-ରାୟଗଡ଼ା ନୂଆ ରେଳଲାଇନ୍‌ ଦାବି, ଆଲାଇନ୍‌ମେଣ୍ଟ ନକ୍ସାର ପୁନଃ ଅନୁଧ୍ୟାନ କରି…

ଦିଗପହଣ୍ଡି,୨୬ା୪(ଅଶେଷ ନାଥ ମିଶ୍ର): ସମଗ୍ର ଦକ୍ଷିଣ ଓଡ଼ିଶାର ବହୁ ପ୍ରତୀକ୍ଷିତ ଗୋପାଳପୁର-ରାୟଗଡ଼ା ନୂତନ ରେଳପଥ ପ୍ରକଳ୍ପ ନିମନ୍ତେ ନକ୍ସା ପ୍ରସ୍ତୁତି ଚାଲିଛି। ତୃତୀୟ ପାଳି ପାଇଁ କେନ୍ଦ୍ରରେ…

ପଛଚକ ଫାଟି ବିଦ୍ୟୁତ୍‌ ଖୁଣ୍ଟରେ ପିଟିହେଲା କାର୍‌, ଆଉ ତା’ପରେ…

ଖଜୁରିପଡ଼ା,୨୬ା୪(ବିଦୁର ବେହେରା): କନ୍ଧମାଳ ଜିଲା ଖଜୁରିପଡ଼ା ଥାନା ଦୂତିମେଣ୍ଡି ନିକଟସ୍ଥ ଖୋଲ ସାହିଠାରେ ରବିବାର ଏକ କାର୍‌ ଭାରସାମ୍ୟ ହରାଇ ରାସ୍ତା କଡ଼ରେ ଥିବା ବିଦ୍ୟୁତ୍‌ ଖୁଣ୍ଟରେ…

ବିବାହର ପ୍ରତିଶ୍ରୁତି ଦେଇ ନାବାଳିକାଙ୍କୁ ବଳାତ୍କାର, ବନ୍ଧା ହେଲେ ଅଭିଯୁକ୍ତ

ସୁନ୍ଦରଗଡ,୨୬ା୪(ଜୟ ନାରାୟଣ ମେଣ୍ଡୁଳି): ସୁନ୍ଦରଗଡ ଜିଲା ଭଷ୍ମା ଥାନା ଅଞ୍ଚଳରେ ଜଣେ ନାବାଳିକାଙ୍କୁ ବଳାତ୍କାର ମାମଲାରେ ପୋଲିସ ଶନିବାର ସନ୍ଧ୍ୟାରେ ଜଣେ ଯୁବକଙ୍କୁ ଗିରଫ କରି କୋର୍ଟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri