ବିରାଟ କୋହଲିଙ୍କ ଦଳରେ ସାମିଲ ହେଲେ ଏହି ଅଷ୍ଟ୍ରେଲୀୟ କ୍ରିକେଟର୍‌

ଦୁବାଇ, ୧।୯: ବିଶ୍ୱର ସବୁଠାରୁ ବ୍ୟୟବହୁଳ ଟି୨୦ କ୍ରିକେଟ୍‌ ଟୁର୍ନାମେଣ୍ଟ ଇଣ୍ଡିଆନ୍‌ ପ୍ରିମିୟର ଲିଗ୍‌ (ଆଇପିଏଲ୍‌)ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ। ଚଳିତ ବର୍ଷ କରୋନା ମହାମାରୀ ଲାଗି ଆଇପିଏଲ୍‌କୁ ଭାରତ ପରିବର୍ତ୍ତେ ୟୁଏଇରେ ଆୟୋଜିତ କରାଯାଇଛି। ସମସ୍ତ ଫ୍ରାଞ୍ଚାଇଜ ୟୁଏଇରେ ପହଞ୍ଚି ସାରିଛନ୍ତି। ଆଇପିଏଲ୍‌ ଆରମ୍ଭ ହେବାକୁ ୨ ସପ୍ତାହରୁ ଅଧିକ ସମୟ ବାକି ରହିଥିବାବେଳେ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆର୍‌ସିବି) ଦଳରେ ସାମାନ୍ୟ ପରିବର୍ତ୍ତନ କରାଯାଇଛି। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର କେନ୍‌ ରିଚାର୍ଡସନଙ୍କ ସ୍ଥାନରେ ସ୍ପିନର ଆଡାମ ଜାମ୍ପାଙ୍କୁ ଦଳରେ ସାମିଲ କରାଯାଇଛି। ଅଷ୍ଟ୍ରେଲୀୟ ଲେଗ୍‌-ସ୍ପିନର ଜାମ୍ପା ଦଳରେ ସାମିଲ ହୋଇଥିବା ନେଇ ଆର୍‌ସିବି ପକ୍ଷରୁ ଏହାର ଅଫିସିଆଲ ଟୁଇଟର୍‌ ଆକାଉଣ୍ଟରେ ସୂଚନା ଦିଆଯାଇଛି। ଜାମ୍ପା ଏକମାତ୍ର ସ୍ପିନର ଭାବେ ଆଇପିଏଲ୍‌ରେ ଗୋଟିଏ ମ୍ୟାଚ୍‌ରେ ୬ ଉଇକେଟ୍‌ ଅକ୍ତିଆର କରିଛନ୍ତି। ୨୦୧୬ରେ ସେ ରାଇଜିଂ ପୁନେ ସୁପର୍‌ ଜିଆଣ୍ଟ୍ସ ପକ୍ଷରୁ ପ୍ରତିନିଧିତ୍ୱ କରି ସନ୍‌ରାଇଜର୍ସ ହାଇଦ୍ରାବାଦ୍‌ ବିପକ୍ଷରେ ୧୯ ରନ୍‌ ବ୍ୟୟରେ ଏହି ସଫଳତା ପାଇଥିଲେ। ୟୁଏଇ ପରିବେଶରେ ସେ ବାଙ୍ଗାଲୋର ପାଇଁ ଗୁରୁତ୍ୱପୂର୍ଣ୍ଣ ଭୂମିକା ଗ୍ରହଣ କରିବେ ବୋଲି ଟିମ୍‌ ମ୍ୟାନେଜମେଣ୍ଟ ଆଶା ରଖିଛି। ଜାମ୍ପାଙ୍କ ପୂର୍ବରୁ ବାଙ୍ଗାଲୋର ଦଳରେ ୟୁଜବେନ୍ଦ୍ର ଚହଲ, ଓ୍ବାଶିଂଟନ ସୁନ୍ଦର, ପଓ୍ବନ ନେଗୀ, ମୋଇନ ଅଲୀ ଓ ଶାହବାଜ ଅହମ୍ମଦଙ୍କ ରୂପରେ ୫ ଜଣ ସ୍ପିନର ରହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

IPL 2026: ଚେପକ୍‌ରେ ପଞ୍ଜାବ କିଙ୍ଗସର ଐତିହାସିକ ବିଜୟ; ଚେନ୍ନାଇକୁ ୫ ୱିକେଟରେ ହରାଇ ରଚିଲା ଇତିହାସ

ଚେନ୍ନାଇ,୩/୪ : ଆଇପିଏଲ୍ ୨୦୨୬ର ସପ୍ତମ ମ୍ୟାଚ୍‌ରେ ପଞ୍ଜାବ କିଙ୍ଗସ ଏକ ଚମତ୍କାର ପ୍ରଦର୍ଶନ କରି ଚେନ୍ନାଇ ସୁପର କିଙ୍ଗସକୁ ତା’ର ଘରୋଇ ଗ୍ରାଉଣ୍ଡ୍ ଏମ୍.ଏ. ଚିଦାମ୍ବରମ୍…

ଇଣ୍ଡକ୍ସନରେ ରୋଷେଇ କରୁଛନ୍ତି କି? ଭୁଲରେ ବି କରନ୍ତୁ ନାହିଁ ଏହି ୫ ଜିନିଷ ରୋଷେଇ, ନଚେତ…

ନୂଆଦିଲ୍ଲୀ,୩।୪: ମଧ୍ୟପ୍ରାଚ୍ୟରେ ଜାରି ରହିଥିବା ଯୁଦ୍ଧ ପରିସ୍ଥିତିର ପ୍ରଭାବ ଏବେ ଭାରତୀୟ ରୋଷେଇ ଘର ପର୍ଯ୍ୟନ୍ତ ପହଞ୍ଚିଛି। ତୈଳ ଏବଂ ଗ୍ୟାସ ଯୋଗାଣ ବାଧାପ୍ରାପ୍ତ ହେବା ଯୋଗୁଁ…

କୁଆପଥର ବର୍ଷା: ଗଛ ଉପୁଡ଼ିବା ସହ ଉଡ଼ିଲା ଛପର

ନନ୍ଦପୁର,୩ା୪(ତୁଷାର କାନ୍ତ ମହାନ୍ତି)-କୋରାପୁଟ ଜିଲା ନନ୍ଦପୁର ବ୍ଲକ ଅଞ୍ଚଳରେ କୁଆପଥର ବର୍ଷା ପବନ ପ୍ରଭାବରେ ମାଳିବେଲଗାଁ ପଞ୍ଚାୟତ ରାସ୍ତାରେ ୨ଗଛ ଉପୁଡ଼ି ପଡ଼ିଥିବାରୁ ଯାତାୟାତ ବାଧାପ୍ରାପ୍ତ ହୋଇଛି।…

ରିଲ୍ସ ପାଇଁ ବନ୍ଧୁକ ଧରି ଯୁବକଙ୍କ ଫାଙ୍କା ଗୁଳିଚାଳନା ଭିଡିଓ ଭାଇରାଲ, ଏସ୍‌ପି କହିଲେ ତଦନ୍ତ ଚାଲିଛି

ପୁରୀ,୩ା୪(ଅଜିତ୍‌ କୁମାର ମହାନ୍ତି): ରିଲ୍ସ ପାଇଁ ଜଣେ ଯୁବକ ବନ୍ଧୁକ ଧରି ଫାଙ୍କା ଗୁଳିଚାଳନା କରୁଥିବାର ଏକ ଭିଡିଓ ଶୁକ୍ରବାର ସୋସିଆଲ ମିଡିଆରେ ଦେଖିବାକୁ ମିଳିଛି। ଏହି…

ପୋଖରୀରେ ବୁଡ଼ିଲେ ଜଣଙ୍କ ପରେ ଜଣେ …

ଦିଗପହଣ୍ଡି,୩ା୪(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ କୁଶପଡ଼ା ଗ୍ରାମ ନିକଟସ୍ଥ ଏକ ପୋଖରୀରେ ଶୁକ୍ରବାର ୩ଜଣ ମହିଳା ବୁଡି ଯାଉଥିବା ବେଳେ ସେମାନଙ୍କୁ ଉଦ୍ଧାର…

ଛେଳି ଖାଇଲା ଟମାଟୋ ଗଛ: ମାଡ଼ ଖାଇଲେ ଦମ୍ପତି, ମାମଲା ଏବେ…

ଦିଗପହଣ୍ଡି,୩।୪(ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ବ୍ଲକ ବାସୁଦେବପୁର ପଞ୍ଚାୟତ ବଜାପଲ୍ଲୀ ଗ୍ରାମ ନିକଟରେ ଜି.ଦୁର୍ଯ୍ୟ ରେଡ୍ଡୀଙ୍କ ଜମିରେ ଲାଗିଥିବା ଟମାଟୋ ଗଛ ଗୁଡ଼ିକୁ ଶୁକ୍ରବାର ମଧ୍ୟାହ୍ନରେ କିଛି…

ଆଦେଶ ପାଳନ କଲେ ଜିଲାପାଳ, ପିଛିଲା ତାରିଖ ପକାଇ ୨୧ ଦିନ ପରେ ଅର୍ଡର ପ୍ରେରଣ

କେନ୍ଦୁଝର/ହାଟଡିହୀ,୩l୪(ନରେଶ ଚନ୍ଦ୍ର ପଟ୍ଟନାୟକ/ଶୁଭକାନ୍ତ ନାୟକ):ଓଡ଼ିଶା ହାଇକୋର୍ଟଙ୍କ ନିର୍ଦ୍ଦେଶ ଧାର୍ଯ୍ୟ ସମୟରେ ପାଳନ ନ କରିବା ଫଳରେ ଅଦାଲତ ଅବମାନନା ମାମଲା ଦାୟର ହେବା ଏବଂ ଏ ନେଇ…

ନମ୍ବର ସେଭ୍‌ ନ କରି କରିପାରିବେ WhatsAppରେ ଚାଟ୍‌, ଅନେକେ ଜାଣନ୍ତି ନାହିଁ ଏହି ସିକ୍ରେଟ୍‌…

ନୂଆଦିଲ୍ଲୀ,୩।୪: ସାଧାରଣତଃ ହାଟ୍ସଆପରେ କାହା ସହିତ କଥା ହେବାକୁ ହେଲେ ଆମକୁ ପ୍ରଥମେ ସେହି ବ୍ୟକ୍ତିଙ୍କ ନମ୍ବର ନିଜ ଫୋନରେ ସେଭ କରିବାକୁ ପଡ଼ିଥାଏ। କିନ୍ତୁ ଅନେକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri