Posted inଖେଳ

ଏହି କ୍ରିକେଟର୍‌ଙ୍କ ନାଁରେ ଆସି ସାଂଘାତିକ ଅଭିଯୋଗ: ହେଲେ ଗିରଫ

ସିଡନୀ,୧୮।୫: ଅଷ୍ଟ୍ରେଲିଆ କ୍ରିକେଟ ପୁଣି ଥରେ ଚର୍ଚ୍ଚାକୁ ଆସିଛି। ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଆରୋନ ସମର୍ସ ଶିଶୁ ଯୌନ ଅପରାଧ ଅଭିଯୋଗରେ ଗିରଫ ହୋଇଛନ୍ତି। ପୋଲିସ ତାଙ୍କୁ ଗିରଫ କରି ସୋମବାର ଡାରୱିନ କୋର୍ଟରେ ହାଜର କରାଯାଇଥିଲା। ସମ୍ପ୍ରତି ସମର୍ସ ଆବୁଧାବି ଟି୧୦ ଲିଗରେ ଡେକାନ ଗ୍ଲାଡିଏଟର୍ସ ପାଇଁ ଖେଳିଥିଲେ। ଫ୍ୟାନି ବେ ଅଞ୍ଚଳରୁ ଆରୋନ ସମର୍ସଙ୍କୁ ଗିରଫ କରାଯାଇଥିଲା ଏବଂ ତାଙ୍କ ଫୋନ ଜବତ କରାଯାଇଥିଲା। ଅଭିଯୋଗ ହୋଇଛି ଯେ, ସମର୍ସଙ୍କ ଫୋନରୁ ପିଲାମାନଙ୍କର ଯୌନ ଶୋଷଣର ଭିଡିଓ ଏବଂ ଫଟୋ ଦେଖିବାକୁ ମିଳିଛି। ଆରୋନ ସମର୍ସଙ୍କ ବିରୋଧରେ ଏହି ଗୁରୁତର ଅଭିଯୋଗ ପରେ କୋର୍ଟ ତାଙ୍କୁ ପୋଲିସ ହେପାଜତକୁ ପଠାଇଥିଲେ। ଏହି ମାମଲାର ତଦନ୍ତ କରୁଥିବା ଅଧିକାରୀ କହିଛନ୍ତି ଯେ ପିଲାମାନଙ୍କୁ ନିର୍ଭୟରେ ଜୀବନ ବଞ୍ଚିବାର ଅଧିକାର ଅଛି, ସେମାନଙ୍କ ମଧ୍ୟରେ ଏଭଳି ପିଶାଚ ବ୍ୟକ୍ତିଙ୍କ ଭୟ ରହିବ ଉଚିତ୍‌ ନୁହେଁ। ଆରୋନ ସମର୍ସ ବିଗ ବ୍ୟାସ ଲିଗରେ ହୋବର୍ଟ ହରିକାନ୍ସ ପାଇଁ ଖେଳିଛନ୍ତି। ଏଥିସହ ସେ ତସମାନିଆ ପାଇଁ ଏକ ଦିନିକିଆ କପ ମଧ୍ୟ ଖେଳିଛନ୍ତି। ସେ ପାକିସ୍ତାନରେ ଘରୋଇ କ୍ରିକେଟ ଖେଳିଥିବା ପ୍ରଥମ ଅଷ୍ଟ୍ରେଲୀୟ ଖେଳାଳି ହୋଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

କୋଟିଆରେ ପୁଣି ପସିଲେ ଆନ୍ଧ୍ର ଅଧିକାରୀ

ପଟ୍ଟାଙ୍ଗି,୫ା୪(ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ଅଧୀନ କୋଟିଆ ପଞ୍ଚାୟତରେ ଦୀର୍ଘ ଦିନର ବ୍ୟବଧାନ ପରେ ପୁଣି ଆନ୍ଧ୍ର ପ୍ରଦେଶ ସରକାରୀ ତଥା ପଦାଧିକାରୀ…

‘ତାମ୍ପରା ତରଙ୍ଗିଣୀ’ର ମଜା ଉଠାଇଲେ ପର୍ଯ୍ୟଟକ

ଛତ୍ରପୁର,୫ା୪(ଦିଲୀପ ସାମଲ): ଛତ୍ରପୁର ନିକଟ ତାମ୍ପରା ହ୍ରଦକୁ ରାଜ୍ୟ ଏବଂ ରାଜ୍ୟ ବାହାରୁ ପର୍ଯ୍ୟଟକ ଆସିଥାନ୍ତି। ପର୍ଯ୍ୟଟକଙ୍କୁ ଆହୁରି ଆକୃଷ୍ଟ କରିବା ଲାଗି ଜିଲା ପ୍ରଶାସନ ପକ୍ଷରୁ…

ଘରେ ଆଶ୍ରୟ ଦେଲେନି ପୁଅ

ପାରଳାଖେମୁଣ୍ଡି,୫ା୪(ଗିରିଧାରୀ ପରିଛା): ଘରେ ରଖେଇ ଦେଲେନି। ପ୍ରାୟ ୨୦ ଦିନ ହେଲା ମା’ ଝିଅ ଦୋକାନ ବାରଣ୍ଡାରେ ଆଶ୍ରୟ ନେଇଛୁ। ଏଇଠି ରୋଷେଇ କରି ଖାଉଛୁ। ପ୍ରବଳ…

ଝଡ଼ତୋଫାନ ସାଙ୍ଗକୁ କୁଆପଥର ବର୍ଷା: ବଜ୍ରପାତ ନେଲା ମଇଁଷି ଜୀବନ

ଦିଗପହଣ୍ଡି,୫।୪(ଅଶେଷ ନାଥ ମିଶ୍ର) ଦିଗପହଣ୍ଡି ସହର ସମେତ ଆଖପାଖ ଅଞ୍ଚଳରେ ରବିବାର କାଳ ବୈଶାଖୀ ପ୍ରଭାବରେ ଝଡ଼ତୋଫାନ ବଜ୍ରପାତ ସାଙ୍ଗକୁ କୁଆପଥର ବର୍ଷା ଯୋଗୁଁ ଜନଜୀବନ ଅସ୍ତବ୍ୟସ୍ତ…

ଛାତ୍ରୀଛାତ୍ରଙ୍କ ପାଇଁ ଗୁଡ୍ ନ୍ୟୁଜ, ଲଗାତାର ଏତେ ଦିନ ଛୁଟି ରହିବ ସ୍କୁଲ୍…

ଭୁବନେଶ୍ୱର,୫ା୪: ଏପ୍ରିଲ ମାସ ସ୍କୁଲ ଛାତ୍ରଛାତ୍ରୀଙ୍କ ପାଇଁ ଖୁସି ଖବର ଆଣିଛି। ଏପ୍ରିଲ ମାସରେ ନୂଆ ସେମିଷ୍ଟ, ନୂଆ ଶ୍ରେଣୀ ଏବଂ ଏକ ନୂଆ ପାଠ୍ୟକ୍ରମ ସହିତ…

ଯୁଦ୍ଧ ଭିତରେ ବଡ଼ ଖବର, ପୁଣି ଖୋଲିବ ହର୍ମୁଜ ପ୍ରଣାଳୀ?

ନୂଆଦିଲ୍ଲୀ,୫।୪: ମଧ୍ୟପ୍ରାଚ୍ୟରେ ଚାଲିଥିବା ସଂଘର୍ଷ ମଧ୍ୟରେ, ହର୍ମୁଜ ପ୍ରଣାଳୀ ସମ୍ପର୍କରେ ଆଶାର ଏକ କ୍ଷୀଣ କିରଣ ଦେଖାଦେଇଛି। ୪ ଏପ୍ରିଲ, ୨୦୨୬ ରେ, ଓମାନ ସୁଲତାନତ ଏବଂ…

ପଞ୍ଜଲ ଜଙ୍ଗଲରେ ଲାଗିଲା ନିଆଁ

ନନ୍ଦପୁର, ୫ା୪ (ତୁଷାର କାନ୍ତ ମହାନ୍ତି) କୋରାପୁଟ ଜିଲା ସେମିଳିଗୁଡ଼ା ବନଖଣ୍ଡ ଏବଂ ନନ୍ଦପୁର ବନପାଳ କ୍ଷେତ୍ର ଟିକରପଡ଼ା ପଞ୍ଚାୟତ ପଞ୍ଜଲ ଗ୍ରାମ ପାର୍ଶ୍ୱ ଜଙ୍ଗଲରେ ନିଆଁ…

ଝଡତୋଫାନ, ବଜ୍ରପାତରେ ନେଲା ଜୀବନ

ପାତ୍ରପୁର,୫।୦(ଉମା ଚରଣ ନେପାକ): କାଳବୈଶାଖୀ ପ୍ରଭାବରେ ରବିବାର ଅପରାହ୍ନରେ ଗଞ୍ଜାମ ଜିଲା ପାତ୍ରପୁର ବ୍ଳକର ବିଭିନ୍ନ ସ୍ଥାନରେ ଝଡତୋଫାନ ସହ କୁଆପଥର ବର୍ଷା ହୋଇଛି। ଏପରିକି ବଜ୍ରପାତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri