Posted inଖେଳ

ବିଶ୍ୱକପ୍‌ ଫାଇନାଲରେ ଭାରତକୁ ଆଘାତ ଦେଇଥିବା ଅଷ୍ଟ୍ରେଲୀୟ ବ୍ୟାଟ୍ସମ୍ୟାନ୍‌ଙ୍କୁ ଆଓ୍ବାର୍ଡ ଦେଲା ଆଇସିସି, ପଛରେ ପଡିଲେ ମ୍ୟାକ୍ସୱେଲ, ଶାମି

ନୂଆଦିଲ୍ଲୀ,୧୧।୧୨: ନଭେମ୍ବର ୨୦୨୩ ପାଇଁ ଆଇସିସି ପ୍ଲେୟର ଅଫ ଦ ମାସ ଘୋଷଣା କରିଛି। ଆଇସିସି ପ୍ଲେୟାର ଅଫ ଦ ମାସ ଭାବରେ ଅଷ୍ଟ୍ରେଲିଆର ଟ୍ରାଭିସ ହେଡ୍‌ଙ୍କୁ ଚୟନ କରାଯାଇଛି। ନିକଟରେ ଶେଷ ହୋଇଥିବା ଦିନିକିଆ ବିଶ୍ୱକପ୍‌ରେ ଏହି ଅଷ୍ଟ୍ରେଲୀୟ ଖେଳାଳି ଅତ୍ୟନ୍ତ ସ୍ବତନ୍ତ୍ର ଇନିଂସ ଖେଳିଥିଲେ ଏବଂ ତାଙ୍କ ଦଳକୁ ଷଷ୍ଠ ଥର ବିଶ୍ୱ ଚାମ୍ପିୟନ ହେବାକୁ ସାହାଯ୍ୟ କରିଥିଲେ।

ନଭେମ୍ବର ପ୍ଲେୟାର ଅଫ ଦ ମାସ ପାଇଁ ଆଇସିସି ମୋଟ ୩ ଖେଳାଳିଙ୍କୁ ମନୋନୀତ କରିଥିଲା ଯେଉଁଥିରେ ଅଷ୍ଟ୍ରେଲିଆର ଟ୍ରାଭିସ ହେଡ୍‌, ଗ୍ଲେନ ମ୍ୟାକ୍ସୱେଲ ଏବଂ ଭାରତର ଦ୍ରୁତ ବୋଲର ମହମ୍ମଦ ଶାମି ମଧ୍ୟ ସାମିଲ ହୋଇଥିଲେ, କିନ୍ତୁ ଶେଷରେ ଟ୍ରାଭିସ ହେଡ୍‌ ବାଜିମାରିନେଇଛନ୍ତି।

ଟ୍ରାଭିସ ହେଡ୍‌ ଚଳିତ ମାସରେ ଅଷ୍ଟ୍ରେଲିଆ ପାଇଁ ଦିନିକିଆ ଫର୍ମାଟରେ ଦୁଇଟି ସ୍ମରଣୀୟ ଇନିଂସ ଖେଳିଛନ୍ତି। ଅଷ୍ଟ୍ରେଲିଆର ଏହି ବିସ୍ଫୋରକ ଓପନିଂ ବ୍ୟାଟ୍ସମ୍ୟାନ ବିଶ୍ୱକପ୍‌ ସେମିଫାଇନାଲରେ ଦକ୍ଷିଣ ଆଫ୍ରିକା ବିପକ୍ଷରେ ଦ୍ରୁତ ଅର୍ଦ୍ଧଶତକ ଖେଳିଥିଲେ ଏବଂ ୨ ଉଇକେଟ୍‌ ମଧ୍ୟ ନେଇଥିଲେ। ଏଥି ସହିତ ବିଶ୍ୱକପ୍‌ର ଫାଇନାଲ ମ୍ୟାଚରେ ଏହି ଖେଳାଳି ଭାରତ ବିପକ୍ଷରେ ୧୩୭ ରନ୍‌ର ଇନିଂସ ଖେଳି ଦଳ ପାଇଁ ବିଜୟ ସୁନିଶ୍ଚିତ କରିଥିଲେ ଏବଂ ଅଷ୍ଟ୍ରେଲିଆକୁ ଷଷ୍ଠ ଥର ପାଇଁ ଦିନିକିଆ ବିଶ୍ୱକପ୍‌ରେ ଚାମ୍ପିୟନ କରାଇଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଆଜି ଆଉ ଏକ ଲଘୁଚାପ: ବୁଧବାରଠାରୁ ସୋମବାର ଯାଏ ରାଜ୍ୟରେ ପ୍ରବଳ ବର୍ଷା, ଏସବୁ ଜିଲାକୁ ଓ୍ବାର୍ନିଂ

ଭୁବନେଶ୍ୱର,୧୧ା୮(ବନ୍ଦନା ସେଠୀ) – ଉତ୍ତର-ପଶ୍ଚିମ ବଙ୍ଗୋପସାଗର ଓ ଏହାର ଆଖପାଖ ଅଞ୍ଚଳରେ ଥିବା ଉପର ବାୟୁମଣ୍ଡଳୀୟ ଘୂର୍ଣ୍ଣିବଳୟ ସମୁଦ୍ର ପତ୍ତନଠାରୁ ପ୍ରାୟ ୭.୬ କି.ମି. ଉଚ୍ଚତା ପର୍ଯ୍ୟନ୍ତ…

ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ କୀଟନାଶକ ପିଇ ବ୍ୟକ୍ତିଙ୍କ ଆତ୍ମହତ୍ୟା ଉଦ୍ୟମ: ଅବସ୍ଥା ଗୁରୁତର

ଛତ୍ରପୁର, ୧୧।୮ (ଦିଲ୍ଲୀପ ସାମଲ / ଦ୍ଵାରିକା ପଟ୍ଟନାୟକ): ଛତ୍ରପୁରସ୍ଥିତ ଗଞ୍ଜାମ ଜିଲାପାଳଙ୍କ କାର୍ଯ୍ୟାଳୟ ପରିସରରେ ମଙ୍ଗଳବାର ସନ୍ଧ୍ୟାରେ ଏକ ଅଭାବନୀୟ ଘଟଣା ଘଟିଛି। ଜମିଜମା ଓ…

୧୦ଜଣ ବାସିନ୍ଦା ଥିବା ଏହି ଗାଁରେ କାଲି ହେବ ସୂର୍ଯ୍ୟପରାଗ, ୨ ଥର ଘୋଟିଯିବ ଅନ୍ଧାର…

ସ୍ପେନର ବୁର୍ଗୋସ୍ ପ୍ରଦେଶରେ ଅବସ୍ଥିତ ‘ଅଭେଲେନୋସା ଡେ ମୁନ୍ୟୋ’ କେବେ ବେଶ୍ ଜନଗହଳିପୂର୍ଣ୍ଣ ଗାଁ ଥିଲା। ଆଜି ଏଠାରେ ମାତ୍ର ୧୦ ଜଣ ଲୋକ ରହୁଛନ୍ତି। ଗାଁରେ…

ସ୍ୱପ୍ନରେ ଦେଖୁଛନ୍ତି କି ସୂର୍ଯ୍ୟପରାଗ? ମାଡ଼ି ଆସିବ ସଙ୍କଟ! ସ୍ୱପ୍ନଶାସ୍ତ୍ର ଅନୁସାରେ ଜାଣନ୍ତୁ କେଉଁ ରାଶି ପାଇଁ ଶୁଭ-ଅଶୁଭ…

୧୨ ଅଗଷ୍ଟରେ ଏହି ବର୍ଷର ଶେଷ ସୂର୍ଯ୍ୟପରାଗ ଲାଗୁଛି। ଏହି ସୂର୍ଯ୍ୟପରାଗ ଶ୍ରାବଣ ଅମାବାସ୍ୟା ଦିନ ଲାଗୁଛି, ଯାହା ଭାରତରେ ଦୃଶ୍ୟମାନ ହେବନାହିଁ। କିନ୍ତୁ ଏହାର ପ୍ରଭାବ…

କୁକୁର ଦାଉରୁ ରକ୍ଷା ପାଇଁ ସିଧାସଳଖ ଜିଲାପାଳଙ୍କୁ ମେସେଜ୍: ନାକେଦମ ହେଲା ପ୍ରଶାସନ, ଶେଷରେ…

ହାଟଡିହୀ,୧୧।୮(ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ପଢ଼ିଆରିପଲ୍ଲୀ ଗ୍ରାମରେ ଜଣେ ମହିଳାଙ୍କ ଘର ଆଗରେ ଏକ କୁକୁର ଶୋଇ ରହିବା ଏବଂ ତାହାକୁ ନେଇ ସୃଷ୍ଟି…

ଇନ୍ଦ୍ରାବତୀ ଜଳଭଣ୍ଡାରବାସୀଙ୍କ ସ୍ୱପ୍ନ ହେବ ସାକାର: ୧୨୫ କୋଟି ଟଙ୍କା ବ୍ୟୟରେ ନିର୍ମାଣ ହେବ ସେତୁ, ଡିଜିପିଏସ ସର୍ଭେ ଶେଷ

ଥୁଆମୂଳ ରାମପୁର,୧୧।୮(ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଅନ୍ତର୍ଗତ ଇନ୍ଦ୍ରାବତୀ ଜଳଭଣ୍ଡାର ଅଞ୍ଚଳବାସୀଙ୍କ ଦୀର୍ଘ ଦିନର ପ୍ରତୀକ୍ଷା ଓ ଦାବି ଅନ୍ତ ହେବାକୁ ଯାଉଛି।…

କାଲି ସୂର୍ଯ୍ୟୋପରାଗ: ବିଶ୍ୱରେ ୭ ସେକେଣ୍ଡ ପାଇଁ ହୋଇଯିବ ଜିରୋ ଗ୍ରାଭିଟି, ଛାଏଁ ଛାଏଁ ଉଡିବ ମଣିଷ?

ଆସନ୍ତାକାଲି ମହାକାଶରେ ଘଟିବାକୁ ଯାଉଛି ଏକ ବିରଳ ଘଟଣା । ସୂର୍ଯ୍ୟ, ଚନ୍ଦ୍ର ଓ ପୃଥିବୀ ଗୋଟିଏ ସରଳରେଖାରେ ରହିବେ । ସୂର୍ଯ୍ୟ ଓ ପୃଥିବୀ ମଧ୍ୟରେ…

ଭଦ୍ରା ସହ ସୂର୍ଯ୍ୟ ଗ୍ରହଣର ଅଦ୍ଭୁତ ସଂଯୋଗ! ଏହି ୩ ରାଶି ଉପରେ ବଡ଼ ସଙ୍କଟ, ଖାଲି ଖର୍ଚ୍ଚ ହେବ…

ବର୍ଷର ଦ୍ୱିତୀୟ ଏବଂ ଶେଷ ସୂର୍ଯ୍ୟଗ୍ରହଣ ଅଗଷ୍ଟ ୧୨ ତାରିଖରେ ସଂଗଠିତ ହେବାକୁ ଯାଉଛି । ଏହି ସୂର୍ଯ୍ୟଗ୍ରହଣ ଭାରତରେ ଦୃଶ୍ୟମାନ ହେବ ନାହିଁ, ଏବଂ ଏଠାରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri