Posted inରାଜ୍ୟ

ଝାରସୁଗୁଡ଼ାରେ ଆନ୍ତର୍ଜାତିକ କ୍ରିକେଟ୍ ଷ୍ଟାଡିୟମ ପାଇଁ ୨୫୦ କୋଟି, ଅଷ୍ଟ୍ରେଲୀୟ ସଂସ୍ଥା କରୁଛି ଡିପିଆର

ଝାରସୁଗୁଡ଼ା,୧୯।୯: ଝାରସୁଗୁଡ଼ାର ମାଳୀମୁଣ୍ଡାସ୍ଥିତ କ୍ରିକେଟ୍ ଷ୍ଟାଡିୟମକୁ ଆନ୍ତର୍ଜାତିକ ସ୍ତରରେ ଉନ୍ନୀତ କରିବା ପାଇଁ ରାଜ୍ୟ ସରକାର ବଡ଼ ପଦକ୍ଷେପ ନେଇଛନ୍ତି। ଏହି ପ୍ରକଳ୍ପ ପାଇଁ ପ୍ରାୟ ୨୫୦ କୋଟି ଟଙ୍କା ଖର୍ଚ୍ଚ ହେବ ଏବଂ ଅଷ୍ଟ୍ରେଲିଆର ଏକ ପ୍ରମୁଖ ସଂସ୍ଥାକୁ ଡିପିଆର (ବିସ୍ତୃତ ପ୍ରକଳ୍ପ ରିପୋର୍ଟ) ପ୍ରସ୍ତୁତି ଦାୟିତ୍ୱ ଦିଆଯାଇଛି। ଡିପିଆର ମଞ୍ଜୁର ହେଲେ କାମ ଶୀଘ୍ର ଆରମ୍ଭ ହେବ ବୋଲି ଝାରସୁଗୁଡ଼ା ବିଧାୟକ ଟଙ୍କଧର ତ୍ରିପାଠୀ ଏଚ୍‌.କଣ୍ଟାପାଲିରେ ଆଷ୍ଟ୍ରୋଟର୍ଫ ହକି ପଡ଼ିଆ ଉଦଘାଟନ ସମୟରେ ସୂଚନା ଦେଇଛନ୍ତି।

ଜିଲା କ୍ରୀଡ଼ା ଅଧିକାରୀ ତୁଷାର ମିଶ୍ରଙ୍କ କହିବା ଅନୁଯାୟୀ, ଷ୍ଟାଡିୟମରେ ଫୁଟବଲ, ଲନ୍ ଟେନିସ୍ ଓ ଆଥଲେଟିକ୍ସ ପାଇଁ ପୃଥକ ପଡ଼ିଆ ନିର୍ମାଣ ହେବ। ୨୦୧୩-୧୪ରେ ଏମସିଏଲର ସିଏସଆର ପାଣ୍ଠିରୁ ୩୨ ଏକର ଜମିରେ ଷ୍ଟାଡିୟମ ନିର୍ମାଣ ପାଇଁ ଯୋଜନା ହୋଇଥିଲା, ଯେଉଁଥିରୁ ୧୯ ଏକରରେ କ୍ରିକେଟ୍ ଷ୍ଟାଡିୟମ ନିର୍ମାଣ ଆରମ୍ଭ ହୋଇଥିଲା। ପ୍ରଥମେ ୮ କୋଟି ଟଙ୍କା ଖର୍ଚ୍ଚ ହୋଇଥିବା ବେଳେ ୨୦୨୩ରେ ସୁଇମିଂ ପୁଲ ଓ ଅନ୍ୟାନ୍ୟ କାମ ପାଇଁ ଅତିରିକ୍ତ ୧୫ କୋଟିରୁ ଅଧିକ ଟଙ୍କା ମଞ୍ଜୁର ହୋଇଛି।

ତେବେ, ବର୍ତ୍ତମାନର ଗ୍ୟାଲେରୀରେ କେବଳ ବସିବା ସୁବିଧା ଥିବା ହେତୁ ଜାତୀୟ ସ୍ତରର ମ୍ୟାଚ ପାଇଁ ଏହା ପୁନଃ ନିର୍ମାଣ ଆବଶ୍ୟକ। ନିକଟସ୍ଥ ବିମାନବନ୍ଦର ହେତୁ ଫ୍ଲଡ଼ଲାଇଟ୍ ଲଗାଇବା ନେଇ ଦ୍ୱନ୍ଦ୍ୱ ରହିଛି, ଯାହା ଦିବାରାତ୍ର ମ୍ୟାଚ ଆୟୋଜନରେ ବାଧା ସୃଷ୍ଟି କରିପାରେ। ଏହା ସତ୍ତ୍ୱେ, ଏହି ପ୍ରକଳ୍ପ ଝାରସୁଗୁଡ଼ାବାସୀଙ୍କ ପାଇଁ ଖେଳ ଜଗତରେ ନୂଆ ଆଶା ଜଗାଇଛି, କିନ୍ତୁ ପୂର୍ବରୁ ଖର୍ଚ୍ଚ ହୋଇଥିବା ୫୦ କୋଟି ଟଙ୍କାର ବ୍ୟବହାର ନେଇ ପ୍ରଶ୍ନ ଉଠୁଛି।


Enter your email to get our daily news in your inbox.

All Right Reserved By Dharitri.Com

ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲ ହଟିଲା

ପୁରୀ,୧୧।୭: ପୁରୀ ଶରଧାବାଲିରୁ ଇସ୍କନ ବହି ଷ୍ଟଲକୁ ଶନିବାର ହଟାଇ ଦିଆଯାଇଥିବା ସୂଚନା ମିଳିଛି। ଗୁଣ୍ଡିଚା ମନ୍ଦିର ସମ୍ମୁଖରେ ଇସ୍କନ ପକ୍ଷରୁ ଖୋଲାଯାଇଥିବା ବହି ଷ୍ଟଲକୁ ଲୋକେ…

ଡୁଙ୍ଗୁରିପାଲିରେ ଯୁବକଙ୍କୁ ହତ୍ୟା

ଡୁଙ୍ଗୁରିପାଲି, ୧୧ା୭ (ଦୀନବନ୍ଧୁ ସୁନା ): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ଥାନା ସମଲେଇଚୁଆ ପଞ୍ଚାୟତ ଅଇଲାସାରି-ପାଙ୍କେଲ ଯିବା ଧର୍ସା କଞ୍ଚା ରାସ୍ତା ପାଣ୍ଡିରୀ-ଡୁଙ୍ଗୁରୀ ରାସ୍ତାପାର୍ଶ୍ୱ ବୁଦାରେ ଶନିବାର…

ରାଜଧାନୀରେ ବଦଳିଲା ଆନ୍ଦୋଳନର ରୂପ: “ଅଟୋ ଚିହ୍ନ” ଚର୍ଚ୍ଚା ଭିତରେ ସରକାରଙ୍କୁ ଘେରିଲେ ଭାଜପା କର୍ମୀ

ହାଟଡିହୀ, ୧୧।୭ (ଶୁଭକାନ୍ତ ନାୟକ): କେନ୍ଦୁଝର ଜିଲା  ଆନନ୍ଦପୁରରୁ ଆରମ୍ଭ ହୋଇଥିବା “ବୈତରଣୀ ବଞ୍ଚାଅ ଆନ୍ଦୋଳନ” ରାଜଧାନୀ ଭୁବନେଶ୍ୱରରେ ପହଞ୍ଚିବା ବେଳକୁ ଏହାର ରୂପ ରଙ୍ଗ ସମ୍ପୂର୍ଣ୍ଣ…

ଫର୍ଚ୍ୟୁନ୍‌ର ସବୁଠୁ ପ୍ରଭାବଶାଳୀ ମହିଳା ତାଲିକାର ୧ମ ସ୍ଥାନରେ ନୀତା ଅମ୍ବାନୀ

ଫର୍ଚ୍ୟୁନ୍‌ ଇଣ୍ଡିଆ ଦ୍ୱାରା ଶୁକ୍ରବାର ଦିନ ମୁମ୍ବାଇସ୍ଥିତ ଫୋର୍‌ ସିଜନ୍ସ ହୋଟେଲଠାରେ ଏହାର ପ୍ରମୁଖ କାର୍ଯ୍ୟକ୍ରମ ‘ମୋଷ୍ଟ୍‌ ପାଓ୍ବାରଫୁଲ୍‌ ଓ୍ବିମେନ୍‌ (ଏମ୍‌ପିଡବ୍ଲ୍ୟୁ), ୨୦୨୬’ ଅନୁଷ୍ଠିତ ହୋଇଯାଇଛି ।…

ଗୁଣୁପୁର ସରକାରୀ ହାଇସ୍କୁଲ ପାଲଟିଛି ରଣକ୍ଷେତ୍ର: ବେଞ୍ଚ ବିବାଦ-ପ୍ରେମ ସମ୍ପର୍କକୁ ନେଇ ହଷ୍ଟେଲ ଓ ଡେ-ସ୍କଲାର ଛାତ୍ରଙ୍କ ମଧ୍ୟରେ…

ଥୁଆମୂଳ ରାମପୁର, ୧୧।୭ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକ୍ ଗୁଣୁପୁର ଗ୍ରାମପଞ୍ଚାୟତ ସ୍ଥିତ ସରକାରୀ ଉଚ୍ଚ ବିଦ୍ୟାଳୟରେ ଏକ ଅଭାବନୀୟ ଘଟଣା ଘଟିଯାଇଛି।…

ଭାଜପା ନେତାଙ୍କୁ ଟିକେଟ ନ ମିଳିବାରୁ ୧୨ ଘଣ୍ଟା ରାଜପଥ ବନ୍ଦ

ଭୋପାଳ,୧୧ା୭: ମଧ୍ୟପ୍ରଦେଶର ଡାଟିଆ ବିଧାନସଭା ଆସନ ପାଇଁ ଉପନିର୍ବାଚନ ଅନୁଷ୍ଠିତ ହେବାକୁ ଯାଉଥିବା ବେଳେ ଭାଜପା ପକ୍ଷରୁ ଶୁକ୍ରବାର ଆଶୁତୋଷ ତିଓ୍ବାରୀଙ୍କୁ ପ୍ରାର୍ଥୀ ଘୋଷଣା କରାଯାଇଥିଲା। ନିର୍ବାଚନ…

ପାଉଣା ମିଳିଲାନି ବୋଲି ବିଦ୍ୟାଳୟ ରାସ୍ତା ଖୋଳି ନେଇଗଲେ ଠିକାଦାର: ପାଠପଢ଼ା ଠପ୍, ଚାପା ଉତ୍ତେଜନା

ଦିଗପହଣ୍ଡି, ୧୧।୭ (ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ଡେଙ୍ଗାଡ଼ି ଗ୍ରାମ ନୂଆସାହି ସରକାରୀ ପ୍ରାଥମିକ ବିଦ୍ୟାଳୟ ପରିସରରେ ଏକ ଅଭାବନୀୟ ଘଟଣା ଦେଖିବାକୁ…

ଇନିଂସ ଅଗ୍ରଣୀ, ଦୃଢସ୍ଥିତିରେ ଭାରତ

ଲଣ୍ଡନ,୧୧ା୭: କ୍ରାନ୍ତି ଗୌଡ଼ (୫/୩୭)ଙ୍କ ଚମତ୍କାର ବୋଲିଂ ଯୋଗୁ ଲଡ୍ସରେ ଚାଲିଥିବା ଏକ ମାତ୍ର ମହିଳା କ୍ରିକେଟ ଟେଷ୍ଟରେ ଇଂଲଣ୍ଡର ପ୍ରଥମ ଇନିଂସ ସ୍କୋରକୁ ୧୭୦ରନରେ ସୀମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri