ପାର୍ଟନରଙ୍କୁ ବାହାହେଲେ ବହିର୍ବ୍ୟାପାର ମନ୍ତ୍ରୀ

କାନ୍‌ବେରା,୧୮ା୩: ଅଷ୍ଟ୍ରେଲିଆ ବହିର୍ବ୍ୟାପାର ମନ୍ତ୍ରୀ ପେନ୍ନି ଓ୍ବଙ୍ଗ୍‌ ନିଜ ଦୀର୍ଘଦିନର ମହିଳା ପାର୍ଟନର ସୋଫିଏ ଆଲ୍ଲୋଉଆଚେଙ୍କୁ ବିବାହ କରିଛନ୍ତି। ନିଜ ସମଲିଙ୍ଗୀ ବିବାହ ସମ୍ପର୍କରେ ଓ୍ବଙ୍ଗ୍‌ ରବିବାର ଇନ୍‌ଷ୍ଟାଗ୍ରାମରେ ସୂଚନା ଦେଇଛନ୍ତି। ଏହି ସ୍ବତନ୍ତ୍ର ଦିନରେ ଆମ ସହ ପରିବାର ଓ ସମ୍ପର୍କୀୟମାନେ ଖୁସି ଶେୟାର କରିପାରିବେ ବୋଲି ସେ ଉଲ୍ଲେଖ କରିଛନ୍ତି। ଏଥିସହ ନିଜ ପାର୍ଟନରଙ୍କ ସହିତ ମାଲେସୀୟ-ଚାଇନା ରୀତିନୀତିରେ ବିବାହ ବେଳର ଫଟୋ ମଧ୍ୟ ପୋଷ୍ଟ କରିଛନ୍ତି।
ଏବଂ ଆଲ୍ଲୋଉଆଚେ ପ୍ରାୟ ୨ ଦଶନ୍ଧି ଧରି ଏକାଠି ରହିଆସୁଛନ୍ତି। ସାଉଥ୍‌ ଅଷ୍ଟ୍ରେଲିଆ ରାଜଧାନୀ ଏଡେଲାଇଡେରେ ଉଭୟେ ପରସ୍ପର ସହ ବିବାହ ବନ୍ଧନରେ ଆବଦ୍ଧ ହୋଇଥିବା ‘ଦି ସିଡ୍‌ନି ମର୍ନିଂ ହେରାଲ୍ଡ’ରେ ରିପୋର୍ଟ ପ୍ରକାଶ ପାଇଛି। ସିନେଟରେ ଓ୍ବଙ୍ଗ୍‌ ସାଉଥ୍‌ ଅଷ୍ଟ୍ରେଲିଆରୁ ପ୍ରତିନିଧିତ୍ୱ କରନ୍ତି। ୨୦୦୨ରୁ ସେ ଲେବର ପାର୍ଟିର ସିନେଟର ରହିଆସିଛନ୍ତି। ଓ୍ବଙ୍ଗ୍‌ ହେଉଛନ୍ତି ଅଷ୍ଟ୍ରେଲିଆ ସରକାରରେ କ୍ୟାବିନେଟ ମନ୍ତ୍ରୀ ପଦ ଅଳଙ୍କୃତ କରିଥିବା ପ୍ରଥମ ଏସିଆ ଜନ୍ମିତ ବ୍ୟକ୍ତି। ଅନ୍ୟପକ୍ଷେ ଏଡେଲାଇଡେ ୟୁନିଭର୍ସିଟି ଛାତ୍ର ସଂସଦର ପୂର୍ବତନ ଅଧ୍ୟକ୍ଷା ଆଲ୍ଲୋଉଆଚେ ଓ୍ବଙ୍ଗ୍‌ଙ୍କଠାରୁ ବୟସରେ ୭ ବର୍ଷ ସାନ। ସାଉଥ୍‌ ଅଷ୍ଟ୍ରେଲିୟାର ସ୍ବାସ୍ଥ୍ୟ ଓ ମାନବ ସେବା ବିଭାଗରେ ସେ ମ୍ୟାନେଜର ଭାବେ କାର୍ଯ୍ୟ କରନ୍ତି। ୨୦୧୧ ଡିସେମ୍ବରରେ ସେ ଆଇଭିଏଫ୍‌ ପଦ୍ଧତିରେ ଉଭୟଙ୍କ ପ୍ରଥମ ସନ୍ତାନ ଆଲେକ୍‌ଜାଣ୍ଡ୍ରାଙ୍କୁ ଜନ୍ମ ଦେଇଥିଲେ। ୨୦୧୫ରେ ଏହି ଯୋଡ଼ିଙ୍କ ଦ୍ୱିତୀୟ ଝିଅ ହନ୍ନାହ ଜନ୍ମ ହୋଇଥିଲେ। ପ୍ରକାଶ ଯେ, ଅଷ୍ଟ୍ରେଲିଆରେ ୨୦୧୭ରୁ ସମଲିଙ୍ଗୀ ବିବାହକୁ ଆଇନଗତ ମାନ୍ୟତା ପ୍ରଦାନ କରାଯାଇଆସୁଛି।


Enter your email to get our daily news in your inbox.

All Right Reserved By Dharitri.Com

ବିବାହ ପ୍ରତିଶ୍ରୁତି ଦେଇ ପ୍ରତାରଣା, ଯୁବକ ଗିରଫ

ଗୋପାଳପୁର,୧।୪(ନବୀନ ରାଜ ଆଚାରୀ): ବରଗଡ଼ ଜିଲା ଯୁବତୀଙ୍କୁ ବିବାହ ପ୍ରତିଶ୍ରୁତ ଦେଇ ବଳତ୍କାର କରିବା ଅଭିଯୋଗରେ ଗୋଳନ୍ଥରା ପୋଲିସ ମଙ୍ଗଳବାର ବଳାତ୍କାରୀକୁ ଗିରଫ କରି କୋର୍ଟଚାଲାଣ କରିଛି।…

ମୃତ ବ୍ୟକ୍ତିଙ୍କ ନାମରେ ଜାଲ ଆଧାର କାର୍ଡ କରି ଜମି ବିକ୍ରି: ୨୦ ଭରଣ ଜମି ହଡପ

ସୋରଡା,୧।୪(ରଜନୀ ମହାପାତ୍ର): ଗଞ୍ଜାମ ଜିଲା ସୋରଡା ଉପନିବନ୍ଧକଙ୍କ କାର୍ଯ୍ୟାଳୟରେ ଜମି କିଣାବିକାରେ ଜାଲିଆତି ହେଉଥିବା ଅଭିଯୋଗ ହେଉଛି। ଜାଲ୍‌ ଆଧାରକାର୍ଡ ପ୍ରସ୍ତୁତ କରି ଜାଲ ଦସ୍ତଖତରେ ଜଣେ…

ବିଜୟ ପରେ ମଧ୍ୟ BCCI ଶ୍ରେୟସ ଆୟରଙ୍କ ଉପରେ କାହିଁକି ଲଗାଇଲା ଜରିମାନା? ହେଲା ୧୨ ଲକ୍ଷର କ୍ଷତି

ନୂଆଦିଲ୍ଲୀ,୧।୪: ୨୦୨୬ ଇଣ୍ଡିଆନ ପ୍ରିମିୟର ଲିଗର ଆରମ୍ଭ ପଞ୍ଜାବ କିଙ୍ଗ୍ସ ପାଇଁ ଚମତ୍କାର ପ୍ରମାଣିତ ହୋଇଥିଲା, କାରଣ ସେମାନେ ଗୁଜରାଟ ଟାଇଟାନ୍ସ ବିପକ୍ଷରେ ଶେଷ ଓଭରରେ ଏକ…

ବିଧାନସଭାରେ ୧୧ ଘୋଡ଼ାର ନାଁ କହିଲେ ଅରୁଣ କୁମାର: ଚିହ୍ନିପାରିଲେନି ବିଧାୟକ ସିଦ୍ଧାନ୍ତ, ଜାଣନ୍ତୁ ରୋଚକ ଘଟଣା ବିଷୟରେ…

ଭୁବନେଶ୍ୱର, ୧।୪(ସୁନିତ୍‌ ମିଶ୍ର):ବିଧାନସଭାରେ ୨୦୨୬-୨୭ ଆର୍ଥିକ ବର୍ଷର ବ୍ୟୟ ମଞ୍ଜୁର ବିଧେୟକ ଉପରେ ଆଲୋଚନା ହେବା ସମୟରେ ବିଜେଡିର ବରିଷ୍ଠ ବିଧାୟକ ଅରୁଣ କୁମାର ସାହୁଙ୍କ ଘୋଡ଼ା…

ଶେଷରେ ନଇଁଲେ ଟ୍ରମ୍ପ୍‌! ‘ଏତିକି ସପ୍ତାହ ମଧ୍ୟରେ ଶେଷ କରିବେ ଯୁଦ୍ଧ’

ଓ୍ବାଶିଂଟନ,୧।୪: ପଶ୍ଚିମ ଏସିଆରେ ଚାଲିଥିବା ସଂଘର୍ଷ ମଧ୍ୟରେ, ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ବିବୃତ୍ତି ଜାରି କରିଛନ୍ତି। ସେ କହିଛନ୍ତି ଯେ ଆମେରିକୀୟ ସୈନ୍ୟମାନେ…

କୁଏଟ୍‌ରୁ ସ୍ବତନ୍ତ୍ର ବିମାନରେ କେରଳ ଆସିଲା ୨୦ ଭାରତୀୟଙ୍କ ମୃତଦେହ, ହେଲେ କିଏ ଏମାନେ କେମିତି ହେଲା ଏମାନଙ୍କ ମୃତ୍ୟୁ? ଜାଣନ୍ତୁ ସମ୍ପୂର୍ଣ୍ଣ ଖବର

ନୂଆଦିଲ୍ଲୀ,୧।୪: କୁଏତରେ ବିଭିନ୍ନ ଘଟଣାରେ ପ୍ରାଣ ହରାଇଥିବା ୨୦ ଜଣ ଭାରତୀୟ ନାଗରିକଙ୍କ ପାର୍ଥିବ ଶରୀର ବୁଧବାର କେରଳର କୋଚିନ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚିଛି। ଅଧିକାରୀଙ୍କ ଅନୁଯାୟୀ,…

ବ୍ରାହ୍ମଣୀଗାଁରେ ବିଏସଏନଏଲ ନେଟୱାର୍କ ଫେଲ୍‌: ସପ୍ତାହେ ହେଲା ବିକାଶ କାର୍ଯ୍ୟ ଠପ୍‌

ଦାରିଙ୍ଗବାଡି, ୧।୪ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡି ବ୍ଲକ ବ୍ରାହ୍ମଣୀଗାଁରେ ବିଏସଏନଏଲ ମୋବାଇଲ ସେବା ସହ ଇଣ୍ଟରନେଟ ସେବା ସମ୍ପୂର୍ଣ୍ଣ ଅଚଳ ହୋଇପଡିଛି। ପ୍ରାୟ ସପ୍ତାହେ…

କୁବେର ଡେପୁଟି ମ୍ୟାନେଜର: ଘରୁ ମିଳିଲା ପୁଳାପୁଳା ଟଙ୍କା-ସୁନା, ବାବୁଙ୍କ ରହିଛି…

ଭୁବନେଶ୍ୱର,୧।୪: ଓଡ଼ିଶା ପୋଲିସ ହାଉସିଂ ଆଣ୍ଡ ୱେଲ୍‌ଫେୟାର କର୍ପୋରେଶନ (ଓପିଏଚ୍‌ଡବ୍ଲ୍ୟୁସି) ସମ୍ବଲପୁର ଡିଭିଜନର ଡେପୁଟି ମ୍ୟାନେଜର ବିଦ୍ୟୁତ୍‌ ରଞ୍ଜନ ଭୋଳ ଭିଜିଲାନ୍ସ ଜାଲରେ ଧରାପଡ଼ିଛନ୍ତି। ୫.୧୮ଲକ୍ଷ ଲାଞ୍ଚ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri