Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଓସାକାଙ୍କୁ ଚତୁର୍ଥ ଗ୍ରାଣ୍ଡସ୍ଲାମ ଟାଇଟଲ

ମେଲବୋର୍ନ,୨୧।୨(ଏପି): ଜାପାନ ମହିଳା ଟେନିସ ତାରକା ନାଓମି ଓସାକା ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ ସିଙ୍ଗଲ୍ସ ଟାଇଟଲ ହାସଲ କରିଛନ୍ତି। ଶନିବାର ଅନୁଷ୍ଠିତ ମହିଳା ସିଙ୍ଗଲ୍ସ ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ମାନ୍ୟତା ପାଇଥିବା ଓସାକା ୬-୪, ୬-୩ ସିଧାସଳଖ ସେଟ୍‌ରେ ୨୨ତମ ସିଡ୍‌ ଆମେରିକାର ଜେନିଫର ବ୍ରାଡିଙ୍କୁ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି। ଏଥିସହିତ ସେ ଦ୍ୱିତୀୟଥର ପାଇଁ ଅଷ୍ଟ୍ରେଲିଆନ୍‌ ଓପନ ଟାଇଟଲ ହାସଲ କରିଛନ୍ତି ଓ କ୍ୟାରିୟରରେ ମୋଟ ଚତୁର୍ଥ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ୨୩ ବର୍ଷୀୟା ଓସାକା ଜାପାନରେ ଜନ୍ମ ଗ୍ରହଣ କରିଥିଲେ ମଧ୍ୟ ମାତ୍ର ୩ ବର୍ଷରେ ତାଙ୍କ ପରିବାର ସହିତ ଆମେରିକା ଚାଲିଯାଇଥିଲେ। ଅନ୍ୟପଟେ ୨୫ ବର୍ଷୀୟ ବ୍ରାଡି ପ୍ରଥମଥର ପାଇଁ ଗ୍ରାଣ୍ଡସ୍ଲାମ ଫାଇନାଲ ଖେଳିଥିଲେ ଓ ଏଥିରେ ପରାସ୍ତ ହୋଇ ରନର୍ସ ଅପ୍‌ରେ ସନ୍ତୁଷ୍ଟ ହୋଇଛନ୍ତି।
ଫାଇନାଲ ମ୍ୟାଚ ଦେଖିବାକୁ ୭,୫୦୦ ଦର୍ଶକ ଷ୍ଟାଡିୟମରେ ଉପସ୍ଥିତ ଥିଲେ। ଏବେ ଖେଳ ଜାରି ରଖିଥିବା ମହିଳା ଖେଳାଳିଙ୍କ ମଧ୍ୟରେ ସେରେନା ଓ୍ବିଲିୟମ୍ସ ଓ ତାଙ୍କ ଭଉଣୀ ଓସାକାଙ୍କଠାରୁ ଅଧିକ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଛନ୍ତି। ସେରେନା ୨୩ ଓ ଭେନସ ୭ଟି ଗ୍ରାଣ୍ଡସ୍ଲାମ ଜିତିଛନ୍ତି। ସ୍ଥାନୀୟ ରଡ ଲାଭର ଏରିନାରେ ଶନିବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ଓସାକା ଅତି ସହଜରେ ସିଧା ସଳଖ ସେଟ୍‌ରେ ବିଜୟ ହାସଲ କରିଥିଲେ। ୨୦୨୦ରେ ଏପି ଫିମେଲ ଆଥ୍‌ଲେଟ ଅଫ୍‌ ଦି ଇୟର ବିବେଚିତ ହୋଇଥିବା ଓସାକା ଏଥିସହ କ୍ରମାଗତ ୨୧ ମ୍ୟାଚ୍‌ରେ ବିଜୟୀ ହୋଇଛନ୍ତି ଓ ଏହି ବିଜୟଧାରାକୁ ବଜାୟ ରଖିଛନ୍ତି। ଏହାପୂର୍ବରୁ ଓସାକା ୨୦୧୯ରେ ମଧ୍ୟ ଅଷ୍ଟ୍ରେଲିଆନ ଓପନ୍‌ ଟାଇଟଲ ହାସଲ କରିଥିଲେ। ସେ ମଧ୍ୟ ୨୦୧୮ ଓ ୨୦୨୦ରେ ୟୁଏସ୍‌ ଓପନ୍‌ ଟାଇଟଲ ଜିତିଥିଲେ। ନିଜ ପ୍ରଦର୍ଶନରେ ଓସାକା ଖୁସି ଜାହିର କରିଛନ୍ତି।
ଏହା ପୂର୍ବରୁ ଓସାକା ସେମିଫାଇନାଲରେ ୧୦ ସିଡ୍‌ ଅଭିଜ୍ଞ ଆମେରିକୀୟ ତାରକା ସେରେନା ଓ୍ବିଲିୟମ୍ସଙ୍କୁ ୬-୩, ୬-୪ ସେଟ୍‌ରେ ହରାଇ ଫାଇନାଲକୁ ଉଠିଥିଲେ। ସେହିପରି କ୍ୱାର୍ଟରରେ ସେ ଚାଇନିଜ ତାଇପେର ସୁ- ଓ୍ବେଇ ସିଏଙ୍କୁ ୬-୨, ୬-୨ ସେଟ୍‌ରେ ହରାଇଥିଲେ। ଚତୁର୍ଥ ରାଉଣ୍ଡ ମୁକାବିଲାରେ ଓସାକା ୧୪ତମ ସିଡ୍‌ ସ୍ପେନ୍‌ର ଗାର୍ବାଇନ ମୁଗୁରୁଜାଙ୍କୁ ୪-୬, ୬-୪, ୭-୫ ସେଟ୍‌ରେ ହରାଇଥିଲେ। ସାରା ଟୁର୍ନାମେଣ୍ଟରେ ଓସାକା ଦୃଷ୍ଟାନ୍ତମୂଳକ ପ୍ରଦର୍ଶନ କରିଥିଲେ। ଏଥି ସହିତ ସେ ଭବିଷ୍ୟତର ସୁପରଷ୍ଟାର ବୋଲି ନିଜକୁ ପ୍ରମାଣିତ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri