Posted inଖେଳ

ଅଷ୍ଟ୍ରେଲିଆନ ଓପନ୍‌: ମେର୍ଟେନ୍ସ- ସାବାଲେଙ୍କା ମହିଳା ଡବଲ୍ସ ଚାମ୍ପିୟନ

ମେଲବୋର୍ନ,୨୦।୨(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ରେ ଦ୍ୱିତୀୟ ସିଡ୍‌ ମାନ୍ୟତାପ୍ରାପ୍ତ ଯୋଡି ଏଲିସ ମେର୍ଟେନ୍ସ ଓ ଅରିନା ସାବାଲେଙ୍କା ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ବେଲଜିୟମର ମେର୍ଟେନ୍ସ ଓ ବେଲାରୁଷର ସାବାଲେଙ୍କା ଶୁକ୍ରବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ଯୋଡି ଚେକ୍‌ ଗଣରାଜ୍ୟର କାଟେରିନା ସିନିଆକୋଭା ଓ ବାର୍ବୋରା କ୍ରେଜସିକୋଭାଙ୍କୁ ୬-୨, ୬-୩ ସେଟ୍‌ରେ ଅତି ସହଜରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି।
୯ଟି ସିଙ୍ଗଲ୍ସ ଟାଇଟଲ ଜିତିଥିବା ସାବାଲେଙ୍କା ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ସ୍ଥାନ ପାଇଛନ୍ତି। ପୂର୍ବରୁ କ୍ରେଜେସିକୋଭା ଓ ସିନିଆକୋଭା ୨୦୧୮ରେ ମିଳିତ ଭାବେ ଓ୍ବିମ୍ବେଲଡନ ଓ ଫ୍ରେଞ୍ଚ୍‌ ଓପନ ମହିଳା ଡବଲ୍ସ ଟାଇଟଲ ଜିତିଥିଲେ। କିନ୍ତୁ ଏହି ଫାଇନାଲ ମୁକାବିଲାରେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ। ମହିଳା ସିଙ୍ଗଲ୍ସରେ ସପ୍ତମ ସିଡ୍‌ ମାନ୍ୟତା ପାଇଥିବା ସାବାଲେଙ୍କା ୬-୪, ୨-୬, ୬-୪ ସେଟ୍‌ରେ ଦଶମ ସିଡ୍‌ ସେରେନା ଓ୍ବିଲିୟମ୍ସଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ଏହି ବିଜୟ ଖୁସି ଦେଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ନିର୍ବାଚନୀ ରାଲିରେ ଟ୍ରମ୍ପ୍‌ଙ୍କ ବଡ଼ ଦାବି, ଭାରତ-ପାକିସ୍ତାନ ଯୁଦ୍ଧକୁ ନେଇ…

ଓ୍ବାଶିଂଟନ,୨୪ା୧୦: ଆମେରିକାରେ ମଧ୍ୟବର୍ତ୍ତିକାଳୀ ନିର୍ବାଚନ ପାଇଁ ପ୍ରଚାର ଜୋର୍‌ ଧରିଥିବା ବେଳେ ସେଥିରେ ଅପରେଶନ ସିନ୍ଦୂର ସ୍ଥାନ ପାଇଛି। ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ୍‌ ଉଚ୍ଚ ଟାରିଫ୍‌ ଧମକ…

ବିଶ୍ୱ ରେକର୍ଡ ଭାଙ୍ଗିଲେ ତିଲକ ବର୍ମା, ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ବନିଲେ ନମ୍ବର ୧…

ନୂଆଦିଲ୍ଲୀ, ୨୪।୧୦: ଭାରତୀୟ ଯୁବ କ୍ରିକେଟର୍ ତିଲକ ବର୍ମା ଟି-୨୦ ଅନ୍ତର୍ଜାତୀୟ କ୍ରିକେଟ୍‌ରେ ଏକ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛନ୍ତି। ଶନିବାର ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ…

ଭୁବନେଶ୍ୱର କୁମାରଙ୍କ ଜର୍ସି ନମ୍ବର ‘୮୭’ର ରହସ୍ୟ, କ୍ରିକେଟର୍‌ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ, ୨୪।୧୦: ନ୍ୟୁଜିଲ୍ୟାଣ୍ଡ ବିପକ୍ଷ ଦ୍ୱିତୀୟ ଟି-୨୦ ମ୍ୟାଚ୍‌ରେ ଭାରତୀୟ ଦ୍ରୁତ ବୋଲର ଭୁବନେଶ୍ୱର କୁମାରଙ୍କ ଯାଦୁ ଦେଖିବାକୁ ମିଳିନାହିଁ। ଦୀର୍ଘ ଦିନ ପରେ ଅନ୍ତର୍ଜାତୀୟ କ୍ରିକେଟ୍‌କୁ…

ବୋମା ଖାଇ ୨ ଗୋରୁ ଗୁରୁତର, ତଦନ୍ତ ନିର୍ଦ୍ଦେଶ

ଖମାର,୨୪।୧୦(ରଜନୀକାନ୍ତ ମହାରଣା): ଅନୁଗୋଳ ଜିଲା ଖମାର ଥାନା ଅନ୍ତର୍ଗତ ରଜଡ଼ଙ୍ଗ ଗାଁ ଜଙ୍ଗଲରେ ବନ୍ୟଜନ୍ତୁ ଶିକାର ପାଇଁ ଜଙ୍ଗଲରେ ବିଛାଯାଇଥିବା ବୋମା ଖାଇ ୨ଟି ଗୋରୁ ଶୁକ୍ରବାର…

ବରଗଡ଼ ମୁଖ୍ୟ କେନାଲରେ ୨ମାସ ଆସିବନି ପାଣି: ଏହି ଦିନଠାରୁ ଯୋଗାଣ ବନ୍ଦ, ଚିନ୍ତାରେ ଚାଷୀ

ବରଗଡ଼, ୨୪।୧୦ (ପ୍ରେମାନନ୍ଦ ଖମାରୀ): ବରଗଡ଼ ମୁଖ୍ୟ କେନାଲରେ ଆସନ୍ତା ନଭେମ୍ବର ମାସ ୧ ତାରିଖରୁ ଜଳ ଯୋଗାଣ ସମ୍ପୂର୍ଣ୍ଣ ବନ୍ଦ କରାଯିବ। ଦୀର୍ଘ ୨ ମାସ…

ନଦୀରେ ଭାସୁଥିଲା ଅଖା, ଭିତରୁ ଯାହା ମିଳିଲା…

କାଲିମେଳା, ୨୪।୧୦ (ଜୀବନ କୃଷ୍ଣ ଦାସ): ମାଲକାନଗିରି ଜିଲା କାଲିମେଳା ଥାନା ଅଧୀନ ଏମଭି-୬୪/୧୦ ଗ୍ରାମ ନିକଟସ୍ଥ ପଟେରୁ ନଦୀରୁ ଏକ ଗଳିତ ମୃତଦେହ ଶନିବାର ମିଳିଛି।…

ରାଜ୍ୟ ସ୍ତରୀୟ ସୁଟିଙ୍ଗ ପ୍ରତିଯୋଗିତା: କଳାହାଣ୍ଡିକୁ ମିଳିଲା ୯ ପଦକ

ଲାଞ୍ଜିଗଡ଼,୨୪।୧୦(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ଼ ବ୍ଲକର ପ୍ରତିଯୋଗୀମାନେ ରାଜ୍ୟସ୍ତରୀୟ ୬୧ତମ ବାର୍ଷିକ ସୁଟିଙ୍ଗ ପ୍ରତିଯୋଗିତାରେ ଭାଗ ନେଇ ୪ଟି ସ୍ବର୍ଣ୍ଣ, ୨ଟି ରୌପ୍ୟ ଏବଂ…

ମା’ଙ୍କ ଶ୍ରାଦ୍ଧ ଲାଗି ଛୁଟିରେ ଗାଁକୁ ଆସିଥିଲେ, ଦୁର୍ଘଟଣାରେ ଚାଲିଗଲା ଯବାନଙ୍କ ଜୀବନ

କୋକସରା,୨୪।୧୦(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ଦେଶ ସେବାରେ ନିୟୋଜିତ ଥିବା ଆସାମ ରାଇଫଲ୍ସ ହାବିଲଦାର ସରୋଜ କୁମାର ଶବରଙ୍କୁ ଶନିବାର ରାଷ୍ଟ୍ରୀୟ ମର୍ଯ୍ୟାଦା ସହ ଶେଷ ଶ୍ରଦ୍ଧାଞ୍ଜଳି ଜ୍ଞାପନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?