Posted inଖେଳ

ଅଷ୍ଟ୍ରେଲିଆନ ଓପନ୍‌: ମେର୍ଟେନ୍ସ- ସାବାଲେଙ୍କା ମହିଳା ଡବଲ୍ସ ଚାମ୍ପିୟନ

ମେଲବୋର୍ନ,୨୦।୨(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ରେ ଦ୍ୱିତୀୟ ସିଡ୍‌ ମାନ୍ୟତାପ୍ରାପ୍ତ ଯୋଡି ଏଲିସ ମେର୍ଟେନ୍ସ ଓ ଅରିନା ସାବାଲେଙ୍କା ମହିଳା ଡବଲ୍ସ ଟାଇଟଲ ଜିତିଛନ୍ତି। ବେଲଜିୟମର ମେର୍ଟେନ୍ସ ଓ ବେଲାରୁଷର ସାବାଲେଙ୍କା ଶୁକ୍ରବାର ଖେଳାଯାଇଥିବା ଫାଇନାଲ ମ୍ୟାଚ୍‌ରେ ତୃତୀୟ ସିଡ୍‌ ଯୋଡି ଚେକ୍‌ ଗଣରାଜ୍ୟର କାଟେରିନା ସିନିଆକୋଭା ଓ ବାର୍ବୋରା କ୍ରେଜସିକୋଭାଙ୍କୁ ୬-୨, ୬-୩ ସେଟ୍‌ରେ ଅତି ସହଜରେ ପରାସ୍ତ କରି ଚାମ୍ପିୟନ ହୋଇଛନ୍ତି।
୯ଟି ସିଙ୍ଗଲ୍ସ ଟାଇଟଲ ଜିତିଥିବା ସାବାଲେଙ୍କା ଡବ୍ଲ୍ୟୁଟିଏ ର଼୍ୟାଙ୍କିଙ୍ଗ୍‌ର ଟପ୍‌-୧୦ରେ ସ୍ଥାନ ପାଇଛନ୍ତି। ପୂର୍ବରୁ କ୍ରେଜେସିକୋଭା ଓ ସିନିଆକୋଭା ୨୦୧୮ରେ ମିଳିତ ଭାବେ ଓ୍ବିମ୍ବେଲଡନ ଓ ଫ୍ରେଞ୍ଚ୍‌ ଓପନ ମହିଳା ଡବଲ୍ସ ଟାଇଟଲ ଜିତିଥିଲେ। କିନ୍ତୁ ଏହି ଫାଇନାଲ ମୁକାବିଲାରେ ଆଶାନୁରୂପ ପ୍ରଦର୍ଶନ କରିପାରି ନ ଥିଲେ। ମହିଳା ସିଙ୍ଗଲ୍ସରେ ସପ୍ତମ ସିଡ୍‌ ମାନ୍ୟତା ପାଇଥିବା ସାବାଲେଙ୍କା ୬-୪, ୨-୬, ୬-୪ ସେଟ୍‌ରେ ଦଶମ ସିଡ୍‌ ସେରେନା ଓ୍ବିଲିୟମ୍ସଙ୍କଠାରୁ ପରାସ୍ତ ହୋଇଥିଲେ। ତେବେ ଏହି ବିଜୟ ଖୁସି ଦେଇଛି ବୋଲି ସେ କହିଛନ୍ତି ।


Enter your email to get our daily news in your inbox.

All Right Reserved By Dharitri.Com

ଏହି ଜିଲାରେ କରୋନା ଆକ୍ରାନ୍ତ ଚିହ୍ନଟ: ସରକାର କହିଲେ…

ଭୁବନେଶ୍ୱର,୨୩ା୭(ସୁଚିସ୍ମିତା ସାହୁ): ଆନ୍ଧ୍ରପ୍ରଦେଶ ପରେ ଏବେ ଓଡ଼ିଶାରେ କରୋନା ବ୍ୟାପିବା ଆଶଙ୍କା ଦେଖାଦେଇଛି। ଗଞ୍ଜାମ ଜିଲାରେ ଜଣେ ଆକ୍ରାନ୍ତ ରହିଥିବା କୋଭିଡ୍‌ ଡ୍ୟାସ୍‌ବୋର୍ଡରେ ଦର୍ଶାଯାଇଥିବାବେଳେ ମଙ୍ଗଳବାର ଏମ୍‌କେସିଜି…

ଭାରତୀୟ ପାଣିପାଗ ବିଭାଗର ବଡ଼ ପୂର୍ବାନୁମାନ: ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଭୁବନେଶ୍ୱର,୨୩ା୭ (ସୌମ୍ୟରଞ୍ଜନ ରାଉତ): ରାଜ୍ୟରେ ବର୍ଷା ପ୍ରକୋପ ଜାରି ରହିଛି। ଲଗାଣ ବର୍ଷା ଯୋଗୁ ବିଭିନ୍ନ ଅଞ୍ଚଳରେ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡ଼ିଥିବା ବେଳେ ଆଗାମୀ ୨ଦିନ ପର୍ଯ୍ୟନ୍ତ…

ଇରାନ୍‌ ଯୁଦ୍ଧରେ ଆମେରିକାର ଖର୍ଚ୍ଚ ହୋଇଛି ଏତେ ଡଲାର, ଜାଣିଲେ ହୋଇଯିବେ ତାଜୁବ

ୱାଶିଂଟନ, ୨୩ା୭: ଇରାନ୍‌ ବିରୋଧରେ ଚାଲିଥିବା ଯୁଦ୍ଧରେ ଆମେରିକାର ଏପର୍ଯ୍ୟନ୍ତ ପ୍ରାୟ ୩୭.୫ ବିଲିୟନ ଡଲାର (ପ୍ରାୟ ୩.୧ ଲକ୍ଷ କୋଟି ଟଙ୍କା) ଖର୍ଚ୍ଚ ହୋଇସାରିଛି। ଆମେରିକା…

ମାଲକାନଗିରିରେ ପରୀକ୍ଷାମୂଳକ ବିମାନ ଉଡ଼ାଣ ସଫଳ

ମାଲକାନଗିର,୨୩।୭ (ଦୁର୍ଯ୍ୟୋଧନ ପାତ୍ର/ ଗୌରୀଶଙ୍କର ପଣ୍ଡା): ମାଲକାନଗିରି ଜିଲାବାସୀଙ୍କ ଦୀର୍ଘ ଦିନର ସ୍ବପ୍ନ ସାକାର ହେବାକୁ ଯାଉଛି। ଜିଲା ପ୍ରଶାସନ ଏବଂ ଓଡ଼ିଶା ସରକାରଙ୍କ ବେସାମରିକ ବିମାନ…

ଗଡ଼ଚଣ୍ଡୀ ଉଚ୍ଚ ପ୍ରାଥମିକ ବିଦ୍ୟାଳୟ ଶ୍ରେଣୀଗୃହରେ ଆଣ୍ଠୁଏ ପାଣି, ଶିକ୍ଷାଦାନ ବନ୍ଦ

ହାଟଡିହୀ, ୨୨।୭(ଶୁଭକାନ୍ତ ନାୟକ / ନିରାକାର ପରିଡା): ଲଗାଣ ବର୍ଷା ଯୋଗୁ କେନ୍ଦୁଝର ଜିଲା ହାଟଡିହୀ ବ୍ଲକ ଅଞ୍ଚଳରେ ସାଙ୍ଘାତିକ ପରିସ୍ଥିତି ସୃଷ୍ଟି ହୋଇଛି। କେଉଁଠି ପୋଲ…

ଜନ୍ତରମନ୍ତରରେ ପୁଣି ପୋଲିସ-ପ୍ରଦର୍ଶନକାରୀ ମୁହାଁମୁହିଁ, ପଥର ମାଡ଼ ପରେ ଲାଠିଚାର୍ଜ

ନୂଆଦିଲ୍ଲୀ,୨୨।୭: ନୂଆଦିଲ୍ଲୀର ଜନ୍ତର ମନ୍ତରରେ ଚାଲିଥିବା CJP ପ୍ରତିବାଦ ମଧ୍ୟରେ ପୁଣି ଥରେ ଉତ୍ତେଜନା ଦେଖାଦେଇଛି । ପ୍ରଦର୍ଶନକାରୀ ଏବଂ ଦିଲ୍ଲୀ ପୋଲିସ ମଧ୍ୟରେ ସଂଘର୍ଷ ହୋଇଛି…

ରାଜ୍ୟ ରାଜନୀତିରେ ହଲଚଲ୍! କ୍ୟାପିଟାଲ୍‌ ଥାନା ପକ୍ଷରୁ ପାଣ୍ଡିଆନଙ୍କୁ ନୋଟିସ, ଏହି ଦିନ ହେବ ହାଜର

ଭୁବନେଶ୍ବର,୨୨।୭: CMOରୁ ଫାଇଲ୍‌ ଗାୟବ ମାମଲାରେ ଭିକେ ପାଣ୍ଡିଆନ୍‌ଙ୍କୁ ନୋଟିସ କରାଯାଇଛି । ପୂର୍ବତନ ଆଇଏଏସ୍‌ ଅଫିସର ଭି.କେ ପାଣ୍ଡିଆନଙ୍କୁ ଆସନ୍ତା ୨୫ ତାରିଖ ଦିନ ୧୧ଟା…

ହଠାତ୍‌ ପ୍ରେସ୍‌ କନ୍‌ଫରେନ୍ସ କଲେ ନଡ୍ଡା: ଛାତ୍ରମାନଙ୍କ ଆନ୍ଦୋଳନରେ ରାହୁଲ ରାଜନୈତିକ ରୁଟି ସେକୁଛନ୍ତି କହି ବର୍ଷିଲେ, ସବୁର ଜବାବ…

ନୂଆଦିଲ୍ଲୀ,୨୨।୭: ପ୍ରଶ୍ନପତ୍ର ଲିକ୍‌ ମାମଲାରେ ରାଜନୈତିକ ଘମାସାନ ଜାରି ରହିଥିବା ବେଳେ ବୁଧବାର କେନ୍ଦ୍ରମନ୍ତ୍ରୀ ଜେ.ପି. ନଡ୍ଡା ଏକ ଖବରଦାତା ସମ୍ମିଳନୀରେ କରି ବିରୋଧୀଙ୍କୁ କଡ଼ା ଜବାବ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri