Posted inଖେଳ

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି।
ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆର କାରେନ ଖାଚାନୋଭଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ମେଡ୍‌ଭେଡେଭ ୬-୩, ୬-୩, ୪-୬, ୩-୬, ୬-୦ ସେଟ୍‌ରେ ୨୮ତମ ସିଡ୍‌ ସର୍ବିୟାର ଫିଲିପ କ୍ରାଜିନୋଭିକଙ୍କୁ ହରାଇଛନ୍ତି। ସେ ଚତୁର୍ଥ ରାଉଣ୍ଡରେ ମ୍ୟାକ୍‌ଡୋନାଲ୍ଡଙ୍କୁ ଭେଟିବେ। ମ୍ୟାକ୍‌ଡୋନାଲ୍ଡ ୭-୬, ୬-୧, ୬-୪ ସେଟ୍‌ରେ ଦକ୍ଷିଣ ଆଫ୍ରିକାର ଲୟେଡ ହାରିସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ରୁବ୍ଲେଭ ୭-୫, ୬-୨, ୬-୩ ସେଟ୍‌ରେ ସ୍ପେନ୍‌ର ଫେଲିସିଆନୋ ଲୋପେଜଙ୍କୁ ହରାଇଛନ୍ତି। ସେ ଚତୁର୍ଥ ରାଉଣ୍ଡରେ ରୁଡ୍‌ଙ୍କୁ ଭେଟିବେ। ରୁଡ୍‌ ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ମୋଲଡୋଭାର ରାଡୁ ଅଲବୋଟ୍‌ଙ୍କୁ ୬-୧, ୫-୭, ୬-୪, ୬-୪ ସେଟ୍‌ରେ ହରାଇ ଅଗ୍ରଗତି କରିଛନ୍ତି।
ମହିଳା ସିଙ୍ଗଲ୍ସ: ଚତୁର୍ଥ ରାଉଣ୍ଡରେ ବାର୍ଟି, ଭିଟୋଲିନା
ମହିଳା ସିଙ୍ଗଲ୍ସରେ ଟପ୍‌ ସିଡ୍‌ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଚତୁର୍ଥ ରାଉଣ୍ଡରେ ଆମେରିକାର ଶେଲବି ରୋଜର୍ସଙ୍କୁ ଭେଟିବା ସ୍ପଷ୍ଟ ହୋଇଛି। ବାର୍ଟି ତୃତୀୟ ରାଉଣ୍ଡରେ ୨୯ତମ ସିଡ୍‌ ରୁଡିଆର ଏକାଟେରିନା ଆଲେକଜାଣ୍ଡ୍ରୋଭାଙ୍କୁ ୬-୨, ୬-୪ ସେଟ୍‌ରେ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ରୋଜର୍ସ ୬-୪, ୬-୩ ସେଟ୍‌ରେ ୨୧ତମ ସିଡ୍‌ ଇସ୍ତୋନିଆର ଆନେଟ କୋଣ୍ଟାଭେଟ୍‌ଙ୍କୁ ହରାଇ ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପଞ୍ଚମ ସିଡ୍‌ ୟୁକ୍ରେନର ଏଲିନା ଭିଟୋଲିନା ଚତୁର୍ଥ ରାଉଣ୍ଡରେ ଆମେରିକାର ଜେସିକା ପେଗୁଲାଙ୍କୁ ଭେଟିବେ। ଭିଟୋଲିନା ୬-୪, ୬-୦ ସେଟ୍‌ରେ ୨୬ତମ ସିଡ୍‌ କାଜାଖସ୍ତାନର ୟୁଲିଆ ପୁଟିନଶୋଭାଙ୍କୁ ହରାଇ ଓ ପେଗୁଲା ୬-୨, ୬-୧ ସେଟ୍‌ରେ ଫ୍ରାନ୍ସର କ୍ରିଷ୍ଟିନା ମ୍ଲାଡୋନୋଭିକଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମୁକାବିଲାରେ ଆମେରିକାର ୨୨ତମ ସିଡ୍‌ ଖେଳାଳି ଜେନିଫର ବ୍ରାଡି ଓ ୨୮ତମ ସିଡ୍‌ କ୍ରୋଏସିଆର ଡୋନ ଭେକିକ୍‌ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ସେହିପରି ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ବିଜୟୀ ହୋଇ ୧୮ତମ ସିଡ୍‌ ବେଲଜିୟମର ଏଲିସ ମେର୍ଟେନ୍ସ ଓ ୨୫ତମ ସିଡ୍‌ ଚେକ୍‌ ଗଣରାଜ୍ୟର କାରୋଲିନା ମୁଚୋଭା ଚତୁର୍ଥ ରାଉଣ୍ଡରେ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ଏମିତି ପ୍ରଶ୍ନରେ ରାଗିଗଲେ ଶୁବମନ ଗିଲ, T20 ଟିମରୁ…

ନୂଆଦିଲ୍ଲୀ,୨୬।୩: ଭାରତୀୟ ଦିନିକିଆ ଏବଂ ଟେଷ୍ଟ ଅଧିନାୟକ ଶୁବମନ ଗିଲ ଗୁରୁବାର କହିଛନ୍ତି ଯେ ୨୦୨୬ ଟି୨୦ ବିଶ୍ୱକପ ପୂର୍ବରୁ ଭାରତୀୟ ଦଳରୁ ବାଦ ପଡ଼ିବା ପରେ…

RCBର ବିକ୍ରି ପରେ ମୁହଁ ଖୋଲିଲେ ମାଲ୍ୟା: ସମାଲୋଚକଙ୍କୁ କହିଲେ…

ନୂଆଦିଲ୍ଲୀ,୨୬ା୩: ଆଇପିଏଲ୍‌ ଫ୍ରାଞ୍ଚାଇଜ ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ (ଆର୍‌ସିବି) ୧୮,୭୭୬ କୋଟି ଟଙ୍କାରେ ବିକ୍ରି ହେବା ପରେ ଏହାର ମୂଳ ମାଲିକ ତଥା ପଳାତକ ବ୍ୟବସାୟୀ ବିଜୟ…

ରୋହିତ ଶର୍ମା-ବିରାଟ କୋହଲି ଆଗାମୀ ଗୋଟିଏ ବର୍ଷ ମଧ୍ୟରେ କେତେ ମ୍ୟାଚ ଖେଳିବେ, ସିଡ୍ୟୁଲ ଜାରିକଲା BCCI

ନୂଆଦିଲ୍ଲୀ,୨୬।୩: ଆଗାମୀ ବର୍ଷ ପାଇଁ ଟିମ ଇଣ୍ଡିଆର ଘରୋଇ ସିରିଜ ସୂଚୀ ପ୍ରକାଶ ପାଇଛି। ଅଷ୍ଟ୍ରେଲିଆ, ୱେଷ୍ଟଇଣ୍ଡିଜ, ଶ୍ରୀଲଙ୍କା ଏବଂ ଜିମ୍ବାୱେ ଆଗାମୀ ୧୨ ମାସ ବା…

ଡିପଫେକ୍‌ରେ ଗମ୍ଭୀର: ଆପତ୍ତିଜନକ ପୋଷ୍ଟ ହଟାଇବାକୁ ହାଇକୋର୍ଟଙ୍କ ନିର୍ଦ୍ଦେଶ

ନୂଆଦିଲ୍ଲୀ,୨୬ା୩: ଦିଲ୍ଲୀ ହାଇକୋର୍ଟ ଗୁଗଲ, ମେଟା ଓ ଆମାଜନ ଭଳି ଅଗ୍ରଣୀ ଟେକ୍‌ ପ୍ଲାଟଫର୍ମକୁ ପୂର୍ୱତନ କ୍ରିକେଟର ତଥା ବର୍ତ୍ତମାନ ଭାରତୀୟ ଦଳର ମୁଖ୍ୟ କୋଚ୍‌ ଗୌତମ…

IPL 2026: ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କଲା BCCI, ୧୨ ସହରରେ ମୁକାବିଲା, ମାର୍ଚ୍ଚ ୨୮ରୁ ଆରମ୍ଭ ହେବ…

ନୂଆଦିଲ୍ଲୀ,୨୬।୩: କ୍ରିକେଟ ପ୍ରେମୀଙ୍କ ଅପେକ୍ଷାର ଅନ୍ତ। ବିସିସିଆଇ (BCCI) ପକ୍ଷରୁ ଆଇପିଏଲ ୨୦୨୬ (IPL 19th Season)ର ସମ୍ପୂର୍ଣ୍ଣ କାର୍ଯ୍ୟସୂଚୀ ଘୋଷଣା କରାଯାଇଛି। ଆସନ୍ତାମାର୍ଚ୍ଚ ୨୮ ତାରିଖରୁ…

ଚୌକା-ଛକାରେ ଝୁମି ଉଠୁଥିବା ଚିୟରଲିଡର୍ସଙ୍କୁ କେତେ ମିଳେ ଦରମା… ଗୋଟିଏ ମ୍ୟାଚର ପାରିଶ୍ରମିକ ସହ ବିଳାସପୂର୍ଣ୍ଣ ସୁବିଧା ପଛର କାହାଣୀ ଜାଣନ୍ତୁ…

ନୂଆଦିଲ୍ଲୀ,୨୬।୩: ଆଇପିଏଲର ୧୯ତମ ସିଜିନ ୨୮ ମାର୍ଚ୍ଚରୁ ଆରମ୍ଭ ହେଉଛି। ଫାଇନାଲ ମ୍ୟାଚ ୩୧ ମଇରେ ଖେଳାଯିବ। ପଡ଼ିଆରେ ଖେଳାଳିମାନେ ସେମାନଙ୍କ ବିଡ ଏବଂ ଦୌଡ଼ ପାଇଁ…

କଟକ ବାରବାଟୀରେ ମୁହାଁମୁହିଁ ହେବେ ଭାରତ-ଶ୍ରୀଲଙ୍କା, ଏହି ଦିନ ହେବ ମ୍ୟାଚ୍

କଟକ,୨୬ା୩: ବିସିସିଆଇ ୨୦୨୬-୨୭ ଘରୋଇ ସିଜିନ୍ ପାଇଁ ଟିମ୍ ଇଣ୍ଡିଆର କାର୍ଯ୍ୟସୂଚୀ ଘୋଷଣା କରିଛି। ଏହି ସିଜିନ୍ ମଧ୍ୟରେ, ଭାରତୀୟ ଦଳ ମୋଟ ୨୨ଟି ମ୍ୟାଚ୍ ଖେଳିବ,…

ହେବନି IPL 2026ର ଉଦଘାଟନୀ ଉତ୍ସବ, ଏହି କାରଣରୁ BCCI ନେଲା ବଡ଼ ନିଷ୍ପତ୍ତି

ନୂଆଦିଲ୍ଲୀ,୨୬ା୩: IPL ୨୦୨୬ ସମ୍ପର୍କରେ ଏକ ବଡ଼ ନିଷ୍ପତ୍ତି ନେଇଛି BCCI । ଉଦଘାଟନୀ ଉତ୍ସବକୁ ବାତିଲ କରାଯାଇଛି । ଗତ ବର୍ଷ ବେଙ୍ଗାଲୁରୁରେ RCBର ବିଜୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri