Posted inଖେଳ

ଅଷ୍ଟ୍ରେଲିଆନ ଓପନ୍:‌ ପ୍ରି- କ୍ୱାର୍ଟରରେ ନାଡାଲ, ମେଡ୍‌ଭେଡେଭ, ରୁବ୍ଲେଭ

ମେଲବୋର୍ନ, ୧୪।୨: ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଶନିବାର ଷଷ୍ଠ ଦିବସରେ ପହଞ୍ଚିଛି। ପୁରୁଷ ଓ ମହିଳା ସିଙ୍ଗଲ୍ସରେ ସିଡେଡ୍‌ ଖେଳାଳିମାନେ ଚତୁର୍ଥ ରାଉଣ୍ଡ ଅର୍ଥାତ୍‌ ପ୍ରି -କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ପୁରୁଷ ସିଙ୍ଗଲ୍ସରେ ଦ୍ୱିତୀୟ ସିଡ୍‌ ସ୍ପେନର ରାଫାଲ ନାଡାଲ, ୧୬ତମ ସିଡ୍‌ ଇଟାଲୀର ଫାବିଓ ଫୋଗନିନି, ପଞ୍ଚମ ସିଡ୍‌ ଗ୍ରୀସ୍‌ର୍‌ ଷ୍ଟିଫାନୋଜ ସିତିସପାସ, ନବମ ସିଡ୍‌ ଇଟାଲୀର ମାଟେଓ ବେରେଟିନ, ଚତୁର୍ଥ ସିଡ୍‌ ରୁଷିଆର ଡାନିଲି ମେଡ୍‌ଭେଡେଭ, ଆମେରିକାର ଅଣସିଡ୍‌ ଖେଳାଳି ମ୍ୟାକେଞ୍ଜି ମ୍ୟାକ୍‌ଡୋନାଲ୍ଡ ଓ ସପ୍ତମ ସିଡ୍‌ ରୁଷିଆର ଆନ୍ଦ୍ରେ ରୁବ୍ଲେଭ ଓ ୨୪ତମ ସିଡ୍‌ ନରଓ୍ବେର କାସପେର ରୁଡ୍‌ ପ୍ରଭୃତି ଖେଳାଳି ତୃତୀୟ ରାଉଣ୍ଡରେ ବିଜୟୀ ହୋଇ ଅଗ୍ରଗତି କରିଛନ୍ତି।
ନାଡାଲ ତୃତୀୟ ରାଉଣ୍ଡରେ ବିଶ୍ୱର ୬୯ତମ ଖେଳାଳି ୟୁକେର କାମେରନ ନୋରିଙ୍କୁ ୭-୫, ୬-୨, ୭-୫ ସେଟ୍‌ରେ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସେ ଫୋଗନିନିଙ୍କୁ ଭେଟିବେ। ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚରେ ଫୋଗନିନି ୬-୪, ୬-୩, ୬-୪ ସେଟ୍‌ରେ ୨୧ତମ ସିଡ୍‌ ଅଷ୍ଟ୍ରେଲିଆର ଆଲେକ୍ସ ଡି ମିନାଉରଙ୍କୁ ହରାଇଛନ୍ତି। ସେହିପରି ସିତିସପାସ ୬-୪, ୬-୧, ୬-୧ ସେଟ୍‌ରେ ସ୍ବିଡେନର ମିକାଏଲ ୟମେରଙ୍କୁ ହରାଇଛନ୍ତି। ଚତୁର୍ଥ ରାଉଣ୍ଡରେ ସିତିସପାସ ବେରେଟିନିଙ୍କୁ ଭେଟିବେ। ବେରେଟିନ୍‌ ତୃତୀୟ ରାଉଣ୍ଡରେ ୭-୬, ୭-୬, ୭-୬ ସେଟ୍‌ରେ ୧୯ତମ ସିଡ୍‌ ରୁଷିଆର କାରେନ ଖାଚାନୋଭଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ମେଡ୍‌ଭେଡେଭ ୬-୩, ୬-୩, ୪-୬, ୩-୬, ୬-୦ ସେଟ୍‌ରେ ୨୮ତମ ସିଡ୍‌ ସର୍ବିୟାର ଫିଲିପ କ୍ରାଜିନୋଭିକଙ୍କୁ ହରାଇଛନ୍ତି। ସେ ଚତୁର୍ଥ ରାଉଣ୍ଡରେ ମ୍ୟାକ୍‌ଡୋନାଲ୍ଡଙ୍କୁ ଭେଟିବେ। ମ୍ୟାକ୍‌ଡୋନାଲ୍ଡ ୭-୬, ୬-୧, ୬-୪ ସେଟ୍‌ରେ ଦକ୍ଷିଣ ଆଫ୍ରିକାର ଲୟେଡ ହାରିସଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ରୁବ୍ଲେଭ ୭-୫, ୬-୨, ୬-୩ ସେଟ୍‌ରେ ସ୍ପେନ୍‌ର ଫେଲିସିଆନୋ ଲୋପେଜଙ୍କୁ ହରାଇଛନ୍ତି। ସେ ଚତୁର୍ଥ ରାଉଣ୍ଡରେ ରୁଡ୍‌ଙ୍କୁ ଭେଟିବେ। ରୁଡ୍‌ ଅନ୍ୟ ଏକ ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ମୋଲଡୋଭାର ରାଡୁ ଅଲବୋଟ୍‌ଙ୍କୁ ୬-୧, ୫-୭, ୬-୪, ୬-୪ ସେଟ୍‌ରେ ହରାଇ ଅଗ୍ରଗତି କରିଛନ୍ତି।
ମହିଳା ସିଙ୍ଗଲ୍ସ: ଚତୁର୍ଥ ରାଉଣ୍ଡରେ ବାର୍ଟି, ଭିଟୋଲିନା
ମହିଳା ସିଙ୍ଗଲ୍ସରେ ଟପ୍‌ ସିଡ୍‌ ଅଷ୍ଟ୍ରେଲିଆର ଆସ୍‌ଲେ ବାର୍ଟି ଚତୁର୍ଥ ରାଉଣ୍ଡରେ ଆମେରିକାର ଶେଲବି ରୋଜର୍ସଙ୍କୁ ଭେଟିବା ସ୍ପଷ୍ଟ ହୋଇଛି। ବାର୍ଟି ତୃତୀୟ ରାଉଣ୍ଡରେ ୨୯ତମ ସିଡ୍‌ ରୁଡିଆର ଏକାଟେରିନା ଆଲେକଜାଣ୍ଡ୍ରୋଭାଙ୍କୁ ୬-୨, ୬-୪ ସେଟ୍‌ରେ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ରୋଜର୍ସ ୬-୪, ୬-୩ ସେଟ୍‌ରେ ୨୧ତମ ସିଡ୍‌ ଇସ୍ତୋନିଆର ଆନେଟ କୋଣ୍ଟାଭେଟ୍‌ଙ୍କୁ ହରାଇ ପରବର୍ତ୍ତୀ ରାଉଣ୍ଡରେ ପ୍ରବେଶ କରିଛନ୍ତି। ପଞ୍ଚମ ସିଡ୍‌ ୟୁକ୍ରେନର ଏଲିନା ଭିଟୋଲିନା ଚତୁର୍ଥ ରାଉଣ୍ଡରେ ଆମେରିକାର ଜେସିକା ପେଗୁଲାଙ୍କୁ ଭେଟିବେ। ଭିଟୋଲିନା ୬-୪, ୬-୦ ସେଟ୍‌ରେ ୨୬ତମ ସିଡ୍‌ କାଜାଖସ୍ତାନର ୟୁଲିଆ ପୁଟିନଶୋଭାଙ୍କୁ ହରାଇ ଓ ପେଗୁଲା ୬-୨, ୬-୧ ସେଟ୍‌ରେ ଫ୍ରାନ୍ସର କ୍ରିଷ୍ଟିନା ମ୍ଲାଡୋନୋଭିକଙ୍କୁ ହରାଇ ଅଗ୍ରଗତି କରିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମୁକାବିଲାରେ ଆମେରିକାର ୨୨ତମ ସିଡ୍‌ ଖେଳାଳି ଜେନିଫର ବ୍ରାଡି ଓ ୨୮ତମ ସିଡ୍‌ କ୍ରୋଏସିଆର ଡୋନ ଭେକିକ୍‌ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ସେହିପରି ତୃତୀୟ ରାଉଣ୍ଡ ମ୍ୟାଚ୍‌ରେ ବିଜୟୀ ହୋଇ ୧୮ତମ ସିଡ୍‌ ବେଲଜିୟମର ଏଲିସ ମେର୍ଟେନ୍ସ ଓ ୨୫ତମ ସିଡ୍‌ ଚେକ୍‌ ଗଣରାଜ୍ୟର କାରୋଲିନା ମୁଚୋଭା ଚତୁର୍ଥ ରାଉଣ୍ଡରେ ପରସ୍ପରକୁ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ରକ୍ତ ବଦଳରେ ରକ୍ତ…ପାକିସ୍ତାନ କ୍ରିକେଟ ବୋର୍ଡକୁ ଏହି ଧମକପୂର୍ଣ୍ଣ ଚିଠି ମିଳିବା ପରେ ବୋହିଗଲା ଝାଳ

ଇସଲାମାବାଦ,୨୪।୪: ଲାହୋରରେ ପାକିସ୍ତାନ ଏବଂ ନ୍ୟୁଜିଲ୍ୟାଣ୍ଡ ମଧ୍ୟରେ ହୋଇଥିବା ମ୍ୟାଚକୁ ନେଇ ଆତଙ୍କର ଛାୟା ଆସୁଛି। ଆତଙ୍କବାଦୀ ସଂଗଠନ ଇସଲାମିକ ଷ୍ଟେଟ ଆଗାମୀ କ୍ରିକେଟ ମ୍ୟାଚ...

କ୍ୟାମେରାମ୍ୟାନଙ୍କ ନଖରାମିକୁ ବରଦାସ୍ତ କରିପାରିଲେନି ଧୋନି

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ ର ୩୯ତମ ମ୍ୟାଚରେ ଲକ୍ଷ୍ନୌ ଏକ ଚମତ୍କାର ଖେଳ ପ୍ରଦର୍ଶନ କରି ଗୁରୁତ୍ୱପୂର୍ଣ୍ଣ ମ୍ୟାଚ (ସିଏସକେ ବନାମ ଏଳଏସଜି ଆଇପିଏଲ ୨୦୨୪)...

ଚାମ୍ପିଅନ୍ସ ଟ୍ରଫି ଖେଳିବାକୁ ପାକିସ୍ତାନ ଯିବ ନାହିଁ ଭାରତ!

ନୂଆଦିଲ୍ଲୀ,୨୪।୪:ଭାରତ ଏବଂ ପାକିସ୍ତାନ ମଧ୍ୟରେ ଶେଷ ମୁକାବିଲା ୨୦୨୩ରେ ଖେଳାଯାଇଥିବା ଦିନିକିଆ ବିଶ୍ୱକପରେ ହୋଇଥିଲା, ଯାହା ଭାରତ ଦ୍ୱାରା ଆୟୋଜିତ ହୋଇଥିଲା। ବର୍ତ୍ତମାନ ଉଭୟଙ୍କ ପରବର୍ତ୍ତୀ...

ସଚିନ ତେନ୍ଦୁଲକରଙ୍କ ଏହି ୫ ମହାରେକର୍ଡ ଭାଙ୍ଗିବା ପ୍ରାୟ ଅସମ୍ଭବ

ସଚିନ ତେନ୍ଦୁଲକର ଆଜି ୫୧ତମ ଜନ୍ମଦିନ ପାଳନ କରୁଛନ୍ତି। ଭାରତୀୟ କ୍ରିକେଟ ଦଳର ପୂର୍ବତନ କିମ୍ବଦନ୍ତୀ ବ୍ୟାଟ୍ସମ୍ୟାନ ସଚିନ କ୍ୟାରିୟରରେ ଅନେକ ରେକର୍ଡ ସୃଷ୍ଟି କରିଥିଲେ।...

୫୧ ବର୍ଷରେ ପଦାର୍ପଣ କଲେ କ୍ରିକେଟର ଭଗବାନ

ନୂଆଦିଲ୍ଲୀ,୨୪।୪: ଭାରତୀୟ କ୍ରିକେଟର ଭଗବାନ କୁହାଯାଉଥିବା ସଚିନ ତେନ୍ଦୁଲକର ଆଜି ୫୧ ବର୍ଷରେ ପଦାର୍ପଣ କରିଛନ୍ତି। କ୍ରୀଡା ଏବଂ ସିନେମାର ଅନେକ ସେଲିବ୍ରିଟି ତାଙ୍କୁ ସୋସିଆଲ...

ପଏଣ୍ଟ ଟେବୁଲରେ ବଡ଼ ପରିବର୍ତ୍ତନ: ଚଳିତ ଆଇପିଏଲରେ ପ୍ରଥମ ଥର ଟପ୍‌-୪ରୁ ବାଦ୍‌ ପଡ଼ିଲା ସିଏସକେ

ନୂଆଦିଲ୍ଲୀ,୨୪।୪: ଆଇପିଏଲ ୨୦୨୪ର ୩୯ତମ ମ୍ୟାଚ ଚେନ୍ନାଇ ସୁପର କିଙ୍ଗ୍‌ସ ଏବଂ ଲକ୍ଷ୍ନୌ ସୁପର ଜିଆଣ୍ଟସ ମଧ୍ୟରେ ଖେଳାଯାଇଛି। ଏହି ମ୍ୟାଚରେ ଲକ୍ଷ୍ନୌ ଚେନ୍ନାଇକୁ ପରାସ୍ତ...

ଭାରତୀୟ ଦଳରେ ୫ ଓଡ଼ିଆ

ଭୁବନେଶ୍ୱର, ୨୪ା୪ (ବିଜୟ ରଣା): ବୁଧବାରଠାରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଥାଇଲାଣ୍ଡ ରେ ହେବାକୁ ଥିବା ଏସିଆନ୍‌ ହୁଇଲ ଚେୟାର ଫେନ୍‌ସିଂ ଚାମ୍ପିୟନଶିପ୍‌ ଲାଗି ମନୋନୀତ...

ଇଣ୍ଡିଆନ ୟୁନିଭର୍ସିଟିଜ୍‌ ରଗ୍‌ବୀ, ଚେସ୍‌ ଦଳ ଘୋଷିତ

ଭୁବନେଶ୍ୱର, ୨୪।୪(ତପନ ସ୍ବାଇଁ): ଫ୍ରାନ୍ସର ଏକ୍ସେନ-ପ୍ରୋଭିନ୍ସରେ ୨୦୨୪ ଓ୍ବାଲର୍‌ଡ ୟୁନିସର୍ଭିଟି ରଗ୍‌ବୀ ସେଭେନ୍ସ ଚାମ୍ପିୟନଶିପ୍‌ ଜୁନ୍‌ ୧୦ରୁ ୧୨ ପର୍ଯ୍ୟନ୍ତ ଅନୁଷ୍ଠିତ ହେବ। ସେହିପରି ଉଗାଣ୍ଡାର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri