Posted inଖେଳ

ବିଳମ୍ବିତ ହେବ ଅଷ୍ଟ୍ରେଲିଆନ୍‌ ଓପନ୍‌: କ୍ରୀଡ଼ାମନ୍ତ୍ରୀ

ମେଲବୋର୍ନ,୨୬।୧୧(ଏପି): ବର୍ଷର ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟ ଅଷ୍ଟ୍ରେଲିଆନ ଓପନ୍‌ ଏଥର ସାମାନ୍ୟ ବିଳମ୍ବିତ ହେବ ବୋଲି ଭିକ୍ଟୋରିଆ କ୍ରୀଡ଼ାମନ୍ତ୍ରୀ ମାର୍ଟିନ ପାକୁଲା କହିଛନ୍ତି। ମେଲବୋର୍ନରେ ଜାନୁୟାରୀ ୧୮ରୁ ଆରମ୍ଭ ହେବାକୁ ଥିବା ଅଷ୍ଟ୍ରେଲିଆନ୍‌ ଓପନର ୨୦୨୧ ସଂସ୍କରଣ ଗୋଟିଏ କିମ୍ବା ଦୁଇ ସପ୍ତାହ ବିଳମ୍ବିତ ହେବର ଯଥେଷ୍ଟ ସମ୍ଭାବନା ରହିଛି ବୋଲି ସେ ସୂଚନା ଦେଇଛନ୍ତି।
ସରକାରଙ୍କ ବିଭାଗୀୟ କର୍ତ୍ତୃପକ୍ଷ ଓ ଟେନିସ ଅଧିକାରୀମାନେ ଆଲୋଚନା କରି ଏହି ଟୁର୍ନାମେଣ୍ଟ ଆୟୋଜନ ହେବ ବୋଲି ସିଦ୍ଧାନ୍ତରେ ପହଞ୍ଚିଛନ୍ତି। ତେବେ ଟୁର୍ନାମେଣ୍ଟ ଆରମ୍ଭରେ ବିଳମ୍ବ ଏକ ପ୍ରକାର ନିଶ୍ଚିତ ବୋଲି ସେ ସ୍ପଷ୍ଟ କରିଛନ୍ତି। ପୂର୍ବରୁ ଫ୍ରେଞ୍ଚ୍‌ ଓପନ ଗୋଟିଏ ମାସ ବିଳମ୍ବିତ ହୋଇଥିଲା। ଏପରିକି ଓ୍ବିମ୍ବେଲଡନ ଟୁର୍ନାମେଣ୍ଟ ମଧ୍ୟ ଆୟୋଜନ ହୋଇପାରି ନ ଥିଲା। ଆଗାମୀ ଦୁଇ ସପ୍ତାହ ମଧ୍ୟରେ ଟୁର୍ନାମେଣ୍ଟର ଅନ୍ତିମ ତାରିଖ ଧାର୍ଯ୍ୟ କରାଯିବ ବୋଲି ଅଷ୍ଟ୍ରେଲିଆନ ଓପନ ନିର୍ଦ୍ଦେଶକ ଓ ଟେନିସ ଅଷ୍ଟ୍ରେଲିଆ ମୁଖ୍ୟ କାର୍ଯ୍ୟନିର୍ବାହୀ କ୍ରେଗ ଟିଲେ ଗତ ସପ୍ତାହରେ କହିଥିଲେ। ସାଧାରଣତଃ ଏହି ଟୁର୍ନାମେଣ୍ଟ ଜାନୁୟାରୀର ଅନ୍ତିମ ଦୁଇ ସପ୍ତାହରେ ଆରମ୍ଭ ହୋଇଥାଏ।
କୋଭିଡ୍‌-୧୯ ମହାମାରୀ ଦ୍ୱାରା ଅଷ୍ଟ୍ରେଲିଆର ଭିକ୍ଟୋରିଆ ରାଜ୍ୟ ଗୁରୁତର ଭାବେ ପ୍ରଭାବିତ ହୋଇଛି। ଫଳରେ ମେଲବୋର୍ନରେ ସବୁଠାରୁ ଦୀର୍ଘ ଲକ୍‌ଡାଉନ ଜାରି କରାଯିବା ସହ ରାତ୍ରି କାଳୀନ କର୍ଫ୍ୟୁ, ଭ୍ରମଣଜନିତ ଓ ଅନ୍ୟାନ୍ୟ କଟକଣା ଜାରି କରାଯାଇଛି। ଅବଶ୍ୟ ଏବେ କୌଣସି ଆକ୍ଟିଭ କେସ୍‌ ଚିହ୍ନଟ କରାଯାଇନାହିଁ। ଅକ୍ଟୋବର ୨୮ ତାରିଖରେ ଶେଷଥର ପାଇଁ କୌଣସି ବ୍ୟକ୍ତି କରୋନାରେ ମୃତ୍ୟୁବରଣ କରିଥିଲେ। ତେବେ ଖେଳାଳିମାନେ ଅଷ୍ଟ୍ରେଲିଆରେ ପହଞ୍ଚିବା ପରେ କେତେଦିନ କ୍ୱାରାଣ୍ଟାଇନ୍‌ରେ ରହିବେ ସେ ନେଇ ପାକୁଲା କିଛି ସ୍ପଷ୍ଟ କରିନାହାନ୍ତି। କିନ୍ତୁ ଏବେ ଅଷ୍ଟ୍ରେଲିଆରେ ପହଞ୍ଚୁଥିବା ବ୍ୟକ୍ତି ବାଧ୍ୟତାମୂଳକ ଭାବେ ୧୪ ଦିନ କ୍ୱାରାଣ୍ଟାଇନରେ ରହିବା ନିୟମ ବଳବତ୍ତର ରହିଛି। ଆଗାମୀ ଦିନରେ ଏ ସଂକ୍ରାନ୍ତରେ ସବୁକିଛି ସ୍ପଷ୍ଟ କରାଯିବ ବୋଲି କୁହାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

୪୦ କୋଟି ଟଙ୍କା ବିନିଯୋଗ କରି ନିଜ ବ୍ରାଣ୍ଡ୍ ପାଇଁ ନୂଆ ଅଧ୍ୟାୟ ଆରମ୍ଭ କଲେ ବିରାଟ କୋହଲି

ନୂଆଦିଲ୍ଲୀ,୮।୧୨: ଭାରତୀୟ କ୍ରିକେଟ୍ ତାରକା ବିରାଟ କୋହଲି ୮ ବର୍ଷର ପୁରୁଣା ସମ୍ପର୍କ ଭାଙ୍ଗି ଏକ ନୂଆ ବ୍ୟବସାୟିକ ଯାତ୍ରା ଆରମ୍ଭ କରିଛନ୍ତି। ସୋମବାର କୋହଲି...

ଜୁନିୟର ମହିଳା ହକି: ଓ୍ବେଲ୍ସକୁ ହରାଇଲା ଭାରତ

ସାଣ୍ଟିଆଗୋ, ୮ା୧୨: ଏଫ୍‌ଆଇଏଚ୍‌ ଜୁନିୟର ମହିଳା ହକି ବିଶ୍ୱକପ୍‌ର ୯ମ ସ୍ଥାନ ପାଇଁ ହୋଇଥିବା ଏକ କ୍ଲାସିଫିକେଶନ ମ୍ୟାଚ୍‌ରେ କ୍ୱାର୍ଟରଫାଇନାଲ ଦୌଡ଼ରୁ ବାଦ୍‌ ପଡ଼ିଥିବା ଭାରତ...

ଏହି ଷ୍ଟାର ଫୁଟ୍‌ବଲ ଖେଳାଳିଙ୍କୁ ବ୍ଲାକ୍‌ମେଲ କରି ଜେଲଗଲେ ମହିଳା

ସିଓଲ,୮ା୧୨: ଫୁଟବଲ ଷ୍ଟାର ସନ୍‌ ହିଅଙ୍ଗ ମିନ୍‌ଙ୍କୁ ବ୍ଲାକ୍‌ମେଲ କରିଥିବା ଅଭିଯୋଗରେ ଦକ୍ଷିଣ କୋରିଆର ଏକ କୋର୍ଟ ଜଣେ ମହିଳାଙ୍କୁ ୪ବର୍ଷ ଜେଲ ଦଣ୍ଡ କରିଛି।...

ଖବରଦାତା ସମ୍ମିଳନୀରେ ସୂର୍ଯ୍ୟକୁମାରଙ୍କ ବଡ଼ ବୟାନ, କହିଲେ ବାରବାଟୀରେ ମୁଁ ପୂର୍ବରୁ ଖେଳିଛି, ଏଠିକାର ଦର୍ଶକ…

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ମହାମୁକାବିଲା ହେବ । ଏହା ପୂର୍ବରୁ ଆଜି ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିଛନ୍ତି। ଏହା ଦେଖିବାକୁ...

ସ୍ମୃତି-ପଲାଶଙ୍କ ବିବାହ ଭାଙ୍ଗିବା ପଛରେ ରହିଛି ଏହି ବଡ଼ କାରଣ! ଖୋଲିଲା ବଡ଼ ରାଜ୍‌…

ନୂଆଦିଲ୍ଲୀ,୮।୧୨: ଭାରତୀୟ ମହିଳା ଦଳର ଉପ-ଅଧିନାୟିକା ସ୍ମୃତି ମନ୍ଧାନା ଏବଂ ସଂଗୀତଜ୍ଞ ପଲାଶ ମୁଛଲଙ୍କ ମଧ୍ୟରେ ସମ୍ପର୍କ ଶେଷରେ ଶେଷ ହୋଇଛି। ମନ୍ଧାନା ଏବଂ ମୁଛଲ...

ବାରବାଟୀ ମ୍ୟାଚ ପୂର୍ବରୁ ଟିମ ଇଣ୍ଡିଆକୁ ବଡ଼ ଝଟ୍‌କା: ICC ଲଗାଇଲା ଜରିମାନା, ଜାଣନ୍ତୁ କାହିଁକି…

ନୂଆଦିଲ୍ଲୀ,୮।୧୨: ରାୟପୁରରେ ଭାରତ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦ୍ୱିତୀୟ ଏକଦିବସୀୟ ଦିନିକିଆରେ ସ୍ଲୋ ଓଭର-ରେଟ ବଜାୟ ରଖିବା ପାଇଁ ଆଇସିସି ଟିମ ଇଣ୍ଡିଆକୁ ସେମାନଙ୍କ...

ଅଧିନାୟକ ସୂର୍ଯ୍ୟକୁମାରଙ୍କ ବଡ଼ ଘୋଷଣାା: ବାରବାଟୀରେ ଖେଳିବେ ଗିଲ୍‌

ଭୁବନେଶ୍ୱର,୮।୧୨: ମଙ୍ଗଳବାର ଭାରତ-ଦକ୍ଷିଣ ଆଫ୍ରିକା ମଧ୍ୟରେ ହେବ ମହା ମୁକାବିଲା। ଏନେଇ ଉଭୟ ଦଳର ଖେଳାଳି ବାରବାଟୀରେ ଅଭ୍ୟାସ କରିବେ। ଅଭ୍ୟାସ ପୂର୍ବରୁ ଭାରତୀୟ ଟି୨୦...

କଟକରେ ଭାରତ-ଦକ୍ଷିଣ ଆଫ୍ରିକା ପ୍ରଥମ ଟି-୨୦: ଜାଣନ୍ତୁ କେତେବେଳେ, କେଉଁଠି ଦେଖିପାରିବେ ମ୍ୟାଚ୍‌

ନୂଆଦିଲ୍ଲୀ,୮।୧୨: ଟେଷ୍ଟ ଏବଂ ଦିନିକିଆ ପରେ, ଭାରତ ଏବଂ ଦକ୍ଷିଣ ଆଫ୍ରିକା ଦଳ ଏବେ ଟି-୨୦ ଅନ୍ତର୍ଜାତୀୟ ସିରିଜ ଖେଳିବାକୁ ପ୍ରସ୍ତୁତ। ଦକ୍ଷିଣ ଆଫ୍ରିକା ଟେଷ୍ଟ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri