Posted inଖେଳ

ଅଷ୍ଟ୍ରେଲିଆନ ଓପନ୍‌ ଟେନିସ୍‌: କ୍ୱାର୍ଟରରେ ସେରେନା, ହାଲେପ, ଓସାକା

ମେଲବୋର୍ନ,୧୫।୨: ଚଳିତ ଅଷ୍ଟ୍ରେଲିଆନ୍‌ ଓପନ୍‌ ଟେନିସ ଟୁର୍ନାମେଣ୍ଟ ରବିବାର ସପ୍ତମ ଦିବସରେ ପ୍ରବେଶ କରିଛି। ବର୍ଷର ଏହି ପ୍ରଥମ ଗ୍ରାଣ୍ଡସ୍ଲାମ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଇଭେଣ୍ଟରେ ଦଶମ ସିଡ୍‌ ଅମେରିକାର ଅଭିଜ୍ଞ ଖେଳାଳି ସେରେନା ଓ୍ବିଲିୟମ୍ସ, ଦ୍ୱିତୀୟ ସିଡ୍‌ ରୋମାନିଆର ସିମୋନା ହାଲେପ, ତୃତୀୟ ସିଡ୍‌ ଜାପାନର ନାଓମି ଓସାକା ଓ ଅଣସିଡ୍‌ ଚାଇନିତ ତାଇପେ ଖେଳାଳି ସି- ଓ୍ବେଇ ସିଏ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। କ୍ୱାର୍ଟର ଫାଇନାଲରେ ସେରେନା ଓ ହାଲେପ ପରସ୍ପରକୁ ଭେଟିବା ସ୍ପଷ୍ଟ ହୋଇଛି। ରବିବାର ୩୯ ବର୍ଷୀୟ ସେରେନା ଚତୁର୍ଥ ରାଉଣ୍ଡ ମୁକାବିଲାରେ ବେଲାରୁଷର ସପ୍ତମ ସିଡ୍‌ ଖେଳାଳି ଅରିନା ସାବାଲେଙ୍କାଙ୍କୁ ୬-୪, ୨-୬, ୬-୪ ସେଟ୍‌ରେ ପରାସ୍ତ କରି କ୍ୱାର୍ଟରରେ ପ୍ରବେଶ କରିଛନ୍ତି। ଆଉ ଗୋଟିଏ ଗ୍ରାଣ୍ଡସ୍ଲାମ ଟାଇଟଲ ଜିତିଲେ ସେରେନା ମୋଟ୍‌ ୨୪ଟି ଟାଇଟଲ ସହ ବିଶ୍ୱ ରେକର୍ଡର ସମକକ୍ଷ ହେବେ। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମୁକାବିଲାରେ ହାଲେପ ୩-୬, ୬-୧, ୬-୪ ସେଟ୍‌ରେ ୧୫ତମ ସିଡ୍‌ ଖେଳାଳି ପୋଲାଣ୍ଡ ଆଇଗା ସ୍ବିଟେକଙ୍କୁ ପରାସ୍ତ କରି କ୍ୱାର୍ଟରକୁ ଉଠିଛନ୍ତି। ୧୯ ବର୍ଷୀୟ ସ୍ବିଟେକ ଗତବର୍ଷ ଫ୍ରେଞ୍ଚ୍‌ ଓପନ୍‌ ଟାଇଟଲ ହାସଲ କରିଥିଲେ। ହାଲେପ୍‌ ପୂର୍ବରୁ ୨୦୧୮ରେ ଅଷ୍ଟ୍ରେଲିଆନ୍‌ ଓପନ୍‌ ଫାଇନାଲରେ ପରାସ୍ତ ହୋଇଥିଲେ। ଗତବର୍ଷ ସେ ଏହି ଟୁର୍ନାମେଣ୍ଟର ସେମିଫାଇନାଲରେ ମଧ୍ୟ ପ୍ରବେଶ କରିଥିଲେ।
ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ଓସାକା ଓ ସିଏ ମୁହଁାମୁହିଁ ହେବା ସ୍ପଷ୍ଟ ହୋଇଛି। ଓସାକା ଚତୁର୍ଥ ରାଉଣ୍ଡ ମୁକାବିଲାରେ ୧୪ତମ ସିଡ୍‌ ସ୍ପେନର ଅଭିଜ୍ଞ ଖେଳାଳି ଇନ୍‌ଫର୍ମ ଗାର୍ବାଇନ୍‌ ମୁଗୁରୁଜାଙ୍କୁ ୪-୬, ୬-୪, ୭-୫ ସେଟ୍‌ରେ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ସେହିପରି ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ସିଏ ୧୯ତମ ସିଡ୍‌ ଖେଳାଳି ଚେକ ଗଣରାଜ୍ୟର ମାର୍କେଟା ଭୋଣ୍ଡ୍ରୋଉଶୋଭାଙ୍କୁ ୬-୪, ୬-୨ ସେଟ୍‌ରେ ଅତି ସହଜରେ ପରାସ୍ତ କରି କ୍ୱାର୍ଟର ଫାଇନାଲକୁ ଉଠିଛନ୍ତି।
ପୁରୁଷ ସିଙ୍ଗଲ୍ସ କ୍ୱାର୍ଟରରେ ଜୋକୋଭିଚ୍‌, ଜେଭେରେଭ, ଡିମିଟ୍ରୋଭ
ଅଷ୍ଟ୍ରେଲିଆନ ଓପନ୍‌ ପୁରୁଷ ସିଙ୍ଗଲ୍ସ ଇଭେଣ୍ଟରେ ସର୍ବିର ଅଭିଜ୍ଞ ଖେଳାଳି ଟପ୍‌ ସିଡ୍‌ ନୋଭାକ ଜୋକୋଭିଚ୍‌, ଜର୍ମାନୀର ଷଷ୍ଠ ସିଡ୍‌ ଖେଳାଳି ଆଲେକଜାଣ୍ଡାର ଜେଭେରେଭ, ୧୮ତମ ସିଡ୍‌ ଖେଳାଳି ବୁଲଗେରିଆର ଗ୍ରିଗର ଡିମିଟ୍ରୋଭ, ରୁଷୀୟ କ୍ୱାଲିଫାୟର ଅସଲାନ କାରାସେଭ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି। ରବିବାର ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ଜେଭେରେଭ ୨୩ତମ ସିଡ୍‌ ଖେଳାଳି ସର୍ବିୟାର ଡୁସାନ ଲାଜୋଭିକଙ୍କୁ ୬-୪, ୭-୬ , ୬-୩ ସେଟ୍‌ରେ ହରାଇ କ୍ୱାର୍ଟର ଫାଇନାଲକୁ ଉଠିଛନ୍ତି। କ୍ୱାର୍ଟରରେ ଜେଭେରେଭ ଜୋକୋଭିଚ୍‌ଙ୍କୁ ଭେଟିବେ। ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମୁକାବିଲାରେ ଜୋକୋଭିଚ୍‌ ୭-୬, ୪-୬, ୬-୧, ୬-୪ ସେଟ୍‌ରେ ୧୪ତମ ସିଡ୍‌ କାନାଡାର ମିଲୋସ ରାଓନିକଙ୍କୁ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।
ସେହିପରି ଅନ୍ୟ ଏକ କ୍ୱାର୍ଟର ଫାଇନାଲରେ ଡିମିଟ୍ରୋଭ ଓ କାରାସେଭ ପରସ୍ପରକୁ ଭେଟିବେ। ରବିବାର ଅନୁଷ୍ଠିତ ଚତୁର୍ଥ ରାଉଣ୍ଡ ମ୍ୟାଚ୍‌ରେ ଡିମିଟ୍ରୋଭ ତୃତୀୟ ସିଡ୍‌ ଅଷ୍ଟ୍ରିଆର ଡୋମିନିକ୍‌ ଥିମଙ୍କୁ ୬-୪, ୬-୪, ୬-୦ ସେଟ୍‌ରେ ହରାଇ କ୍ୱାର୍ଟରରେ ପ୍ରବେଶ କରିଛନ୍ତି। ସେହିପରି କାରାସେଭ ଅନ୍ୟ ଏକ ଚତୁର୍ଥ ରାଉଣ୍ଡ ମ୍ୟାଚରେ ୨୦ତମ ସିଡ୍‌ ଖେଳାଳି କାନାଡାର ଫେଲିକ୍ସ ଅଉଗେର- ଆଲଆଜିମଙ୍କୁ ମାରାଥନ ୩-୬, ୧-୬, ୬-୩, ୬-୩, ୬-୪ ସେଟ୍‌ରେ ହରାଇ କ୍ୱାର୍ଟର ଫାଇନାଲରେ ପ୍ରବେଶ କରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ବିଶ୍ୱକପ୍‌ ଜିତିବା ସ୍ବପ୍ନ ଧୂଳିସାତ୍‌! ଆର୍ଜେଣ୍ଟିନାଠାରୁ ଲଜ୍ଜାଜନକ ପରାଜୟ ପରେ ବିଶ୍ୱକପ୍‌ରୁ ବାଦ୍‌ ପଡ଼ିଲା ଟିମ ଇଣ୍ଡିଆ

ନୂଆଦିଲ୍ଲୀ,୨୪।୮: ଭାରତୀୟ ଦଳ ୨୦୨୬ ହକି ବିଶ୍ୱକପ୍‌ରେ ସୋମବାର (୨୪ ଅଗଷ୍ଟ) ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚରେ ୫-୩ ଗୋଲ୍‌ରେ ଲଜ୍ଜାଜନକ ପରାଜୟର ସାମ୍ନା କରିଛି। ଆମ୍ସଟେଲଭିନର ୱାଗନର୍‌…

କଲମ୍ବୋ ଟେଷ୍ଟରେ ଜୁରେଲଙ୍କ ଅପରାଜିତ ଶତକ, ଦୃଢ଼ ସ୍ଥିତିରେ ଟିମ୍‌ ଇଣ୍ଡିଆ

କଲମ୍ବୋ,୨୪ା୮: ଶ୍ରୀଲଙ୍କା ବିପକ୍ଷରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ରେ ଦ୍ୱିତୀୟ ଦିନ ଶେଷ ସୁଦ୍ଧା ଭାରତ ଦୃଢ଼ ସ୍ଥିତିରେ ରହିଛି। ମ୍ୟାଚ୍‌ର ପ୍ରଥମ ଦିନ ଦେବଦତ୍ତ…

କାନିଜ୍‌ସା ଓପନ୍‌ ଚେସ୍‌ ଟାଇଟଲ ହାସଲ କଲେ ପ୍ରଣେଶ

କାନିଜ୍‌ସା(ହଙ୍ଗେରୀ),୨୪ା୮: ଜର୍ମାନୀର ଭାଦିମ ପେତ୍ରୋଭସ୍କିଙ୍କ ବିପକ୍ଷରେ ଏକ ରୋମାଞ୍ଚକ ବିଜୟ ହାସଲ କରି ଭାରତୀୟ ଗ୍ରାଣ୍ଡମାଷ୍ଟର ପ୍ରଣେଶ ଏମ୍‌ ସମ୍ମାନଜନକ କାନିଜ୍‌ସା ଓପନ ଚେସ୍‌ ଟାଇଟଲ ହାସଲ…

ଧୋନୀଙ୍କ ଐତିହାସିକ ରେକର୍ଡ ଭାଙ୍ଗିଲେ ରିଷଭ ପନ୍ତ: ଭାରତର ସବୁଠୁ ସଫଳ…

ନୂଆଦିଲ୍ଲୀ,୨୪।୮: ଭାରତର ଉଇକେଟକିପର-ବ୍ୟାଟସମ୍ୟାନ ରିଷଭ ପନ୍ତ ଏବେ ଚମତ୍କାର ଫର୍ମରେ ଅଛନ୍ତି। ତାଙ୍କର ଶେଷ ଚାରୋଟି ଟେଷ୍ଟ ଇନିଂସରେ ତିନୋଟି ଅର୍ଦ୍ଧଶତକ ମାରିଛନ୍ତି। ସେ କଲମ୍ବୋ ଟେଷ୍ଟରେ…

ଯଶସ୍ବୀ ଜୟସ୍ବାଲଙ୍କୁ ବଡ଼ ଝଟ୍‌କା: ICC ଦେଲା ଏମିତି ଦଣ୍ଡ

ନୂଆଦିଲ୍ଲୀ,୨୪।୮: ଅନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ଭାରତୀୟ କ୍ରିକେଟ ଦଳର ଷ୍ଟାର ଓପନିଂ ବ୍ୟାଟ୍ସମ୍ୟାନ ଯଶସ୍ବୀ ଜୟସ୍ବାଲଙ୍କୁ ଏକ ଝଗଡ଼ା ପାଇଁ ଦଣ୍ଡିତ କରିଛି। ଶ୍ରୀଲଙ୍କା ବୋଲର…

ପଡିକଲଙ୍କ କ୍ରମାଗତ ଦ୍ୱିତୀୟ ଶତକ, ଭାରତ ୩୦୦/୫

କଲମ୍ବୋ, ୨୩ା୮- ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ରବିବାରଠାରୁ ଦ୍ୱିତୀୟ ଟେଷ୍ଟ କ୍ରିକେଟ ମ୍ୟାଚ୍‌ ଆରମ୍ଭ ହୋଇଯାଇଛି। ଦେବଦତ୍ତ ପଡିକଲଙ୍କ ଶତକ ବଳରେ ଭାରତ ପ୍ରଥମ ଦିନ…

ଇମ୍ରାନ୍ ଖାନଙ୍କ ପାଇଁ ଆଗକୁ ଆସିଲେ ଗାଭାସ୍କର-କପିଲ ଦେବ, ପ୍ରଧାନମନ୍ତ୍ରୀଙ୍କୁ ଲେଖିଲେ ଚିଠି

ଇସଲାମବାଦ,୨୩।୮: ପାକିସ୍ତାନର ପୂର୍ବତନ ପ୍ରଧାନମନ୍ତ୍ରୀଙ୍କ ସ୍ୱାସ୍ଥ୍ୟକୁ ନେଇ ଚିନ୍ତା ପ୍ରକାଶ କରିଛନ୍ତି ଆନ୍ତର୍ଜାତୀୟ କ୍ରିକେଟର ୨୨ ଜଣ ପୂର୍ବତନ ଅଧିନାୟକ। ଇମ୍ରାନ ଖାନଙ୍କୁ ଉନ୍ନତ ଚିକିତ୍ସା ସୁବିଧା…

କଲମ୍ବୋ ଟେଷ୍ଟରେ ଗିଲଙ୍କ ରେକର୍ଡ: ଭାଙ୍ଗିଲେ କୋହଲି-ଧୋନିଙ୍କ ରେକର୍ଡ

ନୂଆଦିଲ୍ଲୀ,୨୩।୮: ଭାରତ ଓ ଶ୍ରୀଲଙ୍କା ମଧ୍ୟରେ ଚାଲିଥିବା ଟେଷ୍ଟ ସିରିଜର ଦ୍ୱିତୀୟ ମୁକାବିଲା କଲମ୍ବୋର SSC ଗ୍ରାଉଣ୍ଡରେ ଖେଳାଯାଉଛି । ଟସ୍ ଜିତି ଭାରତୀୟ ଅଧିନାୟକ ଶୁଭମନ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri