Posted inଖେଳ

ଅଷ୍ଟ୍ରେଲିଆନ୍‌ ଓପନ୍‌: ଭାରତୀୟ ଅଭିଯାନ ଶେଷ

ମେଲବୋନା,୧୪।୨(ପି.ଟି.): ଚଳିତ ଅଷ୍ଟ୍ରେଲିଆନ ଓପନ ଟେନିସ ଟୁର୍ନାମେଣ୍ଟରେ ଅଭିଜ୍ଞ ଭାରତୀୟ ଖେଳାଳି ରୋହନ ବୋପାନ୍ନା ମିକ୍ସଡ ଡବଲ୍ସ ଟୁର୍ନାମେଣ୍ଟରୁ ବାଦ୍‌ ପଡିଛନ୍ତି। ପ୍ରଥମ ରାଉଣ୍ଡରେ ବୋପାନ୍ନା ଓ ତାଙ୍କ ଚାଇନିଜ ପାର୍ଟନର ୟିଙ୍ଗ୍‌ୟିଙ୍ଗ୍‌ ଡୁଆନ ୪-୬, ୪-୬ ସେଟ୍‌ରେ ଆମେରିକୀୟ ଯୋଡି ବେଥାନି ମାଟେକ ସାଣ୍ଡ୍ସ ଓ ୟୁନାଇଟେଡ କିଙ୍ଗଡମ୍‌ର ଜେମି ମୁରେଙ୍କଠାରୁ ପରାସ୍ତ ହୋଇ ଟୁର୍ନାମେଣ୍ଟରୁ ବିଦାୟ ନେଇଛନ୍ତି। ଏଥିସହ ଅଷ୍ଟ୍ରେଲିଆନ୍‌ ଓପନ୍‌ରୁ ଭାରତୀୟ ଅଭିଯାନ ଶେଷ ହୋଇଛି। ମାତ୍ର ୧ ଘଣ୍ଟା ୩ ମିନିଟ୍‌ରେ ବୋପାନ୍ନା ଓ ଡୁଆନ ପରାସ୍ତ ହୋଇଥିଲେ।
ଏହାପୂର୍ବରୁ ପୁରୁଷ ଡବଲ୍ସ ଇଭେଣ୍ଟରେ ବୋପାନ୍ନା ଓ ତାଙ୍କ ଜାପାନ ସାଥୀ ବେନ୍‌ ମ୍ୟାକଲାଚଲାନ ୪-୬, ୬-୭ ସେଟ୍‌ରେ କୋରିଆ ଓ୍ବାଇଲ୍ଡକାର୍ଡ ଯୋଡି ଜି ସୁଙ୍ଗ ନାମ ଓ ମିନ୍‌କ୍ୟୁ ସଙ୍କଠାରୁ ପରାସ୍ତ ହୋଇ ବିଦାୟ ନେଇଥିଲେ। ସେହିପରି ଅନ୍ୟତମ ଭାରତୀୟ ଖେଳାଳି ଦିଭିଜ ଶରଣ ଓ ମହିଳା ଖେଳାଳି ଅଙ୍କିତା ରାଇନା ସେମାନଙ୍କ ପାର୍ଟନରଙ୍କ ସହ ଯଥାକ୍ରମେ ପୁରୁଷ ଓ ମହିଳା ଡବଲ୍ସରେ ଗୁରୁବାର ପରାସ୍ତ ହୋଇ ବିଦାୟ ନେଇସାରିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

Posted inଖେଳ View All

ପ୍ରଥମ ଟି-୨୦ରେ ଅଭିଷେକଙ୍କ ବଡ଼ କାରନାମା, ଭାଙ୍ଗିଲେ ୩ ବଡ଼ ରେକର୍ଡ; ଭାରତୀୟଙ୍କ ମଧ୍ୟରେ ନମ୍ବର-୧

ନୂଆଦିଲ୍ଲୀ,୧୪।୯: ଆଫଗାନିସ୍ତାନ ବିପକ୍ଷ ପ୍ରଥମ ଟି-୨୦ ମ୍ୟାଚରେ ଭାରତ ୭ ଉଇକେଟ୍‌ରେ ଜିତିଛି। ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ସମ୍ମୁଖରେ ୧୫୭ ରନର ବିଜୟ ଲକ୍ଷ୍ୟ…

ଟିମ ଇଣ୍ଡିଆ କାହିଁକି ଗ୍ରହଣ କଲା ନାହିଁ ଟ୍ରଫି? ଜବାବ ରଖିଲା BCCI

ନୂଆଦିଲ୍ଲୀ,୧୪।୯: ମୋହସିନ ନକଭିଙ୍କ ଠାରୁ ଟ୍ରଫି ଗ୍ରହଣ ନ କରିବାକୁ ନେଇ ଟିମ ଇଣ୍ଡିଆ ନେଇଥିବା ନିଷ୍ପତ୍ତି ଉପରେ BCCI ପ୍ରତିକ୍ରିୟା ରଖିଛି। BCCI ସମ୍ପାଦକ ଦେବଜିତ…

‘ନକଭିଙ୍କ ଖେଳ…’ ‘ଚୋର’ ବୋଲି ସ୍ଲୋଗାନରେ ପାକିସ୍ତାନ କ୍ଷୁବ୍ଧ; ଭାରତ ଗ୍ରହଣ କଲା ନାହିଁ ଟ୍ରଫି

ନୂଆଦିଲ୍ଲୀ,୧୪।୯: ଭାରତୀୟ ମହିଳା କ୍ରିକେଟ ଦଳ ଶ୍ରୀଲଙ୍କାକୁ ୭୨ ରନରେ ପରାସ୍ତ କରି ୨୦୨୬ ମହିଳା ଏସିଆ କପ ଟାଇଟଲ ଜିତିଥିଲା, କିନ୍ତୁ ମ୍ୟାଚ ପରବର୍ତ୍ତୀ ଟ୍ରଫି…

ପୁଣି ସର୍ବସାଧାରଣରେ ଅପମାନ ପାଇଲା ପାକିସ୍ତାନ, ଟିମ ଇଣ୍ଡିଆ କଲା ଏମିତି କାମ

ନୂଆଦିଲ୍ଲୀ,୧୪।୯: ଭାରତୀୟ ଦଳ ଶ୍ରୀଲଙ୍କାକୁ ପରାସ୍ତ କରି ମହିଳା ଏସିଆ କପ ୨୦୨୬ର ଟାଇଟଲ ଜିତିଛି। ଫାଇନାଲ ମ୍ୟାଚରେ ଭାରତୀୟ ଦଳ ୭୨ ରନରେ ବିଜୟୀ ହୋଇଥିଲା,…

ସଚିନଙ୍କ ବିଶାଳ ଟେଷ୍ଟ ରେକର୍ଡ ଭାଙ୍ଗିଲେ ଜୋ ରୁଟ୍‌, ଜାଣନ୍ତୁ…

ଏଜବାଷ୍ଟନ,୧୩ା୯: ଇଂଲଣ୍ଡର ଭେଟେରାନ ବ୍ୟାଟର ଜୋ ରୁଟ୍‌ ତାଙ୍କ କ୍ୟାରିୟରରେ ଏକ ବିରଳ ରେକର୍ଡର ଅଧିକାରୀ ହୋଇଛନ୍ତି। ସେ ୧୪୭ ବର୍ଷର ଟେଷ୍ଟ କ୍ରିକେଟ ଇତିହାସରେ ନିର୍ଦ୍ଦିଷ୍ଟ…

Video: ସତରେ ସେମାନେ ହିରୋ! ଭାରତୀୟ କ୍ରିକେଟରଙ୍କର ୮୦ ଦଶକର ଲୁକ (look) ଦେଖନ୍ତୁ, ବୈଭବଙ୍କ ଲୁକ୍ସ ତ…

ନୂଆଦିଲ୍ଲୀ,୧୩।୯: ୧୯୮୦ ଦଶକ ବହୁତ ଆଗରୁ ବିତିଯାଇଥିଲେ ମଧ୍ୟ, ଟିମ ଇଣ୍ଡିଆର ଖେଳାଳିମାନଙ୍କୁ ହଠାତ ସେହି ସମୟର ଲୁକ ବା ବେଶଭୂଷାରେ ଦେଖିବାକୁ ମିଳିଥିଲା। ଆଫଗାନିସ୍ତାନ ବିପକ୍ଷ…

ଖେଳିବେନି ବୈଭବ ସୂର୍ଯ୍ୟବଂଶୀ! ଟିମ୍‌ରେ ମିଳିଲାନି ସ୍ଥାନ, ୧୧ଜଣିଆ ଦଳ ଚୟନ କଲେ…

ନୂଆଦିଲ୍ଲୀ,୧୩।୯: ଭାରତର ପୂର୍ୱତନ କ୍ରିକେଟର ଆକାଶ ଚୋପ୍ରା ବୈଭବ ସୂର୍ଯ୍ୟବଂଶୀଙ୍କୁ ପ୍ଲେଇଂ ଇଲେଭେନରୁ ବାହାରେ ରଖିଛନ୍ତି। ଆଜି ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ଭାରତ ଏବଂ ଆଫଗାନିସ୍ତାନ…

IND vs AFG T20: କିଭଳି ରହିବ ଭାରତର ପ୍ଲେଇଂ-11? ବୈଭବଙ୍କୁ ମିଳିବନି ସୁଯୋଗ !

ଭାରତ ଏବଂ ଆଫଗାନିସ୍ତାନ ମଧ୍ୟରେ ଆରମ୍ଭ ଆଜିଠୁ ଆରମ୍ଭ ହେଉଛି ୩ ଟିକିଆ ଟ୍ବେଣ୍ଟି ଟ୍ବେଣ୍ଟି ସିରିଜ୍‌ । ଦିଲ୍ଲୀର ଅରୁଣ ଜେଟଲୀ ଷ୍ଟାଡିୟମରେ ସନ୍ଧ୍ୟା ୭ଟା…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?