୬ ଦିନ କ୍ୱାରାଣ୍ଟାଇନରେ ରହିବେ ଅଷ୍ଟ୍ରେଲିଆ ଖେଳାଳି

ଦୁବାଇ, ୧୩।୯: ଚେନ୍ନାଇ ସୁପର୍‌ କିଙ୍ଗ୍ସ (ସିଏସ୍‌କେ)ର ବୋଲିଂ ପରାମର୍ଶଦାତା ଏରିକ୍‌ ସିମନ୍ସଙ୍କ କହିବା ଅନୁଯାୟୀ, ଷ୍ଟିଭ୍‌ ସ୍ମିଥ୍‌, ଡେଭିଡ୍‌ ଓ୍ବାର୍ନରଙ୍କ ପରି ଅଷ୍ଟ୍ରେଲିଆ ଖେଳାଳି ବ୍ରିଟେନର ଜୈବ ସୁରକ୍ଷିତ (ବାୟୋ ବବଲ୍‌) ପରିବେଶରେ ରହିଥିଲେ ମଧ୍ୟ ଆଇପିଏଲ୍‌ ଖେଳିବାକୁ ୟୁଏଇ ଆସିଲେ ଏଠାରେ ୬ ଦିନ କ୍ୱାରାଣ୍ଟାଇନରେ ରହିବାକୁ ପଡ଼ିବ।
ସ୍ମିଥ୍‌ (ରାଜସ୍ଥାନ ରୟାଲ୍ସ), ଓ୍ବାର୍ନର (ସନରାଇଜର୍ସ ହାଇଦ୍ରାବାଦ) ଓ ଜୋଶ୍‌ ହାଜେଲଉଡ୍‌ (ସିଏସ୍‌କେ) ଇଂଲଣ୍ଡ ବିପକ୍ଷ ଅନ୍ତିମ ତଥା ୩ୟ ଦିନିକିଆ ମ୍ୟାଚ୍‌ ବୁଧବାର ଖେଳିସାରିବା ପରେ ୟୁଏଇ ଗସ୍ତ କରିବେ। ଏହି ୩ ଜଣ ଖେଳାଳି ଇଂଲଣ୍ଡ ବିପକ୍ଷ ଚଳିତ ସୀମିତ ଓଭର ସିରିଜରେ ଜୈବ ସୁରକ୍ଷିତ ପରିବେଶ ମଧ୍ୟରେ ରହିଛନ୍ତି। ଏହାସତ୍ତ୍ୱେ କୌଣସି ଢିଲା କରାଯିବ ନାହିଁ। ସେମାନେ ଯେତେବେଳେ ଆଇପିଏଲ୍‌ ଖେଳିବାକୁ ନିଜ ନିଜ ଦଳ ସହ ଯୋଗ ଦେବେ ସେମାନଙ୍କୁ ୬ ଦିନ କ୍ୱାରାଣ୍ଟାଇନରେ ରହିବାର ସମ୍ଭାବନା ରହିଛି। ଏହି ସମୟ ମଧ୍ୟରେ ପ୍ରଥମ, ୩ୟ ଓ ୬ଷ୍ଠ ଦିନରେ କରୋନ ଟେଷ୍ଟ କରାଯିବ ବୋଲି ସିମନ୍ସ କହିଛନ୍ତି। ଏଠାରେ ପ୍ରକାଶଯୋଗ୍ୟ, ଆଇପିଏଲ୍‌ର ୧୩ତମ ସଂସ୍କରଣ ଆସନ୍ତା ୧୯ରୁ ୟୁଏଇରେ ଆରମ୍ଭ ହେବ।


Enter your email to get our daily news in your inbox.

All Right Reserved By Dharitri.Com

ବିସ୍ଫୋରକ ଶତକ ମାରି ବଡ଼ ରେକର୍ଡ କଲେ ତିଲକ ବର୍ମା: ଆଇପିଏଲ ଇତିହାସରେ…

ମୁମ୍ବାଇ,୨୦।୩: ତିଲକ ବର୍ମାଙ୍କ ବିସ୍ଫୋରକ ଶତକ ଏବଂ ନମନ ଧୀରଙ୍କ ଦୃଢ଼ ବ୍ୟାଟିଂ ବଳରେ ମୁମ୍ବାଇ ଇଣ୍ଡିଆନ୍ସ ସୋମବାର ଅନୁଷ୍ଠିତ ଗୁଜରାଟ ଟାଇଟନ୍ସ ବିପକ୍ଷ ଆଇପିଏଲ୍‌ ମ୍ୟାଚରେ…

ସମାଜସେବୀ ଅଜିତଙ୍କ ଅକାଳ ବିୟୋଗ: ଅଞ୍ଚଳରେ ଗଭୀର ଶୋକ

ଗଞ୍ଜାମ,୨୦।୪(ଅନାଥ ତରାଇ): ଗଞ୍ଜାମ ସହର ଓଡ଼ିଆ ଢମଣାସାହି ଅଞ୍ଚଳରେ ଆଜି ଏକ ଶୋକାକୁଳ ପରିବେଶ ସୃଷ୍ଟି ହୋଇଛି। ସ୍ଥାନୀୟ ଅଞ୍ଚଳର ଜଣେ ଜଣାଶୁଣା ସମାଜସେବୀ ତଥା ବଜରଙ୍ଗ…

ସିଦ୍ଧେଶ୍ୱର କଲ୍ୟାଣ ମଣ୍ଡପ ବିବାଦ: ପୋଲିସ ଉପସ୍ଥିତିରେ ଦଖଲ କଲା ବ୍ଲକ ପ୍ରଶାସନ, ପଞ୍ଚାୟତକୁ ହସ୍ତାନ୍ତର କରାଗଲା ଚାବି

ଦିଗପହଣ୍ଡି,୨୦।୪(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଳକ ସିଦ୍ଧେଶ୍ୱର ଗ୍ରାମ ରଘୁନାଥ ମନ୍ଦିର ନିକଟରେ ନବ ନିର୍ମିତ କଲ୍ୟାଣ ମଣ୍ଡପ ଦଖଲକୁ ନେଇ ଦୀର୍ଘ ବର୍ଷ…

ପାଇନ ଜଙ୍ଗଲରେ ନିଆଁ: ନିଦରେ ଶୋଇଛି ବନ ବିଭାଗ

ଦାରିଙ୍ଗବାଡି, ୨୦।୪ (ଅରୁଣ ସାହୁ):ଏବେ ଗ୍ରୀଷ୍ମ ପ୍ରବାହ ଜାରି ରହିଛି। ଗରମ ଗୁଳଗୁଳି ବୃଦ୍ଧି ଯୋଗୁ ଜନଜୀବନ ଅସ୍ତବ୍ୟସ୍ତ ହୋଇପଡିଛି। ଏହି ସମୟରେ ଜଙ୍ଗଲରେ ନିଆଁ ଲାଗିବାରୁ…

ଆଜି ଆମେରିକା-ଇରାନ ମଧ୍ୟରେ ହେବ ବଡ଼ ଡିଲ୍‌! ଟ୍ରମ୍ପଙ୍କ ଦାବି ପରେ ବିଶ୍ୱରେ ଚହଳ

ଓ୍ବାଶିଂଟନ୍‌,୨୦।୪: ମଧ୍ୟପ୍ରାଚ୍ୟରେ ଅରାଜକତା ମଧ୍ୟରେ, ଆଶ୍ୱସ୍ତିର ଖବର ସାମ୍ନାକୁ ଆସୁଛି। ଇରାନ ଏହାକୁ ଅସ୍ବୀକାର କରିଚାଲିଥିବା ବେଳେ, ଟ୍ରମ୍ପ ଏକ ଗୁରୁତ୍ୱପୂର୍ଣ୍ଣ ଦାବି କରିଛନ୍ତି। ଆମେରିକାର ରାଷ୍ଟ୍ରପତି…

ସୁସଜ୍ଜିତ ଡଙ୍ଗାରେ ନୌକା ବିହାର କଲେ ମଦନ ମୋହନ, ଉଠୁଛି ପଡୁଛି ସହର

ଗଞ୍ଜାମ,୨୦।୪(ବିଦ୍ୟାଧର ସାହୁ ): ଦୀର୍ଘ ୨୧ ଦିନ ଧରି ଭକ୍ତି, ପରମ୍ପରା ଓ ଆନନ୍ଦର ରଙ୍ଗରେ ରଙ୍ଗିତ ହେବ ଗଞ୍ଜାମ ସହର । ସୋମବାର ଅକ୍ଷୟ ତୃତୀୟାରୁ…

ସିଜିମାଳିରେ କର୍ପୋରେଟ ପାଇଁ ସରକାରୀ ଦମନଲୀଳା: ଆଦିବାସୀଙ୍କ ଜଳ-ଜଙ୍ଗଲ ଜମି ହକ ପାଇଁ ଏକଜୁଟ ହେଲେ ଏମ୍‌ପି

ଥୁଆମୂଳ ରାମପୁର, ୨୦।୪ (ଦୁର୍ଗା କୀର୍ତ୍ତି ): କଳାହାଣ୍ଡି ଏବଂ ରାୟଗଡ଼ା ଜିଲା ସୀମାନ୍ତରେ ଥିବା ସିଜିମାଳି ପାହାଡ଼ ଏବେ ଅଶାନ୍ତ ହୋଇପଡ଼ିଛି। ବେଦାନ୍ତ କମ୍ପାନୀ ପାଇଁ…

ଯାହାକୁ ଭଲ ପାଇ ବାହା ହୋଇଥିଲେ ସେ ଜୀବନ ନେଇଗଲେ, ନବବଧୂଙ୍କୁ ହତ୍ୟା ପରେ ଖଟରେ ଶୁଆଇ ଦେଇ…

ଥୁଆମୂଳ ରାମପୁର, ୨୦ା୪ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଥାନା ଅନ୍ତର୍ଗତ କାଦୋବେଡ଼ା ଗ୍ରାମରେ ଘଟିଥିବା ନବବଧୂ ବନିତା ନାଏକ ହତ୍ୟାକାଣ୍ଡ ମାମଲାରେ ପୋଲିସକୁ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri