Posted inଜାତୀୟ

ରାଷ୍ଟ୍ରପତି ଭବନରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ: ଭାରତକୁ କଲେ ପ୍ରଶଂସା

ନୂଆଦିଲ୍ଲୀ,୧୦।୩: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍‌ ଚାରି ଦିନିଆ ଭାରତ ଗସ୍ତରେ ଅଛନ୍ତି। ଶୁକ୍ରବାର ସେ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ଆଲବାନିସ୍‌ ଭାରତକୁ ପ୍ରଶଂସା କରିଥିଲେ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ମୋତେ ବହୁତ ଭଲ ସ୍ବାଗତ କରିଛନ୍ତି। ଅଷ୍ଟ୍ରେଲିଆ ଏବଂ ଭାରତ ଭଲ ବନ୍ଧୁ ଏବଂ ଅଂଶୀଦାର ମଧ୍ୟ। ଆମେ ପ୍ରତିଦିନ ଆମର ସମ୍ପର୍କକୁ ମଜଭୁତ କରୁଛୁ।
ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆର ଦୁଇ ମନ୍ତ୍ରୀ ଏବଂ ଏକ ଉଚ୍ଚ ସ୍ତରୀୟ ବ୍ୟବସାୟ ପ୍ରତିନିଧୀ ମଧ୍ୟ ଆଲବାନିସ୍‌ଙ୍କ ସହିତ ଭାରତ ଗସ୍ତରେ ଆସିଛନ୍ତି। ମାର୍ଚ୍ଚ ୮ରୁ ୧୧ ପର୍ଯ୍ୟନ୍ତ ଆନ୍ଥୋନୀ ଆଲବାନିସ୍‌ ଭାରତ ଗସ୍ତରେ ଅଛନ୍ତି। ସେ ବୁଧବାର ଅଷ୍ଟ୍ରେଲିଆରୁ ଅହମ୍ମଦାବାଦରେ ପହଞ୍ଚିଥିଲେ। ଏଥି ସହିତ ଗୁରୁବାର ଭାରତର ପ୍ରଥମ ସ୍ବଦେଶୀ ବିମାନ ପରିବହନକାରୀ ମୁମ୍ବାଇରେ ଆଇଏନ୍‌ଏସ୍‌ ବିକ୍ରନ୍ତରେ ଚଢିଥିଲେ। ଏହା ପରେ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଥିଲା।
ଆନ୍ଥୋନି ଆଲବାନସ୍‌ିଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ କରାଯାଇଥିଲା। ଏହା ପରେ ସେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ଆଲବାନିସ୍‌ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିବେ। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ପୁଣି ଟ୍ରେନ୍‌ ଟିକେଟ ବୁକିଂ ନିୟମ ବଦଳାଇଲା IRCTC, ଯାତ୍ରା କରିବାକୁ ଥିଲେ ଜାଣି ନିଅନ୍ତୁ…

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ରେଳବାଇ ଆଧାର-ଯାଞ୍ଚ ହୋଇଥିବା IRCTC ଆକାଉଣ୍ଟ୍ ଧାରୀମାନଙ୍କ ପାଇଁ ବଡ଼ ରାହତ ଘୋଷଣା କରିଛି। ଆଡ଼ଭାନ୍ସ ରିଜର୍ଭେସନ୍ ପିରିଅଡ୍ (ARP)ର ପ୍ରଥମ ଦିନରେ...

ମହିଳାକୁ ହତ୍ୟା ଅଭିଯୋଗ, ପୋଲିସର ତନାଘନା

ଗୋପାଳପୁର,୩୦ା୧୨(ନବୀନ ରାଜ ଆଚାରୀ): ଗୋଳନ୍ଥରା ଥାନା ଅଞ୍ଚଳରେ ସୋମବାର ବିଳମ୍ବିତ ରାତିରେ ଜଣେ ମହିଳାଙ୍କୁ ତାଙ୍କ ସ୍ବାମୀ ହତ୍ୟା କରିଥିବା ଅଭିଯୋଗ ହୋଇଛି। ଫାସୀନୂଆପଡା ଗ୍ରାମରେ...

ସୁରୁଖୁରୁରେ ଧାନକିଣାକୁ ଗୁରୁତ୍ୱ ଚାଷୀ, ସମବାୟ ଓ ଯୋଗାଣ ବିଭାଗ ଅଧିକାରୀଙ୍କୁ ନେଇ ବୈଠକ

ଛତ୍ରପୁର,୩୦ା୧୨(ଦିଲୀପ ସାମଲ): ଚଳିତ ବର୍ଷ ଜିଲାରେ ଧାନକିଣା ସୁରୁଖୁରୁରେ କରିବା ପାଇଁ ମଙ୍ଗଳବାର ଚାଷୀ, ସମବାୟ ଓ ଯୋଗାଣ ବିଭାଗର ଅଧିକାରୀମାନଙ୍କୁ ନେଇ ତ୍ରିପାକ୍ଷିକ ବୈଠକ...

ଆର୍‌ସିବିକୁ ବଡ଼ ଝଟ୍‌କା, ଏହି କାରଣରୁ ଖେଳିବେ ନାହିଁ…

ନୂଆଦିଲ୍ଲୀ, ୩୦।୧୨: ମହିଳା ପ୍ରିମିଅର୍ ଲିଗ୍ (WPL) ୨୦୨୬ ଆରମ୍ଭ ହେବାକୁ ମାତ୍ର କିଛି ଦିନ ବାକି ଥିବାବେଳେ ରୟାଲ୍ ଚ୍ୟାଲେଞ୍ଜର୍ସ ବେଙ୍ଗଲୁରୁ (RCB) ଟିମ୍‌କୁ...

ରାଜ୍ୟସ୍ତରୀୟ ଟାଏକୋଣ୍ଡୋରେ ସଫଳତା: ଛୁଟୁଛି ଶୁଭେଚ୍ଛାର ସୁଅ

ରାଇକିଆ,୩୦ା୧୨ (ପ୍ରଦୀପ ବେହେରା): କନ୍ଧମାଳ ଜିଲା ରାଇକିଆ ସେଣ୍ଟ କ୍ୟାଥରିନ ବିଦ୍ୟାଳୟରଛାତ୍ରୀଛାତ୍ରମାନେ ରାଜ୍ୟସ୍ତରୀୟ ଟାଏକୋଣ୍ଡୋ କ୍ରୀଡ଼ାରେ ସଫଳତା ଅର୍ଜନ କରିଛନ୍ତି। ଭଦ୍ରକ ଠାରେ ଅନୁଷ୍ଠିତ ୩ଦିନିଆ...

ଟିମ୍‌ ଇଣ୍ଡିଆକୁ ଫେରିପାରନ୍ତି ମହମ୍ମଦ ସାମି: ବିଶ୍ୱକପ୍ ପୂର୍ବରୁ ବଦଳିପାରେ ଚୟନକର୍ତ୍ତାଙ୍କ ନିଷ୍ପତି

ମୁମ୍ବାଇ,୩୦।୧୨: ଅଭିଜ୍ଞ ଦ୍ରୁତ ବୋଲର ମହମ୍ମଦ ସାମିଙ୍କୁ ନେଇ ବିସିସିଆଇ ଚୟନକର୍ତ୍ତା ଏକ ବଡ଼ ନିଷ୍ପତ୍ତି ନେବାକୁ ଯାଉଛନ୍ତି। ଫିଟ୍‌ନେସ୍‌ ଏବଂ ବୟସକୁ ନେଇ ଚାଲିଥିବା...

ଦେଶର GDP’କୁ ଅତିକ୍ରମ କଲା ଭାରତୀୟ ପରିବାର ପାଖରେ ଥିବା ସୁନା ମୂଲ୍ୟ

ନୂଆଦିଲ୍ଲୀ,୩୦।୧୨: ଭାରତୀୟ ପରିବାରଗୁଡ଼ିକ ପାଇଁ ସୁନା କେବଳ ଏକ ଅଳଙ୍କାର ନୁହେଁ, ବରଂ ଏହା ଭାବପ୍ରବଣତା ଏବଂ ଆର୍ଥିକ ସୁରକ୍ଷାର ଏକ ପ୍ରତୀକ। ବିଶ୍ୱ ବଜାରରେ...

ବର୍ଷର ଶେଷ ଦିନ ସଂହ ରାଶି ସହ ୫ରାଶିର ଫିଟିଯିବ ଭାଗ୍ୟ! ବାଜିବ ଲଟେରୀ

ଆସନ୍ତାକାଲି ହେଉଛି ୨୦୨୫ ବର୍ଷର ଶେଷ ୩୧ତମ ଦିନ ଏବଂ ବୁଧବାର। ବୁଧବାର ଦିନ ପ୍ରତିବନ୍ଧକ ଦୂରକାରୀ ଭଗବାନ ଗଣେଶ ଏବଂ ଜ୍ଞାନ ଏବଂ ବିବେକର...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri