Posted inଜାତୀୟ

ରାଷ୍ଟ୍ରପତି ଭବନରେ ଅଷ୍ଟ୍ରେଲିଆ ପ୍ରଧାନମନ୍ତ୍ରୀ: ଭାରତକୁ କଲେ ପ୍ରଶଂସା

ନୂଆଦିଲ୍ଲୀ,୧୦।୩: ଅଷ୍ଟ୍ରେଲିଆର ପ୍ରଧାନମନ୍ତ୍ରୀ ଆନ୍ଥୋନି ଆଲବାନିସ୍‌ ଚାରି ଦିନିଆ ଭାରତ ଗସ୍ତରେ ଅଛନ୍ତି। ଶୁକ୍ରବାର ସେ ରାଷ୍ଟ୍ରପତି ଭବନରେ ପହଞ୍ଚିଛନ୍ତି। ଏଠାରେ ତାଙ୍କୁ ଗାର୍ଡ ଅଫ ଅନର ପ୍ରଦାନ କରାଯାଇଥିଲା। ଏହା ପରେ ଆଲବାନିସ୍‌ ଭାରତକୁ ପ୍ରଶଂସା କରିଥିଲେ। ସେ କହିଛନ୍ତି, ପ୍ରଧାନମନ୍ତ୍ରୀ ମୋଦି ମୋତେ ବହୁତ ଭଲ ସ୍ବାଗତ କରିଛନ୍ତି। ଅଷ୍ଟ୍ରେଲିଆ ଏବଂ ଭାରତ ଭଲ ବନ୍ଧୁ ଏବଂ ଅଂଶୀଦାର ମଧ୍ୟ। ଆମେ ପ୍ରତିଦିନ ଆମର ସମ୍ପର୍କକୁ ମଜଭୁତ କରୁଛୁ।
ସୂଚନାଯୋଗ୍ୟ, ଅଷ୍ଟ୍ରେଲିଆର ଦୁଇ ମନ୍ତ୍ରୀ ଏବଂ ଏକ ଉଚ୍ଚ ସ୍ତରୀୟ ବ୍ୟବସାୟ ପ୍ରତିନିଧୀ ମଧ୍ୟ ଆଲବାନିସ୍‌ଙ୍କ ସହିତ ଭାରତ ଗସ୍ତରେ ଆସିଛନ୍ତି। ମାର୍ଚ୍ଚ ୮ରୁ ୧୧ ପର୍ଯ୍ୟନ୍ତ ଆନ୍ଥୋନୀ ଆଲବାନିସ୍‌ ଭାରତ ଗସ୍ତରେ ଅଛନ୍ତି। ସେ ବୁଧବାର ଅଷ୍ଟ୍ରେଲିଆରୁ ଅହମ୍ମଦାବାଦରେ ପହଞ୍ଚିଥିଲେ। ଏଥି ସହିତ ଗୁରୁବାର ଭାରତର ପ୍ରଥମ ସ୍ବଦେଶୀ ବିମାନ ପରିବହନକାରୀ ମୁମ୍ବାଇରେ ଆଇଏନ୍‌ଏସ୍‌ ବିକ୍ରନ୍ତରେ ଚଢିଥିଲେ। ଏହା ପରେ ଗୁରୁବାର ସନ୍ଧ୍ୟାରେ ଦିଲ୍ଲୀରେ ପହଞ୍ଚିଥିଲା।
ଆନ୍ଥୋନି ଆଲବାନସ୍‌ିଙ୍କୁ ରାଷ୍ଟ୍ରପତି ଭବନରେ ସ୍ବାଗତ କରାଯାଇଥିଲା। ଏହା ପରେ ସେ ରାଜଘାଟରେ ମହାତ୍ମା ଗାନ୍ଧୀଙ୍କୁ ଶ୍ରଦ୍ଧାଞ୍ଜଳି ଅର୍ପଣ କରିଥିଲେ। ଆଜି ଆଲବାନିସ୍‌ ବୈଦେଶିକ ମନ୍ତ୍ରୀ ଏସ ଜୟଶଙ୍କରଙ୍କୁ ଭେଟିବେ। ସେ ହାଇଦ୍ରାବାଦ ହାଉସରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ ରାଷ୍ଟ୍ରପତି ଭବନରେ ରାଷ୍ଟ୍ରପତି ଦ୍ରୌପଦୀ ମୁର୍ମୁଙ୍କୁ ମଧ୍ୟ ଭେଟିବେ।


Enter your email to get our daily news in your inbox.

All Right Reserved By Dharitri.Com

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

ବଚ୍ଚନ ପରିବାରର ଭିତିରି କଥା କହିଦେଲେ ଅମିତାଭ: ଜାଣିଲେ ହେବେ ଆଶ୍ଚର୍ଯ୍ୟ

ମେଗାଷ୍ଟାର ଅମିତାଭ ବଚ୍ଚନ ଆଜିକାଲି ‘କୌନ ବନେଗା କରୋଡ଼ପତି ସିଜିନ ୧୮’ କୁଇଜ ଶୋ’ ମାଧ୍ୟମରେ ଦର୍ଶକଙ୍କୁ ମନୋରଞ୍ଜନ କରୁଛନ୍ତି। ଶୋ’ରେ ଅଭିନେତା ପ୍ରାୟତଃ ତାଙ୍କ ବ୍ୟକ୍ତିଗତ…

‘ଯାହାଙ୍କ ପାଖରେ ଆଧାରକାର୍ଡ ଅଛି, ତାଙ୍କୁ ମିଳିବ ସୁନା’, ଘୋଷଣା କଲେ PM ମୋଦି? ଜାଣନ୍ତୁ ଭାଇରାଲ ଦାବି ପଛର ସତ୍ୟ

ନୂଆଦିଲ୍ଲୀ, ୧୭।୮: ସୋସିଆଲ ମିଡିଆରେ ପ୍ରତିଦିନ ସରକାରଙ୍କ ସହ ଜଡ଼ିତ ଅନେକ ଯୋଜନା ବିଷୟରେ ସୂଚନା ଦିଆଯାଉଛି। କେତେବେଳେ ପ୍ରଧାନମନ୍ତ୍ରୀ ମୋଦିଙ୍କ ଭିଡିଓ ଭାଇରାଲ ହେଉଛି, ତ…

ବୃହସ୍ପତି-ଶନିଙ୍କ ମଧ୍ୟରେ ହେବାକୁ ଯାଉଛି ଅଦ୍ଭୁତ ଯୋଗ: ପୂରା ସେପ୍ଟେମ୍ବରରେ ମାସରେ ଏହି ୫ ରାଶିଙ୍କର ବଲ୍ଲେ-ବଲ୍ଲେ

ସେପ୍ଟେମ୍ବର ୨୦୨୬ ମାସର ଆରମ୍ଭ ଏକ ଶୁଭ ଯୋଗରୁ ହେବାକୁ ଯାଉଛି। ଦ୍ରିକ ପଞ୍ଚାଙ୍ଗ ଅନୁଯାୟୀ, ସେପ୍ଟେମ୍ବର ୧ ତାରିଖରେ ଦେବଗୁରୁ ବୃହସ୍ପତି ଏବଂ ନ୍ୟାୟର ଦେବତା…

ସୁରଟରୁ ଫେରିଲା ଦାଦନ ଶ୍ରମିକଙ୍କ ମୃତଦେହ, ଗାଁରେ ଶୋକାକୁଳ ପରିବେଶ

ହିଞ୍ଜିଳିକାଟୁ,୧୭।୮(ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳିକାଟୁ ବ୍ଲକ ଅଞ୍ଚଳରୁ ଏକ ଦୁଖଃଦ ଘଟଣା ସାମ୍ନାକୁ ଆସିଛି। ଦାଦନ ଖଟିବାକୁ ଯାଇଥିବା ଜଣେ ଓଡ଼ିଆ ଶ୍ରମିକଙ୍କ ମୃତଦେହ ସୋମବାର…

ଚୋର-ପୋଲିସ୍‌ର ଖେଳ ସୋସିଆଲ୍‌ ମିଡିଆରେ ଭାଇରାଲ୍‌: ଚାରି ଥାନାର ପୋଲିସ୍‌କୁ ପାଣି ପିଆଇ…

ପୁରୁଷୋତ୍ତମପୁର, ୧୭।୮ (ସବିତା ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରେ ଘଟିଥିବା ଚୋର-ପୋଲିସ୍‌ ଲଢ଼େଇ ଏବେ ସୋସିଆଲ୍‌ ମିଡିଆରେ ଖୁବ୍‌ ଭାଇରାଲ୍‌ ହେବାରେ ଲାଗିଛି। ଗତ ଶୁକ୍ରବାର…

ସ୍ତ୍ରୀଙ୍କୁ ହତ୍ୟା କରି ହୋଇଥିଲେ ଫେରାର, ୪ ବର୍ଷ ପରେ ମିଳିଲା ଦଣ୍ଡ

ପାରଳାଖେମୁଣ୍ଡି,୧୭।୮(ଗିରିଧାରୀ ପରିଛା) : ଝିଅର ଚିକିତ୍ସାକୁ ନେଇ ପତ୍ନୀଙ୍କ ସହ ବଚସାରୁ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ୱାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି । ଗଜପତି ଜିଲା…

ଭାଜପାର ନୂଆ ଟିମ୍‌ରେ ଓଡ଼ିଶାର ଏହି ୨ ନେତା ସାମିଲ: ଜାଣନ୍ତୁ କିଏ କିଏ

ଭୁବନେଶ୍ୱର,୧୭।୮: ଭାଜପାର ନୂତନ ସଭାପତି ନୀତିନ ନବୀନଙ୍କ ନେତୃତ୍ୱରେ ନୂତନ ଜାତୀୟ ଦଳ ଘୋଷଣା କରାଯାଇଛି। ଏଥିରେ ପୂର୍ବରୁ ପଶ୍ଚିମ ଏବଂ ଉତ୍ତରରୁ ଦକ୍ଷିଣ ପର୍ଯ୍ୟନ୍ତ ବ୍ୟାପୀ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri