Posted inଫୁରସତ

ଅଷ୍ଟ୍ରେଲୀୟ ସ୍ତ୍ରୀଙ୍କ ମୁଣ୍ଡରେ ଘାସ ବସ୍ତା ରଖିଲେ ଭାରତୀୟ ସ୍ବାମୀ, ଭିଡିଓ ଦେଖିଲେ…

ସୋସିଆଲ ମିଡିଆରେ ବିଭିନ୍ନ ପ୍ରକାର ଭିଡିଓ ଭାଇରାଲ ହୋଇଥାଏ। ଏହି ଭିଡିଓଗୁଡିକ ମଧ୍ୟରୁ କେତେକ ଏପରି ହୋଇଥାଏ ଯେ, ଆପଣ ବାରମ୍ବାର ଦେଖିବାକୁ ଚାହିଁବେ। ଏବେ ସେମିତି ଏକ ଭିଡିଓ ଭାଇରାଲ ହେଉଛି। ଯେଉଁଥିରେ ଜଣେ ଭାରତୀୟ-ଅଷ୍ଟ୍ରେଲୀୟ ମହିଳାଙ୍କ ମୁଣ୍ଡରେ ଘାସ ବସ୍ତା ରଖୁଛନ୍ତି। ଯାହା ଦେଖି ଲୋକେ ଏହି ମହିଳାଙ୍କୁ ପ୍ରଶଂସା କରୁଛନ୍ତି।

ଭାରତୀୟ ଜଣକ ତାଙ୍କ ଅଷ୍ଟ୍ରେଲୀୟ ସ୍ତ୍ରୀଙ୍କ ସହ ଗାଁରେ ପହଞ୍ଚିଥିଲେ। ସେତେବେଳେ ଏହି ଦମ୍ପତି ସୋସିଆଲ ମିଡିଆରେ ଏକ ଭିଡିଓ  ଶେୟାର କରିଥିଲେ। ଯେତେବେଳେ ବି ଜଣେ ବିଦେଶୀ ଭାରତକୁ ଆସନ୍ତି, ସେ ଏଠାକାର ସଂସ୍କୃତି, ପରମ୍ପରା ଏବଂ ଜୀବନ ଶୈଳୀ ଦେଖି ବହୁତ ଆଶ୍ଚର୍ଯ୍ୟ ହୋଇଯାଆନ୍ତି। ସେମାନେ ମଧ୍ୟ ଚାହିଁଥାନ୍ତି ଭାରତୀୟଙ୍କ ପରି କରିବାକୁ। ଏହି ଭିଡିଓ ଏହାର ଏକ ଉଦାହରଣ।

 

View this post on Instagram

 

A post shared by Loveleen Vats (@loveleenvats)

ଏହି ଭିଡିଓରେ ଅଷ୍ଟ୍ରେଲୀୟ ମହିଳା କର୍ଟନି ତାଙ୍କ ହରିୟାଣୀ ସ୍ବାମୀଙ୍କ ସହ ତାଙ୍କ ଗାଁରେ ବୁଲୁଥିବାର ନଜର ଆସିଛନ୍ତି। ସେ ବିଲ ମଧ୍ୟରେ ଥିବା ବନ୍ଧରେ ବୁଲନ୍ତି। ତା’ ପରେ ଗୋଟିଏ ସ୍ଥାନରେ ସ୍ବାମୀ ତାଙ୍କ ମୁଣ୍ଡକୁ ଘାସ ବସ୍ତା ଟେକୁଛନ୍ତି। ସେ ଏହାକୁ ମୁଣ୍ଡରେ ମୁଣ୍ଡାଇ କିଛି ବାଟ ବେଶ୍‌ ଖୁସି ମନରେ ବୋହି ନେଉଛନ୍ତି କର୍ଟନି। ସତେ କି ଜଣେ ଗ୍ରାମୀଣ ମହିଳା। କର୍ଟନିଙ୍କ ସ୍ବାମୀଙ୍କ ନାମ ଲଭଲିନ। ଯିଏ କି ତାଙ୍କ ପିଲାମାନଙ୍କ ସହିତ ମେଲବୋର୍ନରେ ରହୁଛନ୍ତି।

ଏହି ଭିଡିଓକୁ ଲଭଲିନ ତାଙ୍କ ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟରେ ଶେୟାର କରିଛନ୍ତି। ବର୍ତ୍ତମାନ ଏହି ଭିଡିଓକୁ ୬ ଲକ୍ଷରୁ ଅଧିକ ଲୋକ ଦେଖିଥିବା ବେଳେ ୫୮ ହଜାରରୁ ଅଧିକ ଲୋକ ଏହାକୁ ଲାଇକ୍‌ କରିଛନ୍ତି। ଲୋକମାନେ ଭିଡିଓରେ ମଧ୍ୟ ଆକର୍ଷଣୀୟ ମନ୍ତବ୍ୟ ଦେଇଛନ୍ତି। ଜଣେ ୟୁଜର ଲେଖିଛନ୍ତି, ଏହା ବହୁତ ସୁନ୍ଦର। ଅନ୍ୟ ଜଣେ ୟୁଜର ଲେଖିଛନ୍ତି, ବିଦେଶରେ ରହୁଛନ୍ତି ହରିୟାଣୀ ଯୋଡ଼ି।


Enter your email to get our daily news in your inbox.

All Right Reserved By Dharitri.Com

ଟେକ୍ସଟାଇଲ ପାର୍କ ଆଶାରେ ବଲାଙ୍ଗୀର

ବଲାଙ୍ଗୀର,୧୮ା୨(ବୀରେନ୍ଦ୍ର କୁମାର ଝାଙ୍କର): ଦାଦନପ୍ରବଣ ତଥା ଶିଳ୍ପବିହୀନ ବଲାଙ୍ଗୀର ଜିଲାରେ ଟେକ୍ସଟାଇଲ ପାର୍କ(କ୍ଲଷ୍ଟର) ପ୍ରତିଷ୍ଠା ଘୋଷଣାରେ ଅଟକିଛି। ମୁଖ୍ୟମନ୍ତ୍ରୀ ମୋହନ ଚରଣ ମାଝୀ ‘ଓଡିଶା ଟେକ୍ସଟାଇଲ କନ୍‌କ୍ଲେଭ…

ସମ୍ପର୍କୀୟଙ୍କ ସହ ଘରୁ ବାହାରିଥିଲେ, ଗଛରେ ପିଟି ହୋଇ ଚାଲିଗଲା ଯୁବକଙ୍କ ଜୀବନ; ଏଯାଏ ମିଳୁନି…

ଭବାନୀପାଟଣା,୧୭।୨(ଉତ୍ତମ କୁମାର ଦାଶ)-କଳାହାଣ୍ଡି ଜିଲା ଜୁନାଗଡ଼ ଥାନା ଅନ୍ତର୍ଗତ ଜାରିଙ୍ଗ ଛକ ନିକଟରେ ମଙ୍ଗଳବାର ରାତି ପାୟ ସାଢ଼େ ୮ ଟାରେ ଗଛରେ ପିଟି ହୋଇ ଜଣେ…

ଗ୍ୟାସ ସିଲିଣ୍ଡର ଖୋଲି ଘରେ ନିଆଁ ଲଗାଇଦେଲେ ସ୍ବାମୀ, ଥାନାରେ ପହଞ୍ଚିଲେ ସ୍ତ୍ରୀ; ଗିରଫ ପରେ ଜେଲ…

ଦିଗପହଣ୍ଡି,୧୭|୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ୭ ନଂ ୱାର୍ଡ ବଜାର ସାହି ଗୁଣ୍ଡିଚା ଛକ ରେ ରହୁଥିବା ଏ.ରାଜୁଙ୍କୁ ମଙ୍ଗଳବାର ପୋଲିସ ଗିରଫ କରି…

ଦୁଇ ଦିନ ପରେ ଦେଇଥାନ୍ତେ ମାଟ୍ରିକ୍‌ ପରୀକ୍ଷା, ବାଇକ୍‌ ସହ ଦୁର୍ଘଟଣା ପରେ ଟ୍ରାକ୍ଟର ଚାପି ଦେବାରୁ ଚାଲିଗଲା ଛାତ୍ରଙ୍କ ଜୀବନ

ରାୟଗଡ଼ା,୧୭।୨(ଆଶିଷ ରଞ୍ଜନ ପଣ୍ଡା)- ରାୟଗଡ଼ା ସହରରେ ଚିନ୍ତାଜନକ ହୋଇପଡ଼ିଛି ଟ୍ରାଫିକ ସମସ୍ୟା । ସହର ଦେଇ ଯାଇଥିବା ୩୨୬ନଂ ଜାତୀୟ ରାଜପଥ କଡ଼ରେ ବେଆଇନ ପାର୍କିଂ ଯୋଗୁ…

ବ୍ରହ୍ମପୁର-ରେଢ଼ାଖୋଲ ରେଳ ପ୍ରକଳ୍ପ: ୩୩୨ କିମି ହେବ ରେଳ ଲାଇନ୍‌, ଅର୍ଥ ଅନୁମୋଦନ କେବେ…?

ଭଞ୍ଜନଗର,୧୭।୨(ବାବୁଲା ପ୍ରଧାନ)- ସରକାର ପରେ ସରକାର ବଦଳୁଛି, କିନ୍ତୁ ବ୍ରହ୍ମପୁର ଭାୟା ଭଞ୍ଜନଗର, ଫୁଲବାଣୀ ରେଢ଼ାଖୋଲ ରେଳ ପ୍ରକଳ୍ପ ଅଗ୍ରଗତି ହୋଇପାରୁନାହିଁ। କନ୍ଧମାଳ ଜିଲାବାସୀଙ୍କ ପାଇଁ ରେଳ…

କଲେଜ ଯାଇଥିବା ବେଳେ ଛାତ୍ରୀଙ୍କୁ ଅପହରଣ କରି ୫ ଦିନ ଧରି ବଳାତ୍କାର, ଜେଲ ହାଜତକୁ ଗଲେ …

ଦିଗପହଣ୍ଡି,୧୭।୨(ଅଶେଷ  ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳର ଏକ କଲେଜରେ ଯୁକ୍ତ ୨ ଦିତୀୟ ବର୍ଷ କଳା ଶ୍ରେଣୀରେ ପଢୁଥିବା ୧୭ ବର୍ଷର ଛାତ୍ରୀଙ୍କୁ ଅପହରଣ…

‘ମୁଖ୍ୟମନ୍ତ୍ରୀ ମୋ ସାନ ଭାଇ, ବିଜେଡି ଫେରିବା ଆଶା ନାହିଁ’- ସନାତନ ମହାକୁଡ଼

ଭୁବନେଶ୍ୱର,୧୭l୨: ବିଜୁ ଜନତା ଦଳ (ବିଜେଡି) ରୁ ନିଲମ୍ବିତ ହେବା ପରେ ପ୍ରଥମ ଥର ପାଇଁ ମୁହଁ ଖୋଲିଛନ୍ତି ଚମ୍ପୁଆ ବିଧାୟକ ସନାତନ ମହାକୁଡ଼। ଦଳରୁ ନିଲମ୍ବନ…

ଦୁର୍ବ୍ୟବହାର ଅଭିଯୋଗ ଆଣିଥିଲେ ଅତିରିକ୍ତ ତହସିଲଦାର, ଆଖି ବୁଜିଲେ ବିଷ ପିଇଥିବା ଚିକିଟି ପିଇଓ 

ଚିକିଟି,୧୭।୨(ପ୍ରକାଶ ଚନ୍ଦ୍ର ସାହୁ): ଚିକିଟି ଅତିରିକ୍ତ ତହସିଲଦାରଙ୍କ ଦ୍ୱାରା ଦୁର୍ବ୍ୟବହାର କରିଥିବା ଅଭିଯୋଗ ଆସିବା ପରେ ଗଞ୍ଜାମ ଜିଲା ରାମଚନ୍ଦ୍ରପୁର ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀ(ପିଇଓ) ଦଣ୍ଡପାଣି ପାତ୍ର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri