Posted inଖେଳ

ବିଶ୍ୱ ରେକର୍ଡ ସମକକ୍ଷ ହେଲା ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ, ଭାଙ୍ଗିବ ୧୭ ବର୍ଷ ତଳର କୀର୍ତ୍ତିମାନ

ବ୍ରିସବେନ୍‌, ୭।୧୦: ଭ୍ରମଣକାରୀ ନ୍ୟୁଜିଲାଣ୍ଡ ମହିଳା ଦଳ ବିପକ୍ଷରେ ଏଠାରେ ଅନୁଷ୍ଠିତ ୩ୟ ଦିନିକିଆ ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ବୃହତ୍‌ ବିଜୟ ହାସଲ କରିଛି। ସ୍ଥାନୀୟ ଆଲାନ୍‌ ବର୍ଡର ଫିଲ୍ଡରେ ବୁଧବାର ଖେଳାଯାଇଥିବା ଏହି ମୁକାବିଲାରେ ପ୍ରଥମେ ବ୍ୟାଟିଂ କରି ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ୫୦ ଓଭରରେ ୫ ଉଇକେଟ୍‌ ହରାଇ ୩୨୫ ରନ୍‌ ସଂଗ୍ରହ କରିଥିଲା। ଦଳ ପକ୍ଷରୁ ଅଧିନାୟିକା ରଚେଲ ହାୟନେସ ସର୍ବାଧିକ ୯୬ ରନ କରିଥିବାବେଳେ ତାଙ୍କୁ ଉଇକେଟ୍‌କିପର ଏଲିଆ ହିଲି (୮୭ ରନ) ଉପଯୁକ୍ତ ସହାୟତା କରିଥିଲେ। ଜବାବରେ ନ୍ୟୁଜିଲାଣ୍ଡ ମହିଳା କ୍ରିକେଟ୍‌ ଦଳ ଘରୋଇ ଦଳର ବୋଲିଂକୁ ସାମ୍ନା କରି ନ ପାରି ମାତ୍ର ୯୩ ରନରେ ଅଲ୍‌ଆଉଟ୍‌ ହୋଇଥିଲା। ଫଳରେ ଅଷ୍ଟ୍ରେଲିଆ ମହିଳା ଦଳ ୨୩୨ ରନର ବୃହତ୍‌ ବ୍ୟବଧାନରେ ବିଜୟୀ ହୋଇଥିଲା। ଦିନିକିଆ କ୍ରିକେଟ୍‌ରେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅଷ୍ଟ୍ରେଲିଆର ଏହା ସର୍ବବୃହତ୍‌ ବିଜୟ ଥିଲା। ଏଥିସହ ଦଳ ୩-୦ରେ ସିରିଜ କ୍ଲିନ ସୁଇପ କରିଛି। ସେହିଭଳି ଏହି ବିଜୟ ସହ ଅଷ୍ଟ୍ରେଲିଆ ମହିଳା କ୍ରିକେଟ୍‌ ଦଳ ପୁରୁଷ ଅଷ୍ଟ୍ରେଲିଆ କ୍ରିକେଟ୍‌ ଦଳ ନାମରେ ରହିଥିବା ବିଶ୍ୱରେକର୍ଡ ସହ ସମକକ୍ଷ ହୋଇପାରିଛି। ଦିନିକିଆରେ ଲଗାତର ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ରେକର୍ଡ ଅଷ୍ଟ୍ରେଲିଆ ପୁରୁଷ ଦଳ ନାମରେ ରହିଛି। ରିକି ପଣ୍ଟିଂଙ୍କ ନେତୃତ୍ୱରେ ଅଷ୍ଟ୍ରେଲିଆ ୨୦୦୩ରେ କ୍ରମାଗତ ଭାବେ ୨୧ ମ୍ୟାଚ୍‌ ଜିତି ଏହି ରେକର୍ଡ କରିଥିଲା। ଏବେ ଅଷ୍ଟ୍ରେଲିଆ ମହିଳା ଦଳ ଲଗାତର ୨୧ ଦିନିକିଆ ମ୍ୟାଚ୍‌ ଜିତି ଏହି ବିଶ୍ୱ ରେକର୍ଡ ସହ ସମକକ୍ଷ ହୋଇପାରିଛି।


Enter your email to get our daily news in your inbox.

All Right Reserved By Dharitri.Com

ଟି୨୦ ବିଶ୍ୱକପ୍‌ରେ ଶ୍ରୀଲଙ୍କାର ନୈରାଶ୍ୟଜନକ ପ୍ରଦର୍ଶନ: କୋଚ୍‌ ପଦରୁ ଇସ୍ତଫା ଦେବେ…

କଲମ୍ବୋ,୧।୩: ଟି-୨୦ ବିଶ୍ୱକପରେ ଶ୍ରୀଲଙ୍କା କ୍ରିକେଟ ଦଳର ଅତ୍ୟନ୍ତ ନୈରାଶ୍ୟଜନକ ପ୍ରଦର୍ଶନ ପରେ, ଦଳର ମୁଖ୍ୟ କୋଚ୍‌ ସନଥ ଜୟସୂରିୟା ନିଜ ପଦରୁ ଓହରିଯିବାକୁ ନିଷ୍ପତ୍ତି ନେଇଛନ୍ତି।…

ଚନ୍ଦ୍ରଗ୍ରହଣର ଗୋଟିଏ ଦିନ ପୂର୍ବରୁ ଷଡାଷ୍ଟକ ଯୋଗ, ସତର୍କ ରୁହନ୍ତୁ ଏହି ୩ ରାଶି

ବର୍ଷର ପ୍ରଥମ ଚନ୍ଦ୍ରଗ୍ରହଣ ୩ ମାର୍ଚ୍ଚ, ୨୦୨୬ ରେ ହେବ । ଏହି ଗ୍ରହଣର ଗୋଟିଏ ଦିନ ପୂର୍ବରୁ ୨ ମାର୍ଚ୍ଚରେ ଚନ୍ଦ୍ର ଏବଂ ଶୁକ୍ର ରାଶି…

ଇରାନରୁ ଏସବୁ ଜିନିଷ କିଣେ ଭାରତ, ଯୁଦ୍ଧ ଭିତରେ ବଢିଯିବ ଖଜୁରୀ, ପିସ୍ତା ଓ ଫଳ…

ନୂଆଦିଲ୍ଲୀ,୧।୩: ମଧ୍ୟପ୍ରାଚ୍ୟରେ ବଢ଼ୁଥିବା ଉତ୍ତେଜନାର ପ୍ରଭାବ କେବଳ ସେହି ଅଞ୍ଚଳରେ ସୀମିତ ନୁହେଁ, ବରଂ ସମଗ୍ର ବିଶ୍ୱ ଅର୍ଥନୀତିରେ ଅନୁଭୂତ ହେଉଛି। ଇସ୍ରାଏଲୀ ଏବଂ ଆମେରିକା ଆକ୍ରମଣ…

ଯୁଦ୍ଧ ଭିତରେ ମୋଦିଙ୍କୁ ଚିଠି ଲେଖିଲେ ଜିତୁ ପଟଓ୍ବାରୀ

ଭୋପାଳ,୧।୩: ଆମେରିକା-ଇସ୍ରାଏଲ ଆକ୍ରମଣ ଏବଂ ଇରାନ ଉପରେ ପ୍ରତିଶୋଧମୂଳକ ଆକ୍ରମଣ ଯୋଗୁ ଦୁବାଇ ଏବଂ ସାରଜାହା ବିମାନବନ୍ଦରରେ ଫସି ରହିଥିବା ମଧ୍ୟପ୍ରଦେଶର ୧୦୦ ରୁ ଅଧିକ ନାଗରିକଙ୍କ…

ଭଉଣୀ ଘରକୁ ଯିବା ବେଳେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା, ଦୁଇ ବାଇକ ମୁହାଁମୁହିଁ ଧକ୍କାରେ…

ଅମରପାଲି,୧।୩(ପୀତାମ୍ବର ସାହୁ): ବୀରମହାରାଜପୁର-ଅମରପାଲି ରାସ୍ତାର ମୁର୍ଷୁଣ୍ଢୀ ବିଦ୍ୟୁତ ଗ୍ରୀଡ ସମ୍ମୁଖରେ ଦୁଇ ବାଇକ ମୁହାଁମୁହିଁ ଧକ୍କା ହୋଇଛି । ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ଜଣେ ଯୁବକଙ୍କ ମୃତ୍ୟୁ ହୋଇଥିବା…

ଇସ୍ରାଏଲ ଯୁଦ୍ଧରେ ଖାମେନେଇଙ୍କ ମୃତ୍ୟୁ! କେମିତି ହୋଇଥିଲେ ସୁପ୍ରିମ ଲିଡର? ଜାଣନ୍ତୁ…

ତେହରାନ,୧।୩: ଇରାନର ସର୍ବୋଚ୍ଚ ନେତା ଆୟାତୋଲ୍ଲା ଅଲି ଖାମେନେଇଙ୍କ ମୃତ୍ୟୁ ହୋଇଛି। ଜଣେ ଇସ୍ରାଏଲୀ ଅଧିକାରୀଙ୍କ ଉଦ୍ଧୃତି ଦେଇ ରଏଟର୍ସ ଏହା ଦାବି କରିଛି। ଏହି ଘଟଣା…

ମାରଣାସ୍ତ୍ର ଧରି ଆତଙ୍କ ଖେଳାଇଲେ ଲୁଟେରା ଗ୍ୟାଙ୍ଗ: ଲକ୍ଷାଧିକ ଟଙ୍କାର ସୁନା ଅଳଙ୍କାର ଲୁଟ୍‌

କେନ୍ଦ୍ରାପଡ଼ା/ଆଳି,୧ା୩(ଜଗନ୍ନାଥ ଧଳ/ବନମାଳୀ ସେନାପତି): ଆଳି ପୋଲିସକୁ ଖୋଲା ଚ୍ୟାଲେଞ୍ଜ ଦେଇ ଏକ ଲୁଟେରା ଗ୍ୟାଙ୍ଗ ସିରିଜ ଲୁଟ୍‌ କରିବା ସହ ଜଣେ ବ୍ୟବସାୟୀଙ୍କ ଘରେ ଓ ଅଫିସରେ…

ହୋଟେଲ ଖାଦ୍ୟ ନିୟମିତ ଯାଞ୍ଚ ହେଉନାହିଁ : ପେଟ୍ରୋଲ ପମ୍ପରେ ଗ୍ରାହକଙ୍କୁ ସରକାରୀ ସୁବିଧା ମିଳୁନାହିଁ 

ଭଞ୍ଜନଗର,୧।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ସହରରେ ଦିନକୁ ଦିନ ଛତୁ ଫୁଟିଲା ଭଳି ଛୋଟରୁ ବଡ ହୋଟେଲ ଖୋଲୁଛି। କିନ୍ତୁ ଉକ୍ତ ହୋଟେଲଗୁଡ଼ିକର ଖାଦ୍ୟ ନିୟମିତ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri