Posted inଖେଳ

ଇଂଲଣ୍ଡ ଗସ୍ତରେ ଝାଳ ବ୍ୟବହାର ନ କରିବାକୁ ଅଷ୍ଟ୍ରେଲିଆର ନିଷ୍ପତ୍ତି

ସାଉଥାମ୍ପଟନ,୨୮।୮ (ପି.ଟି.) : କୋଭିଡ୍‌-୧୯ ମହାମାରୀକୁ ଦୃଷ୍ଟିରେ ରଖି ପୂର୍ବରୁ ଅନ୍ତର୍ଜାତୀୟ କ୍ରିକେଟ କାଉନସିଲ (ଆଇସିସି) ବଲରେ ଲାଳ ବ୍ୟବହାର କରିବା ନେଇ ବାରଣ କରିଥିଲା। କିନ୍ତୁ କ୍ରିକେଟ ଅଷ୍ଟ୍ରେଲିଆ ଏହି ଦୃଷ୍ଟିକୋଣରୁ ଦେଖିବାକୁ ଗଲେ ଆଉ ଗୋଟିଏ ପାଦ ଆଗେଇ ଯାଇଛି। ବଲ୍‌ରେ ଝାଳ ଲଗାଇବା ନେଇ ଆଇସିସି ବାରଣ କରି ନ ଥିଲା। କିନ୍ତୁ କ୍ରିକେଟ ଅଷ୍ଟ୍ରେଲିଆ ଝାଳ ବ୍ୟବହାର ନ କରିବାକୁ ନିଜ ଖେଳାଳିମାନଙ୍କୁ ନିର୍ଦ୍ଦେଶ ଦେଇଛି। ସୀମିତ ଓଭର ସିରିଜ ଖେଳିବାକୁ ଅଷ୍ଟ୍ରେଲିଆ ଇଂଲଣ୍ଡ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି। ଏହି ଗସ୍ତରେ ମୁଣ୍ଡ, ମୁହଁ ଓ ବେକର ଝାଳ ବ୍ୟବହାର କରିବା ନେଇ ଅଷ୍ଟ୍ରେଲିଆ ପ୍ରତିବନ୍ଧ ଲଗାଇଛି।
କରୋନା ଭାଇରସ୍‌ ସଂକ୍ରମଣର ସମ୍ଭାବନାକୁ କମାଇବା ପାଇଁ କ୍ରିକେଟ ଅଷ୍ଟ୍ରେଲିଆ ଏହି ନିଷ୍ପତ୍ତି ନେଇଛି। ସ୍ବାସ୍ଥ୍ୟଗତ ନିର୍ଦ୍ଦେଶନାମାକୁ ପାଳନ କରି ବୋର୍ଡ ଖେଳାଳିମାନଙ୍କୁ ମୁହଁ, ନାକରୁ ଝାଳ ବ୍ୟବହାର ନ କରିବାକୁ କହିଛି। ଫଳରେ ଖେଳାଳିମାନଙ୍କ ପାଇଁ ସାଉଥାମ୍ପଟନରେ ସେପ୍ଟେମ୍ବର ୪ରୁ ଆରମ୍ଭ ହେବାକୁ ଯାଉଥିବା ସୀମିତ ଓଭର ସିରିଜରେ ପିଠି କିମ୍ବା ପେଟରୁ ଝାଳ ବ୍ୟବହାର କରିବାର ବିକଳ୍ପ ରହିବ।
ସୀମିତ ଓଭର ଫର୍ମାଟରେ ଏହି ନୂଆ ନିୟମ ସେତେଟା ପ୍ରଭାବ ପକାଇବ ନାହିଁ ବୋଲି ଅଷ୍ଟ୍ରେଲିଆ ଦ୍ରୁତ ବୋଲର ମିଚେଲ ଷ୍ଟାର୍କ କହିଛନ୍ତି। ତେବେ ଟେଷ୍ଟ ଫର୍ମାଟ୍‌ରେ ଏହାର ପ୍ରଭାବ ନିଶ୍ଚିତ ଭାବେ ରହିବ। ଗତ ପାକିସ୍ତାନ ବିପକ୍ଷ ଟେଷ୍ଟ ସିରିଜରେ ଇଂଲଣ୍ଡ ଖେଳାଳିମାନେ ପିଠି ଓ ମଥାରୁ ଝାଳ ବ୍ୟବହାର କରୁଥିବା ଲକ୍ଷ୍ୟ କରାଯାଇଥିଲା। ତେବେ ଟେଷ୍ଟ ସିରିଜ ଖେଳିବା ପୂର୍ବରୁ ଏହି କ୍ରିକେଟ ଅଷ୍ଟ୍ରେଲିଆର ଏହି ନୂଆ ନିୟମ ନେଇ ଆଲୋଚନା ହେବ ବୋଲି ଷ୍ଟାର୍କ କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଅବପାତରେ ପରିଣତ ହେଲା ଲଘୁଚାପ: ଆହୁରି ୪ଦିନ ଭୀଷଣ ବର୍ଷା, ୧୩ ଜିଲାକୁ ଓ୍ବାର୍ନିଂ

ଭୁୁବନେଶ୍ୱର, ୧୩ା୮(ବନ୍ଦନା ସେଠୀ) – ବଙ୍ଗୋପସାଗରରେ ସକ୍ରିୟ ଥିବା ଲଘୁଚାପ କ୍ଷେତ୍ର ଅଧିକ ଘନୀଭୂତ ହୋଇ ଗୁରୁବାର ସକାଳ ୮ଟା ୩୦ରେ ପଶ୍ଚିମବଙ୍ଗ ଉପକୂଳରେ ଅବପାତରେ ପରିଣତ…

ମହିଳା ଜନପ୍ରତିନିଧିଙ୍କୁ ବ୍ଲାକ୍‌ମେଲ କରି ବନ୍ଧା ହେଲେ ଯୁବକ

ଧରାକୋଟ,୧୩ା୮(ବିଷ୍ଣୁ କେଶରୀ ଆଚାର୍ଯ୍ୟ): ଫେକ୍‌ ଆଇଡି ଖୋଲି ଜଣେ ମହିଳା ଜନ ପ୍ରତିନିଧିଙ୍କୁ ବ୍ଲାକମେଲ କରିବା ସହ ଧମକ ଦେବା ଓ ଫଟୋ ଏଡିଟ୍‌ କରି ଭାଇରାଲ…

ଜେଲ ଗଲେ ମୁଖ୍ୟ ଜିଲା କୃଷି ଅଧିକାରୀ

ବ୍ରହ୍ମପୁର,୧୩ା୮(ସୁବାସ ଚନ୍ଦ୍ର ପାଢ଼ୀ): ମୁଖ୍ୟମନ୍ତ୍ରୀ କୃଷି ଉଦ୍ୟୋଗ ଯୋଜନାର ସବ୍‌ସିଡି କରାଇଦେବା ପାଇଁ ୧୫ ହଜାର ଟଙ୍କା ଲାଞ୍ଚ ନେଇ ବ୍ରହ୍ମପୁରର ମୁଖ୍ୟ ଜିଲା କୃଷି ଅଧିକାରୀ…

ନିଷ୍ପତ୍ତିକୁ ବଦଳାଇଲା ବାର କାଉନସିଲ; ସିଜେଆଇଙ୍କୁ ବିରୋଧ କରୁଥିବା ଆଇନ ସ୍ନାତକଙ୍କ ଉପରୁ ହଟାଇଲା ପ୍ରତିବନ୍ଧକ

ନୂଆଦିଲ୍ଲୀ,୧୩।୮: ଗୁରୁବାର (ଅଗଷ୍ଟ ୧୩) , ହାଇଦ୍ରାବାଦର ନ୍ୟାସନାଲ ଏକାଡେମୀ ଅଫ ଲିଗାଲ ଷ୍ଟଡିଜ ଆଣ୍ଡ ରିସର୍ଚ୍ଚ (NALSAR) ର ଛାତ୍ରମାନଙ୍କୁ ଓକିଲ ଭାବରେ ନାମ ଲେଖାରୁ…

ପନ୍ଦର ଦିନ ବିତିଗଲେ ବି ସରିଲାନି ଘାଇ ମରାମତି: ଆନନ୍ଦପୁର ସହର ଭିତରକୁ ପୁଣି ପଶିଲା ବନ୍ୟାଜଳ, ଆତଙ୍କିତ…

ବଞ୍ଚୋ,୧୩।୮(ପ୍ରଦୋଷ ବିଶ୍ୱାଳ): ପନ୍ଦର ଦିନ ବିତିଯାଇଥିଲେ ମଧ୍ୟ ଆନନ୍ଦପୁର ରିଙ୍ଗ ରୋଡ୍‌ର ଘାଇ ମରାମତି କାମ ସମ୍ପୂର୍ଣ୍ଣ ହୋଇପାରି ନାହିଁ। ଏହାରି ମଧ୍ୟରେ ପୁଣି ଥରେ ରିଙ୍ଗ…

ମନ୍ତ୍ରୀଙ୍କ ଅପେକ୍ଷାରେ ଠିଆ ହୋଇଥିଲେ, ହଠାତ ବେହୋସ୍‌ ହେଲେ ଛାତ୍ରୀ

ମୁମ୍ବାଇ,୧୩।୮: ସିଙ୍ଗରାଉଲି ଜିଲାର ଚିତ୍ରାଙ୍ଗୀ ତହସିଲରେ ଜାତିର ଗର୍ବ ଏବଂ ସମ୍ମାନର ପ୍ରତୀକ ସ୍ବରୂପ ଏକ ‘ତ୍ରିରଙ୍ଗା ଯାତ୍ରା’ (ତ୍ରିରଙ୍ଗା ଶୋଭାଯାତ୍ରା) ଆୟୋଜନ କରାଯାଇଥିଲା; କିନ୍ତୁ, ଯେତେବେଳେ…

ବିଦ୍ୟାଳୟ ରାସ୍ତାରେ ଗଛ ପକାଇ ଅବରୋଧ: ରାସ୍ତା ଉପରେ ପାଠ ପଢ଼ିଲେ ଛାତ୍ରଛାତ୍ରୀ, ୪ ଘଣ୍ଟା ପରେ…

ଡୁଙ୍ଗୁରିପାଲି ୧୩।୮(ଦୀନବନ୍ଧୁ ସୁନା): ସୁବର୍ଣ୍ଣପୁର ଜିଲା ଡୁଙ୍ଗୁରିପାଲି ବ୍ଲକ ଅନ୍ତର୍ଗତ ନାଇକେନପାଲି ଉଚ୍ଚ ପ୍ରାଥମିକ ବିଦ୍ୟାଳୟକୁ ଯିବା ରାସ୍ତାରେ ଜଣେ ବ୍ୟକ୍ତି ଗଛ ପକାଇ ଅବରୋଧ କରିବାର…

ନର୍ସ ମୃତ୍ୟୁ ମାମଲା: ଆକ୍ସନରେ ସରକାର…

କୋଲକାତା, ୧୩।୮: କୋଲକାତାର ପ୍ରମୁଖ ନୀଳରତନ ସରକାରୀ ମେଡିକାଲ କଲେଜ ଏବଂ ହସ୍ପିଟାଲ(ଏନ୍‌ଆର୍‌ଏସ୍‌) ଶୌଚାଳୟରୁ ଜଣେ ୩୦ ବର୍ଷୀୟା ଷ୍ଟାଫ ନର୍ସଙ୍କ ମୃତଦେହ ଉଦ୍ଧାର ହୋଇଛି। ଶୌଚାଳୟ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri