Posted inଖେଳ

ଟାଇଟଲରେ ଅଷ୍ଟ୍ରେଲିଆର ହ୍ୟାଟ୍ରିକ

ଆଇସିସି କ୍ରିକେଟ ବିଶ୍ୱକପର ୯ମ ସଂସ୍କରଣ ଓ୍ବେଷ୍ଟଇଣ୍ଡିଜରେ ୨୦୦୭ ମାର୍ଚ୍ଚ ୧୩ରୁ ଏପ୍ରିଲ ୨୮ ପର୍ଯ୍ୟନ୍ତ ଅନୁଷ୍ଠିତ ହୋଇଥିଲା। ପ୍ରତିଯୋଗିତାରେ ମୋଟ ୫୧ଟି ମ୍ୟାଚ ଖେଳାଯାଇଥିଲା। ଫାଇନାଲରେ ଶ୍ରୀଲଙ୍କାକୁ ହରାଇ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ଏହାକୁ ମିଶାଇ ଅଷ୍ଟ୍ରେଲିଆ କ୍ରମାଗତ ୩ ଥର ଚାମ୍ପିୟନ ହୋଇ ଟାଇଟଲ ବିଜୟରେ ହ୍ୟାଟ୍ରିକ କରିଥିଲା। ଓଭରଅଲ୍‌ ଏହାଥିଲା ଅଷ୍ଟ୍ରେଲିଆର ୪ର୍ଥ ଟାଇଟଲ। ୧୬ ଅଂଶଗ୍ରହଣକାରୀ ଦଳକୁ ୪ଟି ଗ୍ରୁପ୍‌ରେ ବିଭକ୍ତ କରାଯାଇଥିଲା। ପ୍ରତି ଗ୍ରୁପ୍‌ରୁ ଶ୍ରେଷ୍ଠ ୨ଟି ଲେଖାଏ ଦଳ ସୁପର-୮ ପର୍ଯ୍ୟାୟରେ ପ୍ରବେଶ କରିଥିଲେ। ଏହି ପର୍ଯ୍ୟାୟରେ ଭଲ ପ୍ରଦର୍ଶନ କରି ଅଷ୍ଟ୍ରେଲିଆ, ଶ୍ରୀଲଙ୍କା, ନ୍ୟୁଜିଲାଣ୍ଡ ଓ ଦକ୍ଷିଣ ଆଫ୍ରିକା ସେମିଫାଇନାଲରେ ପ୍ରବେଶ କରିଥିଲେ। ସେମିଫାଇନାଲରେ ନ୍ୟୁଜିଲାଣ୍ଡକୁ ୮୧ ରନରେ ହରାଇ ଶ୍ରୀଲଙ୍କା ଏବଂ ଦକ୍ଷିଣ ଆଫ୍ରିକାକୁ ୭ ଉଇକେଟରେ ପରାସ୍ତକରି ଅଷ୍ଟ୍ରେଲିଆ ଫାଇନାଲରେ ପ୍ରବେଶ କରିଥିଲା। ବର୍ଷା ବାଧାପ୍ରାପ୍ତ ଫାଇନାଲରେ ଡକ୍‌ଓ୍ବର୍ଥ ଲୁଇସ ନିୟମ ଅନୁସାରେ ଶ୍ରୀଲଙ୍କାକୁ ୫୩ ରନରେ ହରାଇ ଅଷ୍ଟ୍ରେଲିଆ ଚାମ୍ପିୟନ ହୋଇଥିଲା। ବର୍ଷା ଯୋଗୁ ଖେଳ ଆରମ୍ଭରେ ବିଳମ୍ବ ହେବାରୁ ମ୍ୟାଚକୁ ୩୮ ଓଭର ବିଶିଷ୍ଟ କରାଯାଇଥିଲା। ଏଥିରେ ଅଷ୍ଟ୍ରେଲିଆ ୪ ଉଇକେଟ ହରାଇ ୨୮୧ ରନ କରିଥିଲା। ଏହାପରେ ପୁଣି ବର୍ଷା ଯୋଗୁ ଖେଳରେ ବାଧା ପହଞ୍ଚତ୍ବାରୁ ଶ୍ରୀଲଙ୍କା ସମ୍ମୁଖରେ ୩୬ ଓଭରରେ ୨୬୯ ରନ ବିଜୟ ଲକ୍ଷ୍ୟ ଧାର୍ଯ୍ୟ କରାଯାଇଥିଲା। ମାତ୍ର ଶ୍ରୀଲଙ୍କା ୮ ଉଇକେଟ ହରାଇ ୨୧୫ ରନ କରିବାକୁ ସକ୍ଷମ ହୋଇଥିଲା। ୧୪୯ ରନର ଇନିଂସ ଖେଳିଥିବା ଅଷ୍ଟ୍ରେଲିଆର ଆଡାମ ଗିଲକ୍ରିଷ୍ଟ ପ୍ଲେୟର ଅଫ୍‌ ଦି ମ୍ୟାଚ ଓ ଏହି ଦଳର ଗ୍ଲେନ ମ୍ୟାକଗ୍ରା ପ୍ଲେୟର ଅଫ୍‌ ଦି ଟୁର୍ନାମେଣ୍ଟ ବିବେଚିତ ହୋଇଥିଲେ। ଏହି ସଂସ୍କରଣରେ ଭାରତର ପ୍ରଦର୍ଶନ ଅତି ଦୟନୀୟ ରହିଥିଲା। ଗ୍ରୁପ୍‌ ‘ବି’ରେ ଦଳ ନିଜର ପ୍ରଥମ ମ୍ୟାଚରେ ବାଂଲାଦେଶଠାରୁ ପରାସ୍ତ ହୋଇ ବିପର୍ଯ୍ୟୟକୁ ଡାକି ଆଣିଥିଲା। ପରବର୍ତ୍ତୀ ମ୍ୟାଚରେ ବର୍ମୁଡାକୁ ୨୫୭ ରନରେ ହରାଇଥିଲେ ହେଁ ତୃତୀୟ ତଥା ଅନ୍ତିମ ଗ୍ରୁପ ମ୍ୟାଚରେ ଶ୍ରୀଲଙ୍କାଠାରୁ ୬୯ ରନରେ ହାରି ବିଦାୟ ନେଇଥିଲା। ପାକିସ୍ତାନ ନକ୍‌ଆଉଟ ହେବାପରେ ଏହାର କୋଚ୍‌ ବବ୍‌ ଉଲମରଙ୍କ ସନ୍ଦେହଜନକ ମୃତ୍ୟୁ ଚର୍ଚ୍ଚାରେ ରହିଥିଲା।


Enter your email to get our daily news in your inbox.

All Right Reserved By Dharitri.Com

RCBରୁ ଆସିଲା ବଡ଼ ଖବର: ବାକି ଆଇପିଏଲ ମ୍ୟାଚ ଖେଳିବେନି କୋହଲି!

ନୂଆଦିଲ୍ଲୀ,୧୩।୪: ରୟାଲ ଚ୍ୟାଲେଞ୍ଜର୍ସ ବେଙ୍ଗାଲୁରୁ ଏବଂ ମୁମ୍ବାଇ ଇଣ୍ଡିଆନ୍ସ ମଧ୍ୟରେ ଖେଳାଯାଇଥିବା ମ୍ୟାଚ ସମୟରେ ପୂର୍ବତନ ଅଧିନାୟକ ବିରାଟ କୋହଲି ଆଘାତ ପାଇଥିଲେ। ଏହା IPLର ୨୦ତମ…

ବେଲଗୁଣ୍ଠାରେ ଜିଲାସ୍ତରୀୟ ଅଭିଯୋଗ ଶୁଣାଣି, ୪ ଜଣଙ୍କୁ ୨୫ ହଜାର ଟଙ୍କା ସହାୟତା ପ୍ରଦାନ

ଭଞ୍ଜନଗର,୧୩।୪(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ବେଲଗୁଣ୍ଠା ବ୍ଲକ ସମ୍ମିଳନୀ କକ୍ଷରେ ସୋମବାର ଗଞ୍ଜାମ ଜିଲ୍ଲା ସ୍ତରୀୟ ମିଳିତ ଜନ ଅଭିଯୋଗ ଶୁଣାଣି ଅନୁଷ୍ଠିତ ହୋଇଯାଇଛି । ଅତିରିକ୍ତ…

କାଳୀମେଘା ହତ୍ୟାକାଣ୍ଡ ଘଟଣା; ସ୍ତ୍ରୀ ରଚିଥିଲା ଷଡଯନ୍ତ୍ର, ପତ୍ନୀ ସମେତ ୫ ଗିରଫ

କଳିଙ୍ଗନଗର,୧୩।୪(ଶୁଭାଶିଷ ରାଉତ ): ପୂର୍ବତନ ବିଧାୟକ ପ୍ରଣବ ପ୍ରକାଶ ଦାସଙ୍କ କାଳୀମେଘା ସ୍ଥିତ ଗେଷ୍ଟହାଉସ ସମ୍ମୁଖରେ ଗୁଳି ମାଡ଼ରେ ଜଣେ ଯୁବକଙ୍କ ମୃତ୍ୟୁ ଘଟଣାର ଫର୍ଦ୍ଧାଫାଶ କରିଛି…

ହଜମ କ୍ରିୟାକୁ ସକ୍ରିୟ କରେ ଖଜୁରି

ଖଜୁରିରେ ଫାଇବର୍‌, କ୍ୟାଲ୍‌ସିୟମ୍‌ ଏବଂ ମ୍ୟାଗ୍ନେସିୟମ୍‌ ଆଦି ପ୍ରଚୁର ପରିମାଣରେ ଭରି ରହିଛି। ଖଜୁରିକୁ ଆମେ ସବୁ ସମୟରେ ଖାଇପାରିବା, କିନ୍ତୁ ମୁଖ୍ୟତଃ ଏହାକୁ ସକାଳ ଜଳଖିଆ…

ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଜଳିଗଲା ବୁଲେଟ୍, କେମିତି ଲାଗିଲା ନିଆଁ?

ବଲାଙ୍ଗୀର,୧୩।୪(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ତହସିଲ୍ ଅଫିସ ପରିସରରେ ଅଭାବନୀୟ ଘଟଣା । ଜଣେ ଓକିଲ ତାଙ୍କ ବୁଲେଟ୍ ରଖି ରେକର୍ଡ ରୁମକୁ ଯାଇଥିବା ବେଳେ ହଠାତ୍…

ମହିଳାଙ୍କୁ ନେଇ ବଡ଼ ଘୋଷଣା କଲେ ପ୍ରଧାନମନ୍ତ୍ରୀ, ଅପେକ୍ଷାର ଅନ୍ତ ହେବାକୁ…

ନୂଆଦିଲ୍ଲୀ,୧୩।୪: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦିଲ୍ଲୀରେ ନାରୀ ଶକ୍ତି ବନ୍ଦନ ସମ୍ମିଳନୀକୁ ସମ୍ବୋଧିତ କରିଥିଲେ। ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶର ବିକାଶ ଯାତ୍ରାର ଏହି ଗୁରୁତ୍ୱପୂର୍ଣ୍ଣ ମାଇଲଖୁଣ୍ଟ…

ଅପମାନିତ ପରେ ମନ ବୁଝିଲାନି, ପୁଣି ଥରେ ଆମେରିକା-ଇରାନ ମଧ୍ୟରେ ଆଲୋଚନା ପାଇଁ ପାକିସ୍ତାନ…

ଇସଲାମାବାଦ,୧୩ା୪: ଇସଲାମାବାଦରେ ଆମେରିକା ଏବଂ ଇରାନ ମଧ୍ୟରେ ପ୍ରଥମ ପର୍ଯ୍ୟାୟ ଆଲୋଚନା ବିଫଳ ହେବା ପରେ, ପାକିସ୍ତାନ ଦୁଇ ଦେଶକୁ ଆଲୋଚନା ଟେବୁଲକୁ ଫେରାଇ ଆଣିବା ପାଇଁ…

ବନ୍ଧାହେଲେ କୁବେର ଗୁଡାରି ରେଞ୍ଜର

ଗୁଡାରି,୧୩।୪(ପ୍ରମୋଦ କୁମାର ପତି): ଗୁଡାରି ରେଞ୍ଜର ସୁକୁମାର ଦୁଖୁ ରବିବାର ରାତିରେ ଓଡିଶା ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଛନ୍ତି। ଗୁଡାରି ରେଞ୍ଜର ନିଜ ଅଫିସ ଗାଡ଼ି (ବୋଲେରୋ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri