Posted inଖେଳ

୩୧ ବର୍ଷରେ ଅବସର ନେଲେ ଏହି ଦ୍ରୁତ ବୋଲର

ମେଲବୋର୍ନ,୨୦।୧୦: ଅଷ୍ଟ୍ରେଲୀୟ ଦ୍ରୁତ ବୋଲର ଜେମ୍ସ ପାଟିନସନ ବୁଧବାର ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି। ଫିଟ୍‌ନେସ୍‌ ଜନିତ ସମସ୍ୟା ଯୋଗୁ ତାଙ୍କୁ ଏହି ନିଷ୍ପତ୍ତି ନେବାକୁ ପଡିଲା ବୋଲି କେ କହିଛନ୍ତି। ଏହି କାରଣରୁ ସେ ଆଗାମୀ ଆସେସ ସିରିଜରେ ଦଳରେ ସ୍ଥାନ ପାଇବା ନେଇ ଆଶଙ୍କା ସୃଷ୍ଟି ହୋଇଥିଲା। ୩୧ ବର୍ଷୀୟ ପାଟିନସନ ୨୧ଟି ଟେଷ୍ଟ ୧୫ଟି ଦିନିକିଆ ମ୍ୟାଚ୍‌ ଖେଳିଛନ୍ତି।
ଭିକ୍ଟୋରିଆର ଏକ ଇଣ୍ଟ୍ରା ସ୍କ୍ବାଡ ଟ୍ରାଏଲ ମ୍ୟାଚ୍‌ରେ ଖେଳିବା ବେଳେ ପାଟିନସନ ଆଣ୍ଠୁରେ ଆଘାତ ପାଇଥିଲେ। ଆଶେସ ପାଇଁ ଶତପ୍ରତିଶତ ଫିଟନେସର ଆବଶ୍ୟକତା ରହିଥିବା ବେଳେ ଏଥିପାଇଁ ଆଦୌ ପ୍ରସ୍ତୁତ ହୋଇରହି ନାହିଁ। ତେବେ ସେ ଭିକ୍ଟୋରିଆ ପାଇଁ ଘରୋଇ କ୍ରିକେଟ ଖେଳିବା ଜାରି ରଖିବେ ବୋଲି କହିଛନ୍ତି। ପାଟିନସନ କ୍ୟାରିୟରରେ ୮୧ ଟେଷ୍ଟ ଓ ୧୬ଟି ଦିନିକିଆ ଉଇକେଟ ହାସଲ କରିଛନ୍ତି। ୨୦୧୧ ଡିସେମ୍ବରରେ ସେ ବ୍ରିସ୍‌ବେନ୍‌ରେ ମିଚେଲ ଷ୍ଟାର୍କ ଓ ଡେଭିଡ୍‌ ଓ୍ବାର୍ନରଙ୍କ ସହ ନ୍ୟୁଜିଲାଣ୍ଡ ବିପକ୍ଷରେ ଟେଷ୍ଟ ଡେବ୍ୟୁ କରିଥିଲେ। ୨୦୨୦ ଜାନୁୟାରୀରେ ସିଡନୀରେ ସେ ନ୍ୟୁଜିଲାଣ୍ଡ ବିପକ୍ଷରେ ଅନ୍ତିମ ଟେଷ୍ଟ ଖେଳିଥିଲେ। ସେହିପରି ୨୦୧୫ରେ ଲିଡ୍ସରେ ଇଂଲଣ୍ଡ ବିପକ୍ଷରେ ସେ କ୍ୟାରିୟରର ଅନ୍ତିମ ଦିନିକିଆ ମ୍ୟାଚ୍‌ ଖେଳିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

BJPରେ ସ୍ମୃତି ଇରାନୀଙ୍କୁ ବଡ଼ ଦାୟିତ୍ୱ: ସଂଗଠନକୁ ଫେରି କହିଲେ ଏହି ବଡ଼ କଥା, ରାଜନୀତିରେ ଚହଳ

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନ ସୋମବାର ତାଙ୍କ ନୂଆ ଟିମର ଘୋଷଣା କରିଛନ୍ତି। ଏହି ଟିମରେ ଦଳକୁ ଆହୁରି…

ଭାଜପାର ନୂଆ ଟିମରେ ଓଡ଼ିଶାରୁ ୨: ସୋସିଆଲ ମିଡିଆରେ ଧର୍ମେନ୍ଦ୍ର ପ୍ରଧାନ କହିଲେ…

ନୂଆଦିଲ୍ଲୀ, ୧୭।୮: ରାଷ୍ଟ୍ରୀୟ ଅଧ୍ୟକ୍ଷ ନୀତିନ ନବୀନ ନୂଆ ଟିମ ଘୋଷଣା କରିଛନ୍ତି। ସ୍ମୃତି ଇରାନୀଙ୍କୁ ସାଧାରଣ ସମ୍ପାଦକ ଏବଂ ବସୁନ୍ଧରା ରାଜେଙ୍କୁ ଉପାଧ୍ୟକ୍ଷ ଭାବେ ନିଯୁକ୍ତ…

ଧାନମଣ୍ଡି ରେଜିଷ୍ଟ୍ରେଶନରେ ସମସ୍ୟା: ଗର୍ଲିଲା ଓଡ଼ିଶା କୃଷକ ସଭା

ଦିଗପହଣ୍ଡି,୧୭।୮(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଅଞ୍ଚଳରେ ଥିବା ପ୍ରାଥମିକ ସେବା ସମବାୟ ସମିତିମାନଙ୍କରେ ଚଳିତବର୍ଷ ଧାନ ମଣ୍ଡି ରେ ଚାଷୀମାନଙ୍କ ନାଁ ରେଜିଷ୍ଟ୍ରେସନ ପାଇଁ…

ଭାଜପାର ନୂଆ ଟିମରୁ ଅମିତ ମାଲବ୍ୟ ବାଦ୍‌, ସୋସିଆଲ ମିଡିଆରେ ଲେଖିଲେ ଏଭଳି କଥା

ନୂଆଦିଲ୍ଲୀ, ୧୭।୮: ଭାରତୀୟ ଜନତା ପାର୍ଟି (BJP)ର ଜାତୀୟ ଅଧ୍ୟକ୍ଷ ନୀତିନ ନବୀନଙ୍କ ନୂଆ ଟିମରେ ଅମିତ ମାଲବ୍ୟଙ୍କୁ ସ୍ଥାନ ମିଳିନାହିଁ। ତାଙ୍କ ସ୍ଥାନରେ ଛତିଶଗଡ଼ର ଦୀପକ…

ଡବ୍ଲ୍ୟୁସିଏଲ୍‌ ପାଇଁ ବଡ଼ ଘୋଷଣା, ସିଜନ-୩ରେ ଖେଳିବେ ଏହି ଷ୍ଟାର ଖେଳାଳି, ଜାଣନ୍ତୁ…

ନୂଆଦିଲ୍ଲୀ,୧୭ା: ଅକ୍ଟୋବର ୩ରୁ ଆରମ୍ଭ ହେବଓ୍ବାଲର୍‌ଡ ଚାମ୍ପିୟନଶିପ୍‌ ଅଫ୍‌ ଲିଜେଣ୍ଡ୍ସ(ଡବ୍ଲ୍ୟୁସିଏଲ୍‌)। ଏଥିରେ ଯୁବରାଜ ସିଂ, ଡ୍ବେନ ବ୍ରାଭୋ ଓ ଏବି ଡି’ଭିଲର୍ସଙ୍କ ଭଳି ପୂର୍ବତନ ଷ୍ଟାର ଖେଳାଳିଙ୍କ…

ରାହୁ ନକ୍ଷତ୍ରରେ ମଙ୍ଗଳଙ୍କ ପ୍ରବେଶ: ମେଷ ସମେତ ୪ ରାଶିଙ୍କ ଉପରେ ମାଡ଼ି ଆସୁଛି ଭୟଙ୍କର ସଙ୍କଟ! ସତର୍କ ନ ରହିଲେ…

ଜ୍ୟୋତିଷ ଶାସ୍ତ୍ରରେ ଗ୍ରହମାନଙ୍କ ରାଶି ପରିବର୍ତ୍ତନ ସହିତ ସେମାନଙ୍କର ନକ୍ଷତ୍ର ପରିବର୍ତ୍ତନକୁ ମଧ୍ୟ ବେଶ ପ୍ରଭାବଶାଳୀ ବୋଲି ମନେ କରାଯାଏ। ମଙ୍ଗଳଙ୍କୁ ସାହସ, ଶକ୍ତି, ଆତ୍ମବିଶ୍ୱାସ ଏବଂ…

ପଲିଥିନ୍ ତଳେ ଜୀବନ କଟୁଛି ଜୀବନ: ଜିଲା ପ୍ରଶାସନର ଦୃଷ୍ଟି ଦେବାକୁ ଦାବି

କେସିଙ୍ଗା, ୧୭।୮ (ତୁମେଶ୍ୱର ସାହୁ): କଳାହାଣ୍ଡି ଜିଲା କେସିଙ୍ଗା ବ୍ଲକ କନ୍ତେଶିର ଗ୍ରାମ ପଞ୍ଚାୟତ ଅଧୀନ କୁର୍ଲୁପଡ଼ା ଗ୍ରାମ ନିକଟରେ ଥିବା କଲେକ୍ଟରପଡ଼ାରେ ବସବାସ କରୁଥିବା ପରମେଶ୍ୱର…

ଝିଅର ଚିକିତ୍ସାକୁ ନେଇ ବଚସା, ସ୍ତ୍ରୀଙ୍କୁ ହତ୍ୟା

ପାରଳାଖେମୁଣ୍ଡି,୧୭ା୮(ଗିରିଧାରୀ ପରିଛା): ଝିଅର ଚିକିତ୍ସାକୁ ନେଇ ସ୍ତ୍ରୀଙ୍କ ସହ ବଚସା ପରେ ତାଙ୍କୁ ହତ୍ୟା କରିବା ମାମଲାରେ ସ୍ବାମୀଙ୍କୁ ଆଜୀବନ କାରାଦଣ୍ଡ ହୋଇଛି। ଗଜପତି ଜିଲା ସେସନ୍ସ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri