ସରକାରୀ ଜାଗାରେ ବେଆଇନ ଘର ଭାଙ୍ଗିଲା ପ୍ରଶାସନ

ବାଲିଆପାଳ, ୧୨।୫(ସ୍ବ.ପ୍ର.):  ବାଲିଆପାଳ କଚୁଆପଡ଼ା ଗ୍ରାମର ଇଡ୍‌କୋ ଛକ ନିକଟ ସରକାରୀ ଜମିରେ ଶାବୁଦ୍ଦିନ ଶାହାଙ୍କ ବେଆଇନ ପକ୍କା ଘରକୁ ବୁଧବାର ଉଚ୍ଛେଦ କରି ପ୍ରଶାସନ ଜବରଦଖଲମୁକ୍ତ କରିଛି। ପୋଲିସକୁ ଚକ୍‌ମା ଦେଇ ଶାବୁଦ୍ଦିନ ଫେରାର ଥିବାରୁ ପ୍ରଶାସନ କୌଣସି ସମସ୍ୟାର ସମ୍ମୁଖୀନ ହୋଇନାହିଁ।
ବାଲିଆପାଳ ତହସିଲଦାର ଦୀପକ କୁମାର ଦାସ ଓ ଆଇଆଇସି ପର୍ଶୁରାମ ସାହୁଙ୍କ ପ୍ରତ୍ୟକ୍ଷ ତତ୍ତ୍ୱାବଧାନରେ ଉଚ୍ଛେଦ କାର୍ଯ୍ୟ କରାଯାଇଛି। ୧ ପ୍ଲାଟୁନ ପୋଲିସ ଫୋର୍ସ ସହିତ ବାଲିଆପାଳ ପୋଲିସ ଉକ୍ତ ସ୍ଥାନକୁ ସୁରକ୍ଷା ବଳୟରେ ଘେରି ରହିଥିଲେ। ଏହି ବେଆଇନ ପକ୍କା ଘରକୁ ଉଚ୍ଛେଦ ପାଇଁ ଏପ୍ରିଲ ୨୮ ଓ ୨୯ ତାରିଖରେ ଭାଜପା ପକ୍ଷରୁ ବାଲିଆପାଳ ଥାନା ଆଗରେ ଧାରଣା ଦିଆଯାଇଥିଲା। ଧାରଣାରେ ବାଲେଶ୍ୱର ଏମ୍‌ପି ପ୍ରତାପ ଚନ୍ଦ୍ର ଷଡ଼ଙ୍ଗୀ ଯୋଗଦେଇଥିଲେ। ବାଲିଆପାଳ ଆଇଆଇସି ପର୍ଶୁରାମ ସାହୁ ଓ ବସ୍ତା ଏସ୍‌ଡିପିଓ ଜଳନ୍ଦର ଜାଲି, ବାଲିଆପାଳ ତହସିଲଦାର ଦୀପକ କୁମାର ଦାଶଙ୍କ ଉପସ୍ଥିତ ରହି ୩ଦିନ ଭିତରେ ଶାବୁଦ୍ଦିନଙ୍କୁ ଗିରଫ କରିବା ଓ ତାଙ୍କ ବେଆଇନ ପକ୍କା ଘରକୁ ଏକ ସପ୍ତାହ ମଧ୍ୟରେ ଭଙ୍ଗାଯିବ ବୋଲି ପ୍ରତିଶ୍ରୁତି ଦେବା ପରେ ଧାରଣା ପ୍ରତ୍ୟାହୃତ ହୋଇଥିଲା। ଶାବୁଦ୍ଦିନ ଫେରାର ଥିବାରୁ ପୋଲିସ ଲଗାତାର ଭାବରେ ବିଭିନ୍ନ ସ୍ଥାନରେ ଚଢ଼ାଉ ଜାରି ରଖିଥିଲା। ମାତ୍ର ଗିରଫ କରିବାରେ ପୋଲିସ ବିଫଳ ହୋଇଥିବାବେଳେ ତହସିଲଦାର ତାଙ୍କ କଥା ରକ୍ଷା କରି ବୁଧବାର କାର୍ଯ୍ୟାନୁଷ୍ଠାନ ଗ୍ରହଣ କରି ଶାବୁଦ୍ଦିନଙ୍କ ପକ୍କା ଘରକୁ ଭାଙ୍ଗି ମାଟିରେ ମିଶାଇ ଦେଇଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ରାସ୍ତାରେ ଠିଆ ହୋଇଥିଲା ଟ୍ରକ୍‌, ପଛରୁ ପିଟିଲା ଆଉ ଏକ ଟ୍ରକ୍‌, ଚାପିହୋଇଗଲେ ୩ ଜଣ

ସୋର,୬ା୪(ଜନ୍ମେଜୟ ମିଶ୍ର): ବାଲେଶ୍ୱର ଜିଲା ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ଦହିସଡ଼ା ମଡର୍ଣ୍ଣ ହୋଟେଲ ସମ୍ମୁଖରେ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୩ ଜଣଙ୍କର ମୃତ୍ୟୁ…

ଷ୍ଟୋଭ ନିଆଁରୁ ହୁତୁହୁତୁ ହୋଇ ଜଳିଗଲା ସି-ଫୁଡ ଟ୍ରକ, ଡ୍ରାଇଭର…..

ବାଲେଶ୍ୱର,୪ା୪( ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ନଂ ଜାତୀୟ ରାଜପଥର ଖନ୍ତାପଡ଼ା ଥାନା ଅନ୍ତର୍ଗତ ଶେରଗଡ଼ ଢ଼ାବା ନିକଟରେ ଜଳିଲା ଟ୍ରକ । ଶନିବାର ଏକ ସି ଫୁଡ…

ବାରଣ୍ଡାରେ ଶୋଇଥିଲେ ମା’, ବିଷ ଦେଇଦେଲେ ପୁଅ: ଆଉ ତା’ପରେ…

ଭୋଗରାଇ,୪ା୪(ପ୍ରଦୀପ ଦାସ):ଘରେ ପୁଅଟିଏ ଜନ୍ମ ହେଲେ କୁଳ ରକ୍ଷା ହେବ। ପରିଣତ ବୟସରେ ମା’ବାପାଙ୍କ ସାହାରା ହେବା ସହ ମୃତ୍ୟୁ ପରେ ମୁଖାଗ୍ନି ଦେବ, ଏଭଳି ଅନେକ…

ଯୁବକଙ୍କୁ ହତ୍ୟା କରି ଟାଙ୍ଗିଦେଲେ, ଛାନ୍‌ଭିନ୍‌ କରୁଛି ସାଇଣ୍ଟିଫିକ୍‌ ଟିମ୍‌

ବାଲେଶ୍ୱର,୩ା୪(ବାଞ୍ଛାନିଧି ଦେ): ଏକ ପରିତ୍ୟକ୍ତ ଘରୁ ଜଣେ ଯୁବକଙ୍କ ଝୁଲନ୍ତା ମୃତଦେହ ଉଦ୍ଧାର କରାଯାଇଛି। ବାଲେଶ୍ୱର ଜିଲା ଖନ୍ତାପଡ଼ା ଥାନା ମାଳ ଗାଁରେ ଘଟିଛି ଏପରି ଅଭାବନୀୟ…

କୋଲକାତାରୁ ଭୁବନେଶ୍ୱର ଯାଉଥିଲା ବସ୍‌, ରାସ୍ତାରେ ଫାଟିଲା ଚକା, ଆଉ ତା’ ପରେ…

ବାଲେଶ୍ୱର,୨ା୪(ବାଞ୍ଛାନିଧି ଦେ): ବାଲେଶ୍ୱର ୧୬ ନଂ ଜାତୀୟ ରାଜପଥରେ ହଳଦିପଦା ବାଇପାସ୍‌ ନିକଟରେ ଏକ ବସ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। କୋଲକାତାରୁ ସାରା ନାମକ ଏକ ଯାତ୍ରୀବାହୀ ବସ୍‌…

ଗୋରୁ ଗାଡ଼ି ଅଟକାଇବା ହେଲା କାଳ, ଚାଲିଗଲା ଜଣଙ୍କର ଜୀବନ

ବାହାନଗା, ୩୧। ୩(ଅରୂପ କୁମାର ଦାସ)ଛ ବାହାନଗା ବ୍ଲକ ସୋର ଥାନା ୧୬ ନମ୍ବର ଜାତୀୟ ରାଜପଥ ବାରିକପୁର ନିକଟରେ ଦୁର୍ଘଟଣା । ଗୋରୁ ଗାଡି ଅଟକାଉଥିବା…

ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ: ୧୮ ପଦବୀ ପାଇଁ ୩୫ ପ୍ରାର୍ଥୀ

ବାଲେଶ୍ୱର,୨୮ା୩(ବାଞ୍ଛାନିଧି ଦେ): ବାଲେଶ୍ୱର ବାର୍‌ ଆସୋସିଏଶନ ନିର୍ବାଚନ ଶନିବାର ଅନୁଷ୍ଠିତ ହେଉଛି। ନିର୍ବାଚନରେ ୧୮ ପଦବୀ ପାଇଁ ୩୫ ଜଣ ପ୍ରାର୍ଥୀ ପ୍ରତିଦ୍ୱନ୍ଦ୍ୱିତା କରୁଛନ୍ତି। ସଭାପତି ପଦବୀ…

ଚିକିତ୍ସା ପାଇଁ ଯାଉଥିଲେ ହେଲେ ରାସ୍ତାରେ ଜୀବନ ନେଲା ଦୁର୍ଘଟଣା : ଆଖିବୁଜିଲେ…

ସିମୁଳିଆ,୨୭।୩(ସନ୍ତୋଷ କୁମାର ନାୟକ): ବାଲେଶ୍ୱର ଜିଲା ସିମୁଳିଆ ଥାନା ବାଲିଖଣ୍ଡ-ରାଣିତାଲ ରାସ୍ତାର ଗୌରଗଡି ନିକଟରେ ଅଟୋ(ଓଡି ୨୨ଇ ୪୦୭୬) ଓଲଟି ପଡ଼ିବାରୁ ଘଟଣାସ୍ଥଳରେ ରତ୍ନମଣୀ ପୃଷ୍ଟି(୪୫) ନାମକ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri