ସଂକ୍ରମଣ ବଢ଼ିବା ପରେ ପ୍ରଶାସନ ସଜାଗ

ଢେଙ୍କାନାଳ ଅଫିସ, ୪।୧୨-ଢେଙ୍କାନାଳ ସହର ସାଇକୃପା ଆବାସିକ ମହାବିଦ୍ୟାଳୟରେ କରୋନା ବିସ୍ଫୋରଣ ପ୍ରଶାସନର ଚିନ୍ତା ବଢ଼ାଇଛି। ସଂକ୍ରମିତ ଛାତ୍ରୀଛାତ୍ରମାନେ ଘରକୁ ପଳାଇଥିବାବେଳେ ସ୍ଥାନୀୟ ଅଞ୍ଚଳରେ ସଂକ୍ରମଣ ବଢ଼ିବା ଆଶଙ୍କା ରହିଛି। ସ୍ଥିତି ବିଗିଡ଼ିବା ଆଗରୁ ସଂକ୍ରମଣ ନିୟନ୍ତ୍ରଣ କରିବା ଲାଗି ପ୍ରଶାସନିକସ୍ତରରେ ତତ୍ପରତା ପ୍ରକାଶ ପାଇଛି। ଶୁକ୍ରବାର ପୂର୍ବାହ୍ନରେ ଜିଲା କାର୍ଯ୍ୟାଳୟ ଓସ୍‌ୱାନ ହଲ୍‌ରେ ଅନୁଷ୍ଠିତ ପ୍ରଶାସନ-ପୋଲିସ ସମନ୍ବୟ ବୈଠକରେ ଜିଲାପାଳ ସରୋଜ କୁମାର ସେଠୀ ଅଧ୍ୟକ୍ଷତା କରି ଯାଞ୍ଚ କଡ଼ାକଡ଼ି କରିବାକୁ କଡ଼ା ନିର୍ଦ୍ଦେଶ ଦେଇଛନ୍ତି।
କରୋନାର ନୂଆ ଭାରିଆଣ୍ଟ ଓମିକ୍ରନ୍‌ ଦେଶରେ ସ୍ଥିତି ଜାହିର କରିଛି। ଏହାପରେ ତୃତୀୟ ଲହର ଆଶଙ୍କା ବଢ଼ିଛି। ଏହାର ମୁକାବିଲା ଲାଗି ପ୍ରସ୍ତୁତ ରହିବାକୁ ଜିଲାପାଳ ବିଭାଗୀୟ ଅଧିକାରୀଙ୍କୁ କହିଛନ୍ତି। ଘରୋଇ ଶିକ୍ଷାନୁଷ୍ଠାନ, ଆବାସିକ ହଷ୍ଟେଲଗୁଡ଼ିକ ଉପରେ କଡ଼ା ନଜର ରଖାଯାଇଛି। ଅପରାହ୍ନରେ ଜିଲାର ସମସ୍ତ ଘରୋଇ ଶିକ୍ଷାନୁଷ୍ଠାନ କର୍ମକର୍ତ୍ତାଙ୍କ ସହିତ ଜିଲାପାଳ ଆଲୋଚନା କରିଛନ୍ତି। ଛାତ୍ରାବାସ ପରିସର ସାନିଟାଇଜ କରିବା, ଅନ୍ତେବାସୀ ଓ କର୍ମଚାରୀ ମାସ୍କ ପରିଧାନ, ସାମାଜିକ ଦୂରତ୍ୱ ରକ୍ଷା, ସାନିଟାଇଜର ବ୍ୟବହାର ଉପରେ ଗୁରୁତ୍ୱାରୋପ କରାଯାଇଛି। କୌଣସି ଛାତ୍ରୀଛାତ୍ର ଅସୁସ୍ଥ ହେଲେ ପ୍ରଶାସନକୁ ଅବଗତ କରାଇବାକୁ କୁହାଯାଇଛି। ଏଥିରେ ବ୍ୟତିକ୍ରମ ହେଲେ ଦୃଢ଼ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଜିଲାପାଳ ଚେତାବନୀ ଦେଇଛନ୍ତି।
ସେହିପରି ସର୍ବସାଧାରଣ ସ୍ଥାନରେ କଟକଣା ଉଲ୍ଲଂଘନକାରୀଙ୍କ ଉପରେ କଡ଼ା କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ। ଯାଞ୍ଚ ପ୍ରକ୍ରିୟା କଡ଼ାକଡ଼ି କରିବାକୁ ପୋଲିସ ବିଭାଗ ଏବଂ ଏନ୍‌ଫୋର୍ସମେଣ୍ଟ ଦଳକୁ ନିର୍ଦ୍ଦେଶ ଦିଆଯାଇଛି। ବିଶେଷ କରି ବ୍ୟବସାୟିକ ପ୍ରତିଷ୍ଠାନ, ମଲ୍‌ଗୁଡ଼ିକ ପ୍ରଶାସନ ସ୍କାନରରେ ରହିବ। ସାମାଜିକ ଦୂରତ୍ୱ ନିୟମ ଭଙ୍ଗ ହେଉଥିଲେ କିମ୍ବା ଗ୍ରାହକ ମାସ୍କ ପରିଧାନ କରି ନ ଥିଲେ ଜରିମାନା ଆଦାୟ ହେବ। ଲୋକଙ୍କୁ ସଚେତନ କରିବାକୁ ଦିନକୁ ଦୁଇଥର ଡାକବାଜି ଯନ୍ତ୍ରରେ ପ୍ରଚାର କରାଯିବ। ଜିଲାରେ ସଂକ୍ରମଣ ବଢୁଥିବାରୁ ମେଳା, ସାଂସ୍କୃତିକ ବନ୍ଦ ରଖାଯାଇଛି। ବିବାହ, ବ୍ରତ ଭଳି କାର୍ଯ୍ୟ ୧୦୦ ଜଣଙ୍କ ମଧ୍ୟରେ ସୀମିତ ରହିବ। ରାତ୍ରକାଳୀନ କର୍ଫ୍ୟୁ କଡାକଡି କରିବା ପାଇଁ ଜିଲାପାଳ ପୋଲିସ ପ୍ରଶାସନକୁ ନିର୍ଦ୍ଦେଶ ଦେଇଛନ୍ତି।
ବୈଠକରେ ଅତିରିକ୍ତ ଜିଲାପାଳ ଶଶାଙ୍କ ଶେଖର ଦାଶ, ଅତିରିକ୍ତ ଏସ୍‌ପି ଶିଶୁ ରଞ୍ଜନ ମହାପାତ୍ର, ଢେଙ୍କାନାଳ ଉପଜିଲାପାଳ ସ୍ନିଗ୍ଧାରାଣୀ ଧଳ, ଜିଲା ମୁଖ୍ୟ ଚିକିତ୍ସାଧିକାରୀ ଡା. ସୁଜାତାରାଣୀ ମିଶ୍ର, ସଦର ଏସ୍‌ଡିପିଓ ବିକାଶ ରଞ୍ଜନ ବେଉରା, ଟାଉନ ଥାନାଧିକାରୀ ସୌଭାଗ୍ୟ କୁମାର ସ୍ବାଇଁ, ସଦର ଥାନାଧିକାରୀ ଅଭିନବ ଡାଳୁଆ, ପୌର ନିର୍ବାହୀ ଅଧିକାରୀ ଅତନୁ କୁମାର ସାମନ୍ତ, ସ୍ବାସ୍ଥ୍ୟ ମିଶନ ପରିଚାଳିକା ସୋନାଲି ପ୍ରିୟଦର୍ଶିନୀ, ବିଭାଗୀୟ ଅଧିକାରୀ ଓ ଘରୋଇ ଶିକ୍ଷାନୁଷ୍ଠାନର କର୍ମକର୍ତ୍ତାମାନେ ଉପସ୍ଥିତ ଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବିଜେଡିରେ ସାମିଲ ହେଲେ ବିଜୟ କେତନ ସ୍ବାଇଁ; କହିଲେ-ବିତୃଷ୍ଣା ହୋଇ ଭାଜପା ଛାଡ଼ିଲି

ଭୁବନେଶ୍ୱର,୧୯ା୪: ଭାଜପା ଛାଡି ବିଜେଡିରେ ଯୋଗ ଦେଲେ ବରିଷ୍ଠ ନେତା ବିଜୟ କେତନ ସ୍ବାଇଁ । ରାଜନଗର ବିଧାୟକ ଧ୍ରୁବ ସାହୁ, କେନ୍ଦ୍ରାପଡ଼ା ପର୍ଯ୍ୟବେକ୍ଷକ ପ୍ରତାପ...

ବୃଦ୍ଧଙ୍କୁ ପଥରରେ ଛେଚି ହତ୍ୟା

ପାଇକମାଳ,୧୯ା୪(ବଡ଼ ଶତପଥୀ): ବରଗଡ଼ ଜିଲା ପାଇକମାଳ ବ୍ଲକ ଅନ୍ତର୍ଗତ ଭୁବନେଶ୍ୱରପୁର(ଚେରିମୁଣ୍ଡା) ଗ୍ରାମରେ ଏକ ଅଭାବନୀୟ ଘଟଣା ଘଟିଛି। ଜଣେ ୬୫ ବର୍ଷର ବୃଦ୍ଧଙ୍କୁ ପଥରରେ ଛେଚି...

ପୋଲିସ ପରିଚୟ ଦେଇ ଲକ୍ଷାଧିକ ଟଙ୍କା ଲୁଟିନେଲେ ଦୁର୍ବୃତ୍ତ

କଟକ,୧୯ା୪(କାର୍ତ୍ତିକ ସାହୁ): ପୋଲିସ ପରିଚୟ ଦେଇ ଦୁଇ ଜଣଙ୍କଠାରୁ ଲକ୍ଷାଧିକ ଟଙ୍କା ଲୁଟିନେଇଛନ୍ତି ଦୁର୍ବୃତ୍ତ। ଦୁଇଜଣଙ୍କଠାରୁ ଦୁର୍ବୃତ୍ତମାନେ ସାଢ଼େ ୩ ଲକ୍ଷ ଟଙ୍କା ଲୁଟି ନେଇଛନ୍ତି।...

ଓଡିଶା ରାଜନୀତିରେ ଚହଳ,ଭାଜପାରେ ଯୋଗଦେବେ ଦୁଇ ବଡ଼ ନେତା!

ଭୁବନେଶ୍ୱର,୧୯।୪: ଆଗକୁ ରାଜ୍ୟ ରାଜନୀତି ସରଗରମ ହେବାକୁ ଯାଉଛି କାରଣ ଭାଜପାରେ ଯୋଗ ଦେଇ ପାରନ୍ତି ଓଡିଶା ରାଜନୀତିର ଦୁଇ ବଡ଼ ନେତା। ଏବେ ଚର୍ଚ୍ଚା...

 ୨୫ରୁ ସିଝିବ ଓଡ଼ିଶା, ପୁଣି କଲବର କରିବ ତାତି

ଭୁବନେଶ୍ୱର,୧୯ା୪: ଡହଡହ ଖରାରେ ସିଝୁଛି ସାରା ରାଜ୍ୟ। ଉପକୂଳଠାରୁ ଆରମ୍ଭ କରି ଆଭ୍ୟନ୍ତରଣ ଓଡ଼ିଶା ପର୍ଯ୍ୟନ୍ତ ପାରଦ ଉପରମୁହାଁ ହୋଇଛି। ଏହି ତାପମାତ୍ରା ଆସନ୍ତା ୨୧...

ଗେଷ୍ଟ ହାଉସରେ ବ୍ୟବସାୟୀ ରହସ୍ୟମୟ ମୃତଦେହ ଠାବ

ଭୁବନେଶ୍ୱର,୧୯।୪: ଗୁରୁବାର ଭୁବନେଶ୍ୱରର ମୈତ୍ରୀ ବିହାର ଅଞ୍ଚଳର ଏକ ଗେଷ୍ଟ ହାଉସରୁ ଜଣେ ବ୍ୟବସାୟୀଙ୍କ ମୃତ ଦେହ ଉଦ୍ଧାର ହୋଇଛି। ମୃତକଙ୍କ ନାମ ତପନ ପ୍ରସାଦ...

ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଧଳାବାଘ ‘ସ୍ନେହା’ ମୃତ

ଭୁବନେଶ୍ୱର,୧୯।୪: ଶୁକ୍ରବାର ନନ୍ଦନକାନନ ପ୍ରାଣୀ ଉଦ୍ୟାନରେ ଚିକିତ୍ସିତ ହେଉଥିବାବେଳେ ଧଳାବାଘ ‘ସ୍ନେହା’ର ମୃତ୍ୟୁ ଘଟିଛି। ବୃଦ୍ଧାବସ୍ଥା ଏବଂ ଗ୍ରୀଷ୍ମ ପ୍ରବାହ କାରଣରୁ ଗତକାଲି ଅସୁସ୍ଥ ହେବା...

୨ଦିନ ପରେ ହ୍ରାସ ପାଇବ ତାପମାତ୍ରା

ଭୁବନେଶ୍ୱର,୧୯।୪: ଆଗାମୀ ୨ଦିନ ତାପମାତ୍ରାରେ କୌଣସି ପ୍ରକାର ପରିବର୍ତ୍ତନ ହେବ ନାହିଁ ବୋଲି ପାଣିପାଗ ବିଭାଗ ପକ୍ଷରୁ ଶୁକ୍ରବାର ସୂଚନା ଦିଆଯାଇଛି। ଅର୍ଥାତ ୨ ଦିନ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri