ଅଟୋ ଦୁର୍ଘଟଣାଗ୍ରସ୍ତ: ଗୁରୁତର ବୃଦ୍ଧଙ୍କ ଛାଡି ଚାଳକ ଫେରାର

ଦାରିଙ୍ଗବାଡି, ୯।୬ (ଅରୁଣ ସାହୁ):କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା ଦେଇ ଯାଇଥିବା ୫୯ନଂ ଜାତୀୟ ରାଜପଥର ଡାବୁଲୁମାହା ଘାଟିର ବୁଲାଣି ରାସ୍ତାରେ ଏକ ଅଜଣା ଅଟୋ ଦୁର୍ଘଟଣାଗ୍ରସ୍ତରେ ଜଣେ ଷାଠିଏ ବର୍ଷର ବୃଦ୍ଧ ଗୁରୁତର ଆହତ ହୋଇଛନ୍ତି। ଆହତ ବୃଦ୍ଧ ହେଲେ ଫିରିଙ୍ଗିଆ ବ୍ଲକ ପବିଙ୍ଗିଆ ଗ୍ରାମ ବାଲେଶ୍ୱର କଂହର ବୋଲି ଜଣାପଡିଛି।
ପ୍ରକାଶ ଯେ, ବୃଦ୍ଧଙ୍କ ସ୍ବାସ୍ଥ୍ୟ ଖରାପ ରହିଥିବାରୁ ସେ ପବିଙ୍ଗିଆରୁ ଏକ ଅଟୋକୁ ଭଡାସୁତ୍ର ରେ ଦାରିଙ୍ଗବାଡି କୌଣସି ଗାଁ ବୈଦ୍ୟ ନିକଟକୁ ଚିକିତ୍ସା ପାଇଁ ଆସିଥିଲେ। ସେଠାରେ ନିଜର ଚିକିତ୍ସା କରାଇ ପୁଣି ନିଜ ଗାଁକୁ ଉକ୍ତ ଅଟୋରେ ଫେରୁଥିଲେ। ତେବେ ଅଟୋଟି ଦ୍ରୁତ ଗତିରେ ଯାଉଥିବାବେଳେ ବୁଲାଣି ରାସ୍ତାରେ ଭାରସାମ୍ୟ ହରାଇ ଦୁର୍ଘଟଣା ଘଟିଥିଲା। ତେବେ ରାଜପଥରେ ଯାତାୟାତ କରୁଥିବା ଯାତ୍ରୀମାନେ ଅଟୋକୁ ଉଠାଇ ଠିଆ କରିବା ସହ ପୋଲିସ ଓ ଅଗ୍ନିଶମ ବିଭାଗକୁ ସୂଚନା ଦେଇଥିଲେ। ହେଲେ ପୋଲିସ ଓ ଅଗ୍ନିଶମ ବିଭାଗ ପହଞ୍ଚିଲା ବେଳେ ଅଟୋଟି ଗୁରୁତର ରୋଗୀଙ୍କୁ ଛାଡି ଫେରାର ହୋଇଗଲା। ଘଟଣାସ୍ଥଳରେ ଅଗ୍ନିଶମ ବିଭାଗ ଓ ପୋଲିସ ପହଞ୍ଚି ଗୁରୁତର ବାଲେଶ୍ୱରଙ୍କୁ ପ୍ରଥମେ ସିମନବାଡି ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରି ପ୍ରାଥମିକ ଚିକିତ୍ସା ପରେ ଦାରିଙ୍ଗବାଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରକୁ ଅଧିକ ଚିକିତ୍ସା ପାଇଁ ନିଆଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ପେଟ୍ରୋଲ ପମ୍ପ ପାଇଁ ଶହଶହ  ଟ୍ରିପ୍‌ ବାଲି ଚେରି: ଉପ ଜିଲାପାଳ କହିଲେ…

ପରଜଙ୍ଗ,୧୧।୧୨(ନିଗମାନନ୍ଦ ଦଳବେହେରା): ଢେଙ୍କାନାଳ ଜିଲା ପରଜଙ୍ଗ ଦେଇ ଯାଇଥିବା ରେଙ୍ଗାଳି ବାମପାର୍ଶ୍ୱ କେନାଲର ବଡ଼ଝରା ଗାଁ ନିକଟରୁ ଶହଶହ ଟ୍ରିପ୍‌ ମାଟି ଚୋରି ହୋଇଛି। ୫୩...

ଜି.ଉଦୟଗିରିରେ କଲବଲ କରୁଛି ହାଡ଼ଭଙ୍ଗା ଶୀତ, ସର୍ବନିମ୍ନ ତାପମାତ୍ରା ରହିଛି…

ଜି.ଉଦୟଗିରି, ୧୧।୧୨(ଶିଶିର ପଟ୍ଟନାୟକ / ଚିନ୍ମୟ କୁମାର ସେଠୀ ): ଶୀତର ପ୍ରକୋପ ସମଗ୍ର ଓଡ଼ିଶାରେ କାୟା ବିସ୍ତାର କରିଥିବା ବେଳେ ରାଜ୍ୟର ବହୁ ସ୍ଥାନରେ...

ୟୁକାଲପଟାସ୍‌ ଜଙ୍ଗଲରେ କୁଢ଼କୁଢ଼ ଅଳିଆ: ମୁହଁ ଫେରାଉଛନ୍ତି ପର୍ଯ୍ୟଟକ

ଦାରିଙ୍ଗବାଡ଼ି,୧୧ା୧୨(ଅରୁଣ ସାହୁ): ଓଡ଼ିଶାର କଶ୍ମୀର ଦାରିଙ୍ଗବାଡ଼ିରେ ଏବେ ପର୍ଯ୍ୟଟକଙ୍କ ଭିଡ଼ ଦେଖିବାକୁ ମିଳିଛି। ତେବେ ଏକାଧିକ ପର୍ଯ୍ୟଟନକ୍ଷେତ୍ର ଦୃଷ୍ଟି ଆଢୁଆଳରେ ରହିଥିବାରୁ ଦାରିଙ୍ଗବାଡ଼ି ଆସୁଥିବା ପର୍ଯ୍ୟଟକ...

ସନ୍ଦେହ ଘେରରେ ଦାରିଙ୍ଗବାଡି ତାପମାପକ ଯନ୍ତ୍ର: ଜିଲାପାଳଙ୍କ ନିକଟରେ ଅଭିଯୋଗ ପରେ କାର୍ଯ୍ୟାନୁଷ୍ଠାନ ଶୂନ

ଦାରିଙ୍ଗବାଡି, ୧୧।୧୨ (ଅରୁଣ ସାହୁ ): ଓଡ଼ିଶାର କଶ୍ମୀର କୁହାଯାଉଥିବା ଦାରିଙ୍ଗବାଡି ବ୍ଲକ କାର୍ଯ୍ୟାଳୟରେ ଆଇଏମଡି ପକ୍ଷରୁ ରହିଥିବା ତାପମାପକ ଯନ୍ତ୍ର ତ୍ରୁଟି ରହିଥିବା ଗୋଟିଏ...

ବାଇକ୍‌ରେ ଯାଉଥିଲେ ଯୁବକ, ଅଗରୁ ଜଗି ରହିଥିଲେ ଦୁର୍ବୃତ୍ତ: ପେଟରେ ଛୁରି ପୁରାଇ …

ଆସିକା,୧୧।୧୨(ସୁରେନ୍ଦ୍ରନାଥ ସାହୁ): ଗଞ୍ଜାମ ଜିଲା ଆସିକା ଥାନା ଅନ୍ତର୍ଗତ ଗବନଳା-ଅତରଙ୍ଗ ରାସ୍ତା ତତରାନାଳ ନିକଟରେ ଜଣେ ଯୁବକଙ୍କୁ ସଙ୍ଘ ବଧ୍ୟ ଆକ୍ରମଣ ହୋଇଛି। ଦୁର୍ବୃତ୍ତ ଛୁରିରେ...

ସକାଳୁ ସକାଳୁ ବାଜିଲା ଗୁଳି….

ଅନୁଗୋଳ,୧୨।୧୧(ମାନସ ବିଶ୍ୱାଳ): ଅନୁଗୋଳ ଜିଲା ଶିକ୍ଷକପଡ଼ା ଛକ ନିକଟରେ ଜଣେ ବ୍ୟକ୍ତିଙ୍କୁ ଗୁଳିମାଡ଼ ହୋଇଛି। ଗୁଳିମାଡ଼ର କାରଣ ଅସ୍ପଷ୍ଟ ରହିଛି ଗୁରୁତର ବ୍ୟକ୍ତଙ୍କୁ କଟକ ସ୍ଥାନାନ୍ତର...

ଅସହ୍ୟ, ଅସମ୍ଭାଳ  ହୋଇପଡ଼ିଲାଣି ଶୀତ: ଥରୁଛି  ଓଡ଼ିଶାର କଶ୍ମୀର 

ଦାରିଙ୍ଗବାଡି,୧୧।୧୨ (ଅରୁଣ ସାହୁ ): ଦିନକୁ ଦିନ ତାପମାତ୍ରା ତଳ ମୁହାଁ ହେବାରେ ଲାଗିଛି । ଏବେ ଶୀତ ଯେମିତି ଦାଉ ସାଧୁଛି ।ଏଭଳି ସ୍ଥିତି...

ତହସିଲଦାରଙ୍କ ସରକାରୀ ଗାଡ଼ି ଜବତ: ସିଲ୍‌ କରିବାକୁ ଯିବାବେଳେ…

ଢେଙ୍କାନାଳ,୧୧।୧୨ (ରତନ ନାୟାର): ଜମି ଅଧିଗ୍ରହଣ ବାବଦ କ୍ଷତିପୂରଣ ପ୍ରଦାନ ନିମନ୍ତେ ଅଦାଲତଙ୍କ ନିର୍ଦ୍ଦେଶକୁ ଅବମାନନା କରି ଢେଙ୍କାନାଳ ସଦର ତହସିଲଦାର ସ୍ବାଧୀନ କୁମାର ବେହେରା...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri