ସ୍ପଷ୍ଟ ଦିବାଲୋକରେ ଅଟୋ ସଂଘ ସଭାପତିଙ୍କୁ ହାଣି ଲହୁଲୁହାଣ କଲେ ଦୁର୍ବୃତ୍ତ

ପୁରୀ,୧୬ା୫(ଅଜିତ କୁମାର ମହାନ୍ତି): ପୁରୀରେ ଦିନକୁ ଦିନ ଆଇନଶୃଙ୍ଖଳା ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ଆଗକୁ ରଥଯାତ୍ରା ଥିବା ବେଳେ ସହରରେ ଆପରାଧିକ କାର୍ଯ୍ୟକଳାପ ବୃଦ୍ଧି ପାଇବାରେ ଲାଗିଛି। ଯାହାର ଜ୍ୱଳନ୍ତ ଉଦାହରଣ ଶୁକ୍ରବାର ଦେଖିବାକୁ ମିଳିଛି। ସହରରେ ଦୁଇ ଦୁଇଟି ଆପରାଧିକ ଘଟଣା ଘଟିଛି। ଯାହା ପୁରୀବାସୀଙ୍କ ମନରେ କିଛିଟା ଭୟ ସୃଷ୍ଟି କରିଛି। ଗୁରୁବାର ବିଳମ୍ବିତ ରାତିରେ ବାସେଳୀ ସାହି ଥାନା ଅନ୍ତର୍ଗତ ମଶାଣିଚଣ୍ଡୀ ଛକ ଠାରେ ଜଣେ ବ୍ୟକ୍ତିଙ୍କୁ ହତ୍ୟା କରିଥିବା ବେଳେ ବଳିଆ ପଣ୍ଡା ଅଞ୍ଚଳରେ ଦିନ ଦ୍ୱିପ୍ରହରରେ ଜଣେ ବ୍ୟକ୍ତିଙ୍କୁ ମାରଣାନ୍ତକ ଆକ୍ରମଣ କରାଯାଇଛି। ଯାହା ବଳିଆପଣ୍ଡା ଅଞ୍ଚଳ ଦିନକୁ ଦିନ ଅଶାନ୍ତ ହେଉଥିବା ସୂଚାଉଛି। ଏଥିପାଇଁ ପୋଲିସର ନିଷ୍କ୍ରିୟତାକୁ ସାଧାରଣରେ ଦାୟୀ କରାଯାଇଛି। ଦିନ ଦ୍ୱିପ୍ରହରରେ ଅଟୋ ସଂଘ ସଭାପତି ଦୀପ୍ତିରଞ୍ଜନ ମହାନ୍ତିଙ୍କୁ ହାଣି ଲହୁଲୁହାଣ କରିଛନ୍ତି ଦୁର୍ବୃତ୍ତ। ଆକ୍ରମଣ କରିଥିବା ଯୁବକ ଜଣଙ୍କ ହେଉଛନ୍ତି ରାକେଶ କୁମାର ସାହୁ (ବେଙ୍ଗ)। ତେବେ ଆହାତ ଦୀପ୍ତିଙ୍କୁ ସେଠାରୁ ଉଦ୍ଧାର କରାଯାଇ ସଦର ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରାଯାଇଥିଲା। ସେଠାରେ ତାଙ୍କୁ ପ୍ରାଥମିକ ଚିକିତ୍ସା କରାଯାଇ ଅଧିକ ଚିକିତ୍ସା ନିମନ୍ତେ କଟକ ମେଡିକାଲକୁ ସ୍ଥାନାନ୍ତର କରାଯାଇଥିବା ଜଣାପଡ଼ିଛି। ଜାଣିବାର ଦୃଶ୍ୟ ସିସିଟିଭିରେ ଦେଖିବାକୁ ମିଳିଛି। ଖବର ପାଇ ବଳିଆ ପଣ୍ଡା ଥାନା ପୋଲିସ ତଦନ୍ତ ଆରମ୍ଭ କରିଥିବା ଜଣାପଡୁଛି। ଅପରକ୍ଷରେ ପୁରୀରେ ଏପରି ଘଟଣା ବାରମ୍ବାର ଘଟୁଥିବା ବେଳେ ପର୍ଯ୍ୟଟକ ଓ ଭକ୍ତ କେତେ ସୁରକ୍ଷିତ ତାହାକୁ ନେଇ ପ୍ରଶ୍ନ ଉଠିଛି। ବଳିଆପଣ୍ଡା ଥାନାର ନିଷ୍କ୍ରିୟତା ଉପରେ ମଧ୍ୟ ପ୍ରଶ୍ନ ଉଠୁଛି। ଅଭିଯୁକ୍ତଙ୍କ ବିରୋଧରେ ପୋଲିସ କ’ଣ କାର୍ଯ୍ୟାନୁଷ୍ଠାନ ଏବଂ କେତେ ସମୟରେ କାର୍ଯ୍ୟାନୁଷ୍ଠାନ ନେବ ଦେଖିବାକୁ ବାକି ରହିଲା।


Enter your email to get our daily news in your inbox.

All Right Reserved By Dharitri.Com

ଭୁବନେଶ୍ବର ପାଇଁ ନୂଆ ଟିମ୍‌ ନିଯୁକ୍ତ କଲେ ମନମୋହନ, ଜାଣନ୍ତୁ କାହାକୁ ମିଳିଲା ଦାୟିତ୍ୱ

ଭୁବନେଶ୍ୱର,୨୯।୧୨: ଭାଜପା କଲା ବଡ଼ ଘୋଷଣା। ଭୁବନେଶ୍ବର ପାଇଁ ନୂଆ ପଦାଧିକାରୀ ଭାଜପା ନିଯୁକ୍ତି କରିଛି। ୨୧ ପଦାଧିକାରୀଙ୍କୁ ମନମୋହନ ସାମଲ ନିଯୁକ୍ତି ଦେଇଛନ୍ତି। ଭୁବନେଶ୍ବର...

ଲୋକ ସଭା ସାଂସଦଙ୍କ ମହାନତା: ନିଜ ଦରମାରୁ ଜଳଖିଆ ଅନୁଷ୍ଠାନକୁ ଦାନକଲେ ଏକ ଲକ୍ଷ ଟଙ୍କା

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ):ବରଗଡ଼ ଜିଲା ମୁଖ୍ୟ ଡାକ୍ତରଖାନା ନିକରେ ରହିଥିବା ମା ଏକଟଙ୍କିଆ ଜଳଖିଆ ଅନୁଷ୍ଠାନର ବାର୍ଷିକୋତ୍ସବରେ ସୋମବାର ଅନୁଷ୍ଠିତ ହୋଇଛି। ଅନୁଷ୍ଠାନର ମୁଖ୍ୟ ଉମେଶ ପ୍ରଧାନଙ୍କ...

ମଥୁରା ପରିଭ୍ରମଣରେ ବାହାରି ପୂର୍ତ୍ତ ବିଭାଗରେ ପହଞ୍ଚିଲେ କଂସ ମହାରାଜ, କହିଲେ ପି.ସି ଖାଉଛ, ରାସ୍ତାରେ ଚାଲିପାରୁନି…

ମଥୁରାନଗରୀ,୨୯।୧୨(ପ୍ରେମାନନ୍ଦ ଖମାରୀ): ବୃହତ୍‌ ମୁକ୍ତାକାଶ ରଙ୍ଗମଞ୍ଚ ବରଗଡ଼ ଧନୁଯାତ୍ରା ମହୋତ୍ସବରେ ସୋମବାର ଥିଲା ଷଷ୍ଠ ଦିବସ। ଅନ୍ୟଦିନ ଭଳି ରାଜ ମହଲରୁ ମଥୁରା ପରିଭ୍ରମଣରେ ବାହାରିଥିଲେ...

ଦିଲ୍ଲୀ ସାଧାରଣତନ୍ତ୍ର ପରେଡ୍‌ରେ ଯୋଗଦେବେ ପିପୁଲ୍ସ କଲେଜର ୨ ଛାତ୍ରୀ, ପ୍ରଥମଥର ପାଇଁ ହେଲେ ମନୋନୀତ

ବୁଗୁଡା, ୨୯।୧୨(କାଳିଚରଣଦାଶ): ବୁଗୁଡ଼ା ପିପୁଲ୍ସ କଲେଜର ଅଧ୍ୟାପକ ତଥା ଲେଫ୍ଟନାଣ୍ଟ ଅଜୟ କୁମାର ସାହୁଙ୍କ ନିଷ୍ଠାପର ଉଦ୍ୟମ ଯୋଗୁ ବୁଗୁଡା ପିପୁଲ୍ସ କଲେଜର ଦୁଇଜଣ ଏନସିସି...

ଫୁଲ ତୋଳିବାକୁ ଯାଇଥିବାବେଳେ ଘରେ ପଶିଗଲା ଚୋର, ଧରାପଡିବା ପରେ…

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ବାଇପାସ ରୋଡ ଗିରିଧାରୀ ସ୍ବାଇଁଙ୍କ ଘରୁ ସୋମବାର ପ୍ରତ୍ୟୁଷରେ ଜଣେ ଦୁର୍ବୃତ୍ତ ପଶି ସୁନା ଅଳଙ୍କାର ଓ ନଗଦ...

ନୂଆବର୍ଷରେ ତିନି ଘଣ୍ଟା ଶୋଇବେ ମହାପ୍ରଭୁ, ଏତିକି ବେଳେ ଫିଟିବ ଦ୍ୱାର

ପୁରୀ,୨୯।୧୨: ଇଂରାଜୀ ନବବର୍ଷ-୨୦୨୬ରେ ଲକ୍ଷାଧିକ ଭକ୍ତଙ୍କ ଆଗମନକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିର ପ୍ରଶାସନ ବଡ ନିଷ୍ପତି ନେଇଛି। ଶ୍ରଦ୍ଧାଳୁମାନେ ଯେପରି ଶୃଙ୍ଖଳିତ ଭାବେ ଦର୍ଶନ କରିପାରିବେ,...

ଘରକୁ ଫେରୁଥିବାବେଳେ ଭାରସାମ୍ୟ ହରାଇ ଗଛରେ ପିଟିହେଲା ବାଇକ, ତା’ପରେ…

ଲାଞ୍ଜିଗଡ଼,୨୯।୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଲାଞ୍ଜିଗଡ ଥାନା ଅନ୍ତର୍ଗତ ଲାଞ୍ଜିଗଡ ଆଶ୍ରମପଡା ନିକଟରେ ଏକ ବାଇକ ଗଛରେ ପିଟିହୋଇ ଦୁର୍ଘଟଣା ଘଟିଥିବାବେଳେ ଏଥିରେ ଜଣେ...

ନିର୍ଯାତିତ ମହିଳା ନୂତନ ଜୀବନର ଆଶା ପାଇବେ: ଭଞ୍ଜନଗର ମେଡ଼ିକାଲରେ ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ

ଭଞ୍ଜନଗର,୨୯।୧୨(ବାବୁଲା ପ୍ରଧାନ): ଗଞ୍ଜାମ ଜିଲା ଭଞ୍ଜନଗର ଉପଖଣ୍ଡ ଚିକିତ୍ସାଳୟରେ ସୋମବାର ଅତିରିକ୍ତ ୱାନ ଷ୍ଟପ ସେଣ୍ଟର ବା ମହିଳା ସହାୟତା କେନ୍ଦ୍ର ଉଦ୍‌ଘାଟିତ ହୋଇଯାଇଛି। ଏହାକୁ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri