ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଆହତ

ଖୋର୍ଦ୍ଧା ଅଫିସ,୯।୧୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଭୂଇଁପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଏବଂ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲକୁ ପଠାଇଥିବା ଜଣାପଡିଛି।
ସୂଚନାନୁଯାୟୀ, ଚଟୁଆ ଗ୍ରାମର କିଛି ଶ୍ରମିକ ଏକ ଅଟୋରେ ବେଗୁନିଆ ଅଭିମୁଖେ କାମ କରିବାକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ବାଇକ୍‌ ଅଟୋକୁ ସାମ୍ନାରୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଅଟୋରେ ଥିବା ଜଣେ ମହିଳା ଓ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ଚଟୁଆ ଗ୍ରାମର ଧନୀ ନାୟକ ବୋଲି ଜଣାପଡିଥିବା ବେଳେ ବାଇକ୍‌ ଚାଳକଙ୍କ ପରିଚୟ ମିଳି ପାରିନାହିଁ ।
ସେହିପରି ଅଟୋରେ ଥିବା ଅନ୍ୟ ଚାରି ଜଣଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ବେଗୁନିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ରାଜସ୍ବ ମନ୍ତ୍ରୀଙ୍କ ବଡ଼ ଘୋଷଣା: ଦଶହରା ପୂର୍ବରୁ ମିଳିବ…

ଭୁବନେଶ୍ୱର,୧।୧୦(ସୁନିତ୍‌ ମିଶ୍ର):ରାଜୀବ ଭବନଠାରେ ବୁଧବାର ରାଜସ୍ବ ଓ ବିପର୍ଯ୍ୟୟ ପରିଚାଳନା ମନ୍ତ୍ରୀ ସୁରେଶ ପୂଜାରୀଙ୍କ ଅଧ୍ୟକ୍ଷତାରେ ଏକ ଉଚ୍ଚସ୍ତରୀୟ ସମୀକ୍ଷା ବୈଠକ ଅନୁଷ୍ଠିତ ହୋଇଯାଇଛି। ଏଥିରେ ଗଜପତି,…

ଘୂର୍ଣ୍ଣିବଳୟ ସକ୍ରିୟ: ଘଡ଼ଘଡି ସହ ବର୍ଷା ସମ୍ଭାବନା, ୟେଲୋ ୱାର୍ନିଂ

ଭୁବନେଶ୍ୱର,୧।୧୦(ସୌମ୍ୟରଞ୍ଜନ ରାଉତ):ଉତ୍ତର ମ୍ୟାନ୍‌ମାର, ବାଂଲାଦେଶ ଓ ବଙ୍ଗୋପସାଗର ଉପରେ ରହିଥିବା ସୁସ୍ପଷ୍ଟ ଲଘୁଚାପ କ୍ଷେତ୍ର ମିଜୋରାମ, ତ୍ରିପୁରା ଓ ଦକ୍ଷିଣ-ପୂର୍ବ ବାଂଲାଦେଶ ଆଡ଼କୁ ଗତି କରିବା ସହ…

ମଇଁଷି ଚରାଇବାକୁ ଯାଇ ଆଉ ଫେରିଲେନି: କେନାଲରୁ ନିଖୋଜ ବୃଦ୍ଧଙ୍କ ମୃତଦେହ ଉଦ୍ଧାର, ଗାଁରେ ଶୋକର ଛାୟା

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ପ୍ରଥମ ଢେପାଗୁଡ଼ା ଗ୍ରାମର ରଘୁ ମଲ୍ଲିକ (୬୩) ନାମକ ଜଣେ ବୃଦ୍ଧଙ୍କ ମୃତଦେହ କେନାଲ ପାଣିରୁ…

ଫ୍ଲାଇଦୁବାଇ ବିମାନରେ ଆକ୍ରମଣ: ନିଜେ ଆହାତ ହୋଇ ମଧ୍ୟ ବଞ୍ଚାଇଲେ ୧୮୦ ଯାତ୍ରୀଙ୍କ ଜୀବନ, କିଏ ଏହି ପାଇଲଟ୍?

ନୂଆଦିଲ୍ଲୀ,୩୦ା୯: ଦୁବାଇରୁ ତେଲ ଅଭିଭ ଯାଉଥିବା ଫ୍ଲାଇଦୁବାଇର FZ1073 ବିମାନରେ ବୁଧବାର ଘଟିଥିବା ଘଟଣାକୁ ନେଇ ଭାରତୀୟ ପାଇଲଟ୍ ସ୍ମିତ ମଚ୍ଛରଙ୍କ ନାଁ ଚର୍ଚ୍ଚାରେ ରହିଛି। ରିପୋର୍ଟ…

ଦିଗପହଣ୍ଡି ଗଞ୍ଜେଇ ଚୋରା ଚାଲାଣ ଘଟଣା: ଗିରଫ ହେଲେ ଅଭିଯୁକ୍ତ ୨ ଭାଇ, କାରବାର ପଛର ଗୁମର ଖୋଲିଲା…

ଦିଗପହଣ୍ଡି, ୩୦ା୯(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ପୋଲିସ ଗଞ୍ଜେଇ ଚୋରା ଚାଲାଣ ମାମଲାରେ ଏକ ବଡ଼ ସଫଳତା ହାସଲ କରିଛି। ଗଞ୍ଜେଇ କାରବାର…

ସ୍ୱାମୀ-ବର୍ଷକର ପୁଅ ଆଖି ଆଗରେ ଚାଲିଗଲା ମା’ର ଜୀବନ! ବାଲି ବୋଝେଇ ଟ୍ରାକ୍ଟର ଧକ୍କାରେ ମହିଳାଙ୍କ ମୃତ୍ୟୁ,ଅପରାହ୍ନରୁ ଅଟକିଛି…

କୋକସରା, ୩୦ା୯(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥ କୋକସରା ଥାନା ମୋଟେର ନିକଟରେ ବୁଧବାର ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣା ଘଟିଛି। ଏକ ବାଲି…

ଖେଳୁ ଖେଳୁ ହଠାତ୍ ପଡ଼ିଆ ମଝିରେ ନାଚିଲେ ହିଟମ୍ୟାନ, ଭିଡିଓ ଦେଖିଲେ….

ଗୁଆହାଟୀ,୩୦ା୯: ୱେଷ୍ଟଇଣ୍ଡିଜ ବିପକ୍ଷ ଦ୍ୱିତୀୟ ଦିନିକିଆରେ ‘ହିଟମ୍ୟାନ୍’ ରୋହିତ ଶର୍ମାଙ୍କ ବ୍ୟାଟ୍‌ରୁ ଦେଖିବାକୁ ମିଳିଛି ଧମାକାଦାର ଶତକ । ୪୦୬ ରନ୍‌ର ବିଶାଳ ଲକ୍ଷ୍ୟ ପିଛା କରୁଥିବା…

ଶିକ୍ଷା ବିଭାଗର ସମନ୍ୱୟ ଅଭାବ: ଷାଣ୍ମାସିକ ପରୀକ୍ଷା ବେଳେ ଜିଲାସ୍ତରୀୟ କ୍ରୀଡ଼ା, ପରୀକ୍ଷାରୁ ବଞ୍ଚିତ ହେଲେ ଛାତ୍ରଛାତ୍ରୀ

ଅମରପାଲି, ୩୦ା୯(ପୀତାମ୍ବର ସାହୁ): ସରକାର ଶିକ୍ଷାକୁ ସାର୍ବଜନୀନ ଓ ବାଧ୍ୟତାମୂଳକ କରିଥିବା ବେଳେ ଶିକ୍ଷା ବିଭାଗରେ ସମନ୍ୱୟର ଅଭାବକୁ ନେଇ ସୁବର୍ଣ୍ଣପୁର ଜିଲା ବୀରମହାରାଜପୁର ବ୍ଲକରେ ଗମ୍ଭୀର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?