ଅଟୋ-ବାଇକ୍‌ ମୁହାଁମୁହିଁ ଧକ୍କା : ୨ ମୃତ, ୪ ଆହତ

ଖୋର୍ଦ୍ଧା ଅଫିସ,୯।୧୧: ଖୋର୍ଦ୍ଧା ଜିଲା ବେଗୁନିଆ ଥାନା ଭୂଇଁପୁର ଛକରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଅଟୋ ଏବଂ ବାଇକ୍‌ ମୁହାଁମୁହିଁ ଧକ୍କା ହେବା ଫଳରେ ୨ ଜଣଙ୍କର ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଆହତ ହୋଇଛନ୍ତି। ଘଟଣାସ୍ଥଳରେ ପୋଲିସ ପହଞ୍ଚି ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତଙ୍କୁ ଉଦ୍ଧାର କରି ଖୋର୍ଦ୍ଧା ହସ୍ପିଟାଲକୁ ପଠାଇଥିବା ଜଣାପଡିଛି।
ସୂଚନାନୁଯାୟୀ, ଚଟୁଆ ଗ୍ରାମର କିଛି ଶ୍ରମିକ ଏକ ଅଟୋରେ ବେଗୁନିଆ ଅଭିମୁଖେ କାମ କରିବାକୁ ଯାଉଥିଲେ। ଏହି ସମୟରେ ବିପରୀତ ଦିଗରୁ ଦ୍ରୁତ ଗତିରେ ଆସୁଥିବା ବାଇକ୍‌ ଅଟୋକୁ ସାମ୍ନାରୁ ଧକ୍କା ଦେଇଥିଲା । ଫଳରେ ଘଟଣା ସ୍ଥଳରେ ହିଁ ଅଟୋରେ ଥିବା ଜଣେ ମହିଳା ଓ ବାଇକ ଚାଳକଙ୍କ ମୃତ୍ୟୁ ହୋଇଛି। ମୃତ ମହିଳା ଜଣଙ୍କ ଚଟୁଆ ଗ୍ରାମର ଧନୀ ନାୟକ ବୋଲି ଜଣାପଡିଥିବା ବେଳେ ବାଇକ୍‌ ଚାଳକଙ୍କ ପରିଚୟ ମିଳି ପାରିନାହିଁ ।
ସେହିପରି ଅଟୋରେ ଥିବା ଅନ୍ୟ ଚାରି ଜଣଙ୍କୁ ଗୁରୁତର ଅବସ୍ଥାରେ ଖୋର୍ଦ୍ଧା ମୁଖ୍ୟ ଚିକିତ୍ସାଳୟକୁ ପଠାଯାଇଛି । ବେଗୁନିଆ ଥାନା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଜାରି ରଖିଛି।


Enter your email to get our daily news in your inbox.

All Right Reserved By Dharitri.Com

ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବେ ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା

କଟକ,୨୫ା୪(କାର୍ତ୍ତିକ ସାହୁ): ଗ୍ୟାଙ୍ଗଷ୍ଟର ଧଳସାମନ୍ତ ଭ୍ରାତା ତାଙ୍କ ଦିବଙ୍ଗତ ବାପାଙ୍କ ଶୁଦ୍ଧିକ୍ରିୟାରେ ଯୋଗଦେବା ନିମନ୍ତେ ଅଦାଲତ ଅନୁମତି ଦେଇଛନ୍ତି। ଆସନ୍ତା ୨୯ ଓ ୩୦ ତାରିଖରେ...

ଗରା ଧରି ଜିଲାପାଳଙ୍କୁ ପାଣି ମାଗିଲେ ଜୁଆଙ୍ଗ ଆଦିବାସୀ

କେନ୍ଦୁଝର,୨୫ା୪(ନରେଶ ଚନ୍ଦ୍ର ପଟ୍ଟନାୟକ): ସରକାର ଆଦିବାସୀ ଓ ଗରିବ ଲୋକଙ୍କ ପାଇଁ ମାଳମାଳ ଯୋଜନା କରି ଅନେକ କୋଟି ଖର୍ଚ୍ଚ କରୁଛନ୍ତି। ମାତ୍ର ଜିଲାର ପୁରାତନ...

୨୦୧୮ ଗୁଳିକାଣ୍ଡ: କୁଖ୍ୟାତ ଅପରାଧୀ ତପୁଙ୍କୁ ୭ ବର୍ଷ କାରାଦଣ୍ଡ

କଟକ,୨୫ା୪ (କାର୍ତ୍ତିକ ସାହୁ): କଟକ ସଦର ଥାନା ଅଞ୍ଚଳରେ ୨୦୧୮ ମସିହା ମାର୍ଚ୍ଚ ୨ ତାରିଖରେ ଦୁଇଗୋଷ୍ଠୀ ମଧ୍ୟରେ ସଂଘଟିତ ଗୁଳିମାଡ଼ ମାମଲାର ରାୟ ଗୁରୁବାର...

ଶିମିଳିପାଳର ୩୧ ପଏଣ୍ଟରେ ଲାଗିଛି ନିଆଁ

ବାରିପଦା,୨୫ା୪(ନୀଳାଦ୍ରି ବିହାରୀ ଦଣ୍ଡପାଟ): ଶିମିଳିପାଳ ଅଭୟାରଣ୍ୟରେ ପ୍ରତିଦିନ ବନାଗ୍ନି ଦେଖିବାକୁ ମିଳୁଛି। ସବୁଜିମା ଭରା ବିସ୍ତୀର୍ଣ୍ଣ ଅଞ୍ଚଳରେ ନିଆଁ ମାଡ଼ି ଚାଲିଛି। କର୍ମଚାରୀମାନେ ଅକ୍ଳାନ୍ତ ପରିଶ୍ରମ...

ବାପାଙ୍କ ଶୁଦ୍ଧିକ୍ରିୟା ପାଇଁ ଗାଁକୁ ଯାଇଥିଲେ, ଘରେ ବୁଲିଲା କଳାକନା

ବାସୁଦେବପୁର,୨୫ା୪(ନାରାୟଣ ପ୍ରସାଦ ବାରିକ୍‌): ବାପାଙ୍କ ଶୁଦ୍ଧିକ୍ରିୟାକୁ ଯାଇଥିଲେ। ଏପଟେ ଘରେ କଳାକନା ବୁଲାଇ ଦେଲେ ଚୋର। ବାସୁଦେବପୁର ପୌରପାଳିକାର ବିଦ୍ୟୁତ୍‌ ମାର୍ଗରେ ବୁଧବାର ରାତିରେ ଏଭଳି...

ଓଡ଼ିଶାରେ ଭାଜପା ସରକାରକୁ ଆସିଲେ ଲୋକେ ରୋଜଗାର ପାଇଁ ବାହାର ରାଜ୍ୟକୁ ଯିବେ ନାହିଁ: ଅମିତ ଶାହା

ସୋନପୁର,୨୫।୪: କେନ୍ଦ୍ରମନ୍ତ୍ରୀ ଅମିତ ଶାହା ଗୁରୁବାର ଓଡ଼ିଶାରେ ଡବଲ ଇଞ୍ଜିନ ସରକାର ଗଢିବାକୁ ଲୋକ ମାନଙ୍କୁ ଆହ୍ୱାନ ଦେଇଛନ୍ତି। ନବୀନ ସରକାରକୁ ଓପାଡ଼ି ଏଠାରେ ଭାଜପା...

ପଦ୍ମ ଧରିବା ପରେ ପ୍ରବୋଧଙ୍କୁ ସ୍ବାଗତ କଲା ଭାଜପା, ମିଳିବ କି’ ଟିକେଟ

ଭୁବନେଶ୍ୱର,୨୫।୪: କଂଗ୍ରେସରୁ ଇସ୍ତଫା ପରେ ଭାଜପାର ସାମିଲ ହୋଇଛନ୍ତି ପୂର୍ବତନ ହକି ତାରକା ପ୍ରବୋଧ ତିର୍କୀ । ଏହି ଅବସରରେ ଭାଜପା ଶୀର୍ଷ ନେତୃତ୍ୱ ଫୁଳତୋଡା...

ଅଂଶୁଘାତ ରୋଗୀଙ୍କ ଚିକିତ୍ସା ପାଇଁ ଏମ୍ସରେ ସ୍ବତନ୍ତ୍ର ୟୁନିଟ୍‌

ଭୁବନେଶ୍ୱର,୨୫ା୪(ଅସମାପିକା ସାହୁ): ରାଜ୍ୟରେ ପ୍ରଚଣ୍ଡ ରୌଦ୍ରତାପ ଯୋଗୁ ଦିନକୁ ଦିନ ବୃଦ୍ଧି ଘଟୁଥିବା ଅଂଶୁଘାତ ରୋଗୀଙ୍କ ଚିକିତ୍ସା ନିମନ୍ତେ ଏମ୍ସ ଭୁବନେଶ୍ୱରରେ ଏକ ସ୍ବତନ୍ତ୍ର ହିଟ୍‌...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri