ଯାତ୍ରୀଙ୍କୁ ଧରି ଯାଉଥିବା ଅଟୋ ଓଲଟିଲା

ଦିଗପହଣ୍ଡି,୭।୧୦(ସଞ୍ଜୀବ କୁମାର ପାତ୍ର): (୦୩) ଗଞ୍ଜାମ ଜିଲା ଦିଗପହଣ୍ଡି ଥାନା ଅଧୀନ କଲ୍ୟାଣପୁର ଛକଠାରେ ଏକ ଯାତ୍ରୀବାହୀ ଅଟୋ ଦୁର୍ଘଟଣା ଗ୍ରସ୍ତ ହୋଇଛି। ଦୁର୍ଘଟଣାରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଛନ୍ତି। ସେମାନଙ୍କୁ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଛି। ସେଠାରେ ପ୍ରାଥମିକ ଚିକିତ୍ସା ପରେ ତାଙ୍କୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି। ସେମାନେ ହେଲେ କେ.ନୂଆଗାଁ ଥାନା ଅଧୀନ ଭ୍ରମରପୁର ଗ୍ରାମର ରବି ମିଶ୍ର, ଏନ୍‌.ଲିଙ୍ଗରାଜ ଏବଂ ଏନ୍‌.ଲକ୍ଷ୍ମଣ ବୋଲି ଜଣାପଡିଛି।

ଯାତ୍ରୀମାନେ ଅଟୋ ଯୋଗେ ଭ୍ରମରପୁର ଗ୍ରାମରୁ ଦିଗପହଣ୍ଡି ବ୍ଳକ୍‌ କୁରେଇଶୁଣୀ ମନ୍ଦିର ପ୍ରାଙ୍ଗଣରେ ଅନୁଷ୍ଠିତ ଭାଜପାର ଏକ ସଭାରେ ଯୋଗ ଦେବା ପାଇଁ ଆସୁଥିଲେ। ହେଲେ କଲ୍ୟାଣପୁର ଛକଠାରେ ଏକ ବାଇକ୍‌ ଅଟୋ ଆଗକୁ ଚାଳିଆସିଥିଲା। ବାଇକ୍‌ ଆରୋହୀଙ୍କୁ ସୁରକ୍ଷା ଦେବାକୁ ଯାଇ ଅଟୋ ଭାରସାମ୍ୟ ହରାଇ ଓଲଟି ପଡ଼ିଥିଲା। ଫଳରେ ୩ଜଣ ଯାତ୍ରୀ ଗୁରୁତର ଆହତ ହୋଇଥିଲେ। ଖବର ପାଇ ଭାଜପା ନେତା ଉତ୍ତମ ପାଣିଗ୍ରାହୀ ବ୍ରହ୍ମପୁର ବଡ଼ ମେଡିକାଲ୍‌ରେ ପହଞ୍ଚି ଚିକିତ୍ସାରେ ସହଯୋଗ କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ଉତ୍କଳ ଆଲୁମିନା CSR ପ୍ରତାରଣା ଅଭିଯୋଗ: ଥୁଆମୂଳ ରାମପୁର ବ୍ଲକ କାର୍ଯ୍ୟାଳୟ ଘେରାଉ କଲେ ଶତାଧିକ ଖଣି ପ୍ରଭାବିତ ଅଞ୍ଚଳବାସୀ

ଥୁଆମୂଳ ରାମପୁର, ୭।୭ (ଦୁର୍ଗା କୀର୍ତ୍ତି): ଉତ୍କଳ ଆଲୁମିନା କମ୍ପାନୀର ସାମାଜିକ ଦାୟିତ୍ୱବୋଧ (CSR) କାର୍ଯ୍ୟକ୍ରମରେ ବ୍ୟାପକ ଅନିୟମିତତା ଓ ପ୍ରତିଶ୍ରୁତି ଖିଲାପ ପ୍ରତିବାଦରେ ଆଜି କଳାହାଣ୍ଡି…

ପ୍ରଶାସନିକ ସ୍ତରରେ ବଡ଼ ଅଦଳବଦଳ: କେନ୍ଦୁଝର ଜିଲାର ୧୧ ପଞ୍ଚାୟତ କାର୍ଯ୍ୟନିର୍ବାହୀ ଅଧିକାରୀଙ୍କ ବଦଳି

ବଞ୍ଚୋ, ୭।୭(ପ୍ରଦୋଷ କୁମାର ବିଶ୍ୱାଳ ): କେନ୍ଦୁଝର ଜିଲାରେ ପ୍ରଶାସନିକ କାର୍ଯ୍ୟକୁ ଅଧିକ ସୁଚାରୁ ଓ ସୁଦୃଢ଼ ଭାବେ ପରିଚାଳନା କରିବା ପାଇଁ ଏକ ବଡ଼ଧରଣର ଅଦଳବଦଳ…

ନାଖରା ସେତୁରେ ଅଘଟଣ: ବୁଢ଼ାବଳଙ୍ଗ ନଦୀରେ ରିଲ୍ସ କରୁଥିବା ବେଳେ ଭାସିଗଲେ ଯୁକ୍ତ ୨ ଛାତ୍ର, ୪ ସାଙ୍ଗ ଉଦ୍ଧାର

ବୈଶିଙ୍ଗା,୭|୭(ରତନ ଦାଶ ): ମୟୂରଭଞ୍ଜ ଜିଲା ବୈଶିଙ୍ଗା ଥାନା ଅନ୍ତର୍ଗତ ବୁଢ଼ାବଳଙ୍ଗ ନଦୀର ନାଖରା ସେତୁ ନିକଟରେ ଏକ ଦୁଃଖଦ ଅଘଟଣ ଘଟିଛି। ନଦୀର ବଢ଼ି ପାଣିରେ…

SPF 30 ନା SPF 50? ସନ୍‌ସ୍କ୍ରିନ୍ କିଣିବା ପୂର୍ବରୁ ଜାଣନ୍ତୁ ଆପଣଙ୍କ ତ୍ୱଚା ପାଇଁ କେଉଁଟି ଭଲ

ଆଜିକାଲିର ସମୟରେ ନାରୀମାନେ ନିଜର ତ୍ୱଚାକୁ ନେଇ ବେଶ ଯତ୍ନବାନ। ଖାସ୍‌ ସେଥିଲାଗି ଖରା, ବର୍ଷା କିମ୍ବା ଶୀତ ଆଦି ଋତୁରେ ସନ୍‌ସ୍କ୍ରିନର ବ୍ୟବହାର ଏବେ ଏକ…

ମାନସିକ ଭାରସାମ୍ୟ ହରାଇଲେ ଯୁବକ: ନେଲେ ଚରମ ନିଷ୍ପତ୍ତି…

ଦିଗପହଣ୍ଡି,୭|୭(ଅଶେଷ ନାଥ ମିଶ୍ର) ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି.ତୁରୁବୁଡ଼ି ପଞ୍ଚାୟତ ଝରିପଦର ଗ୍ରାମ ଗୌଡ଼ସାହିର   ଜିତେନ୍ଦ୍ର ସେଠୀ (୪୦) ନାମକ ଜଣେ ଯୁବକ ମାନସିକ ଭାରସାମ୍ୟ…

ଆମେରିକାକୁ ହରାଇ କ୍ୱାର୍ଟର ପହଞ୍ଚିଲା ବେଲଜିୟମ

ସିଆଟେଲ,୭ା୭: ଚାଲର୍‌ସ ଡି କେଟେଲେରେଙ୍କ ଦ୍ୱିତୀୟ ଗୋଲ ବଳରେ ଫିଫା ବିଶ୍ୱକପ୍‌ରେ ମଙ୍ଗଳବାର ଖେଳାଯାଇଥିବା ପ୍ରି-କ୍ୱାର୍ଟର ଫାଇନାଲରେ ବେଲଜିୟମ ୪-୧ ଗୋଲରେ ଆମେରିକାକୁ ପରାସ୍ତ କରିଛି। ଡିଫେଣ୍ଡର…

ସମୁଦ୍ର କୂଳରେ ପଥର ବନ୍ଧ ନିର୍ମାଣ ଦାବି: ୭ ଦିନ ମଧ୍ୟରେ ପଦକ୍ଷେପ ନ ନେଲେ…

ଛତ୍ରପୁର, ୭।୭ (ଦିଲ୍ଲୀପ ସାମଲ): ଛତ୍ରପୁର ପୌରପରିଷଦ ଅନ୍ତର୍ଗତ ସାନ ଆର୍ଯ୍ୟପଲ୍ଲୀ ଅଞ୍ଚଳରେ ଦିନକୁ ଦିନ ସମୁଦ୍ର କୂଳ କ୍ଷୟ ବଢ଼ି ଚାଲିଥିବାରୁ ଗ୍ରାମବାସୀଙ୍କ ମଧ୍ୟରେ ଭୟ…

ମହାନଦୀରେ ଗାଧୋଉଥିବା ବେଳେ ଭାସିଗଲେ ଯୁବକ, ଖୋଜାଖୋଜି ଜାରି

ବାଙ୍କୀ, ୭।୭: କଟକ ଜିଲା ବାଙ୍କୀ ବ୍ଲକ୍ କାର୍ଯ୍ୟାଳୟ ସମ୍ମୁଖସ୍ଥ ମହାନଦୀ ଘାଟରେ ଏକ ଅଘଟଣ ଘଟିଛି। ନଦୀରେ ଗାଧୋଉଥିବା ବେଳେ ଜଣେ ଯୁବକ ପାଣି ସ୍ରୋତରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri