ଟ୍ରାକ୍ଟର ସହ ମୁହାଁମୁହିଁ ଧକ୍କା ହେଲା ଅଟୋ; ଜଣେ ମୃତ, ୬ ଆହତ

ଦାରିଙ୍ଗବାଡି,୩।୪(ଅରୁଣ ସାହୁ ): କନ୍ଧମାଳ ଜିଲା ଦାରିଙ୍ଗବାଡି ଥାନା କୁଏରେଙ୍ଗା ଛକ ନିକଟ ବୁଲାଣିରେ ଟ୍ରାକ୍ଟର ସହ ଅଟୋ ମୁହାଁମୁହିଁ ଧକ୍କା ହୋଇ ଜଣକର ମୃତ୍ୟୁ ହୋଇଛି। ମୃତକ ଜଣକ ହେଲେ ସୁନ୍ଦରଦଣ୍ଡ ଗ୍ରାମର ନରେନ୍ଦ୍ର ପ୍ରଧାନଙ୍କ ପୁଅ ରାଜୁ ପ୍ରଧାନ। ଅଟୋରେ ବସିଥିବା ୬ ଜଣ ଆହତ ହୋଇଛନ୍ତି । ଆହତଙ୍କ ମଧ୍ୟରେ କୁସିପଙ୍କା ଗାଁର ନିକୀମା ପ୍ରଧାନ, ଚନ୍ଦ୍ରିକା ପ୍ରଧାନ, ସୁମିତ୍ରା ପ୍ରଧାନ, ରିତିକା ପ୍ରଧାନ ଓ ଟେପାରି ଗ୍ରାମର ନୟମି ପ୍ରଧାନ, ତମିତା ପ୍ରଧାନ ଥିବା ଜଣାପଡିଛି । ତେବେ ସେମାନଙ୍କ ମଧ୍ୟରେ ରୀତିକା ଓ ଚନ୍ଦ୍ରିକା ପ୍ରଧାନଙ୍କ ଅବସ୍ଥା ଗୁରୁତର ଥିବା ଯୋଗୁଁ ଉଭୟଙ୍କୁ ଚିକିତ୍ସା ପାଇଁ ଅନ୍ୟତ୍ର ଡାକ୍ତର ଯିବାକୁ ପରାମର୍ଶ ଦେଇଛନ୍ତି ।
ସୂଚନାଥାଉ କି, ଟେପାରୀ ଓ କୁସିପଙ୍କା ଗ୍ରାମର ୮ ଜଣ ମହିଳା ଓ ପୁରୁଷ ଏକ ଅଟୋରେ ବସି ଦାରିଙ୍ଗବାଡି ଆସୁଥିବା ବେଳେ କୁଏରାଙ୍ଗା ଛକ ବୁଲାଣିରେ ବିପରୀତ ଦିଗରୁ ଏକ ଟ୍ରାକ୍ଟର ଆସୁଥିଲା । ଉଭୟ ଗାଡ଼ି ମୁହାଁମୁହିଁ ହେବା ଫଳରେ ଭାରସାମ୍ୟ ହରାଇ ଦୁର୍ଘଟଣା ଗ୍ରସ୍ତ ହୋଇଥିଲେ। ଦୁର୍ଘଟଣା ସ୍ଥଳରେ ହିଁ ରାଜୁ ପ୍ରଧାନଙ୍କ ମୃତ୍ୟୁ ଘଟିଥିଲା । ଅଗ୍ନିଶମ ବିଭାଗ ଘଟଣା ସ୍ଥଳରେ ପହଞ୍ଚି ଉଦ୍ଧାର କାର୍ଯ୍ୟ କରିଥିବାବେଳେ ଦାରିଙ୍ଗବାଡି ସବ ଇନ୍ସପେକ୍ଟର ଜିତେନ୍ଦ୍ର କୁମାର ବେହେରା ସଦଳବଳ ପହଞ୍ଚି ତଦନ୍ତ କରୁଛନ୍ତି। ଟ୍ରାକ୍ଟର ଓ ଅଟୋ ଜବତ କରିବା ସହ ମୃତ ଦେହ ଜବତ କରାଯାଇଥିବା ଜଣାପଡିଛି।


Enter your email to get our daily news in your inbox.

All Right Reserved By Dharitri.Com

ବିଳମ୍ବିତ ରାତିରେ କୋରାପୁଟରେ ଭୂକମ୍ପ ଝଟ୍‌କା: ଭୟଭୀତ ଅବସ୍ଥାରେ ଘରୁ ବାହାରି ଆସିଲେ ଲୋକେ

କୋରାପୁଟ/ପଟ୍ଟାଙ୍ଗି, ୪।୪(ଅମିତାଭ ବେହେରା/ ଶରତ କୁମାର ଧଳ): କୋରାପୁଟ ଜିଲା ପଟ୍ଟାଙ୍ଗି ବ୍ଲକ ସଦର ମହକୁମା ସମେତ ଆଖପାଖ ଅଞ୍ଚଳରେ ଶନିବାର ମୃଦୁ ଭୂକମ୍ପ ଅନୁଭୂତ ହୋଇଛି।…

ଗୁଜରାଟକୁ ହରାଇ ରାଜସ୍ଥାନର ଦ୍ୱିତୀୟ ବିଜୟ

ଅହମଦାବାଦ,୪ା୪: ଯଶସ୍ୱି ଜୟସ୍ୱାଲ ଓ ଧ୍ରୁବ ଜୁରେଲଙ୍କ ଅର୍ଦ୍ଧଶତକ ପରେ ରବି ବିଷ୍ଣୋଇଙ୍କ ୪ ଉଇକେଟ ସଫଳତା ଯୋଗୁ ରାଜସ୍ଥାନ ରୟାଲ୍ସ ୬ ରନରେ ଗୁଜରାଟ ଟାଇଟନ୍ସକୁ…

ମହେନ୍ଦ୍ରଗିରିରେ ଭୟଙ୍କର ଦୁର୍ଘଟଣା: ଘାଟିରେ ଓଲଟିଲା ପାଣି ଟ୍ୟାଙ୍କର ଟ୍ରାକ୍ଟର, ଚାଲିଗଲା ହେଲ୍‌ପରଙ୍କ ଜୀବନ, ଚାଳକ…

ଗଜପତି, ୪ା୪(ଗିରିଧାରୀ ପରିଛା): ଗଜପତି ଜିଲା ଗାରାବନ୍ଧ ଥାନା ରାୟଗଡ଼ ବ୍ଲକ ଅନ୍ତର୍ଗତ ପ୍ରସିଦ୍ଧ ପର୍ଯ୍ୟଟନ ସ୍ଥଳୀ ମହେନ୍ଦ୍ରଗିରିରେ ଏକ ଅଭାବନୀୟ ଘଟଣା ଘଟିଯାଇଛି। ପାଣି ବୋଝେଇ…

ଛତ୍ରପୁରରେ ଜିଲାସ୍ତରୀୟ ପ୍ରବେଶ ଉତ୍ସବ: ଜିଲାପାଳ କଲେ ଖଡ଼ିଛୁଆଁ, ଶିକ୍ଷାବର୍ଷର ଶୁଭାରମ୍ଭ…

ଛତ୍ରପୁର, ୪।୪ (ଦିଲ୍ଲୀପ ସାମଲ): “ଆସରେ ଆସ ସ୍କୁଲ ଯିବା, ସାଙ୍ଗ ପିଲାଙ୍କ ସାଙ୍ଗେ ପାଠ ପଢ଼ିବା”ଏହି ନାରା ସହ ଗଞ୍ଜାମ ଜିଲ୍ଲାରେ ଆଜିଠାରୁ ନୂତନ ଶିକ୍ଷାବର୍ଷର…

ମଦ ପିଇ ବସ୍‌ ଚଳାଉଥିଲେ ଡ୍ରାଇଭର, ବ୍ରେଥ୍‌ ଆନାଲାଇଜର୍‌ରେ ଯାଞ୍ଚ କରି ଧରିଲା ପୋଲିସ, ଡିଏଲ୍‌ ସସ୍‌ପେଣ୍ଡ ସହ…

ଛତ୍ରପୁର, ୪।୪(ଦିଲୀପ ସାମଲ): ଯାତ୍ରୀଙ୍କ ଜୀବନ ସହ ଖେଳୁଥିବା ଜଣେ ଦାୟିତ୍ୱହୀନ ବସ୍‌ ଚାଳକଙ୍କୁ ଧରିଛି ପୋଲିସ। ନିଶାଶକ୍ତ ଅବସ୍ଥାରେ ବସ ଚଳାଇବା ଅଭିଯୋଗରେ ଗାଡ଼ି ଜବତ…

ମୁମ୍ୱାଇକୁ ହରାଇଲା ଦିଲ୍ଲୀ

ନୂଆଦିଲ୍ଲୀ,୪ା୪: ସମୀର ରିଜ୍‌ଭୀଙ୍କ ବିସ୍ଫୋରକ ବ୍ୟାଟିଂ ବଳରେ ଦିଲ୍ଲୀ କ୍ୟାପିଟାଲ୍ସ (ଡିସି) ଶନିବାର ଅପରାହ୍ନରେ ଖେଳାଯାଇଥିବା ଆଇପିଏଲ୍‌ ମ୍ୟାଚ୍‌ରେ ମୁମ୍ୱାଇ ଇଣ୍ଡିଆନ୍ସ (ଏମ୍‌ଆଇ)କୁ ୬ ଉଇକେଟରେ ପରାସ୍ତ…

ଫାସଡ୍‌ ଶୁକତେଲ ନଦୀ ପୋଲତଳକୁ ଖସିଲା ସିମେଣ୍ଟ ବୋଝେଇ ଟ୍ରକ: ଚାଲିଗଲା ଡ୍ରାଇଭରଙ୍କ ଜୀବନ, ହେଲ୍‌ପର…

ବଲାଙ୍ଗୀର,୪।୪(ସୁନୀଲ କୁମାର ମହାନ୍ତି): ବଲାଙ୍ଗୀର ଜିଲାରେ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଛି। ୨୬ ନମ୍ବର ଜାତୀୟ ରାଜପଥ ଲୋଇସିଂହା ଥାନା ଅନ୍ତର୍ଗତ ଫାସଡ୍‌ ଶୁକତେଲ ନଦୀ…

ୟୁକ୍ରେନ୍‌ ଉପରେ ରୁଷିଆର ଡ୍ରୋନ୍‌ ଆକ୍ରମଣ, ପୁଣି ବଢ଼ାଇଲା ଚିନ୍ତା…

କିଭ୍‌,୪ା୪: ୟୁକ୍ରେନ୍‌ର ନିକୋପୋଲ୍‌ ସହର ଅନ୍ତର୍ଗତ ଏକ ବଜାର ଉପରେ ଶନିବାର ରୁଷିଆ ଡ୍ରୋନ୍‌ ମାଡ଼ କରିବାରୁ ଅନୂ୍ୟନ ୫ ଜଣଙ୍କ ମୃତ୍ୟୁ ଘଟିବା ସହ ୧୯ଜଣ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri