ଜେଜେ ମା’, ନାତୁଣୀଙ୍କୁ ଅପହରଣ କରି ସୁନା, ରୁପା ଲୁଟି ନେଲେ ଅଟୋ ଚାଳକ

ପୁରୁଷୋତ୍ତମପୁର,୫।୧(ସୀମାଞ୍ଚଳ ମିଶ୍ର): ଗଞ୍ଜାମ ଜିଲା ପୁରୁଷୋତ୍ତମପୁର ଅଞ୍ଚଳରୁ ରବିବାର ଏକ ଅଭାବନୀୟ ଘଟଣା ଶନିବାର ସାମ୍‌ନାକୁ ଆସିଛି। ଏକ ଅଟୋ ଯୋଗେ ଘରକୁ ଫେରୁଥିବା ବେଳେ ଅଟୋ ଚାଳକ ଜଣେ ବୃଦ୍ଧାଙ୍କ ସହ ୬ ବର୍ଷର ଶିଶୁ କନ୍ୟାଙ୍କୁ ଅପହରଣ କରି ସେମାନେ ପିନ୍ଧିଥିବା ସୁନା, ରୁପା ଅଳଙ୍କାର ଲୁଟି ନେଇଥିବା ଅଭିଯୋଗ ହୋଇଛି। ଅନ୍ୟପକ୍ଷେ ବୃଦ୍ଧା ଏବଂ ଶିଶୁ କନ୍ୟାଙ୍କୁ ସଂଜ୍ଞାହୀନ ଅବସ୍ଥାରେ ରାସ୍ତାକଡ଼ରେ ଫିଙ୍ଗିଦେଇ ଅଟୋ ଚାଳକ ଫେରାର ହୋଇଯାଇଥିବା ଜଣାପଡିଛି।

ମିଳିଥିବା ସୂଚନା ମୁତାବକ, ପୁରୁଷୋତ୍ତମପୁର ଚାଙ୍ଗୁଡିଆପଦର ସାହିର କୁନ୍ତଳା ଗୌଡ(୬୮) ତାଙ୍କ ନାତୁଣୀ ସୁଇଟି(୬)ଙ୍କୁ ଧରି ଝିଅ ଘର ଚଢେଆପଲ୍ଲୀ ଯାଇଥିଲେ। ଶନିବାର ଅପରାହ୍ନରେ ଝିଅଘରୁ ଏକ ଅଟୋ ଯୋଗେ ଗାଁକୁ ଫେରୁଥିଲେ। ହେଲେ ଅଟୋ ଚାଳକ ସେମାନଙ୍କୁ ଘରକୁ ଆଣି ଛାଡିବା ପରିବର୍ତ୍ତେ ବାଟରୁ ଅପହରଣ କରିନେଇ ଅନ୍ୟ ଏକ ରାସ୍ତାକୁ ନେଇଯାଇଥିଲେ। ପରେ ଅଟୋ ଚାଳକ କୁନ୍ତଳା ଏବଂ ଶିଶୁ କନ୍ୟାଙ୍କୁ ସଂଜ୍ଞାହୀନ କରି ପିନ୍ଧିଥିବା ସମସ୍ତ ସୁନା ଏବଂ ରୁପାର ଅଳଙ୍କାର ଲୁଟି ନେଇ ଥିଲେ। ପରେ ରମ୍ଭା ଥାନା ଅନ୍ତର୍ଗତ କାଇଁଚପୁର ଗାଁ ନିକଟସ୍ଥ ଏକ ଆଶ୍ରୟସ୍ଥଳ ନିକଟରେ ସେମାନଙ୍କୁ ପକାଇ ଦେଇ ଚମ୍ପଟ ମାରିଥିଲେ।

ଦୀର୍ଘ ସମୟ ବିତିଯାଇଥିଲେ ସୁଦ୍ଧା କୁନ୍ତଳା ଘରକୁ ନ ଫେରିବାରୁ ପରିବାର ଲୋକେ ଖୋଜାଖୋଜି କରିବା ସହ ପୁରୁଷୋତ୍ତମପୁର ପୋଲିସକୁ ଜଣାଇଥିଲେ। ଇତିମଧ୍ୟରେ ଉଭୟେ ରାତି ପର୍ଯ୍ୟନ୍ତ ପଡିଥିବା ସେଠିକାର ଲୋକେ ଦେଖି ରମ୍ଭା ପୋଲିସକୁ ଖବର ଦେଇଥିଲେ। ରମ୍ଭା ପୋଲିସ ପହଞ୍ଚି ଉଭୟଙ୍କୁ ଉଦ୍ଧାର କରି ଚିକିତ୍ସା ପାଇଁ ଛତ୍ରପୁର ମେଡିକାଲକୁ ନେଇଥିଲା। ଅବସ୍ଥା ଗୁରୁତର ଥିବାରୁ ବ୍ରହ୍ମପୁର ବଡ଼ ମେଡିକାଲକୁ ସ୍ଥାନାନ୍ତର କରାଯାଇଛି।

ଏନେଇ ରମ୍ଭା ପୋଲିସ ପୁରୁଷୋତ୍ତମପୁର ପୋଲିସକୁ ଜଣାଇବା ପରେ ପୁରୁଷୋତ୍ତମପୁର ପୋଲିସ କୁନ୍ତଳାଙ୍କ ପରିବାର ଲୋକଙ୍କୁ ଖବର ଦେଇଥିଲା। ପରେ ପରିବାର ଲୋକେ ବ୍ରହ୍ମପୁର ବଡମେଡିକାଲ ଯାଇ ଭେଟିଛନ୍ତି। ବର୍ତ୍ତମାନ ସୁଦ୍ଧା ସେମାନଙ୍କ ଅବସ୍ଥା ଗୁରୁତର ରହିଥିବା ପରିବାର ଲୋକେ କହିଛନ୍ତି। ଏହାକୁ ନେଇ ଥାନା ଆଇଆଇସି ରାଜେଶ କୁମାର ନାୟକଙ୍କୁ ପଚାରିବାରୁ ଘଟଣାର ତଦନ୍ତ ଜାରି ରହିଥିବା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ

ଛତ୍ରପୁର,୧।୧୦,(ଦିଲ୍ଲୀପ ସାମଲ/ଦ୍ୱାରିକା ପଟ୍ଟନାୟକ): ଗୁରୁବାର ରାତି ପ୍ରାୟ ସାଢ଼େ ୧୦ଟାରେ ଛତ୍ରପୁର ମେନ୍‌ ରୋଡ଼ସ୍ଥିତ ଏକ ରାଜସ୍ଥାନ ମିଠା ଦୋକାନରେ ଭୟଙ୍କର ଅଗ୍ନିକାଣ୍ଡ ଘଟିଛି। ଫ୍ରିଜ୍‌ରରେ ସର୍ଟସର୍କିଟ…

ଦେଢ଼ମାସ ହେଲା ପିଇବା ପାଣିରୁ ବଞ୍ଚିତ ଗ୍ରାମବାସୀ, ପଞ୍ଚାୟତରେ ତାଲା ପକାଇଲେ ଗ୍ରାମବାସୀ

ନିରାକାରପୁର,୧ା୧୦(ମାନସ ଚନ୍ଦ୍ର ପଟ୍ଟନାୟକ): ଖୋର୍ଦ୍ଧା ବ୍ଲକ ଓରବରସିଂହ ପଞ୍ଚାୟତ ଅନ୍ତର୍ଗତ କୃଷ୍ଣପୁରରେ ଥିବା ପାନୀୟଜଳ ପ୍ରକଳ୍ପର ପାଇପ୍‌ ଅନେକ ସ୍ଥାନରେ ଫାଟି ଯାଇଥିବାରୁ ଦୀର୍ଘ ଦେଢ଼ମାସ ଧରି…

ବନ୍ୟା ପାଣିଘେରରେ ୧୫ପରିବାର, ପ୍ରଶାସନ ନୀରବ…

ମାର୍ଶାଘାଇ, ୧ା୧୦(ଶୁଭେନ୍ଦୁ ପ୍ରସାଦ ଚୌଧୁରୀ): ଲୁଣାନଦୀରେ ବନ୍ୟା ଆସି ମାର୍ଶଘାଇ ବ୍ଲକ ମଣିକୁଣ୍ଡା ପଞ୍ଚାୟତ ବାଲିକଷୋଟି ଘୋଲ ଅଞ୍ଚଳର ୧୫ପରିବାର ଗତ ୫ଦିନ ହେବ ପାଣିଘେରରେ ରହିଛନ୍ତି।…

ବନ୍ୟା ପ୍ରଭାବିତ ଅଞ୍ଚଳ ପରିଦର୍ଶନ କଲେ ମନ୍ତ୍ରୀ

ବରଗଡ଼,୧।୧୦(ପ୍ରେମାନନ୍ଦ ଖମାରୀ): ବରଗଡ଼ ଜିଲା ଅମ୍ବାଭୋନା ବ୍ଲକ ଅନ୍ତର୍ଗତ ଚିଖିଲି ସମେତ ବିଭିନ୍ନ ଗ୍ରାମରେ ଗତ ୨୭ ତାରିଖରୁ ବନ୍ୟା ପରିସ୍ଥିତି ସୃଷ୍ଟି ହୋଇଥିଲା। ଉପରମୁଣ୍ଡରେ ପ୍ରବଳ…

ଜେଜେବାପା ହେଲେ ନବଜୋତ ସିଂହ ସିଦ୍ଧୁ; ଘରକୁ ଆସିଲା ଲକ୍ଷ୍ମୀ

ଚଣ୍ଡିଗଡ଼,୧।୧୦: ପୂର୍ବତନ କ୍ରିକେଟର୍‌ ତଥା ରାଜନେତା ନବଜୋତ ସିଂହ ସିଦ୍ଧୁ ଏକ ଖୁସିର ମୁହୂର୍ତ୍ତ ପାଳନ କରୁଛନ୍ତି: ସେ ଏବେ ଜେଜେବାପା ହୋଇଛନ୍ତି। ତାଙ୍କ ପରିବାରରେ ଏକ…

ନବୀନଙ୍କୁ ଭେଟିଲେ ହିଞ୍ଜିଳିର ବରିଷ୍ଠ ନେତା, କର୍ମୀ

ହିଞ୍ଜିଳିକାଟୁ,୧।୧୦ (ଦ୍ବିତୀକୃଷ୍ଣ ପଣ୍ଡା): ଗଞ୍ଜାମ ଜିଲା ହିଞ୍ଜିଳି ନିର୍ବାଚନ ମଣ୍ଡଳୀ ଅନ୍ତର୍ଗତ ଶେରଗଡ଼ ବ୍ଲକ, ହିଞ୍ଜିଳି ବ୍ଲକ ଓ ହିଞ୍ଜିଳିକାଟୁ ପୌରାଞ୍ଚଳର ବିଜୁ ଜନତା ଦଳ (ବିଜେଡି)ର…

ଅପେକ୍ଷାର ହେଲା ଅନ୍ତ, ICC ଦ୍ୱାରା ୨୦୨୭ ଦିନିକିଆ ବିଶ୍ୱକପର କାର୍ଯ୍ୟସୂଚୀ ଘୋଷଣା; ବର୍ଷକ ପରେ ଲଢିବେ ଭାରତ-ପାକିସ୍ତାନ

କେପ ଟାଉନ,୧।୧୦: ଆନ୍ତର୍ଜାତୀୟ କ୍ରିକେଟ ପରିଷଦ (ICC) ୨୦୨୭ ODI ବିଶ୍ୱକପ ପାଇଁ କାର୍ଯ୍ୟସୂଚୀ ଘୋଷଣା କରିଛି। କ୍ରିକେଟର ଏହି ବୃହତ ଆୟୋଜନ ୨୦୨୭ ମସିହା ଅକ୍ଟୋବର…

ଓଡ଼ିଶା କୃଷକ ସଭା ପକ୍ଷରୁ ସାଙ୍ଗଠନିକ ବୈଠକ; କର୍ମକର୍ତ୍ତା ଚୟନ, ଏ. ହରି ସଭାପତି , କୁରେଶୁ ସମ୍ପାଦକ

ଦିଗପହଣ୍ଡି,୧।୧୦(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସ୍ଥିତ ଶ୍ରୀ ଚନ୍ଦ୍ର ଚୁଡେଶ୍ୱର ଶୈବପୀଠ ସଭା ମଣ୍ଡପରେ ଓଡ଼ିଶା କୃଷକ ସଭା ଦିଗପହଣ୍ଡି ଶାଖା ପକ୍ଷରୁ ଗୁରୁବାର…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?