ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା: ଧରାପଡ଼ିଲେ ହତ୍ୟାକାରୀ ନାବାଳକ

ଟିକିରି,୧୫।୯ (ପ୍ରଫୁଲ୍ଲ କୁମାର ବେହେରା): ଗୁଣି ସନ୍ଦେହ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡା ଥାନା ଅଧୀନ ଏକାଡେଲି କରଳ ଗାଁ ଛକ ନିକଟରେ ଜଣେ ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା କରାଯାଇଥିଲା।

ପଡୋଶୀ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ କାଳାଆମ୍ବ ଗ୍ରାମର ଖଗେଶ୍ୱର ମାଣ୍ଡାଙ୍ଗିଙ୍କ ହତ୍ୟା ଅଭିଯୋଗରେ ସୋମବାର ରାୟଗଡା ପୋଲିସ ଜଣେ ନାବାଳକଙ୍କୁ ଧରି କଳାହାଣ୍ଡି ଜିଲା ଭବାନୀପାଟଣା ବାଳସୁଧାର ଗୃହକୁ ପଠାଯାଇଛି।

ନାବାଳକଙ୍କଠାରୁ ହତ୍ୟାରେ ବ୍ୟବହୃତ ଛୁରୀ ଏବଂ ରକ୍ତଭିଜା ପୋଷାକକୁ ଦୋରାଗୁଡା ପୋଲିସ ଜବତ କରିଛି। ହତ୍ୟାକାରୀ ନାବାଳକ ଜଣକ ମୃତକଙ୍କ ସମ୍ପର୍କୀୟ ଭାଇ ବୋଲି ରାୟଗଡା ଏସ୍‌ଡିପିଓ ଗୌରହରି ସାହୁ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, କୋରାପୁଟ ଜିଲା ଦମନ୍ତପୁର ବ୍ଲକ୍‌ କାଳାଆମ୍ବ ଗ୍ରାମର ଖଗେଶ୍ୱର ମାଣ୍ଡାଙ୍ଗି ଓ ରମାକାନ୍ତ ମାଣ୍ଡାଙ୍ଗି ଅଟୋ ଯୋଗେ ଟିକିରି ବାଲିଯାତ୍ରା ଦେଖିବାକୁ ଯାଇଥିଲେ। ସେମାନେ ଯାତ୍ରା ଦେଖି ଅଟୋ ଯୋଗେ ଫେରୁଥିବା ସମୟରେ କରଳ ଗାଁ ଛକ ନିକଟରେ ଅଭିଯୁକ୍ତ ନାବାଳକ ଖଗେଶ୍ୱରଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଚମ୍ପଟ ମାରିଥିଲେ।

ରାୟଗଡା ଏସଡିପିଓ ଗୌରହରି ସାହୁଙ୍କ ନେତୃତ୍ୱରେ ଦୋରାଗୁଡା ଆଇଆଇସି କିରଣ ବାଲା ସାମଲ, ଟିକିରି ଆଇଆଇସି ବିଶ୍ୱବନ୍ଦିନି ବାଗ ଓ ଅନ୍ୟ କର୍ମଚାରୀଙ୍କୁ ନେଇ ଏକ ଟିମ ଗଠନ କରି ତନାଘନା କରି ଗୋଟିଏ ଦିନ ମଧ୍ୟରେ ହତ୍ୟାକାରୀଙ୍କୁ ଧରି ଜୁଭେନାଇଲ ବୋର୍ଡରେ ଦାଖଲ କରିଛନ୍ତି। ଏ ନେଇ ଦୋରାଗୁଡା ଥାନାରେ କେଶ ନଂ ୧୨୦ /୨୫ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଆସନ୍ତା ୨୬ରୁ ଭଞ୍ଜନଗର ଠାକୁରାଣୀ ଯାତ୍ରା: କମିଟିରେ ଯୋଡ଼ିହେଲେ ନୂତନ କର୍ମକର୍ତ୍ତା, ସ୍ବଚ୍ଛତା ପାଇଁ ୩୦ ଦିନରେ…

ଭଞ୍ଜନଗର,୨୨।୩(ବାବୁଲା ପ୍ରଧାନ): ଗଞ୍ଜାମ ଜିଲାର ଐତିହାସିକ ଭଞ୍ଜନଗର ଠାକୁରାଣୀ ଯାତ୍ରା ପାଇଁ ରବିବାର ଏକ ଗୁରୁତ୍ୱପୂର୍ଣ୍ଣ ପ୍ରସ୍ତୁତି ବୈଠକ ଅନୁଷ୍ଠିତ ହୋଇଯାଇଛି। ସଭାପତି ରାଜେନ୍ଦ୍ର ବିଷୋୟୀଙ୍କ ଅଧ୍ୟକ୍ଷତାରେ…

Modi Govt Plan-B ଆକ୍ଟିଭ! ଇନ୍ଧନ ଯୋଗାଣ, ଜାହାଜ ପରିବହନ ସୁରକ୍ଷା ଉପରେ ଦୃଢ ମନୋଭାବ ପୋଷଣ କଲା ଭାରତ, ହର୍ମୁଜ ଷ୍ଟ୍ରେଟରେ କଡ଼ା ନଜର

ନୂଆଦିଲ୍ଲୀ,୨୨।୩: ଆମେରିକା, ଇସ୍ରାଏଲ ଏବଂ ଇରାନ ସହିତ ଚାଲିଥିବା ବିବାଦ ମଧ୍ୟରେ, ଶକ୍ତି ପ୍ରତିଷ୍ଠାନ ଉପରେ ଆକ୍ରମଣ ବିଶ୍ୱ ଉତ୍ତେଜନାକୁ ଏକ ଗୁରୁତର ସ୍ତରକୁ ବୃଦ୍ଧି କରିଛି।…

ବଲାଙ୍ଗୀର ଟାଉନ୍‌ ପୋଲିସ ପଞ୍ଝାରେ ଗଞ୍ଜେଇ ବେପାରୀ: ବାଇକ୍‌ରେ ଚାଲାଣ ବେଳେ ପଡ଼ିଲେ ଧରା, ୫ କିଲୋ…

ବଲାଙ୍ଗୀର,୨୨।୩ (ସୁନିଲ କୁମାର ମହାନ୍ତି): ବଲାଙ୍ଗୀର ସହରରେ କାୟା ବିସ୍ତାର କରୁଥିବା ଗଞ୍ଜେଇ ମାଫିଆଙ୍କ ବିରୋଧରେ ଟାଉନ ପୋଲିସକୁ ମିଳିଛି ଏକ ବଡ଼ ସଫଳତା। ବାଇକ ଯୋଗେ…

ଖୁସି ଖବର: ଭାରତ ପହଞ୍ଚିଲା ଆମେରିକାର LPG ଜାହାଜ, ପ୍ରଥମେ ରୁଷିଆ ତେଲ ଟ୍ୟାଙ୍କର ଆଉ ଏବେ…

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟରେ ଉତ୍ତେଜନା ପରେ, ବିଶ୍ୱ ତୈଳ ସଙ୍କଟ ଆହୁରି ଘନିଷ୍ଠ ହୋଇଛି। ଇରାନର ହର୍ମୁଜ ପ୍ରଣାଳୀ ଉପରେ ପହରାଦେବା ଜାହାଜଗୁଡ଼ିକୁ ସମୁଦ୍ରରେ ରହିବାକୁ ବାଧ୍ୟ କରିଛି।…

ବଢିବ କି ପେଟ୍ରୋଲ-ଡିଜେଲ ମୂଲ୍ୟ? କେନ୍ଦ୍ର ସରକାର ଦେଲେ ବଡ଼ ସୂଚନା

ନୂଆଦିଲ୍ଲୀ,୨୨।୩: ମଧ୍ୟପ୍ରାଚ୍ୟ ଯୁଦ୍ଧ ମଧ୍ୟରେ, ହର୍ମୁଜ ପ୍ରଣାଳୀକୁ ନେଇ ଉତ୍ତେଜନା ବୃଦ୍ଧି ପାଇଛି। ହର୍ମୁଜ ପ୍ରଣାଳୀ ସମ୍ପୂର୍ଣ୍ଣ ବନ୍ଦ ହୋଇପାରେ ବୋଲି ଆଲୋଚନା ହେଉଛି। ଏହା ଭବିଷ୍ୟତରେ…

ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କଲେ ପ୍ରଧାନମନ୍ତ୍ରୀ ମୋଦି, ନିଜ ନାଁରେ କଲେ ଆଉ ଏକ ରେକର୍ଡ

ନୂଆଦିଲ୍ଲୀ,୨୨।୩: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଆଜି ଭାରତୀୟ ରାଜନୀତିରେ ଇତିହାସ ସୃଷ୍ଟି କରିଛନ୍ତି। ମୋଦି ଗୁଜରାଟର ମୁଖ୍ୟମନ୍ତ୍ରୀ ଏବଂ ପ୍ରଧାନମନ୍ତ୍ରୀ ଭାବରେ ତାଙ୍କର କାର୍ଯ୍ୟକାଳକୁ ମିଶାଇ ମୋଟ…

ଏପ୍ରିଲ ପହିଲାରୁ ATM ବ୍ୟବହାର ହୋଇଯିବ ମହଙ୍ଗା, ଜାଣିରଖନ୍ତୁ ନୂଆ ନିୟମ, ନଚେତ…

ନୂଆଦିଲ୍ଲୀ,୨୨।୩: ନୂତନ ଆର୍ଥିକ ବର୍ଷ ଆରମ୍ଭରୁ ସାଧାରଣ ଗ୍ରାହକଙ୍କ ପାଇଁ ବ୍ୟାଙ୍କିଙ୍ଗ ନିୟମରେ ବଡ଼ ପରିବର୍ତ୍ତନ ହେବାକୁ ଯାଉଛି। ଏପ୍ରିଲ ୧ ତାରିଖରୁ ATMରୁ ଟଙ୍କା ଉଠାଣ,…

କ୍ୟୁବାରେ ଘୋଟିଗଲା ଘନ ଅନ୍ଧାର, ଦେଶବ୍ୟାପୀ ବ୍ଲାକ ଆଉଟ, ଏଥିପାଇଁ ଟ୍ରମ୍ପ ଦାୟୀ?

ହାଭାନା,୨୨।୩: ଶନିବାର ଦିନ, କ୍ୟୁବାର ସମ୍ପୂର୍ଣ୍ଣ ବିଦ୍ୟୁତ ଗ୍ରୀଡ ପୁଣି ଥରେ ଭାଙ୍ଗି ପଡ଼ିଲା, ଯାହା ଫଳରେ ସାରା ଦେଶରେ ପ୍ରାୟ ୧୧ ନିୟୁତ ଲୋକ ଅନ୍ଧାରରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri