ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା: ଧରାପଡ଼ିଲେ ହତ୍ୟାକାରୀ ନାବାଳକ

ଟିକିରି,୧୫।୯ (ପ୍ରଫୁଲ୍ଲ କୁମାର ବେହେରା): ଗୁଣି ସନ୍ଦେହ ଓ ପୂର୍ବ ଶତ୍ରୁତାକୁ କେନ୍ଦ୍ରକରି ରାୟଗଡା ଜିଲା କାଶୀପୁର ବ୍ଲକ ଦୋରାଗୁଡା ଥାନା ଅଧୀନ ଏକାଡେଲି କରଳ ଗାଁ ଛକ ନିକଟରେ ଜଣେ ଅଟୋ ଚାଳକଙ୍କୁ ଗଳାକାଟି ହତ୍ୟା କରାଯାଇଥିଲା।

ପଡୋଶୀ କୋରାପୁଟ ଜିଲା ଦଶମନ୍ତପୁର ବ୍ଲକ୍‌ କାଳାଆମ୍ବ ଗ୍ରାମର ଖଗେଶ୍ୱର ମାଣ୍ଡାଙ୍ଗିଙ୍କ ହତ୍ୟା ଅଭିଯୋଗରେ ସୋମବାର ରାୟଗଡା ପୋଲିସ ଜଣେ ନାବାଳକଙ୍କୁ ଧରି କଳାହାଣ୍ଡି ଜିଲା ଭବାନୀପାଟଣା ବାଳସୁଧାର ଗୃହକୁ ପଠାଯାଇଛି।

ନାବାଳକଙ୍କଠାରୁ ହତ୍ୟାରେ ବ୍ୟବହୃତ ଛୁରୀ ଏବଂ ରକ୍ତଭିଜା ପୋଷାକକୁ ଦୋରାଗୁଡା ପୋଲିସ ଜବତ କରିଛି। ହତ୍ୟାକାରୀ ନାବାଳକ ଜଣକ ମୃତକଙ୍କ ସମ୍ପର୍କୀୟ ଭାଇ ବୋଲି ରାୟଗଡା ଏସ୍‌ଡିପିଓ ଗୌରହରି ସାହୁ ସୂଚନା ଦେଇଛନ୍ତି।

ସୂଚନା ଅନୁଯାୟୀ, କୋରାପୁଟ ଜିଲା ଦମନ୍ତପୁର ବ୍ଲକ୍‌ କାଳାଆମ୍ବ ଗ୍ରାମର ଖଗେଶ୍ୱର ମାଣ୍ଡାଙ୍ଗି ଓ ରମାକାନ୍ତ ମାଣ୍ଡାଙ୍ଗି ଅଟୋ ଯୋଗେ ଟିକିରି ବାଲିଯାତ୍ରା ଦେଖିବାକୁ ଯାଇଥିଲେ। ସେମାନେ ଯାତ୍ରା ଦେଖି ଅଟୋ ଯୋଗେ ଫେରୁଥିବା ସମୟରେ କରଳ ଗାଁ ଛକ ନିକଟରେ ଅଭିଯୁକ୍ତ ନାବାଳକ ଖଗେଶ୍ୱରଙ୍କୁ ଏକ ଧାରୁଆ ଅସ୍ତ୍ରରେ ଆକ୍ରମଣ କରି ଚମ୍ପଟ ମାରିଥିଲେ।

ରାୟଗଡା ଏସଡିପିଓ ଗୌରହରି ସାହୁଙ୍କ ନେତୃତ୍ୱରେ ଦୋରାଗୁଡା ଆଇଆଇସି କିରଣ ବାଲା ସାମଲ, ଟିକିରି ଆଇଆଇସି ବିଶ୍ୱବନ୍ଦିନି ବାଗ ଓ ଅନ୍ୟ କର୍ମଚାରୀଙ୍କୁ ନେଇ ଏକ ଟିମ ଗଠନ କରି ତନାଘନା କରି ଗୋଟିଏ ଦିନ ମଧ୍ୟରେ ହତ୍ୟାକାରୀଙ୍କୁ ଧରି ଜୁଭେନାଇଲ ବୋର୍ଡରେ ଦାଖଲ କରିଛନ୍ତି। ଏ ନେଇ ଦୋରାଗୁଡା ଥାନାରେ କେଶ ନଂ ୧୨୦ /୨୫ରେ ଏକ ମାମଲା ରୁଜୁ କରାଯାଇଛି।


Enter your email to get our daily news in your inbox.

All Right Reserved By Dharitri.Com

ଟ୍ରକ୍‌ରେ ପିଟି ହୋଇ ଦୁଇ ବାଇକ୍‌ ଆରୋହୀ ଗୁରୁତର, ଜଣେ ବୁର୍ଲା ସ୍ଥାନାନ୍ତର

ବଲାଙ୍ଗୀର,୧୦।୧୨(ସୁନିଲ କୁମାର ମହାନ୍ତି): ବଲାଙ୍ଗୀର-ଭବାନୀପାଟଣା ୨୬ ନମ୍ବର ଜାତୀୟ ରାଜପଥର ମଠଖାଇ ମନ୍ଦିର ଓ ସିନଖମନ ରାସ୍ତା ମଝିରେ ଏକ ମର୍ମନ୍ତୁଦ ଦୁର୍ଘଟଣା ଘଟିଛି। ରାସ୍ତାରେ...

ଏସବୁ ରାଜ୍ୟରେ ବଢିବ SIR ସମୟସୀମା: ରିପୋର୍ଟ

ନୂଆଦିଲ୍ଲୀ,,୧୦।୧୨: ସ୍ୱତନ୍ତ୍ର ପରିଚୟପତ୍ର ସଂଶୋଧନ (SIR) ପାଇଁ ଉତ୍ତରପ୍ରଦେଶ, ପଶ୍ଚିମବଙ୍ଗ ସମେତ ଅନେକ ରାଜ୍ୟରେ ସମୟସୀମା ବଢ଼ାଇବାକୁ ନିର୍ବାଚନ କମିଶନ (EC) ଯୋଜନା କରୁଥିବା ଶୀର୍ଷ...

ପଲାଣଘାଟି ପଞ୍ଚାୟତକୁ ଜିଲାସ୍ତରୀୟ ପୁରସ୍କାର

ପାଟଣା,୧୦ା୧୨(ବୀରକିଶୋର ଦାଶ): କେନ୍ଦୁଝର ଜିଲା ପାଟଣା ବ୍ଲକ ଅନ୍ତର୍ଗତ ପଲାଣଘାଟି ପଞ୍ଚାୟତକୁ ଜିଲା ଜଳ ଓ ପରିମଳ ମିଶନ ପକ୍ଷରୁ ବିଶ୍ୱ ଶୌଚାଳୟ ଦିବସରେ ଜିଲାସ୍ତରରେ...

ଚାଷୀଙ୍କ ସହ ଆଲୋଚନା କଲେ ବିଧାୟକ, ଅମଳ ଧାନକୁ ନେଇ…

ପାରଳାଖେମୁଣ୍ଡି,୧୦ା୧୨(ଗିରିଧାରୀ ପରିଛା): ଗଜପତି ଜିଲା ପାରଳାଖେମୁଣ୍ଡି ବିଧାୟକ ଇଂ. ରୂପେଶ କୁମାର ପାଣିଗ୍ରାହୀ କାଶୀନଗର ବ୍ଲକ ଖାରଡ଼ା ଗ୍ରାମାଞ୍ଚଳ ଗସ୍ତ କରି ଚାଷୀଙ୍କ ସହ ବିଭିନ୍ନ...

ରାସ୍ତାରେ ଓଲଟି ପଡ଼ିଲା ଗ୍ୟାସ୍‌ ବୋଝେଇ ଟ୍ୟାଙ୍କର, ଦୁର୍ଘଟଣା ଏତେ ଭୟଙ୍କର ଯେ ଲୋକେ…

ଲାଞ୍ଜିଗଡ଼,୧୦ା୧୨(ରମେଶ ଚନ୍ଦ୍ର ନାୟକ): କଳାହାଣ୍ଡି ଜିଲା ଭବାନୀପାଟଣାରୁ ରାୟଗଡ଼ାକୁ ସଂଯୋଗ କରୁଥିବା ୬ ନମ୍ବର ରାଜ୍ୟ ରାଜପଥ ବଞ୍ଜାରି ଘାଟି ନିକଟରେ ବୁଧବାର ସନ୍ଧ୍ୟାରେ ଗୋଟିଏ...

ନବନିଯୁକ୍ତ ରାଇରଙ୍ଗପୁର ଭାଜପା ପ୍ରଭାରୀଙ୍କୁ ଛୁଟୁଛି ଶୁଭେଚ୍ଛାର ସୁଅ

ପାଟଣା,୧୦ା୧୨(ବୀରକିଶୋର ଦାଶ): ଭାଜପା ରାଜ୍ୟ ସଭାପତି ମନମୋହନ ସାମଲ ଏବଂ ରାଜ୍ୟ ସଂଗଠନ ମନ୍ତ୍ରୀ ମାନସ ମହାନ୍ତି କେନ୍ଦୁଝର ଜିଲା ଭାଜପା ପୂର୍ବତନ ସଭାପତି ଅଂଶୁମାନ...

ଜାପାନରରେ ପୁଣି ୬.୫ ତୀବ୍ରତାର ଭୂକମ୍ପ; ଦୁଇ ଦିନରେ ଦ୍ୱିତୀୟ ଶକ୍ତିଶାଳୀ ଝଟକା

ମୁମ୍ବାଇ,୧୦।୧୨: ଗତ ସୋମବାର ୭.୫ ତୀବ୍ରତାର ଶକ୍ତିଶାଳୀ ଭୂକମ୍ପ ଯୋଗୁଁ ସୁନାମୀ ଚେତାବନୀ ଜାରି ହେବାର ୪୮ ଘଣ୍ଟା ମଧ୍ୟରେ ବୁଧବାର ପୁଣିଥରେ ଜାପାନର ଉତ୍ତରାଞ୍ଚଳ...

ଦିଗପହଣ୍ଡିରେ ଏଡିଜେ କୋର୍ଟ ପ୍ରତିଷ୍ଠା ଦାବି

ଦିଗପହଣ୍ଡି,୧୦ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲାର ଦିଗପହଣ୍ଡି ଠାରେ ଏଡିଜେ କୋର୍ଟ ସହ ଜିଲା ସବଡିଭିଜନ କାର୍ଯ୍ୟାଳୟ ପ୍ରତିଷ୍ଠା ନିମନ୍ତେ ସ୍ଥାନୀୟ ଖେମୁଣ୍ଡି ଓକିଲ ସଂଘ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri