ବ୍ରିଜ୍‌ ତଳକୁ ଖସିଲା ଅଟୋ, ୧୦ ଛାତ୍ରୀଛାତ୍ର ଆହତ

ମୁରିବାହାଲ, ୩୧ା୧(ଡ଼ି. ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଆଦର୍ଶ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ସ୍କୁଲ ଯାଉଥଇବା ଏକ ଅଟୋ ସୋମବାର ଗୁଡିଘାଟ ନିକଟରେ ଥିବା ଏକ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଖସି ପଡିଥିଲା। ଫଳରେ ଏଥିରେ ଥିବା ୧୦ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଛାତ୍ରୀଛାତ୍ରଙ୍କୁ ଗୁଡିଘାଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗ୍ରସ୍ତ ଅଟୋକୁ ମୁରିବାହାଲ ପୋଲିସ ଜବତ କରିଛି।
ପ୍ରତିଦିନ ଭଳି ସୋମବାର ପୂର୍ବାହ୍ନ ପ୍ରାୟ ୯ଟା ୩୦ରେ ବଡ଼ସାଇମରା, ଧୂମାମାଲ, ସୁଲେକେଲା, ଟେଙ୍ଗରା, ଅଣ୍ଡାଲଦୋରୋ, ପତ୍ରପାଲି, ଇଛାପ, ଗଁରେଇ, ହଳଦୀ ଅଞ୍ଚଳର ପିଲାମାନେ ଏକ ଅଟୋରେ ଆଦର୍ଶ ବିଦ୍ୟାଳୟକୁ ପଢିବାକୁ ଆସୁଥିଲେ। ଅଟୋ ଭାରସାମ୍ୟ ହରାଇ ପାଖରେ ଥିବା ଗୁଡିଘାଟ ଯୋରର ପ୍ରାୟ ୧୦ଫୁଟ ବ୍ରିଜ ତଳକୁ ଖସି ପଡିଥିଲା। ଖବର ପାଇ ମୁରିବାହାଲ ବିଡିଓ ପୂର୍ଣ୍ଣାନନ୍ଦ ପୁଟେଲ, ତହସିଲଦାର ସୋନାଲି ପାତ୍ର ଡାକ୍ତରଖାନା ଯାଇ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ପିଲାମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ପୀତାମ୍ବର ବେଶ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ଜ୍ୱାଇଁଙ୍କ ଟାଙ୍ଗିଆ ଚୋଟରେ ଚାଲିଗଲା ଶାଶୁଙ୍କ ଜୀବନ

ବାଲିଗୁଡା,୨୭ା୧୨(ସଞ୍ଜୟ କୁମାର ପାଣିଗ୍ରାହୀ): କନ୍ଧମାଳ ଜିଲା ବାଲିଗୁଡା ଉପଖଣ୍ଡ ଅଧୀନ କ.ନୂଆଗାଁ ଥାନା ସିର୍ତିଗୁଡା ଗ୍ରାମରେ ଶନିବାର ଏକ ଅଭାବନୀୟ ଘଟଣା ଦେଖିବାକୁ ମିଳିିଛି। ପାରିବାରିକ...

 ‘Pay Later with BharatPe’: ଏବେ UPIରେ ମିଳିବ ଉଧାର: ଜାଣନ୍ତୁ କେତେ ଦିନ ମଧ୍ୟରେ ଫେରସ୍ତ ମିଳିବ ଟଙ୍କା…

ନୂଆଦିଲ୍ଲୀ, ୨୭।୧୨:  ଆଜିର ଦ୍ରୁତଗତି ଜୀବନଶୈଳୀରେ ପ୍ରତ୍ୟେକ ବ୍ୟକ୍ତି ଡିଜିଟାଲ୍ ପେମେଣ୍ଟ୍ ଉପରେ ନିର୍ଭରଶୀଳ ହୋଇଯାଇଛନ୍ତି। ପରିବା କିଣିବା ହେଉ, କାଫେରେ କଫି ପିଇବା ହେଉ...

ବିଶ୍ୱ ରେକର୍ଡ ସୃଷ୍ଟି କଲା ଚାଇନା ଟ୍ରେନ୍‌

ବେଜିଂ,୨୭ା୧୨: ଚାଇନାର ସବୁଠୁ ଦ୍ରୁତଗାମୀ ମାଗଲେଭ୍‌ ଟ୍ରେନ୍‌ ନୂଆ ବିଶ୍ୱ ରେକର୍ଡ ସୃଷ୍ଟି କରିଛି। ଏହି ଟ୍ରେନ୍‌ ମାତ୍ର ୨ ସେକେଣ୍ଡରେ ଘଣ୍ଟାପ୍ରତି ୭୦୦ କି.ମି....

ଯୁବକଙ୍କୁ ଚାପିଦେଲା ଟ୍ରକ୍‌: ଆଉ ତା’ପରେ…

କୋକସରା,୨୭ା୧୨(ଦୁଷ୍ମନ୍ତ କୁମାର ପାଟ୍ଟଯୋଷୀ): ୨୬ ନମ୍ବର ଜାତୀୟ ରାଜପଥର କୋକସରା ଥାନା କୁସୁମଖୁଣ୍ଟି ନିକଟରେ ଶନିବାର ରାତି ପ୍ରାୟ ୭ଟାରେ ଏକ ଟ୍ରକ୍‌ ଧକ୍କାରେ ଜଣେ...

ଥୁଆମୂଳ ରାମପୁର ଗୋଷ୍ଠୀ ସ୍ୱାସ୍ଥ୍ୟକେନ୍ଦ୍ରରେ କର୍ମଚାରୀଙ୍କ ଚରମ ଅବହେଳା: ୨୦ ମିନିଟ୍ କାଳ ବେଡ୍‌ରେ ଛଟପଟ ହେଲେ ଦୁର୍ଘଟଣାଗ୍ରସ୍ତ ଯୁବକ

ଥୁଆମୂଳ ରାମପୁର, ୨୭।୧୨(ଦୁର୍ଗା କୀର୍ତ୍ତି):- କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ଗୋଷ୍ଠୀ ସ୍ବାସ୍ଥ୍ୟ କେନ୍ଦ୍ରରେ ସ୍ବାସ୍ଥ୍ୟସେବା ଏବେ ସମ୍ପୂର୍ଣ୍ଣ ବିପର୍ଯ୍ୟସ୍ତ। କର୍ମଚାରୀଙ୍କ ଲଗାତାର ଅବହେଳା ଓ...

ଥାଇଲାଣ୍ଡ-କାମ୍ବୋଡ଼ିଆ ମଧ୍ୟରେ ବଡ଼ ଚୁକ୍ତି: ବନ୍ଦ ହେବ ଯୁଦ୍ଧ

ବ୍ୟାଙ୍କକ୍‌,୨୭ା୧୨: ଥାଇଲାଣ୍ଡ ଏବଂ କାମ୍ବୋଡ଼ିଆ ମଧ୍ୟରେ ସୀମା ବିବାଦକୁ ନେଇ ଗତ କିଛି ସପ୍ତାହ ହେଲା ସଂଘର୍ଷ ଲାଗି ରହିଛି। ଏହାକୁ ବନ୍ଦ କରିବା ପାଇଁ...

ପାରମ୍ପରିକ ‘ଟୋକି ପର୍ବ’ ପାଇଁ  ଚଳଚଞ୍ଚଳ କଳାହାଣ୍ଡି:  ସଜାଗ ଅଛନ୍ତି ପର୍ବ ପାଳନ କମିଟି, ଜାନୀ-ଦିଶାରୀଙ୍କ ନେତୃତ୍ୱରେ…

ଥୁଆମୂଳ ରାମପୁର, ୨୮ା୧୨ (ଦୁର୍ଗା କୀର୍ତ୍ତି): କଳାହାଣ୍ଡି ଜିଲା ଥୁଆମୂଳ ରାମପୁର ବ୍ଲକର ବିଭିନ୍ନ ଆଦିବାସୀ ଅଞ୍ଚଳରେ ଆସନ୍ତାକାଲି ଅର୍ଥାତ ରବିବାର କନ୍ଧ ସମ୍ପ୍ରଦାୟର ଗଣପର୍ବ...

ଟି୨୦ରେ ହରମନପ୍ରୀତ୍‌ଙ୍କ ବିଶ୍ୱ ରେକର୍ଡ

ନୂଆଦିଲ୍ଲୀ,୨୭ା୧୨: ହରମନପ୍ରୀତ୍‌ କୌର ଅନ୍ତର୍ଜାତୀୟ ଟି୨୦ରେ ଅଧିନାୟିକା ଭାବେ ସର୍ବାଧିକ ମ୍ୟାଚ୍‌ ଜିତିବାର ବିଶ୍ୱ ରେକର୍ଡ ନିଜ ନାମରେ କରିଛନ୍ତି। ଥିରୁଭାନନ୍ତପୁରମ୍‌ରେ ଶୁକ୍ରବାର ଶ୍ରୀଲଙ୍କା ବିପକ୍ଷ...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri