ବ୍ରିଜ୍‌ ତଳକୁ ଖସିଲା ଅଟୋ, ୧୦ ଛାତ୍ରୀଛାତ୍ର ଆହତ

ମୁରିବାହାଲ, ୩୧ା୧(ଡ଼ି. ଏନ.ଏ.): ବଲାଙ୍ଗୀର ଜିଲା ମୁରିବାହାଲ ଆଦର୍ଶ ବିଦ୍ୟାଳୟ ଛାତ୍ରୀଛାତ୍ରଙ୍କୁ ନେଇ ସ୍କୁଲ ଯାଉଥଇବା ଏକ ଅଟୋ ସୋମବାର ଗୁଡିଘାଟ ନିକଟରେ ଥିବା ଏକ ବ୍ରିଜ ତଳକୁ ଭାରସାମ୍ୟ ହରାଇ ଖସି ପଡିଥିଲା। ଫଳରେ ଏଥିରେ ଥିବା ୧୦ଛାତ୍ରୀଛାତ୍ର ଗୁରୁତର ଆହତ ହୋଇଥିଲେ। ସ୍ଥାନୀୟ ଲୋକଙ୍କ ସହାୟତାରେ ଆହତ ଛାତ୍ରୀଛାତ୍ରଙ୍କୁ ଗୁଡିଘାଟ ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ରରେ ପ୍ରାଥମିକ ଚିକିତ୍ସା ପରେ ମୁରିବାହାଲ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର ଅଣାଯାଇଥିଲା। ସେମାନଙ୍କ ମଧ୍ୟରୁ ଜଣଙ୍କୁ ଅଧିକ ଚିକିତ୍ସା ପାଇଁ ବଲାଙ୍ଗୀର ସ୍ଥାନାନ୍ତର କରାଯାଇଛି। ଦୁର୍ଘଟଣାଗ୍ରସ୍ତ ଅଟୋକୁ ମୁରିବାହାଲ ପୋଲିସ ଜବତ କରିଛି।
ପ୍ରତିଦିନ ଭଳି ସୋମବାର ପୂର୍ବାହ୍ନ ପ୍ରାୟ ୯ଟା ୩୦ରେ ବଡ଼ସାଇମରା, ଧୂମାମାଲ, ସୁଲେକେଲା, ଟେଙ୍ଗରା, ଅଣ୍ଡାଲଦୋରୋ, ପତ୍ରପାଲି, ଇଛାପ, ଗଁରେଇ, ହଳଦୀ ଅଞ୍ଚଳର ପିଲାମାନେ ଏକ ଅଟୋରେ ଆଦର୍ଶ ବିଦ୍ୟାଳୟକୁ ପଢିବାକୁ ଆସୁଥିଲେ। ଅଟୋ ଭାରସାମ୍ୟ ହରାଇ ପାଖରେ ଥିବା ଗୁଡିଘାଟ ଯୋରର ପ୍ରାୟ ୧୦ଫୁଟ ବ୍ରିଜ ତଳକୁ ଖସି ପଡିଥିଲା। ଖବର ପାଇ ମୁରିବାହାଲ ବିଡିଓ ପୂର୍ଣ୍ଣାନନ୍ଦ ପୁଟେଲ, ତହସିଲଦାର ସୋନାଲି ପାତ୍ର ଡାକ୍ତରଖାନା ଯାଇ ଛାତ୍ରୀଛାତ୍ରଙ୍କୁ ଭେଟିଥିଲେ। ପିଲାମାନଙ୍କ ସ୍ବାସ୍ଥ୍ୟାବସ୍ଥା ଭଲ ଥିବା ଆଦର୍ଶ ବିଦ୍ୟାଳୟ ଅଧ୍ୟକ୍ଷ ପୀତାମ୍ବର ବେଶ୍ରା କହିଛନ୍ତି।


Enter your email to get our daily news in your inbox.

All Right Reserved By Dharitri.Com

ବ୍ରାଜିଲକୁ ବଞ୍ଚାଇଲେ ଭିନିସିଅସ

ଇଷ୍ଟ ରଦରଫୋର୍ଡ,୧୪ା୬- ଭିନିସିଅସ ଜୁନିୟରଙ୍କ ଗୋଲ ବଳରେ ମରକୋ ବିପକ୍ଷ ମ୍ୟାଚ୍‌କୁ ବ୍ରାଜିଲ ୧-୧ ଗୋଲ୍‌ରେ ଡ୍ର’ ରଖିଛି। ଏହି ମ୍ୟାଚ୍‌ରେ ମରକୋ ବିଶ୍ୱକପ୍‌ ଇତିହାସର ପ୍ରଥମ…

ଅଡବା ପୋଲିସର ଚଢ଼ାଉ, ୧୫୦ ଲିଟର ଦେଶୀ ମଦ…

ମୋହନା,୧୪।୬( ମନ୍ମଥ ମିଶ୍ର ): ଗଜପତି ଜିଲା ଅଡବା ପୋଲିସର ଚଢ଼ାଉ କରି ୧୫୦ ଲିଟର ଦେଶୀ ମଦ ନଷ୍ଟ କରିଛି । ଏଭଳି ଘଟଣା ଦେଖିବାକୁ…

ଟି୨୦ ବିଶ୍ୱକପ୍‌ରେ ପାକିସ୍ତାନକୁ ହରାଇଲା ଭାରତ

ବର୍ମିଂହାମ, ୧୪ା୬: ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ଏବଂ ପରେ ଦୀପ୍ତି ଶର୍ମାଙ୍କ ୫ ଉଇକେଟ ସଫଳତା ବଳରେ ରବିବାର ଖେଳାଯାଇଥିବା ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ…

ଗ୍ୟାରେଜ୍‌ରେ ପଶି ମାଲିକଙ୍କୁ ଗୁଳିକରି ହତ୍ୟା

ନୟାଗଡ଼,୧୪।୬(ଲୋକନାଥ ମିଶ୍ର): ନୟାଗଡ଼ ଜିଲା ଗଣିଆ ଥାନା ଅଧୀନ ପାଣ୍ଡରାସିଂହା ଛକରେ ରବିବାର ସନ୍ଧ୍ୟାରେ ଏକ ଗୁଳିକାଣ୍ଡ ଘଟିଛି। ଦୁର୍ବୃତ୍ତମାନେ ଗ୍ୟାରେଜ୍‌ରେ ପଶି ଅତର୍କିତ ଫାୟାରିଂ କରିଥିଲେ।…

ମହିଳା ବିଶ୍ୱକପ୍‌ରେ ପାକିସ୍ତାନ ସହ ହାତ ମିଳାଇଲା ନାହିଁ ଭାରତ

ବର୍ମିଂହାମ, ୧୪ା୬: ପଡ଼ୋଶୀ ପାକିସ୍ତାନ ସହ ହାତ ନ ମିଳାଇବା ନୀତି ଭାରତ ଜାରି ରଖିଛି। ରବିବାର ମହିଳା ବିଶ୍ୱକପ୍‌ ମ୍ୟାଚ୍‌ରେ ଭାରତର ଅଧିନାୟିକା ହରମନପ୍ରୀତ କୌର…

ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆଡମିଟ୍‌ କାର୍ଡ ଜାରି, ଜୁନ୍‌ ୨୧ରେ…

ନୂଆଦିଲ୍ଲୀ,୧୪ା୬ : ଏନ୍‌ଇଇଟି-ୟୁଜି ସାନି ପରୀକ୍ଷା ଆସନ୍ତା ୨୧ରେ ଅନୁଷ୍ଠିତ ହେବାକୁ ଯାଉଥିବାବେଳେ ଏଥିପାଇଁ ପରୀକ୍ଷା ପରିଚାଳନାକାରୀ ସଂସ୍ଥା ନ୍ୟାଶନାଲ ଟେଷ୍ଟିଂ ଏଜେନ୍ସି (ଏନ୍‌ଟିଏ) ଆଡମିଟ୍‌ କାର୍ଡ…

ବରଗଡ଼ରେ ଆତଙ୍କ ମଚାଉଛନ୍ତି ଲୁଟେରା, ଦିବା ଆଲୋକରେ ଲୁଟପାଟ୍

ବରଗଡ଼,୧୪।୬(ପ୍ରେମାନନ୍ଦ ଖମାରୀ): ବରଗଡ଼ରେ ଲୁଟେରାମାନଙ୍କ ଦୌରାତ୍ମ୍ୟ ବଢ଼ି ଯାଇଛି । ଗତ ୩ଦିନତଳେ କଲାପାଣି ଛକ ନିକଟରେ ବିଚ୍‌ରାସ୍ତା ଉପରୁ ଜଣେ ମହିଳାଙ୍କ ସୁନାଚେନ୍‌ ଲୁଟ୍‌ ହୋଇଥିବାବେଳେ…

ମହିଳା ଟି୨୦ ବିଶ୍ୱକପ୍‌: ପାକିସ୍ତାନ ସମ୍ମୁଖରେ ୧୭୧ ରନ୍‌ର ଚ୍ୟାଲେଞ୍ଜିଂ ଟାର୍ଗେଟ

ବର୍ମିଂହାମ,୧୪ା୬: ଚଳିତ ମହିଳା ଟି୨୦ କ୍ରିକେଟ ବିଶ୍ୱକପ୍‌ରେ ରବିବାର ଖେଳାଯାଉଥିବା ଗୁରୁତ୍ୱପୂର୍ଣ୍ଣ ମ୍ୟାଚ୍‌ରେ ଭାରତ ଓ ପାକିସ୍ତାନ ପରସ୍ପରକୁ ଭେଟିଛନ୍ତି। ସ୍ମୃତି ମନ୍ଧାନାଙ୍କ ବିସ୍ଫୋରକ ଅର୍ଦ୍ଧଶତକ ବଳରେ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri