ବାଇକ୍‌କୁ ଧକ୍କାଦେଲା ଅଟୋ: ଚାଲିଗଲା ୨ ଜୀବନ, ୨ ଗୁରୁତର

ଦିଗପହଣ୍ଡି,୨ା୧୧(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବି. ତୁରୁବୁଡ଼ିି ପଞ୍ଚାୟତ କାଣ୍ଡେଶ୍ୱର ଗାଁ ଛକରେ ଯାତ୍ରୀବାହୀ ଅଟୋ (ନଂ. ଓଡ଼ି ୦୭ ଏଫ୍‌-୩୯୦୩) ଶନିବାର ମଧ୍ୟାହ୍ନରେ ଏକ ବାଇକ୍‌ (ନଂ.ଓ ଆର ୦୭ ଓ୍ବାଇ -୩୮୫୯)କୁ ଧକ୍କା ଦେବାରୁ ୨ ଜଣଙ୍କର ମୃତ୍ୟୁ ଘଟିଛି। ମୃତକ ଦ୍ବୟ ହେଲେ କାଣ୍ଡେଶ୍ୱର ଗାଁର ସୀମାଞ୍ଚଳ ରେଡ୍ଡୀ ଏବଂ କୁନ୍ତି ଗୌଡ଼। ଦୁର୍ଘଟଣା ପରେ ଗୁରୁତର ଦ୍ବୟଙ୍କୁ ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରାଯାଇଥିଲା। ସେଠାରେ ଉପସ୍ଥିତ ଡାକ୍ତର ଉଭୟଙ୍କୁ ମୃତ ଘୋଷଣା କରିଥିଲେ।

ଖବରପାଇ ଦିଗପହଣ୍ଡି ପୋଲିସ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ପହଞ୍ଚି ମୃତଦେହ ୨ଟିକୁ ଜବତ କରି ମୋକଦ୍ଦମା ରୁଜୁ କରିବା ସହ ବ୍ୟବଚ୍ଛେଦ ନିମନ୍ତେ ବ୍ରହ୍ମପୁର ବଡ଼ ଡାକ୍ତରଖାନାକୁ ପଠାଇଥିଲା। ବ୍ୟବଚ୍ଛେଦ ପରେ ମୃତଦେହ ୨ଟିକୁ ପରିବାର ଲୋକଙ୍କୁ ହସ୍ତାନ୍ତର କରାଯାଇଛି। ଗାଁ ଶ୍ମଶାନରେ ସେମାନଙ୍କ ବନ୍ଧୁବର୍ଗଙ୍କ ଉପସ୍ଥିତିରେ ଅନ୍ତିମ ସଂସ୍କାର କରାଯାଇଛି।

ସକାଳେ ମା ’ ବାଙ୍କେଶ୍ୱରୀଙ୍କ ଦର୍ଶନ ସାରି ଯାତ୍ରୀବାହୀ ଅଟୋରେ କିଛି ଶ୍ରଦ୍ଧାଳୁ ବ୍ରହ୍ମପୁର ଫେରୁଥିବା ବେଳେ ଚାଷଜମିରେ ମୋଟର ଯୋଗେ ପାଣି ମଡାଇବାକୁ ସୀମାଞ୍ଚଳ ଓ ତାଙ୍କ ଗାଁର କୁନ୍ତିି ବାଇକ୍‌ ଯୋଗେ ଯାଉଥିବା ବେଳେ ଦ୍ରୁତିଗତିରେ ଆସୁଥିବା ଅଟୋଟି ବାଇକ୍‌କୁ ଧକ୍କା ଦେଇଥିଲା। ଉଭୟେ ବାଇକ୍‌ ସହ ରାସ୍ତାରେ କଚାଡ଼ି ହୋଇପଡ଼ିଥିଲେ। ଆଖପାଖରେ ଥିବା କେତେକ ଗ୍ରାମବାସୀ ଉଭୟଙ୍କୁ ଚେତାଶୂନ୍ୟ ଅବସ୍ଥାରେ ଉଦ୍ଧାର କରି ଦିଗପହଣ୍ଡି ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ରରେ ଭର୍ତ୍ତି କରିଥିଲେ।


Enter your email to get our daily news in your inbox.

All Right Reserved By Dharitri.Com

ବାହାଘର ପାଇଁ ଝିଅଙ୍କୁ ଟଙ୍କା ଦେବେ ଓଡ଼ିଶା ସରକାର, ଆକାଉଣ୍ଟକୁ ଆସିବ ଏତେଟଙ୍କା

ଭୁବେନଶ୍ୱର,୫।୧୨: ସୁଭଦ୍ରା ଯୋଜନା ପରେ ଓଡ଼ିଶାରେ ନୂଆ ଯୋଜନା ପାଇଁ ବଡ଼ ଘୋଷଣା କରିଛନ୍ତି ରାଜ୍ୟ ସରକାର। ଏବେ ବାହାଘର ପାଇଁ ଟଙ୍କା ଦେବେ ଓଡ଼ିଶା...

ଗଞ୍ଜେଇ ଜବତ, ଜଣେ ଗିରଫ

ମୋହନା, ୫ା୧୨(ମନ୍ମଥ ମିଶ୍ର): ଗଞ୍ଜେଇ ଚୋରାଚାଲାଣ କରୁଥିବା ବେଳେ ଶୁକ୍ରବାର ଜଣେ ବ୍ୟକ୍ତିଙ୍କୁ ମୋହନା ଅବକାରୀ ବିଭାଗ କର୍ମଚାରୀ ଗିରଫ କରି କୋର୍ଟଚାଲାଣ କରିଛନ୍ତି। ସେ...

ରୁଷିକୁଲ୍ୟା ମୁହାଁଣରୁ ୨ ଆନ୍ଧ୍ର ଟ୍ରଲର ଜବତ

ଗଞ୍ଜାମ,୫ା୧୨(ବିଦ୍ୟାଧର ସାହୁ): ଗଞ୍ଜାମ ଜିଲା ରୁଷିକୁଲ୍ୟା ମୁହାଁଣ ନୋ ଫିସିଙ୍ଗ ଜୋନ୍‌ରୁ ଆନ୍ଧ୍ର ପ୍ରଦେଶର ଦୁଇଟି ଟ୍ରଲରକୁ ଶୁକ୍ରବାର ବନ ବିଭାଗ ଜବତ କରି ମତ୍ସ୍ୟ...

ସୁରକ୍ଷାକର୍ମୀ-ମାଓବାଦୀ ଗୁଳି ବିନିମୟ, ବନ୍ଧୁକ ଜବତ

ବାଲିଗୁଡ଼ା,୫ା୧୨ (ସଞ୍ଜୟ କୁମାର ପାଣିଗ୍ରାହୀ): କିଛି ଦିନର ନୀରବତା ପରେ ପୁଣି କନ୍ଧମାଳ ଜିଲା ବେଲଘର-କୋଟଗଡ଼ ଥାନା ସୀମାନ୍ତରେ ମାଓ ଗତିବିଧି ଦେଖାଦେଇଛି। ଏସଓଜି ଏବଂ...

ପ୍ଲାଷ୍ଟିକର ବହୁଳ ବ୍ୟବହାର ଜୀବଜଗତ ପ୍ରତି ବିପଦ

ଦିଗପହଣ୍ଡି,୫ା୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ୍‌ ଭୀଷ୍ମଗିରି ଗ୍ରାମ ସ୍ଥିତ ରାମଜୀ ଉଚ୍ଚ ମାଧ୍ୟମିକ ବିଦ୍ୟାଳୟ ପରିସରରେ ‘ଇକୋ’ କ୍ଲବ୍‌ ପକ୍ଷରୁ ଏକ...

୭ କୋଟି ଟଙ୍କାର ଗଞ୍ଜେଇ ଗଛ ନଷ୍ଟ କଲା ତୁମୁଡିବନ୍ଧ ପୋଲିସ

ତୁମୁଡିବନ୍ଧ,୫ା୧୨(ଦୀପକ କୁମାର ପରାସେଠ): କନ୍ଧମାଳ ଜିଲାରେ ନୀଳ ଜହର ଅପରେଶନ ଜୋରଦାର ଜାରି ରହିଥିବାବେଳେ ବେଆଇନ ଭାବେ କରାଯାଇଥିବା ୮ ଏକର ପରିମିତ ଜାଗାର ପ୍ରାୟ...

ଲାଗିଗଲା କାହା ନଜର: ଏକାବେଳକେ ଆଖି ବୁଜିଦେଲେ ସ୍ତ୍ରୀ- ସ୍ବାମୀ, ପେଟରୁ ମରିଗଲା…

ଦିଗପହଣ୍ଡି,୫।୧୨(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି-ବ୍ରହ୍ମପୁର ୧୭ ନଂ ରାଜ୍ୟ ରାଜପଥର ଗଣିଆନାଳ ଛକ ମା’ କୁରେଇଶୁଣି ମନ୍ଦିର ନିକଟରେ ଶୁକ୍ରବାର ସାରେ ଏକ...

‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? ବିଧାନସଭାରେ କହିଦେଲେ ମନ୍ତ୍ରୀ

ଭୁବନେଶ୍ୱର,୫।୧୨: ‘ଓଡ଼ିଆ ଅସ୍ମିତା’ର ଅର୍ଥ କ’ଣ ? କଂଗ୍ରେସ ବିଧାୟକ ଦଳ ନେତାଙ୍କର ଏପରି ପ୍ରଶ୍ନର ଉତ୍ତର ରଖିଲେ ସଂସ୍କୃତି ମନ୍ତ୍ରୀ। ବିଧାନସଭାରେ ଓଡ଼ିଆ ଭାଷା,...

Advertisement

ଧରିତ୍ରୀ କାର୍ଟୁନ

Archives
Model This Week

ପିଲାଙ୍କ ଧରିତ୍ରୀ

Why Dharitri