Posted inଫୁରସତ

ଦୁଇ ଚକରେ ଅଟୋ ଚଳାଇ କଲେ ରେକର୍ଡ

ଗିନିଜ୍‌ ଓ୍ବାର୍ଲଡ ରେକର୍ଡସ୍‌ରେ ନାମ ସାମିଲ କରିବା ଅନେକଙ୍କର ସ୍ବପ୍ନ ଥାଏ। ସେଥିପାଇଁ ଅନେକ ରୋମାଞ୍ଚକର ଓ ଅବିଶ୍ୱସନୀୟ କାମ କରିବାକୁ ଲୋକେ ପଛାଇ ନ ଥାନ୍ତି। ସେମିତି ଏକ ରୋମାଞ୍ଚକର ରେକର୍ଡ ଚେନ୍ନାଇର ଜଗଥିସ୍‌ ଏମ୍‌. ମଣି କରିଛନ୍ତି। ସେ ତିନିଚକିଆ ଅଟୋରିକ୍ସାକୁ ଦୁଇ ଚକରେ ଗୋଟିଏ ପାର୍ଶ୍ୱକୁ ଢଳି ରହି ୨.୨ କି.ମି ପର୍ଯ୍ୟନ୍ତ ଅବିରତଭାବେ ସନ୍ତୁଳନ ରକ୍ଷା କରି ଚଳାଇ ଏହି ରେକର୍ଡ କରିଛନ୍ତି। ତାମିଲନାଡୁର ଜଗଥିସ୍‌ ଉକ୍ତ ରେକର୍ଡ ୨୦୧୫ରେ କରିଥିଲେ ହେଁ ଗିନିଜ୍‌ ଓ୍ବାର୍ଲଡ ରେକର୍ଡସର ଇନ୍‌ଷ୍ଟାଗ୍ରାମ ଆକାଉଣ୍ଟର ଷ୍ଟୋରିରେ ଏହାର ଏକ ଥ୍ରୋ ବ୍ୟାକ୍‌ କ୍ଲିପିଂ ନିକଟରେ ପୋଷ୍ଟ କରାଯାଇଛି। ଫଳରେ ପୁଣିଥରେ ଜଗଥିସ୍‌ ଚର୍ଚ୍ଚାକୁ ଆସିଛନ୍ତି। ଉକ୍ତ ଭିଡିଓ ସହ କ୍ୟାପ୍ସନ ରହିଛି ଯେ, ‘ଏପିକ୍‌ ଅଟୋରିକ୍ସା ସାଇଡ ହ୍ବିଲି, ଚେନ୍ନାଇ, ଭାରତ୍‌ସ ଅଟୋରିକ୍ସା ଡ୍ରାଇଭର୍‌ ଜଗଥିସ୍‌ ଏମ୍‌ ମଣି’। ଜଗଥିସ୍‌ କହନ୍ତି, ମୁଁ କେବେ ଭାବି ନ ଥିଲି ଏଭଳି ଅଟୋ ଚଳାଇ ରେକର୍ଡ କରିପାରିବି ବୋଲି। ଏହି ସଫଳତା ପାଇ ମୁଁ ବହୁତ ସନ୍ତୁଷ୍ଟ।


Enter your email to get our daily news in your inbox.

All Right Reserved By Dharitri.Com

ନିଜ ହାତରେ ବାସନ ଧୋଇଲେ ପ୍ରିୟଙ୍କା ଚୋପ୍ରା; ସ୍ୱର୍ଣ୍ଣ ମନ୍ଦିରରେ ସେବା କରି ଜିତିଲେ କୋଟି କୋଟି ପ୍ରଶଂସକଙ୍କ ମନ

ଅମୃତସର: ବଲିଉଡରୁ ହଲିଉଡ ପର୍ଯ୍ୟନ୍ତ ନିଜର ସ୍ବତନ୍ତ୍ର ପରିଚୟ ସୃଷ୍ଟି କରିଥିବା ଅଭିନେତ୍ରୀ ପ୍ରିୟଙ୍କା ଚୋପ୍ରା ଏବେ ଭାରତ ଗସ୍ତରେ ଅଛନ୍ତି। ନିକଟରେ ସେ ଅମୃତସରର ପବିତ୍ର…

ଭାରତ-ଚାଇନା ସମ୍ପର୍କରେ ନୂଆ ଅଧ୍ୟାୟ: ଆକାଶ ମାର୍ଗରେ ଯୋଡ଼ିହେବେ ଦୁଇ ପ୍ରତିଦ୍ୱନ୍ଦ୍ୱୀ, ସାଂଘାଇ ସହିତ…

ନୂଆଦିଲ୍ଲୀ/ସାଂଘାଇ,୩୧।୩: ଭାରତ ଏବଂ ଚାଇନା ମଧ୍ୟରେ କୋଭିଡ ମହାମାରୀ ଏବଂ ଥିବା କୂଟନୈତିକ ତିକ୍ତତା ଯୋଗୁ ଦୀର୍ଘ ଦିନ ଧରି ବନ୍ଦ ରହିଥିବା ବିମାନ ସେବା ଏବେ…

ଗୁଣିଗାରେଡ଼ି ସନ୍ଦେହରେ ବୃଦ୍ଧଙ୍କୁ ହତ୍ୟା, ୪ ଗିରଫ

ସୁନ୍ଦରଗଡ଼, ୩୧।୩(ଜୟନାରାୟଣ ମେଣ୍ଡୁଳି)-ବର୍ତ୍ତମାନର ବିଜ୍ଞାନ ଯୁଗରେ ମଧ୍ୟ ଆଦିବାସୀ ଅଧ୍ୟୁଷିତ ସୁନ୍ଦରଗଡ଼ ଜିଲାରେ ଲୋକଙ୍କ ମଧ୍ୟରେ ଅନ୍ଧବିଶ୍ୱାସ ଭରି ରହିଛି। ଏହି ଅନ୍ଧବିଶ୍ବାସ ଯୋଗୁ ସୋମବାର ରାତିରେ…

ରାସ୍ତାରେ ଷଣ୍ଢକୁ ଧକ୍କା ଦେଇ ଗଛରେ ପିଟଥିଲେ ବାଇକ୍‌ , ଚାଲିଗଲା ଜୀବନ ଦୁର୍ଘଟଣାରେ ବାଇକ ଚାଳକକଙ୍କ ମୃତ୍ୟୁ

ଦିଗପହଣ୍ଡି,୩୧।୩(ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ବ୍ଲକ ବମୋକେଇ ପଞ୍ଚାୟତ କୁକୁଟବନ୍ଧ ଗାଁ ଛକରେ ମଙ୍ଗଳବାର ଅପରାହ୍ନ ପ୍ରାୟ ସାଢେ ୪ଟାରେ ଦୁର୍ଘଟଣାରେ ଜଣେ ଯୁବକଙ୍କ…

୩୦ ବର୍ଷ ସରକାରୀ ସେବା ନିୟମିତ ନ ହୋଇ ଅବସର ନେଲେ ଟୁନା ଜେନା

ଭଞ୍ଜନଗର,୩୧।୩(ବାବୁଲା ପ୍ରଧାନ): ତ୍ରୁଟିପୂର୍ଣ୍ଣ ସରକାରୀ ବିଧି ବ୍ୟବସ୍ଥା ଭିତରେ ଜଣେ ଚତୁର୍ଥ ଶ୍ରେଣୀ କର୍ମଚାରୀ ୩୦ ବର୍ଷ ସରକାରୀ ସେବା ଯୋଗାଇଥିଲେ ମଧ୍ୟ ନିୟମିତ କର୍ମଚାରୀ ମାନ୍ୟତା…

ଶିବମ୍‌ ଦୁବେଙ୍କୁ ଆଉଟ କରିବା ପରେ କାହିଁକି ‘ଗନ୍‌-ସଟ୍‌’ ସେଲିବ୍ରେଶନ କରିଥିଲେ ଜାଡେଜା? ନିଜେ କଲେ ବଡ଼ ଖୁଲାସା

ନୂଆଦିଲ୍ଲୀ,୩୧।୩: ସୋମବାର ଖେଳାଯାଇଥିବା ହାଇଭୋଲଟେଜ ମ୍ୟାଚ୍‌ରେ ରାଜସ୍ଥାନ ରୟାଲ୍ସ (RR)ର ଷ୍ଟାର୍‌ ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ନିଜର ପୁରୁଣା ଟିମ ଚେନ୍ନାଇ ସୁପର କିଙ୍ଗସ (CSK) ବିପକ୍ଷରେ…

ଅବସରକୁ ନେଇ ମୁହଁ ଖୋଲିଲେ ଶାମି

ନୂଆଦିଲ୍ଲୀ,୩୧ା୩: ଭେଟେରାନ ଭାରତୀୟ ପେସର ମହମ୍ମଦ ଶାମି ଏବେ ଅବସର ସମ୍ପର୍କରେ ଚିନ୍ତା କରୁ ନ ଥିବା କହିଛନ୍ତି। ସେ ତାଙ୍କର ବୟସ, ଆହତ ସମସ୍ୟା କିମ୍ବା…

ଭାଜପାରେ ଯୋଗଦେଲେ ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌

ନୂଆଦିଲ୍ଲୀ,୩୧ା୩: ଭାରତର ଟେନିସ୍‌ କିମ୍ବଦନ୍ତୀ ଲିଆଣ୍ଡର ପେସ୍‌ ମଙ୍ଗଳବାର ଭାରତୀୟ ଜନତା ପାର୍ଟି (ଭାଜପା)ରେ ଯୋଗଦେଇଛନ୍ତି। ପଶ୍ଚିମବଙ୍ଗରେ ହେବାକୁଥିବା ବିଧାନସଭା ନିର୍ବାଚନ ପୂର୍ବରୁ ୫୧ ବର୍ଷୀୟ ପେସ୍‌…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala

Model This Week

ପିଲାଙ୍କ ଧରିତ୍ରୀ

Why Dharitri