ଦ୍ରୁତଗାମୀ ଟ୍ରକ୍‌ ଧକ୍କାରେ ଓଲଟି ପଡ଼ିଲା ଅଟୋ, ଚାଲିଗଲା ମହିଳାଙ୍କ ଜୀବନ

ସମ୍ବଲପୁର,୩୦ା୩(ପ୍ରମୋଦ ବହିଦାର): ସମ୍ବଲପୁର ଜିଲା ଯୁଯୁମୁରା ଥାନା ଅନ୍ତର୍ଗତ ୫୫ ନମ୍ବର ଜାତୀୟ ରାଜପଥର ଫୁଲଝରଣ ନିକଟରେ ସୋମବାର ସକାଳୁ ଏକ ଭୟଙ୍କର ସଡ଼କ ଦୁର୍ଘଟଣା ଘଟିଯାଇଛି। ଏକ ଦ୍ରୁତଗାମୀ ଟ୍ରକ୍‌ ଏକ ଯାତ୍ରୀବାହୀ ଅଟୋକୁ ଧକ୍କା ଦେବା ଫଳରେ ଘଟଣାସ୍ଥଳରେ ଜଣେ ମହିଳାଙ୍କ ମୃତ୍ୟୁ ଘଟିଥିବା ବେଳେ ୪ ଜଣ ଯାତ୍ରୀ ଗୁରୁତର ଭାବେ ଆହତ ହୋଇଛନ୍ତି। ମୃତ ମହିଳାଜଣକ ହେଲେ ବୀରସିଂହଗଡ଼ ଅଞ୍ଚଳର ବେଦ ଖରସେଲ (୫୫)।

ସୂଚନା ମୁତାବକ, ସୋମବାର ସକାଳେ ବୀରସିଂହଗଡ଼ରୁ ୧୨ ଜଣ ଯାତ୍ରୀଙ୍କୁ ନେଇ ଅଟୋଟି ମାନେଶ୍ୱର ସାପ୍ତାହିକ ବଜାର ଅଭିମୁଖେ ଯାଉଥିଲା। ତେବେ ଜାତୀୟ ରାଜପଥ-୫୫ର ଫୁଲଝରଣ ନିକଟରେ ପଛପଟୁ ଆସୁଥିବା ଏକ ଟ୍ରକ ପଛପଟୁ ଅଟୋକୁ ଜୋରଦାର ଧକ୍କା ଦେଇଥିଲା। ଯାହାଫଳରେ ଅଟୋଟି ରାସ୍ତା ଉପରେ ଓଲଟି ପଡ଼ିଥିଲା। ଘଟଣାସ୍ଥଳରେ ବେଦ ଖରସେଲଙ୍କ ମୃତ୍ୟୁ ହୋଇଥିବା ବେଳେ ଅନ୍ୟ ୪ ଜଣ ରକ୍ତାକ୍ତ ଅବସ୍ଥାରେ ପଡ଼ି ରହିଥିଲେ। ସ୍ଥାନୀୟ ଲୋକେ ଗୁରୁତର ଆହତମାନଙ୍କୁ ଉଦ୍ଧାର କରି ତୁରନ୍ତ ସମ୍ବଲପୁର ଜିଲା ମୁଖ୍ୟ ଚିକିତ୍ସାଳୟରେ ଭର୍ତ୍ତି କରିଥିଲେ। ଖବର ପାଇ ଯୁଯୁମୁରା ପୋଲିସ ଘଟଣାସ୍ଥଳରେ ପହଞ୍ଚି ତଦନ୍ତ ଆରମ୍ଭ କରିବା ସହ ଦୁର୍ଘଟଣାଗ୍ରସ୍ତ ଉଭୟ ଗାଡ଼ିକୁ ଜବତ କରିଛି। ବର୍ତ୍ତମାନ ପର୍ଯ୍ୟନ୍ତ ଅନ୍ୟ ଆହତମାନଙ୍କ ପରିଚୟ ସ୍ପଷ୍ଟ ମିଳିପାରିନାହିଁ। ସେହିପରି ଘଟଣାସ୍ଥଳରେ ଟ୍ରକ୍‌କୁ ଛାଡ଼ି ଚାଳକ ଫେରାର ହୋଇଯାଇଥିବା ପୋଲିସ ସୂଚନାରୁ ପ୍ରକାଶ।

Dharitri –Odisha’s No.1 Trusted Odia Daily

Enter your email to get our daily news in your inbox.

All Right Reserved By Dharitri.Com

ବଦଳିବ ଭଞ୍ଜନଗର ପର୍ଯ୍ୟଟନର ଚେହେରା: ଗଠନ ହେବ ଉପଖଣ୍ଡ ସ୍ତରୀୟ କମିଟି, ବୋଟିଂ-ଭାସମାନ ରେଷ୍ଟୁରାଣ୍ଟ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ଭଞ୍ଜନଗର ଉପଖଣ୍ଡରେ ପର୍ଯ୍ୟଟନର ସାମଗ୍ରିକ ବିକାଶ, ପ୍ରମୁଖ ପର୍ଯ୍ୟଟନ ସ୍ଥଳୀଗୁଡ଼ିକର ଭିତ୍ତିଭୂମି ସୁଦୃଢ଼ୀକରଣ ଏବଂ ପର୍ଯ୍ୟଟକମାନଙ୍କୁ ଉନ୍ନତ ସୁବିଧା ପ୍ରଦାନ ନେଇ ମଙ୍ଗଳବାର ଉପଜିଲାପାଳଙ୍କ…

୭୨ତମ ବନ୍ୟପ୍ରାଣୀ ସପ୍ତାହ ପୂର୍ବରୁ ଭଞ୍ଜନଗରରେ ଆଲୋଚନାଚକ୍ର: ବନ୍ୟପ୍ରାଣୀ ସୁରକ୍ଷା ପାଇଁ ସାମୂହିକ ସହଭାଗିତା ଉପରେ…

ଭଞ୍ଜନଗର,୨୯।୯(ବାବୁଲା ପ୍ରଧାନ): ୭୨ତମ ବନ୍ୟପ୍ରାଣୀ ସପ୍ତାହ ପାଳନ ପୂର୍ବରୁ ମଙ୍ଗଳବାର ଭଞ୍ଜନଗର ଲାଲସିଂ ନର୍ସରୀଠାରେ ଘୁମୁସର ଉତ୍ତର ଓ ଦକ୍ଷିଣ ବନଖଣ୍ଡ ପକ୍ଷରୁ ବନ୍ୟପ୍ରାଣୀ ସୁରକ୍ଷା ଉପରେ…

ମୋହନାରୁ ବ୍ରହ୍ମପୁର ଚୋରା ଚାଲାଣ ବେଳେ ଧରାପଡ଼ିଲେ ୨ ଗଞ୍ଜେଇ ବେପାରୀ: ୨୩ କେଜି ଗଞ୍ଜେଇ ସହ…

ଦିଗପହଣ୍ଡି ,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ପାଟପୁର ପୋଲିସ ଟିମ୍ ମଙ୍ଗଳବାର ଅପରାହ୍ନରେ ଗଞ୍ଜେଇ ଚୋରା ଚାଲାଣ ପଣ୍ଡ କରିବା ସହ ଏକ ଗଞ୍ଜେଇ…

ଦିଗପହଣ୍ଡି ବିଧାୟକ ସିଦ୍ଧାନ୍ତ ମହାପାତ୍ରଙ୍କ ବିରୋଧରେ ମହାମେଳି: ଅସନ୍ତୋଷ ଝାଡ଼ିଲେ ବରିଷ୍ଠ ନେତା, ପଞ୍ଚାୟତ ନିର୍ବାଚନ ପୂର୍ବରୁ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଦିଗପହଣ୍ଡି ନିର୍ବାଚନ ମଣ୍ଡଳୀର ବରିଷ୍ଠ ଭାଜପା କାର୍ଯ୍ୟକର୍ତ୍ତାଙ୍କ ମଧ୍ୟରେ ତୀବ୍ର ଅସନ୍ତୋଷ ପ୍ରକାଶ ପାଇଛି। ବିଧାୟକ ଡ. ସିଦ୍ଧାନ୍ତ ମହାପାତ୍ର ବରିଷ୍ଠ…

ମା’ ବୁଢ଼ୀ ଠାକୁରାଣୀ ଯାତ୍ରା ନିମନ୍ତେ ଶୁଭଖୁଣ୍ଟି ସ୍ଥାପନ: ଅକ୍ଟୋବର ୧୭ରୁ ଆରମ୍ଭ ହେବ…

ଦିଗପହଣ୍ଡି,୨୯।୯ ଅଶେଷ ନାଥ ମିଶ୍ର): ଗଞ୍ଜାମ ଜିଲା ଦିଗପହଣ୍ଡି ସହରର ଅଧିଷ୍ଠାତ୍ରୀ ଦେବୀ ମା’ ବୁଢ଼ୀ ଠାକୁରାଣୀଙ୍କ ପବିତ୍ର ଶାରଦୀୟ ଯାତ୍ରା ମହୋତ୍ସବ ନିମନ୍ତେ ବଜାର ସାହି…

ବିଦ୍ୟାଳୟ ପରିଦର୍ଶନ କଲେ ସରପଞ୍ଚ: ମୁଖ୍ୟ ଫାଟକ ନିର୍ମାଣ ପାଇଁ ପ୍ରଧାନଶିକ୍ଷୟତ୍ରୀଙ୍କୁ ଦେଲେ ପ୍ରତିଶ୍ରୁତି

ଦାରିଙ୍ଗବାଡ଼ି,୨୯।୯ (ଅରୁଣ ସାହୁ): କନ୍ଧମାଳ ଜିଲା ଦାରିଙ୍ଗବାଡ଼ି ସ୍ଥିତ ରାପଡ଼ାବାଡ଼ି ସରକାରୀ ନୋଡାଲ ଉଚ୍ଚ ପ୍ରାଥମିକ ବିଦ୍ୟାଳୟରେ ଦେଖାଦେଇଥିବା ବିଭିନ୍ନ ଅବ୍ୟବସ୍ଥା ଓ ସମସ୍ୟାର ସମାଧାନ ପାଇଁ…

ରାଜନଗରରେ ସୁଜାତାଙ୍କ ସନ୍ଦେହଜନକ ମୃତ୍ୟୁ: ଶାଶୂଘର ଲୋକଙ୍କ ବିରୋଧରେ ହତ୍ୟା ଅଭିଯୋଗ, ସ୍ୱାମୀଙ୍କୁ ଅଟକ ରଖିଲା…

ରାଜନଗର,୨୯।୯(ଭାସ୍କର ରାଉତରାୟ): ରାଜନଗର ଥାନା ଅନ୍ତର୍ଗତ ସାନବଡ଼ ଗୋପାଳପୁର ପଞ୍ଚାୟତ ଗୋସିଗାଁର ଇନ୍ଦ୍ରମଣି ରାଉତଙ୍କ ବୋହୂ ସୁଜାତା ପ୍ରଧାନଙ୍କର ସନ୍ଦେହଜନକ ମୃତ୍ୟୁ ଘଟିଛି। ଏହି ଘଟଣାରେ ଶାଶୂଘର…

୫ ରାଶି ଉପରେ କୃପା କରିବେ ଶନି; ଟଙ୍କାରେ ପୁରିଯିବ ଘର, କ୍ୟାରିୟରରେ ମିଳିବ ବଡ଼ ସଫଳତା

ଜ୍ୟୋତିଷ ଶାସ୍ତ୍ରରେ ଶନିଙ୍କୁ କର୍ମଫଳଦାତା ଏବଂ ନ୍ୟାୟର କାରକ ଗ୍ରହ ବୋଲି ବିବେଚନା କରାଯାଏ। ଶନି ପ୍ରତ୍ୟେକ ବ୍ୟକ୍ତିଙ୍କୁ ତାଙ୍କ କର୍ମ ଅନୁସାରେ ଶୁଭ ତଥା ଅଶୁଭ…

Advertisement

ଧରିତ୍ରୀ କାର୍ଟୁନ

Archives

 

Dharitri-Rashifala


ଛୁଟିଦିନ
ପିଲାଙ୍କ ଧରିତ୍ରୀ
Trending
Let's Pledge For A 'Plastic Free' Odisha Join The Movement Of 'Plastic Free' Odisha

Akash Das Nayak, supports a Plastic Free Odisha. Do you?